Biblia Todo Logo
Bib sou entènèt

- Piblisite -




ଯିରିମୀୟ 51:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ପୁଣି, ଦେଶ କମ୍ପିତ ଓ ବେଦନାଗ୍ରସ୍ତ ହେଉଅଛି, କାରଣ ବାବିଲ ଦେଶକୁ ଧ୍ୱଂସିତ ଓ ନିବାସୀଶୂନ୍ୟ କରିବା ପାଇଁ ବାବିଲ ବିରୁଦ୍ଧରେ ସଦାପ୍ରଭୁଙ୍କର ସଂକଳ୍ପ ସଫଳ ହେଉଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ପୁଣି, ଦେଶ କମ୍ପିତ ଓ ବେଦନାଗ୍ରସ୍ତ ହେଉଅଛି, କାରଣ ବାବିଲ ଦେଶକୁ ଧ୍ଵଂସିତ ଓ ନିବାସୀଶୂନ୍ୟ କରିବା ପାଇଁ ବାବିଲ ବିରୁଦ୍ଧରେ ସଦାପ୍ରଭୁଙ୍କର ସଙ୍କଳ୍ପ ସଫଳ ହେଉଅଛି।

Gade chapit la Kopi

ଓଡିଆ ବାଇବେଲ

29 ପୁଣି, ଦେଶ କମ୍ପିତ ଓ ବେଦନାଗ୍ରସ୍ତ ହେଉଅଛି, କାରଣ ବାବିଲ ଦେଶକୁ ଧ୍ୱଂସିତ ଓ ନିବାସୀଶୂନ୍ୟ କରିବା ପାଇଁ ବାବିଲ ବିରୁଦ୍ଧରେ ସଦାପ୍ରଭୁଙ୍କର ସଂକଳ୍ପ ସଫଳ ହେଉଅଛି।

Gade chapit la Kopi

ପବିତ୍ର ବାଇବଲ

29 ସମଗ୍ର ବାବିଲ କମ୍ପିତ ଓ ବେଦନାଗ୍ରସ୍ତ ହେଉଅଛି। କାରଣ ତାକୁ ଧ୍ୱସ୍ତ ବିଧ୍ୱସ୍ତ ଓ ଜନଶୂନ୍ୟ କରିବାକୁ ତାହା ବିରୁଦ୍ଧରେ ସଦାପ୍ରଭୁଙ୍କର ସଂକଳ୍ପ ସଫଳ ହେଉଅଛି।

Gade chapit la Kopi




ଯିରିମୀୟ 51:29
25 Referans Kwoze  

ତାହାର ନଗରସକଳ ଧ୍ୱଂସସ୍ଥାନ ଓ ଶୁଷ୍କ ଭୂମି ଓ ପ୍ରାନ୍ତର ହୋଇଅଛି, ସେ ଦେଶ ମଧ୍ୟରେ କୌଣସି ମନୁଷ୍ୟ ବାସ କରେ ନାହିଁ, କିଅବା ତହିଁ ମଧ୍ୟଦେଇ କୌଣସି ମନୁଷ୍ୟ-ସନ୍ତାନ ଗମନାଗମନ କରେ ନାହିଁ।


“ଦାନ୍ ନଗରଠାରୁ ତାହାର ଅଶ୍ୱଗଣର ନାସା ଶବ୍ଦ ଶୁଣା ଯାଉଅଛି; ତାହାର ବଳିଷ୍ଠ ଅଶ୍ୱଗଣର ହିଁ ହିଁ ଶବ୍ଦରେ ସମୁଦାୟ ଦେଶ କମ୍ପୁଅଛି; କାରଣ ସେମାନେ ଆସିଅଛନ୍ତି, ଆଉ ଦେଶ ଓ ତନ୍ମଧ୍ୟସ୍ଥିତସକଳ ନଗର ଓ ତନ୍ନିବାସୀଗଣକୁ ଗ୍ରାସ କରିଅଛନ୍ତି;


