Biblia Todo Logo
Bib sou entènèt

- Piblisite -




ଯିରିମୀୟ 51:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ପୁଣି, ତୁମ୍ଭ ଦ୍ୱାରା ଆମ୍ଭେ ପୁରୁଷ ଓ ସ୍ତ୍ରୀକୁ ଚୂର୍ଣ୍ଣ କରିବା ଓ ତୁମ୍ଭ ଦ୍ୱାରା ଆମ୍ଭେ ବୃଦ୍ଧ ଓ ବାଳକକୁ ଚୂର୍ଣ୍ଣ କରିବା ଓ ତୁମ୍ଭ ଦ୍ୱାରା ଆମ୍ଭେ ଯୁବକ ଓ ଯୁବତୀକି ଚୂର୍ଣ୍ଣ କରିବା;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ପୁଣି, ତୁମ୍ଭ ଦ୍ଵାରା ଆମ୍ଭେ ପୁରୁଷ ଓ ସ୍ତ୍ରୀକି ଚୂର୍ଣ୍ଣ କରିବା ଓ ତୁମ୍ଭ ଦ୍ଵାରା ଆମ୍ଭେ ବୃଦ୍ଧ ଓ ବାଳକକୁ ଚୂର୍ଣ୍ଣ କରିବା ଓ ତୁମ୍ଭ ଦ୍ଵାରା ଆମ୍ଭେ ଯୁବକ ଓ ଯୁବତୀକି ଚୂର୍ଣ୍ଣ କରିବା;

Gade chapit la Kopi

ଓଡିଆ ବାଇବେଲ

22 ପୁଣି, ତୁମ୍ଭ ଦ୍ୱାରା ଆମ୍ଭେ ପୁରୁଷ ଓ ସ୍ତ୍ରୀକୁ ଚୂର୍ଣ୍ଣ କରିବା ଓ ତୁମ୍ଭ ଦ୍ୱାରା ଆମ୍ଭେ ବୃଦ୍ଧ ଓ ବାଳକକୁ ଚୂର୍ଣ୍ଣ କରିବା ଓ ତୁମ୍ଭ ଦ୍ୱାରା ଆମ୍ଭେ ଯୁବକ ଓ ଯୁବତୀକୁ ଚୂର୍ଣ୍ଣ କରିବା;

Gade chapit la Kopi

ପବିତ୍ର ବାଇବଲ

22 ଆଉ ଆମ୍ଭେ ତୁମ୍ଭ ମାଧ୍ୟମରେ ପୁରୁଷ ଓ ସ୍ତ୍ରୀ, ବୃଦ୍ଧ ଓ ବାଳକ ଏବଂ ଯୁବକ ଓ ଯୁବତୀକୁ ଚୂର୍ଣ୍ଣ କରିବା।

Gade chapit la Kopi




ଯିରିମୀୟ 51:22
14 Referans Kwoze  

ଏନିମନ୍ତେ ସେ କଲ୍‍ଦୀୟମାନଙ୍କ ରାଜାକୁ ସେମାନଙ୍କ ପ୍ରତିକୂଳରେ ଆଣନ୍ତେ, ସେ ସେମାନଙ୍କ ଯୁବାମାନଙ୍କୁ ସେମାନଙ୍କ ଧର୍ମଧାମରେ ଖଡ୍ଗ ଦ୍ୱାରା ବଧ କଲା, ପୁଣି ଯୁବା କି ଯୁବତୀ, ବୃଦ୍ଧ କି ଜରାଜୀର୍ଣ୍ଣ, କାହାରିକୁ ଦୟା କଲା ନାହିଁ; ପରମେଶ୍ୱର ତାହା ହସ୍ତରେ ସମସ୍ତଙ୍କୁ ସମର୍ପି ଦେଲେ।


ସେମାନଙ୍କର ଧନୁ ଯୁବକମାନଙ୍କୁ କଚାଡ଼ି ପକାଇବ ଓ ସେମାନେ ଗର୍ଭର ଫଳ ପ୍ରତି କିଛି ଦୟା କରିବେ ନାହିଁ, ବାଳକଗଣ ପ୍ରତି ସେମାନଙ୍କର କୃପାଦୃଷ୍ଟି ହେବ ନାହିଁ।


