Biblia Todo Logo
Bib sou entènèt

- Piblisite -




ଯିରିମୀୟ 52:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଏଥିଉତ୍ତାରେ ତାହାଙ୍କ ରାଜତ୍ଵର ନବମ ବର୍ଷରେ, ଦଶମ ମାସର ଦଶମ ଦିନରେ, ବାବିଲର ରାଜା ନବୂଖଦ୍‍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଯିରୂଶାଲମକୁ ଆସି ତହିଁ ବିରୁଦ୍ଧରେ ଛାଉଣି କଲେ; ଆଉ, ସେମାନେ ତହିଁର ଚତୁର୍ଦ୍ଦିଗରେ ଗଡ଼ ନିର୍ମାଣ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଅନନ୍ତର ତାହାର ଅଧିକାରର ନବମ ବର୍ଷରେ, ଦଶମ ମାସର ଦଶମ ଦିନରେ, ବାବିଲର ରାଜା ନବୂଖଦ୍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଯିରୂଶାଲମକୁ ଆସି ତହିଁ ବିରୁଦ୍ଧରେ ଛାଉଣି କଲେ; ଆଉ, ସେମାନେ ତହିଁର ଚତୁର୍ଦ୍ଦିଗରେ ଗଡ଼ ନିର୍ମାଣ କଲେ।

Gade chapit la Kopi

ଓଡିଆ ବାଇବେଲ

4 ଏଥିଉତ୍ତାରେ ତାହାଙ୍କ ରାଜତ୍ଵର ନବମ ବର୍ଷରେ, ଦଶମ ମାସର ଦଶମ ଦିନରେ, ବାବିଲର ରାଜା ନବୂଖଦ୍‍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଯିରୂଶାଲମକୁ ଆସି ତହିଁ ବିରୁଦ୍ଧରେ ଛାଉଣି କଲେ; ଆଉ, ସେମାନେ ତହିଁର ଚତୁର୍ଦ୍ଦିଗରେ ଗଡ଼ ନିର୍ମାଣ କଲେ।

Gade chapit la Kopi

ପବିତ୍ର ବାଇବଲ

4 ତା'ପରେ ରାଜତ୍ୱର ନବମ ବର୍ଷର, ଦଶମ ମାସର ଦଶମ ଦିନରେ, ବାବିଲର ରାଜା ନବୂଖ‌ଦ୍‌ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଯିରୁଶାଲମକୁ ଆସିଲେ ଓ ତାହା ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ସେମାନଙ୍କର ଛାଉଣି ସ୍ଥାପନ କଲେ। ସେମାନେ ଏହାର ଚତୁର୍ଦ୍ଦିଗରେ ପ୍ରବେଶ କରି ଅବରୋଧର କାର୍ଯ୍ୟ କଲେ।

Gade chapit la Kopi




ଯିରିମୀୟ 52:4
22 Referans Kwoze  

ଏଥିଉତ୍ତାରେ ଯିହୁଦାର ରାଜା ସିଦିକୀୟଙ୍କ ରାଜତ୍ଵର ନବମ ବର୍ଷର ଦଶମ ମାସରେ ବାବିଲର ରାଜା ନବୂଖଦ୍‍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଯିରୂଶାଲମର ବିରୁଦ୍ଧରେ ଆସି ତାହା ଅବରୋଧ କଲେ;


ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଚତୁର୍ଥ ମାସର ଉପବାସ ଓ ପଞ୍ଚମ ମାସର ଉପବାସ ଓ ସପ୍ତମ ମାସର ଉପବାସ ଓ ଦଶମ ମାସର ଉପବାସ ଯିହୁଦା ବଂଶ ପ୍ରତି ଆନନ୍ଦ ଓ ଆହ୍ଲାଦଜନକ ଓ ଆମୋଦଜନକ ଉତ୍ସବ ହେବ; ଏଥିପାଇଁ ତୁମ୍ଭେମାନେ ସତ୍ୟ ଓ ଶାନ୍ତି ଭଲ ପାଅ।


ତେବେ, ନଗରରେ ଏକ ସ୍ଥାନ ଭଗ୍ନ ହୁଅନ୍ତେ, ସମସ୍ତ ଯୋଦ୍ଧା ଏକ ରାତ୍ରି ଭିତରେ ରାଜାର ଉଦ୍ୟାନ ନିକଟସ୍ଥ ଦୁଇ ପ୍ରାଚୀରର ମଧ୍ୟବର୍ତ୍ତୀ ଦ୍ୱାର ପଥ ଦେଇ ପଳାଇଲେ; ସେସମୟରେ କଲ୍‍ଦୀୟମାନେ ନଗରର ବିରୁଦ୍ଧରେ ଚତୁର୍ଦ୍ଦିଗରେ ଥିଲେ; ପୁଣି, ଲୋକମାନେ ଆରବା ପଥ ଦେଇ ଚାଲିଗଲେ।


