Biblia Todo Logo
Bib sou entènèt

- Piblisite -




ଯିରିମୀୟ 51:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ତୁମ୍ଭେମାନେ ଦେଶରେ ଧ୍ୱଜା ସ୍ଥାପନ କର, ଗୋଷ୍ଠୀୟମାନଙ୍କ ମଧ୍ୟରେ ତୂରୀ ବଜାଅ, ଗୋଷ୍ଠୀୟମାନଙ୍କୁ ତାହା ବିରୁଦ୍ଧରେ ପ୍ରସ୍ତୁତ କର, ଆରାରାଟ୍‍, ମିନ୍ନି ଓ ଅସ୍କିନସ୍‍, ଏହିସବୁ ରାଜ୍ୟକୁ ତାହାର ବିରୁଦ୍ଧରେ ଏକତ୍ର ଡାକ, ତାହାର ବିରୁଦ୍ଧରେ ସେନାପତି ବର୍ଗଙ୍କୁ ନିଯୁକ୍ତ କର ଓ କର୍କଶ ପତଙ୍ଗ ପରି ଅଶ୍ୱଗଣକୁ ପଠାଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ତୁମ୍ଭେମାନେ ଦେଶରେ ଧ୍ଵଜା ସ୍ଥାପନ କର, ଗୋଷ୍ଠୀୟମାନଙ୍କ ମଧ୍ୟରେ ତୂରୀ ବଜାଅ, ଗୋଷ୍ଠୀୟମାନଙ୍କୁ ତାହା ବିରୁଦ୍ଧରେ ପ୍ରସ୍ତୁତ କର, ଅରାରଟ୍, ମିନ୍ନି ଓ ଅସ୍କିନସ୍, ଏହିସବୁ ରାଜ୍ୟକୁ ତାହାର ବିରୁଦ୍ଧରେ ଏକତ୍ର ଡାକ,, ତାହାର ବିରୁଦ୍ଧରେ ସେନାପତି ବର୍ଗକୁ ନିଯୁକ୍ତ କର ଓ କର୍କଶ ପତଙ୍ଗ ପରି ଅଶ୍ଵଗଣକୁ ପଠାଅ।

Gade chapit la Kopi

ଓଡିଆ ବାଇବେଲ

27 ତୁମ୍ଭେମାନେ ଦେଶରେ ଧ୍ୱଜା ସ୍ଥାପନ କର, ଗୋଷ୍ଠୀୟମାନଙ୍କ ମଧ୍ୟରେ ତୂରୀ ବଜାଅ, ଗୋଷ୍ଠୀୟମାନଙ୍କୁ ତାହା ବିରୁଦ୍ଧରେ ପ୍ରସ୍ତୁତ କର, ଆରାରାଟ୍‍, ମିନ୍ନି ଓ ଅସ୍କିନସ୍‍, ଏହିସବୁ ରାଜ୍ୟକୁ ତାହାର ବିରୁଦ୍ଧରେ ଏକତ୍ର ଡାକ, ତାହାର ବିରୁଦ୍ଧରେ ସେନାପତି ବର୍ଗଙ୍କୁ ନିଯୁକ୍ତ କର ଓ କର୍କଶ ପତଙ୍ଗ ପରି ଅଶ୍ୱଗଣକୁ ପଠାଅ।

Gade chapit la Kopi

ପବିତ୍ର ବାଇବଲ

27 “ତୁମ୍ଭେମାନେ ଦେଶରେ ଧ୍ୱଜା ସ୍ଥାପନ କର, ଗୋଷ୍ଠୀୟମାନଙ୍କ ମଧ୍ୟରେ ତୂରୀ ବଜାଅ। ସମସ୍ତ ଗୋଷ୍ଠୀକୁ ବାବିଲ ବିରୁଦ୍ଧରେ ପ୍ରସ୍ତୁତ କର। ଅରାରଟ୍, ମିନ୍ନି ଓ ଅସ୍କିନସ୍ ରାଜ୍ୟକୁ ତାହାର ବିରୁଦ୍ଧରେ ଏକତ୍ର ଡାକ। ତାହାର ବିରୁଦ୍ଧରେ ସେନାପତିମାନଙ୍କୁ ନିଯୁକ୍ତ କର ଓ ପଙ୍ଗପାଳ ସଦୃଶ ବହୁ ସଂଖ୍ୟାରେ ଅଶ୍ୱଗଣ ପଠାଅ।