ବୃଦ୍ଧ, ଯୁବା, କୁମାରୀ, ଶିଶୁ ଓ ସ୍ତ୍ରୀଲୋକ ସମସ୍ତଙ୍କୁ ନିଃଶେଷ ରୂପେ ବଧ କର; ମାତ୍ର ଯେଉଁମାନଙ୍କଠାରେ ଚିହ୍ନ ଅଛି, ସେମାନଙ୍କ ନିକଟକୁ ଯାଅ ନାହିଁ; ଆଉ, ଆମ୍ଭର ଧର୍ମଧାମଠାରୁ ଆରମ୍ଭ କର।” ତହିଁରେ ସେମାନେ ଗୃହର ସମ୍ମୁଖସ୍ଥିତ ପ୍ରାଚୀନଗଣଠାରୁ ଆରମ୍ଭ କଲେ।


ଏବେ ତୁମ୍ଭେ ଯାଇ ଅମାଲେକକୁ ଆଘାତ କର ଓ ସେମାନଙ୍କର ସର୍ବସ୍ୱ ସମ୍ପୂର୍ଣ୍ଣ ରୂପେ ବିନାଶ କର ଓ ସେମାନଙ୍କୁ ଦୟା କର ନାହିଁ; ମାତ୍ର ପୁରୁଷଠାରୁ ସ୍ତ୍ରୀ ପର୍ଯ୍ୟନ୍ତ, ବାଳକଠାରୁ ସ୍ତନ୍ୟପାୟୀ ଶିଶୁ ପର୍ଯ୍ୟନ୍ତ, ଗୋରୁଠାରୁ ମେଷ ପର୍ଯ୍ୟନ୍ତ, ଓଟଠାରୁ ଗଧ ପର୍ଯ୍ୟନ୍ତ ସମସ୍ତଙ୍କୁ ବଧ କର।’”


ମୋହର ଚକ୍ଷୁ ଲୋତକରେ କ୍ଷୀଣ ହୁଅଇ, ମୋର ଅନ୍ତ୍ର ବ୍ୟଥିତ ହୁଅଇ, ମୋʼ ଲୋକଙ୍କ କନ୍ୟାର ବିନାଶ ହେତୁ ମୋହର କଲିଜା ଭୂମିରେ ଢଳା ଯାଇଅଛି; କାରଣ ନଗରର ପଥସମୂହରେ ବାଳକ ବାଳିକା ଓ ସ୍ତନ୍ୟପାୟୀ ଶିଶୁମାନେ ମୂର୍ଚ୍ଛାପନ୍ନ ହେଉଅଛନ୍ତି।


ଏହେତୁ ମୁଁ ସଦାପ୍ରଭୁଙ୍କ କ୍ରୋଧରେ ପରିପୂର୍ଣ୍ଣ ହୋଇଅଛି; ମୁଁ ତାହା ସମ୍ଭାଳି ରଖିବାରେ କ୍ଳାନ୍ତ ହୋଇଅଛି; “ସଡ଼କରେ ବାଳକମାନଙ୍କ ଉପରେ ଓ ଯୁବାମାନଙ୍କ ସଭାରେ ତାହା ଏକାବେଳେ ଢାଳି ପକାଅ; କାରଣ ସ୍ୱାମୀ ଓ ଭାର୍ଯ୍ୟା ବୃଦ୍ଧ ଜରାଗ୍ରସ୍ତ ସମସ୍ତେ ଧରାଯିବେ।


ସେମାନଙ୍କର ଶିଶୁଗଣ ମଧ୍ୟ ସେମାନଙ୍କ ଦୃଷ୍ଟିଗୋଚରରେ କଚଡ଼ା ଯିବେ; ସେମାନଙ୍କର ଗୃହ ଲୁଟିତ ହେବ ଓ ସେମାନଙ୍କର ଭାର୍ଯ୍ୟାମାନେ ବଳାତ୍କାରରେ ଭ୍ରଷ୍ଟ କରାଯିବେ।


ବାହାରେ ଖଡ୍ଗ ଶୂନ୍ୟ କରିବ ଓ ଗୃହ ଭିତରେ ଭୟ; ତାହା ଯୁବା ଓ ଯୁବତୀ ଦୁହିଁଙ୍କୁ, ପୁଣି ଦୁଗ୍ଧପୋଷ୍ୟ ଶିଶୁ ସହିତ ପକ୍ୱକେଶ ବୃଦ୍ଧକୁ (ବିନାଶ କରିବ)।


