Biblia Todo Logo
Bib sou entènèt

- Piblisite -




ଯିରିମୀୟ 6:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ସେମାନେ ଯେପରି ଶୁଣିବେ, ଏଥିପାଇଁ ମୁଁ କାହାକୁ କହିବି ଓ କାହାକୁ ସାକ୍ଷ୍ୟ ଦେବି? ଦେଖ, ସେମାନଙ୍କର କର୍ଣ୍ଣ ବନ୍ଦ ଅଛି ଓ ସେମାନେ ଶୁଣି ପାରନ୍ତି ନାହିଁ; ଦେଖ, ସଦାପ୍ରଭୁଙ୍କର ବାକ୍ୟ ସେମାନଙ୍କ ନିକଟରେ ତୁଚ୍ଛନୀୟ ହୋଇଅଛି; ତହିଁରେ ସେମାନଙ୍କର କିଛି ଆହ୍ଲାଦ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ସେମାନେ ଯେପରି ଶୁଣିବେ, ଏଥିପାଇଁ ମୁଁ କାହାକୁ କହିବି ଓ କାହାକୁ ସାକ୍ଷ୍ୟ ଦେବି? ଦେଖ, ସେମାନଙ୍କର କର୍ଣ୍ଣ ଅସୁନ୍ନତ ଓ ସେମାନେ ଶୁଣି ପାରନ୍ତି ନାହିଁ; ଦେଖ, ସଦାପ୍ରଭୁଙ୍କର ବାକ୍ୟ ସେମାନଙ୍କ ନିକଟରେ ତୁଚ୍ଛନୀୟ ହୋଇଅଛି ; ତହିଁରେ ସେମାନଙ୍କର କିଛି ଆହ୍ଲାଦ ନାହିଁ।

Gade chapit la Kopi

ଓଡିଆ ବାଇବେଲ

10 ସେମାନେ ଯେପରି ଶୁଣିବେ, ଏଥିପାଇଁ ମୁଁ କାହାକୁ କହିବି ଓ କାହାକୁ ସାକ୍ଷ୍ୟ ଦେବି ? ଦେଖ, ସେମାନଙ୍କର କର୍ଣ୍ଣ ବନ୍ଦ ଅଛି ଓ ସେମାନେ ଶୁଣି ପାରନ୍ତି ନାହିଁ; ଦେଖ, ସଦାପ୍ରଭୁଙ୍କର ବାକ୍ୟ ସେମାନଙ୍କ ନିକଟରେ ତୁଚ୍ଛନୀୟ ହୋଇଅଛି; ତହିଁରେ ସେମାନଙ୍କର କିଛି ଆହ୍ଲାଦ ନାହିଁ।

Gade chapit la Kopi

ପବିତ୍ର ବାଇବଲ

10 ମୁଁ କାହାକୁ କହିବି? କାହାକୁ ମୁଁ ସତର୍କ କରିବି? କିଏ ବା ମୋ’ କଥା ଶୁଣିବ? ଇସ୍ରାଏଲର ଲୋକମାନେ ସେମାନଙ୍କର କର୍ଣ୍ଣ ବନ୍ଦ କରିଛନ୍ତି, ତେଣୁ ସେମାନେ ମୋ’ କଥା ଶୁଣି ପାରନ୍ତି ନାହିଁ। ସେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣିବାକୁ ଆଗ୍ରହ କରନ୍ତି ନାହିଁ। ତାଙ୍କର ବାର୍ତ୍ତା ଶୁଣିବାକୁ ଇଚ୍ଛା କରନ୍ତି ନାହିଁ।

Gade chapit la Kopi




ଯିରିମୀୟ 6:10
40 Referans Kwoze  

ହେ ଦାମ୍ଭିକମାନେ ପୁଣି, ଅସୁନ୍ନତି ହୃଦୟ ଓ କର୍ଣ୍ଣ ବିଶିଷ୍ଟ ଲୋକେ, ଆପଣମାନେ ସର୍ବଦା ପବିତ୍ର ଆତ୍ମାଙ୍କର ପ୍ରତିରୋଧ କରୁଅଛନ୍ତି; ଆପଣମାନଙ୍କର ପିତୃ-ପୁରୁଷମାନେ ଯେପରି ଆପଣମାନେ ମଧ୍ୟ ସେହିପରି।


