Biblia Todo Logo
Bib sou entènèt

- Piblisite -




ଯିରିମୀୟ 51:59 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

59 ଯିହୁଦାର ରାଜା ସିଦିକୀୟଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ ମହସେୟର ପୌତ୍ର ନେରୀୟର ପୁତ୍ର ସରାୟ ଯେଉଁ ସମୟରେ ରାଜା ସଙ୍ଗେ ବାବିଲକୁ ଗଲା, ସେ ସମୟରେ ଯିରିମୀୟ ଭବିଷ୍ୟଦ୍‍ବକ୍ତା ସରାୟକୁ ଯାହା ଆଜ୍ଞା କରିଥିଲେ, ତହିଁର ବୃତ୍ତାନ୍ତ। ଏହି ସରାୟ ରାଜଗୃହର ପ୍ରଧାନ ଅଧ୍ୟକ୍ଷ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

59 ଯିହୁଦାର ରାଜା ସିଦିକୀୟର ଅଧିକାରର ଚତୁର୍ଥ ବର୍ଷରେ ମହସେୟର ପୌତ୍ର ନେରୀୟର ପୁତ୍ର ସରାୟ ଯେଉଁ ସମୟରେ ରାଜା ସଙ୍ଗେ ବାବିଲକୁ ଗଲା, ସେ ସମୟରେ ଯିରିମୀୟ ଭବିଷ୍ୟଦ୍ବକ୍ତା ସରାୟକୁ ଯାହା ଆଜ୍ଞା କରିଥିଲେ, ତହିଁର ବୃତ୍ତା;। ଏହି ସରାୟ ରାଜଗୃହର ପ୍ରଧାନ ଅଧ୍ୟକ୍ଷ ଥିଲା।

Gade chapit la Kopi

ଓଡିଆ ବାଇବେଲ

59 ଯିହୁଦାର ରାଜା ସିଦିକୀୟଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ ମହସେୟର ପୌତ୍ର ନେରୀୟର ପୁତ୍ର ସରାୟ ଯେଉଁ ସମୟରେ ରାଜା ସଙ୍ଗେ ବାବିଲକୁ ଗଲା, ସେ ସମୟରେ ଯିରିମୀୟ ଭବିଷ୍ୟଦ୍‍ବକ୍ତା ସରାୟକୁ ଯାହା ଆଜ୍ଞା କରିଥିଲେ, ତହିଁର ବୃତ୍ତାନ୍ତ। ଏହି ସରାୟ ରାଜଗୃହର ପ୍ରଧାନ ଅଧ୍ୟକ୍ଷ ଥିଲା।

Gade chapit la Kopi

ପବିତ୍ର ବାଇବଲ

59 ଯିହୁଦାର ଶାସକ ସିଦିକିୟଙ୍କ ରାଜତ୍ୱର ଚତୁର୍ଥ ବର୍ଷରେ ମହସେୟର ପୌତ୍ର, ନେରିୟର ପୁତ୍ର ସରାୟ ଯେଉଁ ସମୟରେ ରାଜା ସଙ୍ଗେ ବାବିଲକୁ ଗଲା, ସେ ସମୟରେ ଯିରିମିୟ ସରାୟକୁ ଏହି ବାର୍ତ୍ତା ଦେଇଥିଲା। ସରାୟ ଜଣେ ପଦାଧିକାରୀ ଥିଲେ।

Gade chapit la Kopi




ଯିରିମୀୟ 51:59
6 Referans Kwoze  

ତହିଁରେ ଯିରିମୀୟ ନେରୀୟର ପୁତ୍ର ବାରୂକକୁ ଡାକିଲେ; ଆଉ, ବାରୂକ ଯିରିମୀୟଙ୍କ ପ୍ରତି କଥିତ ସଦାପ୍ରଭୁଙ୍କର ବାକ୍ୟସବୁ ତାହାର ମୁଖରୁ ଶୁଣି ଏକ ନଳାକାର ପୁସ୍ତକରେ ଲେଖିଲା।


ପୁଣି, ମୋʼ ପିତୃବ୍ୟର ପୁତ୍ର ହନନେଲର ସାକ୍ଷାତରେ ଓ କ୍ରୟପତ୍ରରେ ସ୍ୱାକ୍ଷରକାରୀ ସାକ୍ଷୀମାନଙ୍କ ସାକ୍ଷାତରେ ଓ ପ୍ରହରୀ ପ୍ରାଙ୍ଗଣରେ ଉପବିଷ୍ଟ ସମସ୍ତ ଯିହୁଦୀମାନଙ୍କ ସାକ୍ଷାତରେ ମୁଁ ସେହି କ୍ରୟପତ୍ର ମହସେୟର ପୌତ୍ର ନେରୀୟର ପୁତ୍ର ବାରୂକର ହସ୍ତରେ ସମର୍ପଣ କଲି।


ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍‍ଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ, ନେରୀୟର ପୁତ୍ର ବାରୂକ ଏହି ସମସ୍ତ କଥା ଯିରିମୀୟଙ୍କ ମୁଖରୁ ଶୁଣି ନଳାକାର ପୁସ୍ତକରେ ଲେଖିଲା ବେଳେ ଯିରିମୀୟ ଭବିଷ୍ୟଦ୍‍ବକ୍ତା ତାହାକୁ ଏହି କଥା କହିଲେ,


ଏଥିଉତ୍ତାରେ ସେହି ବର୍ଷ, ଅର୍ଥାତ୍‍, ଯିହୁଦାର ରାଜା ସିଦିକୀୟର ରାଜତ୍ଵର ଆରମ୍ଭ ସମୟରେ, ଚତୁର୍ଥ ବର୍ଷର ପଞ୍ଚମ ମାସରେ ଗିବୀୟୋନ୍‍ ନିବାସୀ ଅସୂରର ପୁତ୍ର ହନାନୀୟ ଭବିଷ୍ୟଦ୍‍ବକ୍ତା ସଦାପ୍ରଭୁଙ୍କ ଗୃହରେ ଯାଜକମାନଙ୍କର ଓ ଲୋକସମସ୍ତଙ୍କର ସାକ୍ଷାତରେ ମୋତେ ଏହି କଥା କହିଲା,


ସିଦିକୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ବେଳେ ଏକୋଇଶ ବର୍ଷ ବୟସ୍କ ଥିଲା ଓ ସେ ଯିରୂଶାଲମରେ ଏଗାର ବର୍ଷ ରାଜ୍ୟ କଲା; ତାହାର ମାତାର ନାମ ହମୁଟଲ୍‍, ସେ ଲିବ୍‍ନା ନିବାସୀ ଯିରିମୀୟଙ୍କ କନ୍ୟା ଥିଲା।


ମାତ୍ର ଆମ୍ଭମାନଙ୍କ ପୂର୍ବପୁରୁଷଗଣ ସ୍ୱର୍ଗର ପରମେଶ୍ୱରଙ୍କୁ କୋପାନ୍ୱିତ କଲା ଉତ୍ତାରେ ସେ ସେମାନଙ୍କୁ ବାବିଲର ରାଜା କଲ୍‍ଦୀୟ ନବୂଖଦ୍‍ନିତ୍ସର ହସ୍ତରେ ସମର୍ପଣ କରନ୍ତେ, ସେ ଏହି ଗୃହ ବିନାଶ କରି ଲୋକମାନଙ୍କୁ ବାବିଲକୁ ନେଇଗଲା।


Swiv nou:

Piblisite


Piblisite