Biblia Todo Logo
Bib sou entènèt

- Piblisite -




ଯିରିମୀୟ 51:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ହେ ଜଳରାଶିର ଉପରେ ବାସକାରିଣୀ ଓ ଧନ ସମ୍ପତ୍ତିରେ ଐଶ୍ୱର୍ଯ୍ୟଶାଳିନୀ, ତୁମ୍ଭର ଅନ୍ତିମକାଳ, ତୁମ୍ଭର ଅନ୍ୟାୟ ଲାଭର ସୀମା ଉପସ୍ଥିତ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ହେ ଜଳରାଶିର ଉପରେ ବାସକାରିଣୀ ଓ ଧନ ସମ୍ପତ୍ତିରେ ଐଶ୍ଵର୍ଯ୍ୟଶାଳିନୀ, ତୁମ୍ଭର ଅନ୍ତିମ କାଳ, ତୁମ୍ଭର ଅନ୍ୟାୟ ଲାଭର ସୀମା ଉପସ୍ଥିତ।

Gade chapit la Kopi

ଓଡିଆ ବାଇବେଲ

13 ହେ ଜଳରାଶିର ଉପରେ ବାସକାରିଣୀ ଓ ଧନ ସମ୍ପତ୍ତିରେ ଐଶ୍ୱର୍ଯ୍ୟଶାଳିନୀ, ତୁମ୍ଭର ଅନ୍ତିମ କାଳ, ତୁମ୍ଭର ଅନ୍ୟାୟ ଲାଭର ସୀମା ଉପସ୍ଥିତ।

Gade chapit la Kopi

ପବିତ୍ର ବାଇବଲ

13 ହେ ଜଳରାଶି ନିକଟରେ ବାସ କରୁଥିବା ଓ ଧନ ସମ୍ପଦରେ ଐଶ୍ୱର୍ଯ୍ୟଶାଳୀ ବାବିଲ, ତୁମ୍ଭର ଅନ୍ତିମ କାଳ ଉପସ୍ଥିତ ଓ ତୁମ୍ଭର ଧ୍ୱଂସ ହେବାର ସମୟ ଆସିଯାଇଛି।

Gade chapit la Kopi




ଯିରିମୀୟ 51:13
24 Referans Kwoze  

ତତ୍ପରେ ସପ୍ତ ପାତ୍ରଧାରୀ ସପ୍ତ ଦୂତଙ୍କ ମଧ୍ୟରୁ ଜଣେ ଆସି ମୋତେ କହିଲେ, ଏଠାକୁ ଆସ, ଯେଉଁ ମହା ବେଶ୍ୟା ବହୁ ଜଳରାଶି ନିକଟରେ ଉପବିଷ୍ଟ,


ଆଉ ସେ ମୋତେ କହିଲେ, ଯେଉଁ ଜଳରାଶି ନିକଟରେ ତୁମ୍ଭେ ବେଶ୍ୟାକୁ ଉପବିଷ୍ଟା ଥିବାର ଦେଖିଲ, ସେହି ଜଳରାଶି ବିଭିନ୍ନ ଗୋଷ୍ଠୀ, ଜନତା, ଜାତି ଓ ଭାଷାବାଦୀ ଲୋକଙ୍କୁ ବୁଝାଏ।


ପୁଣି, ଆମ୍ଭେ ଅନ୍ଧକାରାବୃତ ଧନଭଣ୍ଡାର ଓ ଗୁପ୍ତ ସ୍ଥାନରେ ସଞ୍ଚିତ ସମ୍ପତ୍ତିସବୁ ତୁମ୍ଭକୁ ଦେବା, ତହିଁରେ ତୁମ୍ଭର ନାମ ଧରି ଆହ୍ୱାନକାରୀ ଆମ୍ଭେ ଯେ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର ଅଟୁ, ଏହା ତୁମ୍ଭେ ଜାଣି ପାରିବ।


ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ତୁମ୍ଭର ବିବାଦ ନିଷ୍ପନ୍ନ କରିବା ଓ ତୁମ୍ଭ ନିମନ୍ତେ ପ୍ରତିଶୋଧ ନେବା। ପୁଣି, ଆମ୍ଭେ ତାହାର ସମୁଦ୍ରକୁ ଜଳଶୂନ୍ୟ ଓ ତାହାର ନିର୍ଝରକୁ ଶୁଷ୍କ କରିବା।


