Biblia Todo Logo
Bib sou entènèt

- Piblisite -




ଯିରିମୀୟ 52:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ପ୍ରହରୀବର୍ଗର ସେନାପତି ତାଟିଆ, ଅଙ୍ଗାରଧାନୀ, କୁଣ୍ଡ, ହାଣ୍ଡି, ଦୀପବୃକ୍ଷ, ଚମସ ଓ ପାତ୍ରସବୁ, ଯାହା ସୁନାର ଥିଲା, ତାହା ସୁନା କରି ଓ ଯାହା ରୂପାର ଥିଲା, ତାହା ରୂପା କରି ନେଇଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ପ୍ରହରୀବର୍ଗର ସେନାପତି ତାଟିଆ ଓ ଅଙ୍ଗାରଧାନୀ ଓ କୁଣ୍ତ ଓ ହାଣ୍ତି ଓ ଦୀପବୃକ୍ଷ ଓ ଚମସ ଓ ପାତ୍ରସବୁ, ଯାହା ସୁନାର ଥିଲା, ତାହା ସୁନା କରି ଓ ଯାହା ରୂପାର ଥିଲା, ତାହା ରୂପା କରି ନେଇଗଲା।

Gade chapit la Kopi

ଓଡିଆ ବାଇବେଲ

19 ପ୍ରହରୀବର୍ଗର ସେନାପତି ତାଟିଆ, ଅଙ୍ଗାରଧାନୀ, କୁଣ୍ଡ, ହାଣ୍ଡି, ଦୀପବୃକ୍ଷ, ଚାମସ ଓ ପାତ୍ର ସବୁ, ଯାହା ସୁନାର ଥିଲା, ତାହା ସୁନା କରି ଓ ଯାହା ରୂପାର ଥିଲା, ତାହା ରୂପା କରି ନେଇଗଲା।

Gade chapit la Kopi

ପବିତ୍ର ବାଇବଲ

19 ପୁଣି ପ୍ରହରୀମାନଙ୍କର ସେନାପତି ଛୋଟ ତାଟିଆ, କରେଇ, ବେଦି ଉପରେ ସିଞ୍ଚନ ପାଇଁ ବ୍ୟବହୃତ ହେଉଥିବା ପାତ୍ର, କେଟଲି, ଦୀପରୁଖା ଏବଂ ପେୟନୈବେଦ୍ୟ ଉତ୍ସର୍ଗ ପାଇଁ ବ୍ୟବହୃତ ହେଉଥିବା ପାତ୍ରସବୁ ନେଇଗଲେ। ଖାଣ୍ଟିସୁନା ଓ ରୂପାରେ ନିର୍ମିତ ହୋଇଥିବା ସବୁକିଛି ପ୍ରହରୀ କପ୍ତାନ ନେଲେ।

Gade chapit la Kopi




ଯିରିମୀୟ 52:19
9 Referans Kwoze  

ଆଉ ପ୍ରହରୀବର୍ଗର ସେନାପତି ଅଙ୍ଗାରଧାନୀ ଓ କୁଣ୍ଡସବୁ, ଯାହା ସୁନାର ଥିଲା, ତାହା ସୁନା କରି, ପୁଣି ଯାହା ରୂପାର ଥିଲା, ତାହା ରୂପା କରି ନେଇଗଲା।


ତହୁଁ ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ଆପଣା ଅଙ୍ଗାରଧାନୀ ନେଇ ତହିଁ ମଧ୍ୟରେ ଯଜ୍ଞବେଦିରୁ ଅଗ୍ନି ଦିଅ, ପୁଣି, ତହିଁ ଉପରେ ଧୂପ ଥୋଇ ଶୀଘ୍ର ମଣ୍ଡଳୀ ନିକଟକୁ ଯାଇ ସେମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କର; କାରଣ ସଦାପ୍ରଭୁଙ୍କଠାରୁ କ୍ରୋଧ ନିର୍ଗତ ହୋଇଅଛି; ମହାମାରୀ ଆରମ୍ଭ ହେଲାଣି।”


ପୁଣି ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ ଗମନାଗମନ କରିବା ଓ ତୁମ୍ଭମାନଙ୍କର ପରମେଶ୍ୱର ହେବା ଓ ତୁମ୍ଭେମାନେ ଆମ୍ଭର ଲୋକ ହେବ।


ଆଉ ତହିଁରୁ ଭସ୍ମ କାଢ଼ି ନେବା ପାଇଁ ଭସ୍ମଧାନୀ କରିବ, ତହିଁର କରଚୁଲି, କୁଣ୍ଡ, ତ୍ରିଶୂଳ ଓ ଅଙ୍ଗାରଧାନୀ କରିବ; ତହିଁର ସମସ୍ତ ପାତ୍ର ପିତ୍ତଳରେ ପ୍ରସ୍ତୁତ କରିବ।


ପୁଣି, ସେ ମୋତେ କହିଲେ, “ତୁମ୍ଭେ କଅଣ ଦେଖୁଅଛ?” ତହିଁରେ ମୁଁ କହିଲି, “ମୁଁ ଦେଖିଅଛି, ଆଉ ଦେଖ, ସମ୍ପୂର୍ଣ୍ଣ ସୁବର୍ଣ୍ଣମୟ ଏକ ଦୀପବୃକ୍ଷ, ତହିଁର ଉପରେ ତୈଳାଧାର ଓ ତହିଁ ଉପରେ ସାତ ପ୍ରଦୀପ ଅଛି ଓ ତହିଁର ଉପରି ଭାଗରେ ପ୍ରତ୍ୟେକ ପ୍ରଦୀପର ନିମନ୍ତେ ସାତୋଟି ନଳ ଅଛି।


Swiv nou:

Piblisite


Piblisite