ସେହିପରି ଅଶୂରର ରାଜା ମିସରୀୟମାନଙ୍କ ଲଜ୍ଜାର ନିମନ୍ତେ ଆବାଳବୃଦ୍ଧ ମିସରୀୟ ବନ୍ଦୀ ଓ କୂଶୀୟ ନିର୍ବାସିତ ଲୋକମାନଙ୍କୁ ବିବସ୍ତ୍ର, ଶୂନ୍ୟପଦ ଓ ଅନାବୃତ କଟି କରି ଘେନିଯିବ।


ଯେକୌଣସି ଲୋକର ଉଦ୍ଦେଶ୍ୟ ମିଳିବ, ତାହାକୁ ଅସ୍ତ୍ରବିଦ୍ଧ ହେବ ଓ ଯେକୌଣସି ଲୋକକୁ ଧରାଯିବ, ସେ ଖଡ୍ଗରେ ପତିତ ହେବ।


ଏନିମନ୍ତେ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଏବେ ଏହି କଥା କହନ୍ତି, ତୁମ୍ଭେମାନେ କାହିଁକି ଆପଣା ଆପଣା ପ୍ରାଣ ବିରୁଦ୍ଧରେ ଏହି ମହାପାପ କରୁଅଛ? ଏହା ଦ୍ୱାରା ତୁମ୍ଭେମାନେ ଆପଣା ଆପଣା ସମ୍ପର୍କୀୟ ପୁରୁଷ, ସ୍ତ୍ରୀ, ବାଳକ ଓ ସ୍ତନ୍ୟପାୟୀ ଶିଶୁମାନଙ୍କୁ ଯିହୁଦାର ମଧ୍ୟରୁ ଉଚ୍ଛିନ୍ନ କରିବ, ଆପଣାମାନଙ୍କର କାହାକୁ ହିଁ ଅବଶିଷ୍ଟ ରଖିବ ନାହିଁ;


ସେମାନଙ୍କର ଅଶ୍ୱଗଣର ଉପରେ, ଆଉ ରଥସମୂହର ଉପରେ ଓ ତନ୍ମଧ୍ୟସ୍ଥ ମିଶ୍ରିତ ଲୋକସମସ୍ତଙ୍କ ଉପରେ ଗୋଟିଏ ଖଡ୍ଗ ଅଛି, ଆଉ ସେମାନେ ସ୍ତ୍ରୀମାନଙ୍କ ପରି ହେବେ; ସେମାନଙ୍କର ଭଣ୍ଡାରସମୂହ ଉପରେ ଗୋଟିଏ ଖଡ୍ଗ ଅଛି, ଆଉ ସେ ସବୁ ଲୁଟିତ ହେବ।


ପୁଣି, ତୁମ୍ଭ ଦ୍ୱାରା ଆମ୍ଭେ ପାଳକ ଓ ତାହାର ପଲକୁ ଚୂର୍ଣ୍ଣ କରିବା ଓ ତୁମ୍ଭ ଦ୍ୱାରା ଆମ୍ଭେ କୃଷକକୁ ଓ ତାହାର ହଳ ବଳଦକୁ ଚୂର୍ଣ୍ଣ କରିବା; ଆଉ, ତୁମ୍ଭ ଦ୍ୱାରା ଆମ୍ଭେ ଦେଶାଧ୍ୟକ୍ଷ ଓ ଅଧିପତିଗଣକୁ ଚୂର୍ଣ୍ଣ କରିବା।


ଯୁବକ ଓ ବୃଦ୍ଧ ଲୋକ ବାଟର ଭୂମିରେ ପଡ଼ିଅଛନ୍ତି; ଆମ୍ଭର କୁମାରୀ ଓ ଯୁବକଗଣ ଖଡ୍ଗରେ ହତ ହୋଇ ପଡ଼ିଅଛନ୍ତି; ତୁମ୍ଭେ ସେମାନଙ୍କୁ ଆପଣା କ୍ରୋଧର ଦିନରେ ବଧ କରିଅଛ; ତୁମ୍ଭେ ଦୟା ନ କରି ହତ୍ୟା କରିଅଛ।


Swiv nou:

Piblisite


Piblisite