Biblia Todo Logo
Bib sou entènèt

- Piblisite -




ଯିରିମୀୟ 51:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଆମ୍ଭେମାନେ ବାବିଲକୁ ସୁସ୍ଥ କରିବାକୁ ଇଚ୍ଛା କରୁ, ମାତ୍ର ସେ ସୁସ୍ଥ ହେଲା ନାହିଁ; ଆସ, ଆମ୍ଭେମାନେ ତାହାକୁ ପରିତ୍ୟାଗ କରି ପ୍ରତ୍ୟେକେ ଆପଣା ଆପଣା ଦେଶକୁ ଯାଉ; କାରଣ ତାହାର ଦଣ୍ଡ ଗଗନସ୍ପର୍ଶୀ ଓ ଆକାଶ ପର୍ଯ୍ୟନ୍ତ ଉଚ୍ଚୀକୃତ ଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଆମ୍ଭେମାନେ ବାବିଲକୁ ସୁସ୍ଥ କରିବାକୁ ଇଚ୍ଛା କରୁ, ମାତ୍ର ସେ ସୁସ୍ଥ ହେଲା ନାହିଁ; ଆସ, ଆମ୍ଭେମାନେ ତାହାକୁ ପରିତ୍ୟାଗ କରି ପ୍ରତ୍ୟେକେ ଆପଣା ଆପଣା ଦେଶକୁ ଯାଉ; କାରଣ ତାହାର ଦଣ୍ତ ଗଗନସ୍ପର୍ଶୀ ଓ ଆକାଶ ପର୍ଯ୍ୟନ୍ତ ଉଚ୍ଚୀକୃତ ଅଛି।

Gade chapit la Kopi

ଓଡିଆ ବାଇବେଲ

9 ଆମ୍ଭେମାନେ ବାବିଲକୁ ସୁସ୍ଥ କରିବାକୁ ଇଚ୍ଛା କରୁ, ମାତ୍ର ସେ ସୁସ୍ଥ ହେଲା ନାହିଁ; ଆସ, ଆମ୍ଭେମାନେ ତାହାକୁ ପରିତ୍ୟାଗ କରି ପ୍ରତ୍ୟେକେ ଆପଣା ଆପଣା ଦେଶକୁ ଯାଉ; କାରଣ ତାହାର ଦଣ୍ଡ ଗଗନସ୍ପର୍ଶୀ ଓ ଆକାଶ ପର୍ଯ୍ୟନ୍ତ ଉଚ୍ଚୀକୃତ ଅଛି।

Gade chapit la Kopi

ପବିତ୍ର ବାଇବଲ

9 ଆମ୍ଭେମାନେ ବାବିଲକୁ ସୁସ୍ଥ କରିବାକୁ ଚେଷ୍ଟା କଲୁ, ମାତ୍ର ସେ ସୁସ୍ଥ ହୋଇପାରିଲା ନାହିଁ। ଆସ, ଆମ୍ଭେମାନେ ତାକୁ ପରିତ୍ୟାଗ କରି ଆପଣା ଆପଣା ଦେଶକୁ ଗ୍ଭଲିଯିବା। ସ୍ୱର୍ଗର ପରମେଶ୍ୱର ତା'ର ଦଣ୍ଡ ବିଧାନ କରିବେ। ତାହାପାଇଁ ଯାହା ଘଟିବ ସେ ସ୍ଥିର କରିବେ।

Gade chapit la Kopi




ଯିରିମୀୟ 51:9
13 Referans Kwoze  

କାରଣ ତାହାର ପାପରାଶି ସ୍ୱର୍ଗ ପର୍ଯ୍ୟନ୍ତ ସୁଦ୍ଧା ଉଠିଅଛି, ଆଉ ଈଶ୍ବର ତାହାର ଅଧର୍ମସବୁ ସ୍ମରଣ କରିଅଛନ୍ତି।


ତୁମ୍ଭେମାନେ ବାବିଲରୁ ବୀଜବାପକକୁ ଓ ଶସ୍ୟ ସଂଗ୍ରହ ସମୟରେ ଦା ଧରିବା ଲୋକଙ୍କୁ ଉଚ୍ଛିନ୍ନ କର, ଉତ୍ପୀଡ଼କ ଖଡ୍ଗ ଭୟରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ଲୋକଙ୍କ ନିକଟକୁ ଫେରିଯିବେ ଓ ସେମାନେ ପ୍ରତ୍ୟେକେ ଆପଣା ଆପଣା ଦେଶକୁ ପଳାଇବେ।


ତହିଁରେ ଏପରି ଘଟିବ ଯେ, ତାଡ଼ିତ ହରିଣର ନ୍ୟାୟ ଓ ଅରକ୍ଷକ ମେଷ ତୁଲ୍ୟ ଲୋକମାନେ ପ୍ରତ୍ୟେକେ ଆପଣା ଆପଣା ଗୋଷ୍ଠୀ ପ୍ରତି ଫେରିବେ ଓ ପ୍ରତ୍ୟେକେ ଆପଣା ଆପଣା ଦେଶ ଆଡ଼କୁ ପଳାୟନ କରିବେ।


ସେ ଅନେକଙ୍କୁ ଝୁଣ୍ଟାଇ ପକାଇଲେ, ସେମାନେ ପରସ୍ପର ଉପରେ ପଡ଼ିଲେ; ପୁଣି, ସେମାନେ କହିଲେ, ‘ଉଠ, ଆମ୍ଭେମାନେ ଉତ୍ପୀଡ଼କ ଖଡ୍ଗରୁ ପଳାଇ ଆପଣା ଲୋକମାନଙ୍କ ନିକଟକୁ ଓ ଆପଣା ଜନ୍ମ ଦେଶକୁ ପୁନର୍ବାର ଯାଉ।’