ଜଗତ ତୁମ୍ଭମାନଙ୍କୁ ଘୃଣା କରିପାରେ ନାହିଁ, କିନ୍ତୁ ମୋତେ ଘୃଣା କରେ, କାରଣ ତାହାର କର୍ମ ଯେ ମନ୍ଦ, ମୁଁ ତାହା ବିଷୟରେ ଏହି ସାକ୍ଷ୍ୟ ଦେଉଅଛି।


ତଥାପି ସେମାନେ ଆମ୍ଭ କଥା ଶୁଣିଲେ ନାହିଁ, କିଅବା ତହିଁରେ କର୍ଣ୍ଣପାତ କଲେ ନାହିଁ, ମାତ୍ର ଆପଣା ଆପଣା ଗ୍ରୀବା ଶକ୍ତ କଲେ; ସେମାନେ ଆପଣାମାନଙ୍କର ପୂର୍ବପୁରୁଷଗଣ ଅପେକ୍ଷା ଅଧିକ ଦୁରାଚାର କଲେ।


ବିଶ୍ୱାସ ଦ୍ୱାରା ନୋହ ସେ ସମୟ ପର୍ଯ୍ୟନ୍ତ ଅପ୍ରକାଶିତ ବିଷୟ ସମ୍ବନ୍ଧରେ ପ୍ରତ୍ୟାଦେଶ ପାଇ ଭକ୍ତି ସହକାରେ ଆପଣା ପରିବାରର ରକ୍ଷା ନିମନ୍ତେ ଗୋଟିଏ ଜାହାଜ ନିର୍ମାଣ କଲେ, ପୁଣି, ସେହି ବିଶ୍ୱାସ ଦ୍ୱାରା ସେ ଜଗତକୁ ଦୋଷୀ କରି ବିଶ୍ୱାସାନୁଯାୟୀ ଧାର୍ମିକତାର ଅଧିକାରୀ ହେଲେ।


ଆମ୍ଭମାନଙ୍କ ସମ୍ବାଦ କିଏ ବିଶ୍ୱାସ କରିଅଛି? ଓ ସଦାପ୍ରଭୁଙ୍କର ବାହୁ କାହା ନିକଟରେ ପ୍ରକାଶିତ ହୋଇଅଛି?


ତହିଁରେ ମୋଶା ସଦାପ୍ରଭୁଙ୍କ ଛାମୁରେ କହିଲେ, “ଦେଖନ୍ତୁ, ଇସ୍ରାଏଲ-ସନ୍ତାନଗଣ ମୋʼ କଥାରେ ମନୋଯୋଗ କରି ନାହାନ୍ତି; ତେବେ ଉତ୍ତମ ବକ୍ତା ଯେ ମୁଁ ନୁହେଁ, ମୋʼ କଥା ଫାରୋ କିପରି ଶୁଣିବେ?”


କାରଣ ସମୟ ଆସିବ, ଯେତେବେଳେ ସେମାନେ ହିତଜନକ ଶିକ୍ଷା ସହି ପାରିବେ ନାହିଁ, ମାତ୍ର ଶ୍ରୁତିମଧୁର କଥାରେ ସନ୍ତୁଷ୍ଟ ହୋଇ ନିଜର ଅଭିଳାଷ ଅନୁସାରେ ନିଜ ନିଜ ନିମନ୍ତେ ଅନେକ ଶିକ୍ଷକଙ୍କୁ ସଂଗ୍ରହ କରିବେ,


