Biblia Todo Logo
Bib sou entènèt

- Piblisite -




ଯିରିମୀୟ 51:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ବାବିଲ ବିରୁଦ୍ଧରେ ଓ ଲେବ-କାମାଇ ନିବାସୀମାନଙ୍କ ବିରୁଦ୍ଧରେ ଏକ ବିନାଶକ ବାୟୁ ଉତ୍ପନ୍ନ କରିବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ବାବିଲ ବିରୁଦ୍ଧରେ ଓ ଲେବ-କାମାଇ (ମୋର ପ୍ରତିରୋଧକାରୀମାନଙ୍କ ଅନ୍ତଃକରଣ) ନିବାସୀମାନଙ୍କ ବିରୁଦ୍ଧରେ ଏକ ବିନାଶକ ବାୟୁ ଉତ୍ପନ୍ନ କରିବା।

Gade chapit la Kopi

ଓଡିଆ ବାଇବେଲ

1 ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ବାବିଲ ବିରୁଦ୍ଧରେ ଓ ଲେବ କାମାଇ ନିବାସୀମାନଙ୍କ ବିରୁଦ୍ଧରେ ଏକ ବିନାଶକ ବାୟୁ ଉତ୍ପନ୍ନ କରିବା।

Gade chapit la Kopi

ପବିତ୍ର ବାଇବଲ

1 ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ବାବିଲ ବିରୁଦ୍ଧରେ ଓ ‘ଲେବ-କାମାଇ’ ନିବାସୀମାନଙ୍କ ବିରୁଦ୍ଧରେ ଏକ ଶକ୍ତିଶାଳୀ ବିନାଶକ ବାୟୁ ପ୍ରବାହିତ କରାଇବା।

Gade chapit la Kopi




ଯିରିମୀୟ 51:1
23 Referans Kwoze  

ନଗର ମଧ୍ୟରେ ତୂରୀ ବଜାଗଲେ ଲୋକମାନେ କି ଭୀତ ହେବେ ନାହିଁ? ସଦାପ୍ରଭୁ ନ ଘଟାଇଲେ ନଗର ମଧ୍ୟରେ କି ଅମଙ୍ଗଳ ଘଟିବ?


ଯଦ୍ୟପି ସେ ଆପଣା ଭ୍ରାତୃଗଣ ମଧ୍ୟରେ ଫଳବାନ ହୁଏ, ତଥାପି ପୂର୍ବୀୟ ବାୟୁ ସଦାପ୍ରଭୁଙ୍କର ଶ୍ୱାସ ପ୍ରାନ୍ତରରୁ ଆସିବ, ତହିଁରେ ତାହାର ନିର୍ଝର ଶୁଷ୍କ ହେବ ଓ ତାହାର ଜଳାକାର ଶୁଖିଯିବ; ସେ ତାହାର ଯାବତୀୟ ମନୋହର ପାତ୍ରର ଭଣ୍ଡାର ଲୁଟ କରିବେ।


ସେଥିରେ ସେ ଭୂମିରେ ପଡ଼ିଯାଇ ତାହାଙ୍କ ପ୍ରତି ଉକ୍ତ ଏହି ବାଣୀ ଶୁଣିଲେ, “ହେ ଶାଉଲ, ହେ ଶାଉଲ କାହିଁକି ଆମ୍ଭକୁ ତାଡ଼ନା କରୁଅଛ?”


କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି ଯେଉଁ ଗୋଷ୍ଠୀଗଣ ତୁମ୍ଭମାନଙ୍କୁ ଲୁଟିଲେ, ସେମାନଙ୍କ ନିକଟକୁ ସେ ମୋତେ ସମାଦର କରି ପ୍ରେରଣ କରିଅଛନ୍ତି; କାରଣ ଯେଉଁ ଲୋକ ତୁମ୍ଭମାନଙ୍କୁ ସ୍ପର୍ଶ କରେ, ସେ ମୋʼ ର ଚକ୍ଷୁର ପିତୁଳାକୁ ସ୍ପର୍ଶ କରେ।


ମାତ୍ର କୋପରେ ସେ ଉତ୍ପାଟିତ ହେଲା, ଭୂମିରେ ନିକ୍ଷିପ୍ତ ହେଲା ଓ ପୂର୍ବୀୟ ବାୟୁ ତାହାର ଫଳ ଶୁଷ୍କ କଲା; ତାହାର ଦୃଢ଼ ଶାଖାସବୁ ଭଗ୍ନ ଓ ଶୁଷ୍କ ହେଲା; ଅଗ୍ନି ସେହି ସବୁକୁ ଗ୍ରାସ କଲା।


ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଇସ୍ରାଏଲ-ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ ଏକତ୍ର ଉପଦ୍ରୁତ ହେଉଅଛନ୍ତି ଓ ଯେଉଁମାନେ ସେମାନଙ୍କୁ ବନ୍ଦୀ କରି ନେଇଗଲେ, ସେସମସ୍ତେ ଦୃଢ଼ କରି ସେମାନଙ୍କୁ ଧରି ରଖିଅଛନ୍ତି; ସେମାନଙ୍କୁ ଛାଡ଼ିଦେବାକୁ ଅସମ୍ମତ ହେଉଅଛନ୍ତି;


ଧନୁର୍ଦ୍ଧାରୀମାନଙ୍କୁ, ଧନୁରେ ଗୁଣଦାୟୀ ସମସ୍ତଙ୍କୁ ବାବିଲ ବିରୁଦ୍ଧରେ ଏକତ୍ର ଡାକ; ତାହା ବିରୁଦ୍ଧରେ ଚାରିଆଡ଼େ ଛାଉଣି ସ୍ଥାପନ କର; ତହିଁରୁ କାହାକୁ ରକ୍ଷା ପାଇବାକୁ ଦିଅ ନାହିଁ; ତାହାର କର୍ମାନୁସାରେ ତାହାକୁ ପ୍ରତିଫଳ ଦିଅ; ସେ ଯେପରି କରିଅଛି, ତାହା ପ୍ରତି ସେପରି କର; କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧରେ ଦର୍ପ କରିଅଛି।


ହେ ବାବିଲ, ଆମ୍ଭେ ତୁମ୍ଭ ପାଇଁ ଫାନ୍ଦ ପାତିଅଛୁ, ଆଉ ତୁମ୍ଭେ ନ ଜାଣି ତହିଁରେ ଧରା ପଡ଼ିଅଛ, ତୁମ୍ଭର ଅନୁସନ୍ଧାନ ମିଳିଅଛି, ମଧ୍ୟ ତୁମ୍ଭେ ଧରା ପଡ଼ିଅଛ, କାରଣ ତୁମ୍ଭେ ସଦାପ୍ରଭୁଙ୍କ ବିରୁଦ୍ଧରେ ଯୁଦ୍ଧ କରିଅଛ।


ସଦାପ୍ରଭୁ କହନ୍ତି, ତୁମ୍ଭେ ମରାଥୟିମ୍‍ (ଦ୍ୱିଗୁଣ ଦ୍ରୋହ) ଦେଶର ବିରୁଦ୍ଧରେ ଓ ପକୋଦ (ପ୍ରତିଫଳପୁର) ନିବାସୀମାନଙ୍କ ବିରୁଦ୍ଧରେ ଉଠିଯାଅ; ସେମାନଙ୍କର ପଶ୍ଚାତ୍‍ ପଶ୍ଚାତ୍‍ ଯାଇ ସେମାନଙ୍କୁ ବଧ କରି ନିଃଶେଷ ରୂପେ ବିନାଶ କର ଓ ଆମ୍ଭେ ତୁମ୍ଭକୁ ଯାହା ଯାହା ଆଜ୍ଞା କରିଅଛୁ, ତଦନୁସାରେ କର।


କାରଣ ଦେଖ, ଆମ୍ଭେ ଉତ୍ତର ଦେଶରୁ ମହା ମହାଗୋଷ୍ଠୀର ସମାଜକୁ ଉତ୍ତେଜିତ କରି ବାବିଲ ବିରୁଦ୍ଧରେ ସେମାନଙ୍କୁ ଗମନ କରାଇବା; ଆଉ, ସେମାନେ ତାହା ବିରୁଦ୍ଧରେ ଆପଣାମାନଙ୍କୁ ସଜାଇବେ; ତହିଁରେ ତାହା ଶତ୍ରୁର ହସ୍ତଗତ ହେବ; ସେମାନଙ୍କର ତୀର ନିପୁଣ ବୀର ପୁରୁଷର ତୀର ପରି ହେବ, କୌଣସି ତୀର ବିଫଳ ହେବ ନାହିଁ।


ପୁଣି, ଆମ୍ଭେ ଆକାଶର ଚତୁର୍ଦ୍ଦିଗରୁ ଚାରି ବାୟୁ ଏଲମ୍‍ ଉପରେ ବହାଇବା ଓ ସେହି ସବୁ ବାୟୁ ଆଡ଼େ ସେମାନଙ୍କୁ ଛିନ୍ନଭିନ୍ନ କରିବା; ଆଉ, ଏଲମ୍‍ର ଦୂରୀକୃତ ଲୋକମାନେ ଯେଉଁଠାକୁ ନ ଯିବେ, ଏପରି ଦେଶ ନ ଥିବ।


