Biblia Todo Logo
Bib sou entènèt

- Piblisite -




ଯିରିମୀୟ 51:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଯେ ଯାକୁବର ବାଣ୍ଟ ସ୍ୱରୂପ, ସେ ଏସବୁର ପରି ନୁହନ୍ତି। କାରଣ ସେ ସକଳ ବସ୍ତୁର ଗଠନକାରୀ; ପୁଣି, ଇସ୍ରାଏଲ ତାହାଙ୍କର ଅଧିକାର ସ୍ୱରୂପ ବଂଶ; ତାହାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ଯେ ଯାକୁବର ବାଣ୍ଟସ୍ଵରୂପ, ସେ ଏସବୁର ପରି ନୁହନ୍ତି। କାରଣ ସେ ସକଳ ବସ୍ତୁର ଗଠନକାରୀ; ପୁଣି, ଇସ୍ରାଏଲ ତାହାଙ୍କର ଅଧିକାର ସ୍ଵରୂପ ବଂଶ; ତାହାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ।

Gade chapit la Kopi

ଓଡିଆ ବାଇବେଲ

19 ଯେ ଯାକୁବର ବାଣ୍ଟ ସ୍ୱରୂପ, ସେ ଏସବୁର ପରି ନୁହନ୍ତି। କାରଣ ସେ ସକଳ ବସ୍ତୁର ଗଠନକାରୀ; ପୁଣି, ଇସ୍ରାଏଲ ତାହାଙ୍କର ଅଧିକାର ସ୍ୱରୂପ ବଂଶ; ତାହାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ।

Gade chapit la Kopi

ପବିତ୍ର ବାଇବଲ

19 କିନ୍ତୁ ଯାକୁବଙ୍କ ଭାଗ ସେ ସବୁପରି ନୁହନ୍ତି। କାରଣ ପରମେଶ୍ୱର ସକଳ ବସ୍ତୁର ସୃଷ୍ଟିକର୍ତ୍ତା, ତାଙ୍କୁ କେହି ଗଢ଼ି ନାହାନ୍ତି। ଇସ୍ରାଏଲ ତାଙ୍କର ନିଜସ୍ୱ ଅଧିକାର। ତାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ।

Gade chapit la Kopi




ଯିରିମୀୟ 51:19
19 Referans Kwoze  

ଯେ ଯାକୁବର ବାଣ୍ଟ ସ୍ୱରୂପ, ସେ ଏମାନଙ୍କ ପରି ନୁହନ୍ତି; କାରଣ ସେ ସର୍ବ ବସ୍ତୁର ନିର୍ମାଣକର୍ତ୍ତା ଓ ଇସ୍ରାଏଲ ବଂଶ ତାହାଙ୍କର ଅଧିକାର ସ୍ୱରୂପ; ତାହାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ।


ମୋହର ମାଂସ ଓ ଚିତ୍ତ କ୍ଷୟ ପାଉଅଛି; ମାତ୍ର ପରମେଶ୍ୱର ଅନନ୍ତକାଳ ମୋʼ ଚିତ୍ତର ବଳ ଓ ମୋହର ବାଣ୍ଟ ସ୍ୱରୂପ ଅଟନ୍ତି।


କିନ୍ତୁ ଯେ ତୁମ୍ଭମାନଙ୍କୁ ଅନ୍ଧକାରରୁ ଆପଣା ଆଶ୍ଚର୍ଯ୍ୟ ଆଲୋକ ମଧ୍ୟକୁ ଆହ୍ୱାନ କରିଅଛନ୍ତି, ତୁମ୍ଭେମାନେ ଯେପରି ତାହାଙ୍କ ଗୁଣ କୀର୍ତ୍ତନ କର, ଏଥିନିମନ୍ତେ ତୁମ୍ଭେମାନେ ଏକ ମନୋନୀତ ବଂଶ, ରାଜକୀୟ ଯାଜକବର୍ଗ, ପବିତ୍ର ଜାତି ପୁଣି, ଈଶ୍ବରଙ୍କ ନିଜସ୍ୱ ପ୍ରଜା ହୋଇଅଛ।


ସଦାପ୍ରଭୁ ଯେଉଁ ଗୋଷ୍ଠୀର ପରମେଶ୍ୱର, ସେ ଧନ୍ୟ; ସେ ଯେଉଁ ଲୋକମାନଙ୍କୁ ଆପଣା ଅଧିକାରାର୍ଥେ ମନୋନୀତ କରିଅଛନ୍ତି, ସେମାନେ ଧନ୍ୟ।


ଆମ୍ଭମାନଙ୍କର ମୁକ୍ତିଦାତା ଇସ୍ରାଏଲର ଧର୍ମସ୍ୱରୂପ, ସୈନ୍ୟାଧିପତି ସଦାପ୍ରଭୁ, ତାହାଙ୍କର ନାମ।


ମୋର ପ୍ରାଣ କୁହେ, “ସଦାପ୍ରଭୁ ମୋହର ବାଣ୍ଟ ସ୍ୱରୂପ; ଏଥିପାଇଁ ମୁଁ ତାହାଙ୍କଠାରେ ଭରସା ରଖିବି।”