ତାହାଙ୍କୁ ଆମ୍ଭେମାନେ ପ୍ରଚାର କରୁଅଛୁ, ପୁଣି, ପ୍ରତ୍ୟେକ ଲୋକଙ୍କୁ ଚେତନା ଓ ସମ୍ପୂର୍ଣ୍ଣ ଜ୍ଞାନ ସହ ଶିକ୍ଷା ଦେଉଅଛୁ, ଯେପରି ଆମ୍ଭେମାନେ ପ୍ରତ୍ୟେକ ଲୋକଙ୍କୁ ଖ୍ରୀଷ୍ଟଙ୍କ ସହଭାଗିତାରେ ସିଦ୍ଧ କରି ଉପସ୍ଥାପିତ କରିପାରୁ;


କାରଣ ଆନ୍ତରିକ ପୁରୁଷର ଭାବାନୁସାରେ ମୁଁ ଈଶ୍ବରଙ୍କ ବ୍ୟବସ୍ଥାରେ ଆନନ୍ଦ କରେ,


ପୁଣି, ସେ ଆଣ୍ଠୋଇପଡ଼ି ଉଚ୍ଚସ୍ୱରରେ ଡାକି କହିଲେ, ହେ ପ୍ରଭୁ, ଏହି ପାପ ଏମାନଙ୍କ ବିରୁଦ୍ଧରେ ଗଣନା କର ନାହିଁ। ସେ ଏହା କହି ମହାନିଦ୍ରା ପ୍ରାପ୍ତ ହେଲେ।


ଫାରୂଶୀମାନଙ୍କ ମଧ୍ୟରୁ ଯେଉଁମାନେ ତାହାଙ୍କ ସାଙ୍ଗରେ ଥିଲେ, ସେମାନେ ଏହା ଶୁଣି ତାହାଙ୍କୁ କହିଲେ, ଆମ୍ଭେମାନେ ମଧ୍ୟ କଅଣ ଅନ୍ଧ?


ଏଥିରେ ଶାସ୍ତ୍ରୀ ଓ ପ୍ରଧାନ ଯାଜକମାନେ ସେହି ମୁହୂର୍ତ୍ତରେ ତାହାଙ୍କୁ ଧରିବାକୁ ଚେଷ୍ଟା କଲେ, କିନ୍ତୁ ସେମାନେ ଲୋକମାନଙ୍କୁ ଭୟ କଲେ, କାରଣ ସେ ସେହି ଦୃଷ୍ଟାନ୍ତ ସେମାନଙ୍କୁ ଲକ୍ଷ୍ୟ କରି କହିଥିଲେ ବୋଲି ସେମାନେ ବୁଝିଲେ।


ଏଥିରେ ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ ଉତ୍ତର ଦେଲେ, ହେ ଗୁରୁ, ଏହା କହି ଆପଣ ଆମ୍ଭମାନଙ୍କୁ ମଧ୍ୟ ଅପମାନ କରୁଅଛନ୍ତି।


କିନ୍ତୁ ଫାରୂଶୀ ଓ ସାଦ୍ଦୂକୀମାନଙ୍କ ମଧ୍ୟରୁ ଅନେକେ ବାପ୍ତିସ୍ମ ନିମନ୍ତେ ଆସୁଅଛନ୍ତି, ଏହା ଦେଖି ସେ ସେମାନଙ୍କୁ କହିଲେ, “ରେ କାଳସର୍ପର ବଂଶ, ଆଗାମୀ କ୍ରୋଧରୁ ପଳାୟନ କରିବା ନିମନ୍ତେ କିଏ ତୁମ୍ଭମାନଙ୍କୁ ଚେତନା ଦେଲା?


ଯେତେବେଳେ ବେଥେଲ୍‍ର ଯାଜକ ଅମତ୍‍ସୀୟ ଇସ୍ରାଏଲର ରାଜା ଯାରବୀୟାମଙ୍କ ନିକଟକୁ ଏହି କଥା କହି ପଠାଇଲା, “ଇସ୍ରାଏଲ ବଂଶ ମଧ୍ୟରେ ଆମୋଷ ଆପଣଙ୍କ ବିରୁଦ୍ଧରେ ଚକ୍ରାନ୍ତ କରିଅଛନ୍ତି; ଦେଶ ତାଙ୍କର ବାକ୍ୟସବୁ ସହି ପାରୁ ନାହିଁ।