ଦେଖ, ଆମ୍ଭେ ତାହା ମଧ୍ୟରେ ଏକ ଆତ୍ମା ଦେବା, ପୁଣି ସେ କୌଣସି ଜନରବ ଶୁଣି ଆପଣା ଦେଶକୁ ଫେରିଯିବ। ଆଉ ଆମ୍ଭେ ତାହାର ନିଜ ଦେଶରେ ଖଡ୍ଗ ଦ୍ୱାରା ତାହାକୁ ନିପାତ କରିବା।’”


ଆଗୋ ବିନାଶ୍ୟ ବାବିଲୀୟ କନ୍ୟେ, ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଯେରୂପ କରିଅଛ, ତୁମ୍ଭକୁ ସେହିରୂପ ପ୍ରତିଫଳ ଯେ ଦେବ, ସେ ଧନ୍ୟ।


ଦେଖ, ସଦାପ୍ରଭୁଙ୍କର ତୋଫାନ, ତାହାଙ୍କର ପ୍ରଚଣ୍ଡ କ୍ରୋଧ, ହଁ, ଘୂର୍ଣ୍ଣାୟମାନ ତୋଫାନ ବାହାର ହୋଇଅଛି; ତାହା ଦୁଷ୍ଟମାନଙ୍କ ମସ୍ତକରେ ଲାଗିବ।


ଏହେତୁ ଆମ୍ଭେ ଆକାଶମଣ୍ଡଳକୁ କମ୍ପାନ୍ୱିତ କରିବା, ଆଉ ସୈନ୍ୟାଧିପତି ସଦାପ୍ରଭୁଙ୍କ କୋପରେ ଓ ତାହାଙ୍କ ପ୍ରଚଣ୍ଡ କ୍ରୋଧର ଦିନରେ ପୃଥିବୀ ଟଳି ସ୍ୱସ୍ଥାନ ଚ୍ୟୁତ ହେବ।


ଆମ୍ଭେ ମେଘମାଳର ଉଚ୍ଚସ୍ଥଳୀର ଊର୍ଦ୍ଧ୍ୱକୁ ଆରୋହଣ କରିବା; ଆମ୍ଭେ ସର୍ବୋପରିସ୍ଥଙ୍କର ତୁଲ୍ୟ ହେବା।’


ସାଗର ସମୀପସ୍ଥ ପ୍ରାନ୍ତର ବିଷୟକ ଭାବବାଣୀ। ତାହା ଦକ୍ଷିଣ ଦିଗରେ ଅତି ବେଗରେ ଅଗ୍ରସର ଘୂର୍ଣ୍ଣିବାୟୁ ତୁଲ୍ୟ ପ୍ରାନ୍ତରରୁ, ଏକ ଭୟଙ୍କର ଦେଶରୁ ଆସୁଅଛି।


ଆଗୋ ବାବିଲର ଅନୂଢ଼ା କନ୍ୟେ, ତୁମ୍ଭେ ଓହ୍ଲାଇ ଧୂଳିରେ ବସ; ଆଗୋ କଲ୍‍ଦୀୟର କନ୍ୟେ, ସିଂହାସନ ବିନା, ଭୂମିରେ ବସ; କାରଣ ତୁମ୍ଭେ ଆଉ କୋମଳା ଓ ସୁକୁମାରୀ ବୋଲି ଖ୍ୟାତା ନ ହେବ।


ସଦାପ୍ରଭୁ କହନ୍ତି, ଯଦ୍ୟପି ବାବିଲ ଆକାଶ ପର୍ଯ୍ୟନ୍ତ ଉଠିବ, ଆଉ ଯଦ୍ୟପି ସେ ଆପଣା ବଳରୂପ ଉଚ୍ଚ ଦୁର୍ଗକୁ ଦୃଢ଼ କରିବ, ତଥାପି ଆମ୍ଭ ନିକଟରୁ ବିନାଶକମାନେ ତାହାର ମଧ୍ୟରେ ଉପସ୍ଥିତ ହେବେ।


ଆଉ, ବାବିଲର ଭବିଷ୍ୟତ ଅମଙ୍ଗଳର ସକଳ କଥା, ଅର୍ଥାତ୍‍, ବାବିଲ ବିଷୟରେ ଏହି ଯେସକଳ କଥା ଲିଖିତ ଅଛି, ତାହା ଯିରିମୀୟ ଗୋଟିଏ ନଳାକାର ପୁସ୍ତକରେ ଲେଖିଲେ।


Swiv nou:

Piblisite


Piblisite