Biblia Todo Logo
Bib sou entènèt

- Piblisite -




ଯିରିମୀୟ 51:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ତାହାର ବିରୁଦ୍ଧରେ ଗୋଷ୍ଠୀୟମାନଙ୍କୁ, ମାଦୀୟ ରାଜାଗଣଙ୍କୁ, ସେମାନଙ୍କର ଦେଶାଧ୍ୟକ୍ଷ ଓ ତହିଁର ଅଧିପତିଗଣକୁ ଓ ତାହାର କର୍ତ୍ତୃତ୍ୱାଧୀନ ସମୁଦାୟ ଦେଶକୁ ପ୍ରସ୍ତୁତ କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

28 ତାହାର ବିରୁଦ୍ଧରେ ଗୋଷ୍ଠୀୟମାନଙ୍କୁ, ମାଦୀୟ ରାଜଗଣକୁ, ସେମାନଙ୍କର ଦେଶାଧ୍ୟକ୍ଷ ଓ ତହିଁର ଅଧିପତିଗଣକୁ ଓ ତାହାର କର୍ତ୍ତୃତ୍ଵାଧୀନ ସମୁଦାୟ ଦେଶକୁ ପ୍ରସ୍ତୁତ କର।

Gade chapit la Kopi

ଓଡିଆ ବାଇବେଲ

28 ତାହାର ବିରୁଦ୍ଧରେ ଗୋଷ୍ଠୀୟମାନଙ୍କୁ, ମାଦୀୟ ରାଜାଗଣଙ୍କୁ, ସେମାନଙ୍କର ଦେଶାଧ୍ୟକ୍ଷ ଓ ତହିଁର ଅଧିପତିଗଣକୁ ଓ ତାହାର କର୍ତ୍ତୃତ୍ୱାଧୀନ ସମୁଦାୟ ଦେଶକୁ ପ୍ରସ୍ତୁତ କର।

Gade chapit la Kopi

ପବିତ୍ର ବାଇବଲ

28 ତାହାର ବିରୁଦ୍ଧରେ ସମସ୍ତ ଗୋଷ୍ଠୀକୁ, ମାଦୀୟ ରାଜଗଣକୁ ସେମାନଙ୍କର ଦେଶାଧ୍ୟକ୍ଷ, ଅଧିପତି ଓ ତାହାର କର୍ତ୍ତୃତ୍ୱାଧୀନ ସମୁଦାୟ ଦେଶକୁ ପ୍ରସ୍ତୁତ କର।

Gade chapit la Kopi




ଯିରିମୀୟ 51:28
18 Referans Kwoze  

ତୁମ୍ଭେମାନେ ତୀର ତୀକ୍ଷ୍ଣ କର; ଦୃଢ଼ କରି ଢାଲ ଧର; ସଦାପ୍ରଭୁ ମାଦୀୟ ରାଜାଗଣର ମନ ଉତ୍ତେଜିତ କରିଅଛନ୍ତି; କାରଣ ବାବିଲକୁ ନଷ୍ଟ କରିବା ପାଇଁ ତାହା ବିରୁଦ୍ଧରେ ତାହାଙ୍କର ସଂକଳ୍ପ ଅଛି; ଯେହେତୁ ଏହା ସଦାପ୍ରଭୁଙ୍କର ଦାତବ୍ୟ ପ୍ରତିଶୋଧ, ତାହାଙ୍କର ମନ୍ଦିର ନିମିତ୍ତକ ପ୍ରତିଶୋଧ ଅଟେ।


ମାଦୀୟ ବଂଶଜାତ ଅକ୍ଷଶ୍ୱେରଶର ପୁତ୍ର ଯେ ଦାରୀୟାବସ କଲ୍‍ଦୀୟ ରାଜ୍ୟ ଉପରେ ରାଜା ନିଯୁକ୍ତ ହୋଇଥିଲା, ତାହାର ପ୍ରଥମ ବର୍ଷରେ।


ତୁମ୍ଭେ ଯେଉଁ ମେଷ ଦେଖିଲ, ତାହାର ଦୁଇ ଶୃଙ୍ଗ ମାଦୀୟ ଓ ପାରସିକ ରାଜା।


ଏବେ ହେ ମହାରାଜ, ମାଦୀୟ ଓ ପାରସିକମାନଙ୍କର ଅଟଳ ବ୍ୟବସ୍ଥାନୁସାରେ ଏହି ନିଷେଧ-ବିଧି ଯେପରି ପରିବର୍ତ୍ତିତ ନ ହୁଏ, ଏଥିପାଇଁ ତାହା ସ୍ଥିର କରନ୍ତୁ ଓ ଏହି ଲେଖାରେ ସ୍ୱାକ୍ଷର କରନ୍ତୁ।”


ତୁମ୍ଭେମାନେ ଦେଶରେ ଧ୍ୱଜା ସ୍ଥାପନ କର, ଗୋଷ୍ଠୀୟମାନଙ୍କ ମଧ୍ୟରେ ତୂରୀ ବଜାଅ, ଗୋଷ୍ଠୀୟମାନଙ୍କୁ ତାହା ବିରୁଦ୍ଧରେ ପ୍ରସ୍ତୁତ କର, ଆରାରାଟ୍‍, ମିନ୍ନି ଓ ଅସ୍କିନସ୍‍, ଏହିସବୁ ରାଜ୍ୟକୁ ତାହାର ବିରୁଦ୍ଧରେ ଏକତ୍ର ଡାକ, ତାହାର ବିରୁଦ୍ଧରେ ସେନାପତି ବର୍ଗଙ୍କୁ ନିଯୁକ୍ତ କର ଓ କର୍କଶ ପତଙ୍ଗ ପରି ଅଶ୍ୱଗଣକୁ ପଠାଅ।