ଏହିସବୁ ବନ୍ଧ ଦେଖ, ସେମାନେ ଜୟ କରିବା ପାଇଁ ନଗରକୁ ଆସିଅଛନ୍ତି; ପୁଣି, ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ସକାଶୁ ନଗର ବିରୁଦ୍ଧରେ ଯୁଦ୍ଧକାରୀ କଲ୍‍ଦୀୟମାନଙ୍କ ହସ୍ତରେ ତାହା ଦତ୍ତ ହେଉଅଛି; ଆଉ, ତୁମ୍ଭେ ଯାହା କହିଅଛ, ତାହା ସଫଳ ହେଉଅଛି; ପୁଣି ଦେଖ, ତୁମ୍ଭେ ଏହା ଦେଖୁଅଛ।


“କିନ୍ତୁ ତୁମ୍ଭେମାନେ ଯେତେବେଳେ ଯିରୂଶାଲମ ସହରକୁ ସୈନ୍ୟସାମନ୍ତ ଘେରିଥିବା ଦେଖିବ, ସେତେବେଳେ ତାହା ଧ୍ୱଂସ ହେବା ଯେ ସନ୍ନିକଟ, ଏହା ଜାଣ।


ଯେତେବେଳେ ଈଶ୍ବର ତୋତେ ଉଦ୍ଧାର କରିବାକୁ ଚେଷ୍ଟା କରୁଥିଲେ ତାହା ତୁ ନ ଜାଣିବା ହେତୁରୁ, ଯେଉଁ ସମୟରେ ତୋʼ ଶତ୍ରୁମାନେ ତୋର ଚାରିଆଡ଼େ ବନ୍ଧ ବାନ୍ଧି ତୋତେ ଘେରି ଅବରୋଧ କରିବେ,


ତାହାର ଦକ୍ଷିଣ ହସ୍ତରେ ଯିରୂଶାଲମ ନାମରେ, ଅର୍ଥାତ୍‍, ସେହି ସ୍ଥାନରେ ପ୍ରାଚୀର-ଭେଦକ ଯନ୍ତ୍ର ସ୍ଥାପନ କରିବାକୁ, ବଧଆଜ୍ଞା ଦେବାକୁ, ଉଚ୍ଚସ୍ୱରରେ ସିଂହନାଦ କରିବାକୁ, ନଗରର ଦ୍ୱାରସମୂହର ବିରୁଦ୍ଧରେ ପ୍ରାଚୀର-ଭେଦକ ଯନ୍ତ୍ର ସ୍ଥାପନ କରିବାକୁ, ବନ୍ଧ ବାନ୍ଧିବାକୁ ଓ ଦୁର୍ଗ ନିର୍ମାଣ କରିବାକୁ ଯିରୂଶାଲମର ନାମରେ ମନ୍ତ୍ର ଉଠିଲା।


ପୁଣି, ଆମ୍ଭେ ଚତୁର୍ଦ୍ଦିଗରେ ତୁମ୍ଭ ବିରୁଦ୍ଧରେ ଛାଉଣି ସ୍ଥାପନ କରିବା ଓ ଗଡ଼ବନ୍ଦୀ କରି ତୁମ୍ଭକୁ ବେଷ୍ଟନ କରିବା ଓ ତୁମ୍ଭ ପ୍ରତିକୂଳରେ ଅବରୋଧକ ଉପାୟ ପ୍ରସ୍ତୁତ କରିବା।


ପୁଣି ଆମ୍ଭେ ତୁମ୍ଭମାନଙ୍କ ଉପରକୁ ଖଡ୍ଗ ଆଣିବା, ତାହା ନିୟମ ଲଙ୍ଘନର ପ୍ରତିଫଳ ଦେବ ଓ ତୁମ୍ଭେମାନେ ନଗର ମଧ୍ୟରେ ଏକତ୍ର ହେଲେ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ମହାମାରୀ ପଠାଇବା; ତହିଁରେ ତୁମ୍ଭେମାନେ ଶତ୍ରୁ ହସ୍ତରେ ସମର୍ପିତ ହେବ।


