Biblia Todo Logo
Bib sou entènèt

- Piblisite -




ଯିରିମୀୟ 51:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ସୈନ୍ୟାଧିପତି ସଦାପ୍ରଭୁ ଆପଣା ନାମରେ ଏହି ଶପଥ କରିଅଛନ୍ତି, ନିଶ୍ଚୟ ଆମ୍ଭେ ତୁମ୍ଭକୁ ପତଙ୍ଗ ପରି ଜନତାରେ ପୂର୍ଣ୍ଣ କରିବା; ଆଉ, ସେମାନେ ତୁମ୍ଭ ବିରୁଦ୍ଧରେ ସିଂହନାଦ ଉଠାଇବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ସୈନ୍ୟାଧିପତି ସଦାପ୍ରଭୁ ଆପଣା ନାମରେ ଏହି ଶପଥ କରିଅଛନ୍ତି, ନିଶ୍ଚୟ ଆମ୍ଭେ ତୁମ୍ଭକୁ ପତଙ୍ଗ ପରି ଜନତାରେ ପୂର୍ଣ୍ଣ କରିବା; ଆଉ, ସେମାନେ ତୁମ୍ଭ ବିରୁଦ୍ଧରେ ସିଂହନାଦ ଉଠାଇବେ।

Gade chapit la Kopi

ଓଡିଆ ବାଇବେଲ

14 ସୈନ୍ୟାଧିପତି ସଦାପ୍ରଭୁ ଆପଣା ନାମରେ ଏହି ଶପଥ କରିଅଛନ୍ତି, ‘ନିଶ୍ଚୟ ଆମ୍ଭେ ତୁମ୍ଭକୁ ପତଙ୍ଗ ପରି ଜନତାରେ ପୂର୍ଣ୍ଣ କରିବା; ଆଉ, ସେମାନେ ତୁମ୍ଭ ବିରୁଦ୍ଧରେ ସିଂହନାଦ ଉଠାଇବେ।’

Gade chapit la Kopi

ପବିତ୍ର ବାଇବଲ

14 ସୈନ୍ୟାଧିପତି ସଦାପ୍ରଭୁ ଆପଣା ନାମରେ ଏହି ଶପଥ କରିଅଛନ୍ତି, “ହେ ବାବିଲ, ଆମ୍ଭେ ତୁମ୍ଭକୁ ପଙ୍ଗପାଳ ସଦୃଶ ଶତ୍ରୁ ସୈନ୍ୟରେ ପୂର୍ଣ୍ଣ କରିବା। ଆଉ ସେମାନେ ତୁମ୍ଭ ବିରୁଦ୍ଧରେ ବିଜୟର ଜୟକାର କରିବେ।”

Gade chapit la Kopi




ଯିରିମୀୟ 51:14
13 Referans Kwoze  

ପ୍ରଭୁ ସଦାପ୍ରଭୁ ଆପଣା ନାମରେ ଶପଥ କରିଅଛନ୍ତି, ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର ଏହି କଥା କହନ୍ତି, “ଆମ୍ଭେ ଯାକୁବର ଗୌରବକୁ ଘୃଣା କରୁ ଓ ତାହାର ଅଟ୍ଟାଳିକାସବୁକୁ ତୁଚ୍ଛଜ୍ଞାନ କରୁ; ଏଥିପାଇଁ ଆମ୍ଭେ ନଗର ଓ ତନ୍ମଧ୍ୟସ୍ଥ ଯାବତୀୟକୁ ପର ହସ୍ତରେ ସମର୍ପଣ କରିବା।”


ଆଉ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ଆପଣାର ଯେଉଁ ମହାସୈନ୍ୟଦଳ, ଅର୍ଥାତ୍‍ ପଙ୍ଗପାଳ, ପତଙ୍ଗ, ଘୁର୍ଘୁରିଆ ଓ ଶୂକ କୀଟ ପଠାଇଲୁ, ସେମାନେ ଯେଉଁ ବର୍ଷର ଶସ୍ୟାଦି ଖାଇଅଛନ୍ତି, ତାହା ଆମ୍ଭେ ତୁମ୍ଭମାନଙ୍କୁ ଫେରାଇ ଦେବା।


