Biblia Todo Logo
Bib sou entènèt

- Piblisite -




ଯିରିମୀୟ 51:43 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

43 ତାହାର ନଗରସକଳ ଧ୍ୱଂସସ୍ଥାନ ଓ ଶୁଷ୍କ ଭୂମି ଓ ପ୍ରାନ୍ତର ହୋଇଅଛି, ସେ ଦେଶ ମଧ୍ୟରେ କୌଣସି ମନୁଷ୍ୟ ବାସ କରେ ନାହିଁ, କିଅବା ତହିଁ ମଧ୍ୟଦେଇ କୌଣସି ମନୁଷ୍ୟ-ସନ୍ତାନ ଗମନାଗମନ କରେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

43 ତାହାର ନଗରସକଳ ଧ୍ଵଂସସ୍ଥାନ ଓ ଶୁଷ୍କଭୂମି ଓ ପ୍ରାନ୍ତର ହୋଇଅଛି, ସେ ଦେଶ ମଧ୍ୟରେ କୌଣସି ମନୁଷ୍ୟ ବାସ କରେ ନାହିଁ, କିଅବା ତହିଁ ମଧ୍ୟଦେଇ କୌଣସି ମନୁଷ୍ୟ ସନ୍ତାନ ଗମନାଗମନ କରେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

43 ତାହାର ନଗରସକଳ ଧ୍ୱଂସସ୍ଥାନ ଓ ଶୁଷ୍କଭୂମି ଓ ପ୍ରାନ୍ତର ହୋଇଅଛି, ସେ ଦେଶ ମଧ୍ୟରେ କୌଣସି ମନୁଷ୍ୟ ବାସ କରେ ନାହିଁ, କିଅବା ତହିଁ ମଧ୍ୟଦେଇ କୌଣସି ମନୁଷ୍ୟ ସନ୍ତାନ ଗମନାଗମନ କରେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

43 ବାବିଲର ନଗରସବୁ ଧ୍ୱଂସ ସ୍ଥାନ, ଶୁଷ୍କଭୂମି ଓ ପ୍ରାନ୍ତର ହେବ। ତା’ ମଧ୍ୟରେ କୌଣସି ଲୋକ ବାସ କରିବେ ନାହିଁ। କିଅବା ତା’ ମଧ୍ୟଦେଇ କୌଣସି ମନୁଷ୍ୟ ସନ୍ତାନ ଗମନା ଗମନ କରିବେ ନାହିଁ।

Gade chapit la Kopi




ଯିରିମୀୟ 51:43
12 Referans Kwoze  

ଅଥବା ‘ଯେ ଆମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ଯେ ପ୍ରାନ୍ତରର, ମରୁଭୂମି ଓ ଗର୍ତ୍ତମୟ ଦେଶର, ଆଉ ନିର୍ଜଳ ଓ ମୃତ୍ୟୁୁଚ୍ଛାୟାରୂପ ଦେଶର, ପୁଣି ପଥିକବିହୀନ ଓ ନିବାସୀଶୂନ୍ୟ ଦେଶର ମଧ୍ୟରେ ଆମ୍ଭମାନଙ୍କୁ କଢ଼ାଇ ଆଣିଲେ, ସେହି ସଦାପ୍ରଭୁ କାହାନ୍ତି,’ ଏହା ସେମାନେ କହିଲେ ନାହିଁ।


ତାହା କଦାପି ବସତି ସ୍ଥାନ ହେବ ନାହିଁ, ପୁରୁଷ ପୁରୁଷାନୁକ୍ରମେ କେହି ତହିଁରେ ବାସ କରିବେ ନାହିଁ; ଆରବୀୟ ଲୋକେ ସେଠାରେ ତମ୍ବୁ ପକାଇବେ ନାହିଁ, କିଅବା ମେଷପାଳକମାନେ ଆପଣା ଆପଣା ପଲ ସେଠାରେ ଶୁଆଇବେ ନାହିଁ।