Gade chapit la Kopi




ଯିରିମୀୟ 51:27
24 Referans Kwoze  

ଅସ୍କିନସ୍‍ ଓ ରୀଫତ୍‍ ଓ ତୋଗର୍ମା, ଏମାନେ ଗୋମରର ସନ୍ତାନ।


ପୁଣି, ଗୋମରର ସନ୍ତାନ ଅସ୍କିନସ୍‍, ଦୀଫତ୍‍ ଓ ତୋଗର୍ମା ଥିଲେ।


ଏଥିଉତ୍ତାରେ ସପ୍ତମ ମାସର ସପ୍ତଦଶ ଦିନରେ ଆରାରାଟ୍‍ ପର୍ବତ ଉପରେ ଜାହାଜ ଲାଗି ରହିଲା।


ବାବିଲର ପ୍ରାଚୀର ବିରୁଦ୍ଧରେ ଧ୍ୱଜା ସ୍ଥାପନ କର, ରକ୍ଷକଦଳ ଦୃଢ଼ କର, ପ୍ରହରୀଗଣ ନିଯୁକ୍ତ କର, ଗୋପନ ସ୍ଥାନରେ ସୈନ୍ୟ ରଖ: କାରଣ ସଦାପ୍ରଭୁ ବାବିଲର ନିବାସୀମାନଙ୍କ ବିଷୟରେ ଯାହା କହିଲେ, ତାହା ସଂକଳ୍ପ କରି ସିଦ୍ଧ କରିଅଛନ୍ତି।


“ତୁମ୍ଭେମାନେ ଗୋଷ୍ଠୀଗଣ ମଧ୍ୟରେ ପ୍ରକାଶ କରି ପ୍ରଚାର କର ଓ ଧ୍ୱଜା ଉଠାଅ; ପ୍ରଚାର କର ଓ ଗୋପନ ନ କରି କୁହ, ବାବିଲ ହସ୍ତଗତ ହେଲା, ବେଲ୍ ଲଜ୍ଜିତ ହେଲା, ମରୋଦକ୍‍ ବିସ୍ମିତ ହେଲା; ତାହାର ପ୍ରତିମାଗଣ ଲଜ୍ଜିତ ହେଲେ ଓ ତାହାର ଦେବତା ସକଳ ବିସ୍ମିତ ହେଲେ।


କାରଣ ଅନେକ ଗୋଷ୍ଠୀ ଓ ମହାନ ମହାନ ରାଜାମାନେ ସେମାନଙ୍କୁ ହିଁ ଆପଣାମାନଙ୍କର ଦାସ୍ୟକର୍ମ କରାଇବେ, ଆଉ ଆମ୍ଭେ ସେମାନଙ୍କ କ୍ରିୟାନୁସାରେ ଓ ସେମାନଙ୍କ ହସ୍ତକୃତ କର୍ମାନୁସାରେ ସେମାନଙ୍କୁ ପ୍ରତିଫଳ ଦେବା।”


ସୈନ୍ୟାଧିପତି ସଦାପ୍ରଭୁ ଆପଣା ନାମରେ ଏହି ଶପଥ କରିଅଛନ୍ତି, ନିଶ୍ଚୟ ଆମ୍ଭେ ତୁମ୍ଭକୁ ପତଙ୍ଗ ପରି ଜନତାରେ ପୂର୍ଣ୍ଣ କରିବା; ଆଉ, ସେମାନେ ତୁମ୍ଭ ବିରୁଦ୍ଧରେ ସିଂହନାଦ ଉଠାଇବେ।