ତାହାର ଚତୁର୍ଦ୍ଦିଗରେ ସିଂହନାଦ କର, ସେ ଆପଣାକୁ ସମର୍ପଣ କରିଅଛନ୍ତି; ତାହାର ଗଡ଼ସକଳ ପତିତ ଓ ତାହାର ପ୍ରାଚୀରସକଳ ଉତ୍ପାଟିତ ହୋଇଅଛି; କାରଣ ଏହା ସଦାପ୍ରଭୁଙ୍କର ଦାତବ୍ୟ ପ୍ରତିଶୋଧ; ତାହାଠାରୁ ପ୍ରତିଶୋଧ ନିଅ; ସେ ଯେପରି କରିଅଛି, ସେପରି ତାହା ପ୍ରତି କର।


କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ନିଜ ନାମରେ ଶପଥ କରିଅଛୁ ଯେ, ବସ୍ରା ବିସ୍ମୟର, ନିନ୍ଦାର, ଉତ୍ସନ୍ନତାର ଓ ଅଭିଶାପର ପାତ୍ର ହେବ ଓ ତହିଁର ନଗରସବୁ ଚିରକାଳ ଉତ୍ସନ୍ନ ସ୍ଥାନ ହେବ।”


କାରଣ ଈଶ୍ବର ଯେତେବେଳେ ଅବ୍ରହାମଙ୍କ ନିକଟରେ ପ୍ରତିଜ୍ଞା କରିଥିଲେ, ସେତେବେଳେ ସେ ଆଉ କୌଣସି ମହାନ ନାମ ନ ପାଇବାରୁ ଆପଣା ନାମରେ ଶପଥ କରି କହିଥିଲେ,


ତୁମ୍ଭେମାନେ ଦେଶରେ ଧ୍ୱଜା ସ୍ଥାପନ କର, ଗୋଷ୍ଠୀୟମାନଙ୍କ ମଧ୍ୟରେ ତୂରୀ ବଜାଅ, ଗୋଷ୍ଠୀୟମାନଙ୍କୁ ତାହା ବିରୁଦ୍ଧରେ ପ୍ରସ୍ତୁତ କର, ଆରାରାଟ୍‍, ମିନ୍ନି ଓ ଅସ୍କିନସ୍‍, ଏହିସବୁ ରାଜ୍ୟକୁ ତାହାର ବିରୁଦ୍ଧରେ ଏକତ୍ର ଡାକ, ତାହାର ବିରୁଦ୍ଧରେ ସେନାପତି ବର୍ଗଙ୍କୁ ନିଯୁକ୍ତ କର ଓ କର୍କଶ ପତଙ୍ଗ ପରି ଅଶ୍ୱଗଣକୁ ପଠାଅ।


ସଦାପ୍ରଭୁ କହନ୍ତି, ତାହାର ଅରଣ୍ୟ ଅଗମ୍ୟ ହେଲେ ହେଁ ସେମାନେ ତାହା ହାଣି ପକାଇବେ; କାରଣ ସେମାନେ ପଙ୍ଗପାଳ ଅପେକ୍ଷା ଅନେକ ଓ ଅସଂଖ୍ୟ ଅଟନ୍ତି।


କାରଣ ସେମାନେ ଆପଣା ଆପଣା ପଶୁ ଓ ତମ୍ବୁ ଘେନି ଚଢ଼ି ଆସନ୍ତି, ସେମାନେ ପଙ୍ଗପାଳ ପରି ବହୁସଂଖ୍ୟକ ହୋଇ ଆସନ୍ତି, ସେମାନେ ଓ ସେମାନଙ୍କ ଓଟ ଉଭୟ ଅସଂଖ୍ୟ; ଆଉ ସେମାନେ ଦେଶକୁ ଉଚ୍ଛିନ୍ନ କରିବାକୁ ଆସନ୍ତି।


ସେ ଆଜ୍ଞା କରନ୍ତେ, ଅସଂଖ୍ୟ ପଙ୍ଗପାଳ ଓ ପତଙ୍ଗ ଉପସ୍ଥିତ ହେଲେ;


ଏହେତୁ ହେ ମିସର ଦେଶ ନିବାସୀ ଯିହୁଦାର ଲୋକ ସମସ୍ତେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ, ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଆପଣା ମହାନାମ ନେଇ ଶପଥ କରିଅଛୁ ଯେ, ‘ପ୍ରଭୁ ସଦାପ୍ରଭୁ ଜୀବିତ’ ବୋଲି ମିସର ଦେଶସ୍ଥ କୌଣସି ଯିହୁଦୀ ଲୋକ ଆମ୍ଭର ନାମ ଆଉ ମୁଖରେ ଘେନିବ ନାହିଁ।


Swiv nou:

Piblisite


Piblisite