Biblia Todo Logo
Bib sou entènèt

- Piblisite -




ଯିରିମୀୟ 51:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଧନୁର୍ଦ୍ଧାରୀ ଆପଣା ଧନୁରେ ଗୁଣ ନ ଦେଉ ଓ ସେ ଆପଣା ସାଞ୍ଜୁଆ ପିନ୍ଧି ଉତ୍ଥିତ ନ ହେଉ; ତୁମ୍ଭେମାନେ ତାହାର ଯୁବକଗଣକୁ ଦୟା କର ନାହିଁ; ତାହାର ସୈନ୍ୟସକଳକୁ ସମ୍ପୂର୍ଣ୍ଣ ରୂପେ ବିନାଶ କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଧନୁର୍ଦ୍ଧର ଆପଣା ଧନୁରେ ଗୁଣ ନ ଦେଉ ଓ ସେ ଆପଣା ସାଞ୍ଜୁଆ ପିନ୍ଧି ଉତ୍ଥିତ ନ ହେଉ; ତୁମ୍ଭେମାନେ ତାହାର ଯୁବକଗଣକୁ ଦୟା କର ନାହିଁ; ତାହାର ସୈନ୍ୟସକଳକୁ ସମ୍ପୂର୍ଣ୍ଣ ରୂପେ ବିନାଶ କର।

Gade chapit la Kopi

ଓଡିଆ ବାଇବେଲ

3 ଧନୁର୍ଦ୍ଧାରୀ ଆପଣା ଧନୁରେ ଗୁଣ ନ ଦେଉ ଓ ସେ ଆପଣା ସାଞ୍ଜୁଆ ପିନ୍ଧି ଉତ୍‍ଥିତ ନ ହେଉ; ତୁମ୍ଭେମାନେ ତାହାର ଯୁବକଗଣକୁ ଦୟା କର ନାହିଁ; ତାହାର ସୈନ୍ୟସକଳକୁ ସମ୍ପୂର୍ଣ୍ଣ ରୂପେ ବିନାଶ କର।

Gade chapit la Kopi

ପବିତ୍ର ବାଇବଲ

3 ବାବିଲର ଧନୁର୍ଦ୍ଧରମାନେ ଆପଣା ଧନୁରେ ଗୁଣ ଦେବେ ନାହିଁ କି ସେମାନେ ଆପଣା ସାଞ୍ଜୁ ପିନ୍ଧିବେ ନାହିଁ। ତୁମ୍ଭେମାନେ ତାହାର ଯୁବକଗଣଙ୍କୁ ଦୟା କର ନାହିଁ ଓ ତା'ର ସମସ୍ତ ସୈନ୍ୟଙ୍କୁ ବିନାଶ କର।

Gade chapit la Kopi




ଯିରିମୀୟ 51:3
12 Referans Kwoze  

ହେ ଧନୁରେ ଗୁଣଦାୟୀ ଲୋକ ସମସ୍ତେ, ତୁମ୍ଭେମାନେ ବାବିଲର ବିରୁଦ୍ଧରେ ଚାରିଆଡ଼େ ସୈନ୍ୟ ସଜାଅ; କୁଣ୍ଠିତ ନ ହୋଇ ତାହା ପ୍ରତି ତୀର ନିକ୍ଷେପ କର; କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛି।


ହେ ଅଶ୍ୱାରୋହୀମାନେ, ତୁମ୍ଭେମାନେ ଅଶ୍ୱଗଣକୁ ସଜ୍ଜିତ କରି ଆରୋହଣ କର ଓ ମସ୍ତକର ଟୋପର ପିନ୍ଧି ସମ୍ମୁଖରେ ଠିଆ ହୁଅ; ବର୍ଚ୍ଛା ଚିକ୍କଣ କର, ସାଞ୍ଜୁଆ ପିନ୍ଧ।


ସଦାପ୍ରଭୁ କହନ୍ତି, ତୁମ୍ଭେ ମରାଥୟିମ୍‍ (ଦ୍ୱିଗୁଣ ଦ୍ରୋହ) ଦେଶର ବିରୁଦ୍ଧରେ ଓ ପକୋଦ (ପ୍ରତିଫଳପୁର) ନିବାସୀମାନଙ୍କ ବିରୁଦ୍ଧରେ ଉଠିଯାଅ; ସେମାନଙ୍କର ପଶ୍ଚାତ୍‍ ପଶ୍ଚାତ୍‍ ଯାଇ ସେମାନଙ୍କୁ ବଧ କରି ନିଃଶେଷ ରୂପେ ବିନାଶ କର ଓ ଆମ୍ଭେ ତୁମ୍ଭକୁ ଯାହା ଯାହା ଆଜ୍ଞା କରିଅଛୁ, ତଦନୁସାରେ କର।


କାରଣ ଯେ ଦୟା କରେ ନାହିଁ, ସେ ନିର୍ଦ୍ଦୟ ରୂପେ ବିଚାରିତ ହେବ, ଦୟା ବିଚାର ଉପରେ ଜୟଧ୍ୱନି କରେ।


ତାହାର ବୃଷସବୁକୁ ବଧ କର; ସେସବୁ ବଧ ସ୍ଥାନକୁ ଯାଉନ୍ତୁ; ସେମାନେ ସନ୍ତାପର ପାତ୍ର! କାରଣ ସେମାନଙ୍କର ଦିନ, ସେମାନଙ୍କ ପ୍ରତିଫଳର ସମୟ ଉପସ୍ଥିତ ହେଲା।


କାରଣ ମୃତ୍ୟୁୁ ଆମ୍ଭମାନଙ୍କର ଝରକା ଦେଇ ଆସି ଆମ୍ଭମାନଙ୍କ ଅଟ୍ଟାଳିକାମାନରେ ପ୍ରବେଶ କରିଅଛି; ସେ ବାହାରେ ବାଳକମାନଙ୍କୁ ଓ ଛକରେ ଯୁବାମାନଙ୍କୁ ଉଚ୍ଛିନ୍ନ କରିବାକୁ ଉଦ୍ୟତ।


ଯେଉଁ ଜନ ତୁମ୍ଭ ଶିଶୁଗଣକୁ ଧରି ଶୈଳ ଉପରେ କଚାଡ଼ିବ, ସେ ଧନ୍ୟ।


ବାହାରେ ଖଡ୍ଗ ଶୂନ୍ୟ କରିବ ଓ ଗୃହ ଭିତରେ ଭୟ; ତାହା ଯୁବା ଓ ଯୁବତୀ ଦୁହିଁଙ୍କୁ, ପୁଣି ଦୁଗ୍ଧପୋଷ୍ୟ ଶିଶୁ ସହିତ ପକ୍ୱକେଶ ବୃଦ୍ଧକୁ (ବିନାଶ କରିବ)।


ସଦାପ୍ରଭୁ କହନ୍ତି, ଯଦ୍ୟପି ବାବିଲ ଆକାଶ ପର୍ଯ୍ୟନ୍ତ ଉଠିବ, ଆଉ ଯଦ୍ୟପି ସେ ଆପଣା ବଳରୂପ ଉଚ୍ଚ ଦୁର୍ଗକୁ ଦୃଢ଼ କରିବ, ତଥାପି ଆମ୍ଭ ନିକଟରୁ ବିନାଶକମାନେ ତାହାର ମଧ୍ୟରେ ଉପସ୍ଥିତ ହେବେ।


Swiv nou:

Piblisite


Piblisite