ଦେଶ କି ଏଥିନିମନ୍ତେ କମ୍ପିତ ହେବ ନାହିଁ ଓ ତନ୍ନିବାସୀ ସମସ୍ତେ କି ଶୋକ କରିବେ ନାହିଁ? ହଁ, ତାହା ସମ୍ପୂର୍ଣ୍ଣ ରୂପେ ନଦୀ ତୁଲ୍ୟ ବଢ଼ି ଉଠିବ ଓ ମିସରର ନୀଳ ନଦୀ ତୁଲ୍ୟ ଉଚ୍ଛୁଳି ପୁନର୍ବାର ହ୍ରାସ ହେବ।”


ଏହେତୁ ସଦାପ୍ରଭୁ ବାବିଲର ବିରୁଦ୍ଧରେ ଯେଉଁ ମନ୍ତ୍ରଣା ଓ କଲ୍‍ଦୀୟମାନଙ୍କ ଦେଶ ବିରୁଦ୍ଧରେ ଯେଉଁ ସଂକଳ୍ପ କରିଅଛନ୍ତି, ତାହା ଶୁଣ; ଲୋକମାନେ ସେମାନଙ୍କୁ, ପଲର ଛୁଆମାନଙ୍କୁ ମଧ୍ୟ ଟାଣି ନେଇଯିବେ; ସେ ନିଶ୍ଚୟ ସେମାନଙ୍କର ନିବାସ ସ୍ଥାନ ସହିତ ସେମାନଙ୍କୁ ଉତ୍ସନ୍ନ କରିବ।


ସଦାପ୍ରଭୁଙ୍କ କୋପ ସକାଶୁ ସେ ବସତିବିଶିଷ୍ଟ ହେବ ନାହିଁ, ମାତ୍ର ସମ୍ପୂର୍ଣ୍ଣ ଧ୍ୱଂସସ୍ଥାନ ହେବ; ଯେ ପ୍ରତ୍ୟେକ ଲୋକ ବାବିଲର ନିକଟ ଦେଇ ଯିବ, ସେ ବିସ୍ମିତ ହେବ ଓ ତାହାର ସକଳ ଦଣ୍ଡ ସକାଶୁ ଶୀସ୍‍ ଶବ୍ଦ କରିବ।


ମାତ୍ର ସଦାପ୍ରଭୁ ସତ୍ୟ ପରମେଶ୍ୱର ଅଟନ୍ତି; ସେ ଜୀବିତ ପରମେଶ୍ୱର ଓ ଅନନ୍ତକାଳସ୍ଥାୟୀ ରାଜା; ତାହାଙ୍କ କୋପରେ ପୃଥିବୀ କମ୍ପିତ ହୁଏ, ପୁଣି ସର୍ବଦେଶୀୟମାନେ ତାହାଙ୍କର କ୍ରୋଧ ସହି ପାରନ୍ତି ନାହିଁ।


ସେ ମହା ଶଦ୍ଦ କରି ଉଚ୍ଚସ୍ୱରରେ କହିଲେ, “ମହାନଗରୀ ବାବିଲ ପତିତ, ଅଧଃପତିତ ହୋଇଅଛି, ତାହା ଭୂତମାନଙ୍କ ବାସସ୍ଥାନ ପୁଣି, ଅଶୁଚି ଆତ୍ମାମାନଙ୍କର ଏବଂ ଅଶୁଚି ଓ ଘୃଣ୍ୟ ପକ୍ଷୀମାନଙ୍କର ଆଶ୍ରୟ-ସ୍ଥାନ ହୋଇଅଛି।


ସେମାନଙ୍କ ସମ୍ମୁଖରେ ପୃଥିବୀ କମ୍ପିତ ହୁଏ; ଆକାଶମଣ୍ଡଳ ଥରଥର ହୁଏ; ସୂର୍ଯ୍ୟ ଓ ଚନ୍ଦ୍ର ଅନ୍ଧକାରମୟ ହୁଏ ଓ ନକ୍ଷତ୍ରଗଣ ଆପଣା ଆପଣା ତେଜ ରହିତ କରନ୍ତି।