ପୁଣି, ଦେଶ କମ୍ପିତ ଓ ବେଦନାଗ୍ରସ୍ତ ହେଉଅଛି, କାରଣ ବାବିଲ ଦେଶକୁ ଧ୍ୱଂସିତ ଓ ନିବାସୀଶୂନ୍ୟ କରିବା ପାଇଁ ବାବିଲ ବିରୁଦ୍ଧରେ ସଦାପ୍ରଭୁଙ୍କର ସଂକଳ୍ପ ସଫଳ ହେଉଅଛି।


ପୁଣି, ବାବିଲ ଢିପିମୟ ଶୃଗାଳମାନର ବାସସ୍ଥାନ, ବିସ୍ମୟାସ୍ପଦ, ଶୀସ୍‍ ଶବ୍ଦର ବିଷୟ ଓ ନିବାସୀବିହୀନ ହେବ।


ଏଥିପାଇଁ ତୁମ୍ଭମାନଙ୍କର ମାତା ଅତିଶୟ ଲଜ୍ଜିତା ହେବ; ତୁମ୍ଭମାନଙ୍କର ପ୍ରସବକାରିଣୀ ହତାଶା ହେବ; ଦେଖ, ସେ ଗୋଷ୍ଠୀଗଣ ମଧ୍ୟରେ ସର୍ବପଶ୍ଚାତ୍‍ ହେବ, ପ୍ରାନ୍ତର, ଶୁଷ୍କସ୍ଥାନ ଓ ମରୁଭୂମି ହେବ।


ଆସ, ସଦାପ୍ରଭୁଙ୍କର କାର୍ଯ୍ୟସବୁ ଦେଖ, ସେ ପୃଥିବୀରେ କି ପ୍ରକାର ଉଜାଡ଼ କରିଅଛନ୍ତି!


ଏହେତୁ ତୁମ୍ଭ ପ୍ରତି ଦୁର୍ଦ୍ଦଶା ଘଟିବ, ତୁମ୍ଭେ ତହିଁର ଉଦୟ ଜାଣିବ ନାହିଁ; ପୁଣି, ତୁମ୍ଭ ଉପରେ ବିପଦ ପଡ଼ିବ, ତୁମ୍ଭେ ତାହା ଦୂର କରି ପାରିବ ନାହିଁ; ଆଉ, ଯାହା ତୁମ୍ଭେ ଜାଣୁ ନାହଁ, ଏପରି ବିନାଶ ହଠାତ୍‍ ତୁମ୍ଭ ଉପରେ ଘଟିବ।


ଆଉ କହିବ, ‘ହେ ସଦାପ୍ରଭୁ, ତୁମ୍ଭେ ଏହି ସ୍ଥାନ ବିଷୟରେ କହିଅଛ ଯେ, ତୁମ୍ଭେ ତାହା ଉଚ୍ଛିନ୍ନ କରିବ, ତହିଁ ମଧ୍ୟରେ ମନୁଷ୍ୟ କି ପଶୁ କେହି ବାସ କରିବ ନାହିଁ, ମାତ୍ର ତାହା ଚିରକାଳ ଧ୍ୱଂସସ୍ଥାନ ହେବ।’


ତହିଁର ଅଟ୍ଟାଳିକାସକଳରେ କଣ୍ଟକ ଓ ତହିଁର ଦୁର୍ଗସବୁରେ ବିଛୁଆତି, କଣ୍ଟକଲତା ବଢ଼ିବ, ତାହା ଶୃଗାଳଗଣର ବାସସ୍ଥାନ ଓ ଓଟପକ୍ଷୀଗଣର ଚରାସ୍ଥାନ ହେବ।


ଏଥିରେ ସେମାନଙ୍କର ଦେଶକୁ ବିସ୍ମୟର ଓ ନିତ୍ୟ ଶୀସ୍‍ ଶବ୍ଦର ପାତ୍ର କରନ୍ତି; ତହିଁର ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ବିସ୍ମୟାପନ୍ନ ହୋଇ ଆପଣା ମସ୍ତକ ହଲାଇବ।


Swiv nou:

Piblisite


Piblisite