ହେ ଜଗନ୍ନିବାସୀଗଣ; ହେ ପୃଥିବୀର ନିବାସୀ ସମସ୍ତେ, ପର୍ବତମାନର ଉପରେ ଧ୍ୱଜା ଉତ୍ଥିତ ହେବା ବେଳେ ତୁମ୍ଭେମାନେ ଦୃଷ୍ଟି କର ଓ ତୂରୀ ବାଜିବା ବେଳେ ତୁମ୍ଭେମାନେ ଶ୍ରବଣ କର।


କାରଣ ଯିରୂଶାଲମ ବିରୁଦ୍ଧରେ ସଂଗ୍ରାମ ପାଇଁ ସମସ୍ତ ଗୋଷ୍ଠୀଙ୍କୁ ଆମ୍ଭେ ସଂଗ୍ରହ କରିବା; ପୁଣି, ନଗର ଶତ୍ରୁହସ୍ତଗତ ଓ ଗୃହସକଳ ଲୁଟିତ ହେବ ଓ ସ୍ତ୍ରୀମାନେ ବଳାତ୍କୃତ ହେବେ; ଆଉ, ନଗରର ଅର୍ଦ୍ଧେକ ଲୋକ ବନ୍ଦୀ ହୋଇଯିବେ ମାତ୍ର ଅବଶିଷ୍ଟ ଲୋକ ନଗରରୁ ଉଚ୍ଛିନ୍ନ ହେବେ ନାହିଁ।


ନଗର ମଧ୍ୟରେ ତୂରୀ ବଜାଗଲେ ଲୋକମାନେ କି ଭୀତ ହେବେ ନାହିଁ? ସଦାପ୍ରଭୁ ନ ଘଟାଇଲେ ନଗର ମଧ୍ୟରେ କି ଅମଙ୍ଗଳ ଘଟିବ?


ସଦାପ୍ରଭୁ କହନ୍ତି, ତାହାର ଅରଣ୍ୟ ଅଗମ୍ୟ ହେଲେ ହେଁ ସେମାନେ ତାହା ହାଣି ପକାଇବେ; କାରଣ ସେମାନେ ପଙ୍ଗପାଳ ଅପେକ୍ଷା ଅନେକ ଓ ଅସଂଖ୍ୟ ଅଟନ୍ତି।


ହେ ବିନ୍ୟାମୀନ୍ ଲୋକମାନେ, ତୁମ୍ଭେମାନେ ରକ୍ଷା ପାଇବା ପାଇଁ ଯିରୂଶାଲମ ମଧ୍ୟରୁ ପଳାୟନ କର, ତକୋୟ ସହରରେ ତୂରୀ ବଜାଅ ଓ ବେଥ୍-ହକ୍କେରମ୍‍ ନଗରରେ ଧ୍ୱଜା ଟେକ; କାରଣ ଉତ୍ତର ଦିଗରୁ ଅମଙ୍ଗଳ ଓ ମହାବିନାଶ ନିରୀକ୍ଷଣ କରୁଅଛି।


ଏଥିଉତ୍ତାରେ ସେ ଆପଣାର ନିଷ୍ରୋକ ନାମକ ଦେବତାର ଗୃହରେ ପୂଜା କରିବା ବେଳେ ତାହାର ଦୁଇ ପୁତ୍ର ଅଦ୍ରମ୍ମେଲକ୍‍ ଓ ଶରେତ୍ସର ତାହାକୁ ଖଡ୍ଗରେ ବଧ କଲେ; ତହୁଁ ସେମାନେ ଆରାରାଟ୍‍ ଦେଶକୁ ପଳାୟନ କଲେ। ପୁଣି ତାହାର ପୁତ୍ର ଏସର୍‍ହଦ୍ଦୋନ୍‍ ତାହାର ପଦରେ ରାଜ୍ୟ କଲା।