ତଥାପି ତୁମ୍ଭେ ସେହି ଦୁଷ୍ଟକୁ ତାହାର ପଥରୁ ଫେରିବା ନିମନ୍ତେ ତଦ୍‍ବିଷୟରେ ସଚେତନ କଲେ, ଯଦି ସେ ନ ଫେରେ, ତେବେ ସେ ନିଜ ଅଧର୍ମରେ ମରିବ, ମାତ୍ର ତୁମ୍ଭେ ଆପଣା ପ୍ରାଣ ବଞ୍ଚାଇବ।


ସେହି ବ୍ୟକ୍ତି ଦେଶ ବିରୁଦ୍ଧରେ ଖଡ୍ଗ ଆସିବାର ଦେଖିଲେ, ଯଦି ତୂରୀ ବଜାଏ ଓ ଲୋକମାନଙ୍କୁ ସଚେତନ କରାଏ;


ହେ ଯିହୁଦାର ଲୋକେ ଓ ଯିରୂଶାଲମର ନିବାସୀଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କୁ ସୁନ୍ନତ କର ଓ ଆପଣା ଆପଣା ହୃଦୟର ଅଗ୍ରଚର୍ମ କାଢ଼ି ପକାଅ; ନୋହିଲେ ତୁମ୍ଭମାନଙ୍କ କ୍ରିୟାର ଦୁଷ୍ଟତା ସକାଶୁ ଆମ୍ଭର କୋପ ଅଗ୍ନି ତୁଲ୍ୟ ବାହାରି ପ୍ରଜ୍ୱଳିତ ହେବ ଓ କେହି ତାହା ଲିଭାଇ ପାରିବ ନାହିଁ।”


ହେ ସଦାପ୍ରଭୋ, ମୁଁ ତୁମ୍ଭ ପରିତ୍ରାଣର ଆକାଂକ୍ଷା କରିଅଛି; ପୁଣି, ତୁମ୍ଭର ବ୍ୟବସ୍ଥା ମୋହର ଆହ୍ଲାଦଜନକ।


ମୁଁ ଯେପରି ବଞ୍ଚିବି, ଏଥିପାଇଁ ମୋʼ ପ୍ରତି ତୁମ୍ଭର କରୁଣା ବର୍ତ୍ତୁ; କାରଣ ତୁମ୍ଭର ବ୍ୟବସ୍ଥା ମୋହର ଆନନ୍ଦଜନକ।


ସେମାନଙ୍କ ଅନ୍ତଃକରଣ ମେଦ ପରି ସ୍ଥୂଳ ମାତ୍ର ମୁଁ ତୁମ୍ଭ ବ୍ୟବସ୍ଥାରେ ଆମୋଦ କରେ।


ତୁମ୍ଭ ଆଜ୍ଞା-ପଥରେ ମୋତେ ଗମନ କରାଅ; କାରଣ ତହିଁରେ ମୁଁ ଆନନ୍ଦ କରେ।


ତୁମ୍ଭର ସକଳ ପ୍ରମାଣ-ବାକ୍ୟ ମଧ୍ୟ ମୋହର ଆନନ୍ଦଜନକ ଓ ମନ୍ତ୍ରଣାଦାୟକ। ଦାଲତ୍‍।


ମୁଁ ତୁମ୍ଭ ବିଧିସବୁରେ ଆନନ୍ଦ କରିବି; ମୁଁ ତୁମ୍ଭର ବାକ୍ୟ ପାସୋରିବି ନାହିଁ। ଗିମେଲ୍‍।


ହେ ମୋହର ପରମେଶ୍ୱର, ତୁମ୍ଭର ଇଚ୍ଛା ସାଧନ କରିବାକୁ ମୋହର ସନ୍ତୋଷ; ତୁମ୍ଭ ବ୍ୟବସ୍ଥା ମୋʼ ହୃଦୟରେ ଅଛି।”