ତହୁଁ ପରମେଶ୍ୱର ନୋହଙ୍କୁ କହିଲେ, “ଆମ୍ଭ ଗୋଚରରେ ସମୁଦାୟ ପ୍ରାଣୀର ଅନ୍ତିମକାଳ ଉପସ୍ଥିତ ହେଲା; ଯେହେତୁ ସେମାନଙ୍କ ଦ୍ୱାରା ପୃଥିବୀ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ହୋଇଅଛି; ପୁଣି, ଦେଖ, ଆମ୍ଭେ ପୃଥିବୀ ସହିତ ସେମାନଙ୍କୁ ବିନଷ୍ଟ କରିବା।


ସେମାନେ ଆପଣା ଆପଣା ମସ୍ତକରେ ଧୂଳି ପକାଇ କ୍ରନ୍ଦନ ଓ ଶୋକ କରି ଚିତ୍କାର ସହ କହିଲେ, “‘ହାୟ, ହାୟ, ମହାନଗରୀ, ସନ୍ତାପର ପାତ୍ରୀ। ତାହାର ସମୃଦ୍ଧି ଦ୍ୱାରା ସମସ୍ତ ସମୁଦ୍ରଗାମୀ ଜାହାଜର କର୍ତ୍ତାମାନେ, ଧନବାନ ହୋଇଥିଲେ; ଏବେ ଏକ ଘଡ଼ି ମଧ୍ୟରେ ତାହା ଧ୍ୱଂସ ହୋଇଗଲା।


ସେମାନେ ଧନଲୋଭରେ ଛଳବାକ୍ୟ ଦ୍ୱାରା ତୁମ୍ଭମାନଙ୍କଠାରୁ ଅର୍ଥଲାଭ କରିବାକୁ ଚେଷ୍ଟା କରିବେ; ସେମାନଙ୍କର ଦଣ୍ଡ ଅନେକ କାଳରୁ ଘଟି ଆସୁଅଛି ଓ ସେମାନଙ୍କର ବିନାଶ ବିଳମ୍ବ ହେବ ନାହିଁ।


ମାତ୍ର ସମସ୍ତ ବିଷୟର ଅନ୍ତିମ ସମୟ ସନ୍ନିକଟ। ଅତଏବ ସୁବୁଦ୍ଧି ହୁଅ, ପୁଣି, ପ୍ରାର୍ଥନା କରିବା ପାଇଁ ଜାଗ୍ରତ ଥାଅ,


ପୁଣି, ସେ କହିଲେ, “ହେ ଆମୋଷ, ତୁମ୍ଭେ କଅଣ ଦେଖୁଅଛ?” ତହିଁରେ ମୁଁ କହିଲି, “ଏକ ଡାଲା ଗ୍ରୀଷ୍ମକାଳୀନ ଫଳ।” ତେବେ ସଦାପ୍ରଭୁ ମୋତେ କହିଲେ, “ଆମ୍ଭର ଲୋକ ଇସ୍ରାଏଲର ଅନ୍ତିମକାଳ ଉପସ୍ଥିତ ହୋଇଅଛି; ଆମ୍ଭେ ପୁନର୍ବାର ସେମାନଙ୍କୁ ଆଉ ଛାଡ଼ି ଯିବା ନାହିଁ।”


ଏହାର ଅର୍ଥ ଏହି ମିନେ, ପରମେଶ୍ୱର ଆପଣଙ୍କ ରାଜ୍ୟର ଗଣନା କରିଅଛନ୍ତି ଓ ତାହା ଶେଷ କରିଅଛନ୍ତି।


ସେମାନେ ଆମ୍ଭମାନଙ୍କର ପାଦବିକ୍ଷେପ ଛକି ରହିଅଛନ୍ତି, ଆମ୍ଭେମାନେ ଆପଣା ଦାଣ୍ଡରେ ବୁଲି ନ ପାରୁ; ଆମ୍ଭମାନଙ୍କର ଶେଷ ନିକଟ, ଆମ୍ଭମାନଙ୍କର ଆୟୁ ସମ୍ପୂର୍ଣ୍ଣ ହେଲା; କାରଣ ଆମ୍ଭମାନଙ୍କର ଶେଷ କାଳ ଉପସ୍ଥିତ;