ବାବିଲର ରାଜା ସେମାନଙ୍କ ବିଷୟରେ ଜନରବ ଶୁଣିଅଛି ଓ ତାହାର ହସ୍ତ ଦୁର୍ବଳ ହୁଏ; ଯନ୍ତ୍ରଣା ଓ ପ୍ରସବକାରିଣୀ ସ୍ତ୍ରୀର ବେଦନା ତୁଲ୍ୟ ବେଦନା ତାହାକୁ ଆକ୍ରାନ୍ତ କରିଅଛି।


ଯେଉଁମାନେ ତୁମ୍ଭକୁ ଦେଖନ୍ତି, ସେମାନେ ସୂକ୍ଷ୍ମ ରୂପେ ନିରୀକ୍ଷଣ କରି ତୁମ୍ଭ ବିଷୟ ବିବେଚନା କରି କହିବେ, ‘ଯେ ପୃଥିବୀକୁ କମ୍ପାନ୍ୱିତ କଲା, ଯେ ରାଜ୍ୟସମୂହକୁ ଥରହର କରାଇଲା;


ଦର୍ପବାଦୀମାନଙ୍କ ଉପରେ ଗୋଟିଏ ଖଡ୍ଗ ଅଛି, ଆଉ ସେମାନେ ହତବୁଦ୍ଧି ହେବେ; ତାହାର ବୀରମାନଙ୍କ ଉପରେ ଗୋଟିଏ ଖଡ୍ଗ ଅଛି, ଆଉ ସେମାନେ ବିସ୍ମିତ ହେବେ।


ବାବିଲ ଶତ୍ରୁହସ୍ତଗତ ହେବାର ଶବ୍ଦରେ ପୃଥିବୀ କମ୍ପୁଅଛି ଓ ଗୋଷ୍ଠୀଗଣ ମଧ୍ୟରେ କ୍ରନ୍ଦନର ଶବ୍ଦ ଶୁଣା ଯାଉଅଛି।


ଆଉ, ଲୋକମାନେ କୋଣ କିଅବା ଭିତ୍ତିମୂଳ ନିମନ୍ତେ ତୁମ୍ଭଠାରୁ ପ୍ରସ୍ତର ନେବେ ନାହିଁ; ମାତ୍ର ସଦାପ୍ରଭୁ କହନ୍ତି, ତୁମ୍ଭେ ଚିରକାଳ ଧ୍ୱଂସସ୍ଥାନ ହୋଇ ରହିବ।


ତାହାର ବିରୁଦ୍ଧରେ ଗୋଷ୍ଠୀୟମାନଙ୍କୁ, ମାଦୀୟ ରାଜାଗଣଙ୍କୁ, ସେମାନଙ୍କର ଦେଶାଧ୍ୟକ୍ଷ ଓ ତହିଁର ଅଧିପତିଗଣକୁ ଓ ତାହାର କର୍ତ୍ତୃତ୍ୱାଧୀନ ସମୁଦାୟ ଦେଶକୁ ପ୍ରସ୍ତୁତ କର।


ପୃଥିବୀ ମତ୍ତ ଲୋକ ପରି ଟଳଟଳ ହେବ ଓ କୁଡ଼ିଆ ଘର ପରି ଏଣେତେଣେ ଦୋହଲିବ; ଆଉ, ତାହାର ଅପରାଧ ତାହା ଉପରେ ଭାରୀ ହେବ, ତହିଁରେ ସେ ପଡ଼ିବ, ଆଉ ଉଠିବ ନାହିଁ।


ପୁଣି, ବାବିଲ ଢିପିମୟ ଶୃଗାଳମାନର ବାସସ୍ଥାନ, ବିସ୍ମୟାସ୍ପଦ, ଶୀସ୍‍ ଶବ୍ଦର ବିଷୟ ଓ ନିବାସୀବିହୀନ ହେବ।


Swiv nou:

Piblisite


Piblisite