ଆଉ, ସିମ୍ରିର ସମସ୍ତ ରାଜାଙ୍କୁ, ଏଲମ୍‍ର ସମସ୍ତ ରାଜାଙ୍କୁ ଓ ମାଦୀୟମାନଙ୍କର ସମସ୍ତ ରାଜାଙ୍କୁ;


ଏକ ଦୁଃଖଦାୟକ ଦର୍ଶନ ଆମ୍ଭ ପ୍ରତି ପ୍ରକାଶିତ ହୋଇଅଛି; ବିଶ୍ୱାସଘାତକ ବିଶ୍ୱାସଘାତକତା କରୁଅଛି ଓ ଲୁଟିତକାରୀ ଲୁଟୁଅଛି। ହେ ଏଲମ୍‍, ଉପରକୁ ଯାଅ; ହେ ମାଦୀୟେ, ଅବରୋଧ କର; ମୁଁ ତହିଁର ହାହାକାର ଧ୍ୱନିସବୁ ନିବୃତ୍ତ କରିଅଛି।


ଦେଖ, ଆମ୍ଭେ ସେମାନଙ୍କ ପ୍ରତିକୂଳରେ ମାଦୀୟମାନଙ୍କୁ ଉତ୍ତେଜିତ କରିବା, ସେମାନେ ରୂପାକୁ ଅନାଇବେ ନାହିଁ ଓ ସୁନାରେ ସେମାନେ ତୁଷ୍ଟ ହେବେ ନାହିଁ।


ପୁଣି, ତାହାର ପରାକ୍ରମ ଓ ପ୍ରଭାବର ସବୁ କଥା, ଆଉ ରାଜା ମର୍ଦ୍ଦଖୟଙ୍କୁ ଯେଉଁ ମହତ୍ତ୍ୱ ଦେଇ ଉଚ୍ଚପଦରେ ନିଯୁକ୍ତ କଲେ, ତହିଁର ସମ୍ପୂର୍ଣ୍ଣ ବିବରଣ କି ମାଦୀୟା ଓ ପାରସ୍ୟ ଦେଶର ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ନାହିଁ?


ଆପଣା ରାଜତ୍ଵର ତୃତୀୟ ବର୍ଷରେ ଆପଣା ସକଳ ଅଧିପତି ଓ ଦାସମାନଙ୍କ ପାଇଁ ଭୋଜ ପ୍ରସ୍ତୁତ କଲେ; ତହିଁରେ ପାରସ୍ୟ ଓ ମାଦୀୟା ଦେଶର ବିକ୍ରମୀ ଲୋକମାନେ ପୁଣି କୁଳୀନ ଓ ପ୍ରଦେଶାଧିପତିମାନେ ତାହାର ସାକ୍ଷାତରେ ଉପସ୍ଥିତ ହେଲେ।


ଯେଫତ୍‍ର ସନ୍ତାନ ଗୋମର, ମାଗୋଗ୍‍, ମାଦୟ, ଯବନ, ତୁବଲ୍‍, ମେଶକ୍‍ ଓ ତୀରସ୍‍ ଥିଲେ।


ଗୋମର, ମାଗୋଗ୍‍, ମାଦୟ, ଯବନ, ତୁବଲ୍‍, ମେଶକ୍‍ ଓ ତୀରସ୍‍, ଏମାନେ ଯେଫତ୍‍ର ସନ୍ତାନ।


କାରଣ ଅନେକ ଗୋଷ୍ଠୀ ଓ ମହାନ ମହାନ ରାଜାମାନେ ସେମାନଙ୍କୁ ହିଁ ଆପଣାମାନଙ୍କର ଦାସ୍ୟକର୍ମ କରାଇବେ, ଆଉ ଆମ୍ଭେ ସେମାନଙ୍କ କ୍ରିୟାନୁସାରେ ଓ ସେମାନଙ୍କ ହସ୍ତକୃତ କର୍ମାନୁସାରେ ସେମାନଙ୍କୁ ପ୍ରତିଫଳ ଦେବା।”


ଦେଖ, ଉତ୍ତର ଦିଗରୁ ଏକ ଜନବୃନ୍ଦ ଆସୁଅଛନ୍ତି ଓ ପୃଥିବୀର ପ୍ରାନ୍ତରୁ ଏକ ମହାଗୋଷ୍ଠୀ ଓ ଅନେକ ରାଜା ଉତ୍ତେଜିତ ହେବେ।


ପୁଣି, ଦେଶ କମ୍ପିତ ଓ ବେଦନାଗ୍ରସ୍ତ ହେଉଅଛି, କାରଣ ବାବିଲ ଦେଶକୁ ଧ୍ୱଂସିତ ଓ ନିବାସୀଶୂନ୍ୟ କରିବା ପାଇଁ ବାବିଲ ବିରୁଦ୍ଧରେ ସଦାପ୍ରଭୁଙ୍କର ସଂକଳ୍ପ ସଫଳ ହେଉଅଛି।


ଦାରୀୟାବସ ସମୁଦାୟ ରାଜ୍ୟରେ ଏକ ଶହ କୋଡ଼ିଏ ଜଣ କ୍ଷିତିପାଳ ରାଜ୍ୟ ଉପରେ ନିଯୁକ୍ତ କରିବାକୁ


Swiv nou:

Piblisite


Piblisite