ଯିରିମୀୟ 7:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଆମ୍ଭକୁ ବିରକ୍ତ କରିବା ପାଇଁ ଆକାଶର ରାଣୀ ଉଦ୍ଦେଶ୍ୟରେ ପିଷ୍ଟକ ପାକ ଓ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ପେୟ-ନୈବେଦ୍ୟ ଉତ୍ସର୍ଗ କରିବା ନିମନ୍ତେ ବାଳକମାନେ କାଠ ସାଉଣ୍ଟନ୍ତି, ପିତୃଗଣ ଅଗ୍ନି ଜ୍ୱଳାନ୍ତି, ସ୍ତ୍ରୀମାନେ ମଇଦା ଚକଟନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)18 ଆମ୍ଭକୁ ବିରକ୍ତ କରିବା ପାଇଁ ଚନ୍ଦ୍ରମାର ଉଦ୍ଦେଶ୍ୟରେ ପିଷ୍ଟକ ପାକ ଓ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ପେୟ-ନୈବେଦ୍ୟ ଉତ୍ସର୍ଗ କରିବା ନିମନ୍ତେ ବାଳକମାନେ କାଠ ସାଉଣ୍ଟନ୍ତି, ପିତୃଗଣ ଅଗ୍ନି ଜ୍ଵଳାନ୍ତି, ସ୍ତ୍ରୀମାନେ ମଇଦା ଚକଟନ୍ତି। Gade chapit laଓଡିଆ ବାଇବେଲ18 ଆମ୍ଭକୁ ବିରକ୍ତ କରିବା ପାଇଁ ଆକାଶର ରାଣୀ ଉଦ୍ଦେଶ୍ୟରେ ପିଷ୍ଟକ ପାକ ଓ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ପେୟ ନୈବେଦ୍ୟ ଉତ୍ସର୍ଗ କରିବା ନିମନ୍ତେ ବାଳକମାନେ କାଠ ସାଉଣ୍ଟନ୍ତି, ପିତୃଗଣ ଅଗ୍ନି ଜ୍ୱଳାନ୍ତି, ସ୍ତ୍ରୀମାନେ ମଇଦା ଚକଟନ୍ତି।’ Gade chapit laପବିତ୍ର ବାଇବଲ18 ଯିହୁଦାର ବାଳକମାନେ କାଠ ସଂଗ୍ରହ କରନ୍ତି, ସେମାନଙ୍କର ପିତାମାନେ ଅଗ୍ନି ସଂଯୋଗ କରନ୍ତି ଓ ମାତାମାନେ ଚନ୍ଦ୍ର ଦେବତା ଉଦ୍ଦେଶ୍ୟରେ ପିଷ୍ଟକ ପାକ କରନ୍ତି ଓ ଅନ୍ୟ ଦେବଗଣଙ୍କ ଉଦ୍ଦେଶ୍ୟରେ ପେୟନୈବେଦ୍ୟ ଉତ୍ସର୍ଗ କରନ୍ତି। ସେମାନେ ଆମ୍ଭର ବିରକ୍ତି ପାଇଁ ଏସବୁ କରନ୍ତି।” Gade chapit la |
କାରଣ ଆମ୍ଭେ ସେମାନଙ୍କୁ ଯେଉଁ ଦେଶ ଦେବା ପାଇଁ ଆପଣା ହସ୍ତ ଉଠାଇଥିଲୁ, ସେହି ଦେଶକୁ ଯେତେବେଳେ ସେମାନଙ୍କୁ ଆଣିଲୁ, ସେତେବେଳେ ସେମାନେ ପ୍ରତ୍ୟେକ ଉଚ୍ଚ ପର୍ବତ ଓ ପ୍ରତ୍ୟେକ ଗହଳିଆ ବୃକ୍ଷ ଦେଖି ସେହି ସ୍ଥାନରେ ବଳିଦାନ କଲେ ଓ ସେହି ସ୍ଥାନରେ ସେମାନେ (ଆମ୍ଭର) ବିରକ୍ତିଜନକ ନୈବେଦ୍ୟ ଉତ୍ସର୍ଗ କଲେ, ସେହି ସ୍ଥାନରେ ମଧ୍ୟ ଆପଣାମାନଙ୍କର ସୁଗନ୍ଧିଯୁକ୍ତ ଦ୍ରବ୍ୟ ରଖିଲେ ଓ ସେହି ସ୍ଥାନରେ ଆପଣାମାନଙ୍କର ପେୟ-ନୈବେଦ୍ୟ ଢାଳିଲେ।
ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଆମ୍ଭେମାନେ ଆକାଶର ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବା ପାଇଁ ଓ ପେୟ-ନୈବେଦ୍ୟ ଢାଳିବା ପାଇଁ ଯେଉଁ ମାନତ କରିଅଛୁ, ତାହା ଅବଶ୍ୟ ସିଦ୍ଧ କରିବୁ, ଏହି କଥା ତୁମ୍ଭେମାନେ ଓ ତୁମ୍ଭମାନଙ୍କର ସ୍ତ୍ରୀମାନେ ମୁଖରେ କହି ହସ୍ତ ଦ୍ୱାରା ତାହା ସମ୍ପନ୍ନ କରିଅଛ। ତେବେ ତୁମ୍ଭମାନଙ୍କର ମାନତ ଦୃଢ଼ କର ଓ ତୁମ୍ଭମାନଙ୍କର ମାନତ ସିଦ୍ଧ କର।
ତହିଁରେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ଏହା ଦେଖିଲ? ଏହି ସ୍ଥାନରେ ଯିହୁଦା ବଂଶ ଯେଉଁ ଘୃଣାଯୋଗ୍ୟ କର୍ମମାନ କରୁଅଛନ୍ତି, ତାହା କି ସେମାନଙ୍କ ପକ୍ଷୀରେ ଲଘୁ ବିଷୟ? କାରଣ ସେମାନେ ଦେଶକୁ ଦୌରାତ୍ମ୍ୟରେ ପରିପୂର୍ଣ୍ଣ କରିଅଛନ୍ତି ଓ ଆମ୍ଭକୁ କ୍ରୋଧାନ୍ୱିତ କରିବା ପାଇଁ ପୁନର୍ବାର ଫେରିଅଛନ୍ତି; ଆଉ ଦେଖ, ସେମାନେ ଆପଣା ଆପଣା ନାସିକାଗ୍ରରେ ଶାଖା ରଖନ୍ତି।