କାରଣ ସେମାନେ ଆପଣା ଆପଣା ପଶୁ ଓ ତମ୍ବୁ ଘେନି ଚଢ଼ି ଆସନ୍ତି, ସେମାନେ ପଙ୍ଗପାଳ ପରି ବହୁସଂଖ୍ୟକ ହୋଇ ଆସନ୍ତି, ସେମାନେ ଓ ସେମାନଙ୍କ ଓଟ ଉଭୟ ଅସଂଖ୍ୟ; ଆଉ ସେମାନେ ଦେଶକୁ ଉଚ୍ଛିନ୍ନ କରିବାକୁ ଆସନ୍ତି।


ଏଉତ୍ତାରେ ସେ ଆପଣାର ନିଷ୍ରୋକ ନାମକ ଦେବତାର ଗୃହରେ ପୂଜା କରିବା ବେଳେ ଅଦ୍ରମ୍ମେଲକ୍‍ ଓ ଶରେତ୍ସର ନାମକ ତାହାର ଦୁଇ ପୁତ୍ର ତାହାକୁ ଖଡ୍ଗରେ ବଧ କଲେ। ତହୁଁ ସେମାନେ ଆରାରାଟ୍‍ ଦେଶକୁ ପଳାୟନ କଲେ। ପୁଣି, ତାହାର ପୁତ୍ର ଏସର୍‍ହଦ୍ଦୋନ୍‍ ତାହାର ପଦରେ ରାଜ୍ୟ କଲା।


କାରଣ ଉତ୍ତର ଦିଗରୁ ଏକ ଗୋଷ୍ଠୀ ତାହା ବିରୁଦ୍ଧରେ ଉଠି ଆସୁଅଛନ୍ତି, ସେମାନେ ତାହାର ଦେଶ ଧ୍ୱଂସ କରିବେ ଓ ତହିଁ ମଧ୍ୟରେ କେହି ବାସ କରିବ ନାହିଁ; ମନୁଷ୍ୟ ଓ ପଶୁ ଉଭୟ ପଳାଇଲେ, ସେମାନେ ଚାଲିଗଲେ।


କାରଣ ଦେଖ, ଆମ୍ଭେ ଉତ୍ତର ଦେଶରୁ ମହା ମହାଗୋଷ୍ଠୀର ସମାଜକୁ ଉତ୍ତେଜିତ କରି ବାବିଲ ବିରୁଦ୍ଧରେ ସେମାନଙ୍କୁ ଗମନ କରାଇବା; ଆଉ, ସେମାନେ ତାହା ବିରୁଦ୍ଧରେ ଆପଣାମାନଙ୍କୁ ସଜାଇବେ; ତହିଁରେ ତାହା ଶତ୍ରୁର ହସ୍ତଗତ ହେବ; ସେମାନଙ୍କର ତୀର ନିପୁଣ ବୀର ପୁରୁଷର ତୀର ପରି ହେବ, କୌଣସି ତୀର ବିଫଳ ହେବ ନାହିଁ।


ତାହାର ବିରୁଦ୍ଧରେ ଗୋଷ୍ଠୀୟମାନଙ୍କୁ, ମାଦୀୟ ରାଜାଗଣଙ୍କୁ, ସେମାନଙ୍କର ଦେଶାଧ୍ୟକ୍ଷ ଓ ତହିଁର ଅଧିପତିଗଣକୁ ଓ ତାହାର କର୍ତ୍ତୃତ୍ୱାଧୀନ ସମୁଦାୟ ଦେଶକୁ ପ୍ରସ୍ତୁତ କର।


ତୁମ୍ଭେମାନେ ଗୋଷ୍ଠୀବର୍ଗ ମଧ୍ୟରେ ଏହି କଥା ପ୍ରଚାର କର; ଯୁଦ୍ଧ ଆୟୋଜନ କର; ବୀରମାନଙ୍କର ପ୍ରବୃତ୍ତି ଜନ୍ମାଅ; ଯୋଦ୍ଧା ସମସ୍ତେ ନିକଟକୁ ଆସି ଉପସ୍ଥିତ ହେଉନ୍ତୁ।


Swiv nou:

Piblisite


Piblisite