“ହେ ମୋହର ପରମେଶ୍ୱର, ମୁଁ ଲଜ୍ଜିତ ଅଛି, ହେ ମୋହର ପରମେଶ୍ୱର, ମୁଁ ତୁମ୍ଭଆଡ଼େ ମୁଖ ଟେକିବାକୁ ବିଷଣ୍ଣ ଅଛି; କାରଣ ଆମ୍ଭମାନଙ୍କ ଅପରାଧ ଆମ୍ଭମାନଙ୍କ ମସ୍ତକର ଊର୍ଦ୍ଧ୍ୱରେ ବଢ଼ି ଉଠିଅଛି ଓ ଆମ୍ଭମାନଙ୍କ ଦୋଷ ଗଗନସ୍ପର୍ଶୀ ହୋଇଅଛି।


ଆହୁରି, ମିସରର ମଧ୍ୟବର୍ତ୍ତୀ ବେତନଗ୍ରାହୀ ଲୋକମାନେ ଗୋଶାଳାର ଗୋବତ୍ସ ତୁଲ୍ୟ; କାରଣ ସେମାନେ ମଧ୍ୟ ଫେରି ଯାଇଅଛନ୍ତି, ସେମାନେ ଏକତ୍ର ପଳାଇଅଛନ୍ତି, ସେମାନେ ସ୍ଥିର ହୋଇ ରହିଲେ ନାହିଁ, କାରଣ ସେମାନଙ୍କର ବିପଦର ଦିନ, ପ୍ରତିଫଳ ପାଇବାର ସମୟ ସେମାନଙ୍କର ନିକଟରେ ଉପସ୍ଥିତ ହେଲା।


“ଶସ୍ୟସଂଗ୍ରହର ସମୟ ଗତ ହେଲା, ଗ୍ରୀଷ୍ମକାଳ ଶେଷ ହେଲା, ମାତ୍ର ଆମ୍ଭମାନଙ୍କର ପରିତ୍ରାଣ ହୋଇ ନାହିଁ।”


ଯେଉଁ ଯେଉଁ ବିଷୟରେ ତୁମ୍ଭେ ପରିଶ୍ରମ କରିଅଛ, ସେହି ସବୁ ତୁମ୍ଭ ପ୍ରତି ଏହିପରି ହେବ; ତୁମ୍ଭର ଯୌବନରୁ ଯେଉଁମାନେ ତୁମ୍ଭ ସହିତ ବାଣିଜ୍ୟ କରିଅଛନ୍ତି, ସେମାନଙ୍କର ପ୍ରତ୍ୟେକେ ଏଣେତେଣେ ଭ୍ରମଣ କରି ଆପଣା ଆପଣା ସ୍ଥାନକୁ ଯିବେ, ତୁମ୍ଭକୁ ରକ୍ଷା କରିବାକୁ କେହି ରହିବେ ନାହିଁ।


ମାତ୍ର ସେଠାରେ ଓଦେଦ୍‍ ନାମରେ ସଦାପ୍ରଭୁଙ୍କର ଜଣେ ଭବିଷ୍ୟଦ୍‍ବକ୍ତା ଥିଲେ; ସେ ଶମରୀୟାକୁ ଆଗତ ସୈନ୍ୟଦଳ ସଙ୍ଗେ ସାକ୍ଷାତ କରିବାକୁ ଯାଇ ସେମାନଙ୍କୁ କହିଲା, “ଦେଖ, ସଦାପ୍ରଭୁ ତୁମ୍ଭମାନଙ୍କ ପିତୃଗଣର ପରମେଶ୍ୱର ଯିହୁଦା ପ୍ରତି କୋପାନ୍ୱିତ ହେବାରୁ ସେମାନଙ୍କୁ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କଲେ, ଆଉ ତୁମ୍ଭେମାନେ ଗଗନସ୍ପର୍ଶୀ କ୍ରୋଧାଗ୍ନି ଦ୍ୱାରା ସେମାନଙ୍କୁ ବଧ କରିଅଛ।


ପରେ ମୁଁ ସ୍ୱର୍ଗରୁ ଆଉ ଗୋଟିଏ ସ୍ୱର ଏହା କହିବାର ଶୁଣିଲି, “ହେ ଆମ୍ଭର ଲୋକମାନେ, ତୁମ୍ଭେମାନେ ଯେପରି ତାହାର ପାପର ସହଭାଗୀ ନ ହୁଅ ଓ ତାହାର କ୍ଲେଶର ଅଂଶୀ ନ ହୁଅ, ଏଥିନିମନ୍ତେ ତାହାଠାରୁ ବାହାରି ଆସ;


ସେମାନେ ସନ୍ତାପର ପାତ୍ର! କାରଣ ସେମାନେ ଆମ୍ଭ ନିକଟରୁ ବିପଥଗାମୀ ହୋଇଅଛନ୍ତି; ସେମାନଙ୍କର ସର୍ବନାଶ ଘଟିବ; କାରଣ ସେମାନେ ଆମ୍ଭ ବିରୁଦ୍ଧରେ ଅପରାଧ କରିଅଛନ୍ତି; ଆମ୍ଭେ ସେମାନଙ୍କୁ ମୁକ୍ତ କରିବାକୁ ଇଚ୍ଛା କଲେ ମଧ୍ୟ ସେମାନେ ଆମ୍ଭ ବିରୁଦ୍ଧରେ ମିଥ୍ୟା କଥା କହିଅଛନ୍ତି।


Swiv nou:

Piblisite


Piblisite