ସେମାନଙ୍କର ଅଶ୍ୱଗଣର ଉପରେ, ଆଉ ରଥସମୂହର ଉପରେ ଓ ତନ୍ମଧ୍ୟସ୍ଥ ମିଶ୍ରିତ ଲୋକସମସ୍ତଙ୍କ ଉପରେ ଗୋଟିଏ ଖଡ୍ଗ ଅଛି, ଆଉ ସେମାନେ ସ୍ତ୍ରୀମାନଙ୍କ ପରି ହେବେ; ସେମାନଙ୍କର ଭଣ୍ଡାରସମୂହ ଉପରେ ଗୋଟିଏ ଖଡ୍ଗ ଅଛି, ଆଉ ସେ ସବୁ ଲୁଟିତ ହେବ।


ହେ ଅହଙ୍କାରୀ, ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ, କାରଣ ତୁମ୍ଭର ଦିନ, ତୁମ୍ଭକୁ ଆମ୍ଭର ପ୍ରତିଫଳ ଦେବାର ସମୟ ଉପସ୍ଥିତ।


ତାହାର ବୃଷସବୁକୁ ବଧ କର; ସେସବୁ ବଧ ସ୍ଥାନକୁ ଯାଉନ୍ତୁ; ସେମାନେ ସନ୍ତାପର ପାତ୍ର! କାରଣ ସେମାନଙ୍କର ଦିନ, ସେମାନଙ୍କ ପ୍ରତିଫଳର ସମୟ ଉପସ୍ଥିତ ହେଲା।


ଯେଉଁ ତିତ୍ତିର ପକ୍ଷୀ ଆପଣାର ଅପ୍ରସୂତ ଛୁଆମାନଙ୍କୁ ସଂଗ୍ରହ କରେ, ଅନ୍ୟାୟରେ ଧନ ସଞ୍ଚୟକାରୀ ଲୋକ ତାହାରି ତୁଲ୍ୟ; ତାହାର ପରମାୟୁ ମଧ୍ୟରେ ସେ ଧନ ତାହାକୁ ଛାଡ଼ିଯିବ ଓ ଆପଣାର ଅନ୍ତିମ କାଳରେ ସେ ମୂଢ଼ ହେବ।


ତୁମ୍ଭମାନଙ୍କର ମୁକ୍ତିଦାତା, ଇସ୍ରାଏଲର ଧର୍ମସ୍ୱରୂପ ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ତୁମ୍ଭମାନଙ୍କ ସକାଶେ ବାବିଲକୁ ଲୋକ ପଠାଇଅଛୁ ଓ ଆମ୍ଭେ ସେସମସ୍ତଙ୍କୁ ପଳାତକଗଣ ତୁଲ୍ୟ ଆଣିବା; କଲ୍‍ଦୀୟମାନଙ୍କୁ ହିଁ ସେମାନଙ୍କର ଆନନ୍ଦଗାନର ନୌକାରେ ଆଣିବା।


ଆମ୍ଭେ ତାହାର ଲୋଭରୂପ ଅପରାଧ ହେତୁ କ୍ରୁଦ୍ଧ ହୋଇ ତାହାକୁ ଆଘାତ କଲୁ, ଆମ୍ଭେ ଆପଣା ମୁଖ ଲୁଚାଇ କ୍ରୁଦ୍ଧ ହେଲୁ, ତହିଁରେ ସେ ଅବାଧ୍ୟ ହୋଇ ଆପଣା ମନର ମାର୍ଗରେ ଚାଲିଲା।


ଆମ୍ଭେମାନେ ବାବିଲୀୟ ନଦୀମାନର ନିକଟରେ ସିୟୋନକୁ ସ୍ମରଣ କଲା ବେଳେ ସେଠାରେ ବସିଲୁ ଓ ରୋଦନ କଲୁ।


Swiv nou:

Piblisite


Piblisite