ବାବିଲର ରାଜା ନବୂଖଦ୍‍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଓ ତାହାର କର୍ତ୍ତୃତ୍ୱାଧୀନ ଭୂଖଣ୍ଡର ସମସ୍ତ ରାଜ୍ୟ ଆଉ ସମସ୍ତ ଗୋଷ୍ଠୀ ଯିରୂଶାଲମ ଓ ତହିଁର ନଗରସମୂହର ବିରୁଦ୍ଧରେ ଯୁଦ୍ଧ କରୁଥିବା ସମୟରେ, ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଉପସ୍ଥିତ ହେଲା:


ସେ କ୍ଷେତ୍ରସ୍ଥିତ ତୁମ୍ଭର କନ୍ୟାଗଣକୁ ଖଡ୍ଗରେ ବଧ କରିବ; ଆଉ, ସେ ତୁମ୍ଭ ବିରୁଦ୍ଧରେ ଦୁର୍ଗ ନିର୍ମାଣ କରିବ, ତୁମ୍ଭ ବିରୁଦ୍ଧରେ ବନ୍ଧ ବାନ୍ଧିବ ଓ ତୁମ୍ଭ ବିରୁଦ୍ଧରେ ଢାଲ ଉଠାଇବ।


ଏଥିଉତ୍ତାରେ ଆମ୍ଭମାନଙ୍କ ନିର୍ବାସନର ଦ୍ୱାଦଶ ବର୍ଷର ଦଶମ ମାସର ପଞ୍ଚମ ଦିନରେ ଯିରୂଶାଲମରୁ ପଳାତକ ଏକ ଜଣ ମୋʼ ନିକଟକୁ ଆସି କହିଲା, “ନଗର ପରାଜିତ ହୋଇଅଛି।”


ଆମ୍ଭମାନଙ୍କ ନିର୍ବାସନର ପଚିଶ ବର୍ଷରେ, ବର୍ଷର ଆରମ୍ଭରେ ମାସର ଦଶମ ଦିନରେ, ଅର୍ଥାତ୍‍, ନଗର ନିପାତିତ ହେଲା ଉତ୍ତାରେ ଚତୁର୍ଦ୍ଦଶ ବର୍ଷର ଉକ୍ତ ଦିବସରେ ସଦାପ୍ରଭୁଙ୍କର ହସ୍ତ ମୋʼ ଉପରେ ଅଧିଷ୍ଠିତ ଥିଲା ଓ ସେ ମୋତେ ସେହି ସ୍ଥାନରେ ଉପସ୍ଥିତ କରାଇଲେ।


ସେମାନେ କ୍ଷେତ୍ର ରକ୍ଷକମାନଙ୍କ ପରି ତାହାର ଚାରିଆଡ଼େ ଅଛନ୍ତି, କାରଣ ସଦାପ୍ରଭୁ କହନ୍ତି, ସେ ଆମ୍ଭର ବିଦ୍ରୋହାଚାରିଣୀ ହୋଇଅଛି।


“ଯଥା, ବିନୟ କରୁଅଛୁ, ତୁମ୍ଭେ ଆମ୍ଭମାନଙ୍କ ପକ୍ଷରୁ ସଦାପ୍ରଭୁଙ୍କୁ ପଚାର; କାରଣ ବାବିଲର ରାଜା ନବୂଖଦ୍‍ନିତ୍ସର ଆମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କରୁଅଛି; କେଜାଣି ସଦାପ୍ରଭୁ ଆପଣାର ସକଳ ଆଶ୍ଚର୍ଯ୍ୟ କ୍ରିୟାନୁସାରେ ଆମ୍ଭମାନଙ୍କ ପ୍ରତି ବ୍ୟବହାର କରିବେ, ତାହାହେଲେ ସେ ଆମ୍ଭମାନଙ୍କ ନିକଟରୁ ଉଠି ପ୍ରସ୍ଥାନ କରିବ,” ସେସମୟରେ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଉପସ୍ଥିତ ହେଲା।


ଆମ୍ଭେ ତାହା ଓଲଟାଇ ପକାଇବା, ଓଲଟାଇ ପକାଇବା, ଓଲଟାଇ ପକାଇବା; ଯେ ଅଧିକାରୀ ଅଟନ୍ତି, ସେ ନ ଆସିବା ପର୍ଯ୍ୟନ୍ତ ଏହା ମଧ୍ୟ ଆଉ ରହିବ ନାହିଁ, ତହୁଁ ଆମ୍ଭେ ତାହାଙ୍କୁ ଏହା ଦେବା।


Swiv nou:

Piblisite


Piblisite