ମାତ୍ର ସଦାପ୍ରଭୁଙ୍କ ବ୍ୟବସ୍ଥାରେ ଯାହାର ଆମୋଦ ଥାଏ ଓ ଯେ ଦିବାରାତ୍ର ତାହାଙ୍କର ବ୍ୟବସ୍ଥା ଧ୍ୟାନ କରେ, ସେ ଧନ୍ୟ।


ମାତ୍ର ସଦାପ୍ରଭୁ ଆଜି ପର୍ଯ୍ୟନ୍ତ ତୁମ୍ଭମାନଙ୍କୁ ବୁଝିବା ପାଇଁ ହୃଦୟ ଓ ଦେଖିବା ପାଇଁ ଚକ୍ଷୁ ଓ ଶୁଣିବା ପାଇଁ କର୍ଣ୍ଣ ଦେଇ ନାହାନ୍ତି।


“ହେ ଅଜ୍ଞାନ ଓ ବୁଦ୍ଧିହୀନ ଲୋକେ, ଚକ୍ଷୁ ଥାଉ ଥାଉ ଦେଖୁ ନାହଁ; କର୍ଣ୍ଣ ଥାଉ ଥାଉ ଶୁଣୁ ନାହଁ ଯେ ତୁମ୍ଭେମାନେ, ତୁମ୍ଭେମାନେ ଏବେ ଏହି କଥା ଶୁଣ;


ଆମ୍ଭେ ମିସରକୁ ଓ ଯିହୁଦାକୁ, ଇଦୋମକୁ, ଅମ୍ମୋନ-ସନ୍ତାନଗଣକୁ ଓ ମୋୟାବକୁ, ଆପଣା ଆପଣା କେଶ କୋଣ ମୁଣ୍ଡନକାରୀ ପ୍ରାନ୍ତରବାସୀ ସମସ୍ତଙ୍କୁ ଦଣ୍ଡ ଦେବା; କାରଣ ସକଳ ଗୋଷ୍ଠୀ ଅସୁନ୍ନତ, ପୁଣି ସମଗ୍ର ଇସ୍ରାଏଲ ବଂଶ ଅନ୍ତଃକରଣରେ ଅସୁନ୍ନତ ଅଟନ୍ତି।”


ତୁମ୍ଭେ ଅନେକ ବିଷୟ ଦେଖୁଅଛ, ମାତ୍ର ମନୋଯୋଗ କରୁ ନାହଁ; ତାହାର କର୍ଣ୍ଣ ମୁକ୍ତ ଅଛି, ମାତ୍ର ସେ ଶୁଣୁ ନାହିଁ।


ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଏହିସବୁ କର୍ମ କରିଅଛ ଓ ଆମ୍ଭେ ପ୍ରତ୍ୟୁଷରେ ଉଠି କଥା କହିଲେ ହେଁ ତୁମ୍ଭେମାନେ ଶୁଣିଲ ନାହିଁ ଓ ଆମ୍ଭେ ଡାକିଲେ ହେଁ ତୁମ୍ଭେମାନେ ଉତ୍ତର ଦେଲ ନାହିଁ;


ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ତୁମ୍ଭେ ଯାଇ ଯିହୁଦାର ଲୋକମାନଙ୍କୁ ଓ ଯିରୂଶାଲମର ନିବାସୀମାନଙ୍କୁ କୁହ, ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଆମ୍ଭ ବାକ୍ୟରେ ମନୋଯୋଗ କରିବା ପାଇଁ କି ଶିକ୍ଷା ଗ୍ରହଣ କରିବ ନାହିଁ?


ମାତ୍ର ଇସ୍ରାଏଲ ବଂଶ ତୁମ୍ଭ କଥା ଶୁଣିବେ ନାହିଁ; କାରଣ ସେମାନେ ଆମ୍ଭ କଥା ଶୁଣିବେ ନାହିଁ; ସମୁଦାୟ ଇସ୍ରାଏଲ ବଂଶ ଶକ୍ତଗ୍ରୀବ ଓ କଠିନ ଚିତ୍ତ ଅଟନ୍ତି।


Swiv nou:

Piblisite


Piblisite