ହେ ଆମ୍ଭର ଅଧିକାର ଅପହରଣକାରୀମାନେ, ତୁମ୍ଭେମାନେ ଆନନ୍ଦ ଓ ଉଲ୍ଲାସ କରୁଅଛ, ତୁମ୍ଭେମାନେ ଶସ୍ୟମର୍ଦ୍ଦନକାରିଣୀ ଗାଭୀ ପରି କୁଦା ମାରୁଅଛ ଓ ବଳବାନ ଅଶ୍ୱ ପରି ନାସା ଶବ୍ଦ କରୁଅଛ;


ଯେହେତୁ ସଦାପ୍ରଭୁ ଆପଣା ନିମନ୍ତେ ଯାକୁବକୁ ଓ ନିଜର ସଞ୍ଚିତ ଧନ ରୂପେ ଇସ୍ରାଏଲକୁ ମନୋନୀତ କରିଅଛନ୍ତି।


ମାତ୍ର ଆମ୍ଭମାନଙ୍କ ପରମେଶ୍ୱର ସ୍ୱର୍ଗରେ ଅଛନ୍ତି; ଯାହା ତାହାଙ୍କର ଇଚ୍ଛା, ତାହା ସେ କରିଅଛନ୍ତି।


ପୂର୍ବକାଳରେ ଯାହାକୁ ତୁମ୍ଭେ କିଣିଅଛ, ତୁମ୍ଭେ ଯାହାକୁ ଆପଣା ଅଧିକାରର ବଂଶ ହେବା ପାଇଁ ମୁକ୍ତ କରିଅଛ, ତୁମ୍ଭର ସେହି ମଣ୍ଡଳୀକୁ ଓ ତୁମ୍ଭର ବାସସ୍ଥାନ ସିୟୋନ ପର୍ବତକୁ ସ୍ମରଣ କର।


ସଦାପ୍ରଭୁ ମୋହର ଅଧିକାରର ଓ ପାନପାତ୍ରର ବାଣ୍ଟ ସ୍ୱରୂପ; ତୁମ୍ଭେ ମୋହର ବାଣ୍ଟ ସ୍ଥିର କରୁଅଛ।


କାରଣ ସଦାପ୍ରଭୁଙ୍କ ଅଂଶ ତାହାଙ୍କର ଲୋକ ଯାକୁବ ତାହାଙ୍କର ଅଧିକାରର ବାଣ୍ଟ।


ସେ ଆପଣା ପରାକ୍ରମ ଦ୍ୱାରା ପୃଥିବୀ ନିର୍ମାଣ କରିଅଛନ୍ତି, ସେ ଆପଣା ଜ୍ଞାନ ଦ୍ୱାରା ଜଗତ ସ୍ଥାପନ କରିଅଛନ୍ତି ଓ ଆପଣାର ବୁଦ୍ଧି ଦ୍ୱାରା ସେ ଆକାଶମଣ୍ଡଳ ବିସ୍ତାର କରିଅଛନ୍ତି;


“ଏହି କାର୍ଯ୍ୟର ସାଧନକର୍ତ୍ତା ସଦାପ୍ରଭୁ, ଯେ ଏହା ସୁସ୍ଥିର କରିବା ନିମନ୍ତେ ନିରୂପଣ କରିଅଛନ୍ତି, ସେହି ସଦାପ୍ରଭୁ ଏହି କଥା କହନ୍ତି; ସଦାପ୍ରଭୁ ତାହାଙ୍କର ନାମ;


(ମାତ୍ର) ସେମାନଙ୍କର ମୁକ୍ତିଦାତା ବଳବାନ; ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କର ନାମ, ସେ ପୃଥିବୀକୁ ଶାନ୍ତ ଓ ବାବିଲ ନିବାସୀମାନଙ୍କୁ ଉଦ୍‍ବିଗ୍ନ କରିବା ନିମନ୍ତେ ସେମାନଙ୍କର ବିବାଦ ସମ୍ପୂର୍ଣ୍ଣ ରୂପେ ନିଷ୍ପତ୍ତି କରିବେ।


ପୁଣି ଆକାଶମଣ୍ଡଳ ବିସ୍ତାରକାରୀ ଓ ପୃଥିବୀର ଭିତ୍ତିମୂଳ ସ୍ଥାପନକାରୀ ତୁମ୍ଭ ନିର୍ମାଣକର୍ତ୍ତା ସଦାପ୍ରଭୁଙ୍କୁ ଭୁଲିଅଛ ଓ ଉପଦ୍ରବୀ ବିନାଶ କରିବାକୁ ଉଦ୍ୟତ ହେବା ବେଳେ ତାହାର କୋପ ସକାଶୁ ସାରାଦିନ ନିରନ୍ତର ଭୟ କରୁଅଛ ଯେ ତୁମ୍ଭେ, ତୁମ୍ଭେ ତ କିଏ? ଆଉ, ସେ ଉପଦ୍ରବୀର କୋପ କାହିଁ?


କାରଣ ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧ ଦୋଷରେ ସେମାନଙ୍କ ଦେଶ ପରିପୂର୍ଣ୍ଣ ହେଲେ ମଧ୍ୟ ଇସ୍ରାଏଲ କିଅବା ଯିହୁଦା ଆପଣା ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁଙ୍କ ଦ୍ୱାରା ପରିତ୍ୟକ୍ତ ହୋଇ ନାହାନ୍ତି।


Swiv nou:

Piblisite


Piblisite