Biblia Todo Logo
Bib sou entènèt

- Piblisite -




ଯିରିମୀୟ 7:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ତହିଁରେ ତୁମ୍ଭେ ସେମାନଙ୍କୁ କହିବ, ‘ଯେଉଁମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ରବରେ ଅବଧାନ ଓ ଶିକ୍ଷା ଗ୍ରହଣ କରି ନାହାନ୍ତି, ସେମାନେ ଏହି ଗୋଷ୍ଠୀ; ସତ୍ୟତା ଲୁପ୍ତ ଓ ତାହା ସେମାନଙ୍କ ମୁଖରୁ ଉଚ୍ଛିନ୍ନ ହୋଇଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

28 ତହିଁରେ ତୁମ୍ଭେ ସେମାନଙ୍କୁ କହିବ, ଯେଉଁମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କ ରବରେ ଅବଧାନ ଓ ଶିକ୍ଷା ଗ୍ରହଣ କରି ନାହାନ୍ତି, ସେମାନେ ଏହି ଗୋଷ୍ଠୀ; ସତ୍ୟତା ଲୁପ୍ତ ଓ ତାହା ସେମାନଙ୍କ ମୁଖରୁ ଉଚ୍ଛିନ୍ନ ହୋଇଅଛି।

Gade chapit la Kopi

ଓଡିଆ ବାଇବେଲ

28 ତହିଁରେ ତୁମ୍ଭେ ସେମାନଙ୍କୁ କହିବ, ଯେଉଁମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ରବରେ ଅବଧାନ ଓ ଶିକ୍ଷା ଗ୍ରହଣ କରି ନାହାନ୍ତି, ସେମାନେ ଏହି ଗୋଷ୍ଠୀ; ସତ୍ୟତା ଲୁପ୍ତ ଓ ତାହା ସେମାନଙ୍କ ମୁଖରୁ ଉଚ୍ଛିନ୍ନ ହୋଇଅଛି।

Gade chapit la Kopi

ପବିତ୍ର ବାଇବଲ

28 ତେଣୁ ତୁମ୍ଭେ ସେମାନଙ୍କୁ କହିବ, ‘ସେମାନେ ହେଉଛନ୍ତି ଏକ ଗୋଷ୍ଠୀ ଯେଉଁମାନେ କି ସଦାପ୍ରଭୁ, ଆପଣା ପରମେଶ୍ୱରଙ୍କ କଥାପ୍ରତି ଅବଧାନ କରନ୍ତି ନାହିଁ। ସେମାନେ ପରମେଶ୍ୱରଙ୍କ ଶିକ୍ଷା ଗ୍ରହଣ କରନ୍ତି ନାହିଁ। ବିଶ୍ୱସନୀୟତା ଉଭେଇ ଯାଇଛି। ଏହା ସେମାନଙ୍କ ମୁଖରୁ ଅଦୃଶ୍ୟ ହୋଇ ଯାଇଛି।’

Gade chapit la Kopi




ଯିରିମୀୟ 7:28
21 Referans Kwoze  

ସେ ରବ ଶୁଣିଲା ନାହିଁ; ସେ ଶିକ୍ଷା ଗ୍ରହଣ କଲା ନାହିଁ; ସେ ସଦାପ୍ରଭୁଙ୍କଠାରେ ନିର୍ଭର ରଖିଲା ନାହିଁ; ସେ ଆପଣା ପରମେଶ୍ୱରଙ୍କ ନିକଟକୁ ଆସିଲା ନାହିଁ।


ସେମାନେ ଆମ୍ଭ ପ୍ରତି ମୁଖ ନ ଫେରାଇ ପିଠି ଫେରାଇ ଅଛନ୍ତି; ଆଉ, ଆମ୍ଭେ ସେମାନଙ୍କୁ ଶିକ୍ଷା ଦେଲେ ହେଁ, ପ୍ରଭାତରେ ଉଠି ଶିକ୍ଷା ଦେଲେ ହେଁ ସେମାନେ ଶିକ୍ଷା ଗ୍ରହଣ କରିବା ପାଇଁ ମନୋଯୋଗ କରି ନାହାନ୍ତି।


ସଦାପ୍ରଭୁଙ୍କ ବିଷୟକ ଭୟ ଜ୍ଞାନର ଆରମ୍ଭ; ମାତ୍ର ନିର୍ବୋଧ ଲୋକେ ଜ୍ଞାନ ଓ ଉପଦେଶ ତୁଚ୍ଛବୋଧ କରନ୍ତି।


ଆମ୍ଭେ କହିଲୁ, “ତୁମ୍ଭେ ଅବଶ୍ୟ ଆମ୍ଭକୁ ଭୟ କରିବ, ତୁମ୍ଭେ ଶିକ୍ଷା ଗ୍ରହଣ କରିବ; ତହିଁରେ ତାହାର ବିରୁଦ୍ଧରେ ଆମ୍ଭର ସକଳ ନିରୂପଣ ଅନୁସାରେ ତାହାର ନିବାସ ସ୍ଥାନ ଉଚ୍ଛିନ୍ନ ହେବ ନାହିଁ; ମାତ୍ର ସେମାନେ ଅତି ପ୍ରଭାତରେ ଉଠି ଆପଣାମାନଙ୍କର କ୍ରିୟାସବୁକୁ ଭ୍ରଷ୍ଟ କଲେ।”


ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ; କାରଣ ଦେଶରେ ସତ୍ୟ ଅବା ଦୟା କିଅବା ପରମେଶ୍ୱର ବିଷୟକ ଜ୍ଞାନ ନ ଥିବାରୁ ଦେଶନିବାସୀଗଣ ସହିତ ସଦାପ୍ରଭୁଙ୍କର ବିବାଦ ଅଛି।


ହେ ଯିରୂଶାଲମ, ତୁମ୍ଭେ ଶିକ୍ଷା ଗ୍ରହଣ କର, ନୋହିଲେ ଆମ୍ଭର ପ୍ରାଣ ତୁମ୍ଭଠାରୁ ବିଚ୍ଛିନ୍ନ ହେବ ଓ ଆମ୍ଭେ ତୁମ୍ଭକୁ ଉଚ୍ଛିନ୍ନ, ବସତିହୀନ ସ୍ଥାନ କରିବା।”


ହେ ସଦାପ୍ରଭୁ, ତୁମ୍ଭର ଚକ୍ଷୁ କʼଣ ସତ୍ୟତା ପ୍ରତି ଦୃଷ୍ଟି ନ କରେ? ତୁମ୍ଭେ ସେମାନଙ୍କୁ ପ୍ରହାର କରିଅଛ, ମାତ୍ର ସେମାନେ ଦୁଃଖିତ ହେଲେ ନାହିଁ; ତୁମ୍ଭେ ସେମାନଙ୍କୁ ଜୀର୍ଣ୍ଣ କରିଅଛ, ମାତ୍ର ସେମାନେ ଶାସ୍ତି ଗ୍ରହଣ କରିବାକୁ ଅସ୍ୱୀକାର କରିଅଛନ୍ତି; ସେମାନେ ଆପଣା ଆପଣା ମୁଖ ପାଷାଣ ଅପେକ୍ଷା କଠିନ କରିଅଛନ୍ତି; ସେମାନେ ଫେରି ଆସିବାକୁ ଅସ୍ୱୀକାର କରିଅଛନ୍ତି।


ତୁମ୍ଭେମାନେ ଯିରୂଶାଲମର ସବୁ ସଡ଼କରେ ଏଣେତେଣେ ଧାଇଁ ଦେଖ ଓ ବୁଝ, ଆଉ ତହିଁର ଛକସ୍ଥାନ ସବୁରେ ଖୋଜ, ଯଦି ନ୍ୟାୟାଚାରୀ ଓ ସତ୍ୟ ଅନ୍ୱେଷଣକାରୀ ଏକ ଜଣ ପାଇ ପାର, ତେବେ ଆମ୍ଭେ ସେ ନଗରକୁ କ୍ଷମା କରିବା।


ଆମ୍ଭେ ବ୍ୟର୍ଥରେ ତୁମ୍ଭ ସନ୍ତାନଗଣକୁ ଆଘାତ କରିଅଛୁ; ସେମାନେ ଶାସ୍ତି ଗ୍ରାହ୍ୟ କଲେ ନାହିଁ; ତୁମ୍ଭମାନଙ୍କର ନିଜ ଖଡ୍ଗ, ବିନାଶକ ସିଂହ ତୁଲ୍ୟ ତୁମ୍ଭମାନଙ୍କର ଭବିଷ୍ୟଦ୍‍ବକ୍ତାଗଣଙ୍କୁ ଗ୍ରାସ କରିଅଛି।


କାରଣ ତୁମ୍ଭେ ଶିକ୍ଷା ଘୃଣା କରୁଅଛ ଓ ଆମ୍ଭ ବାକ୍ୟ ଆପଣା ପଛେ ପକାଇ ଦେଉଅଛ।


ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ପ୍ରହରୀଗଣ ନିଯୁକ୍ତ କରି କହିଲୁ, ‘ତୂରୀର ଶବ୍ଦ ଶୁଣ;’ ମାତ୍ର ସେମାନେ କହିଲେ, ‘ଆମ୍ଭେମାନେ ଶୁଣିବା ନାହିଁ।’


ଆମ୍ଭର ବାକ୍ୟ ଶୁଣିବାକୁ ଅସମ୍ମତ ସେମାନଙ୍କର ପୂର୍ବପୁରୁଷଗଣର ଅଧର୍ମ ପ୍ରତି ସେମାନେ ଫେରିଅଛନ୍ତି ଓ ସେମାନେ ଅନ୍ୟ ଦେବଗଣର ସେବା କରିବା ପାଇଁ ସେମାନଙ୍କର ପଶ୍ଚାଦ୍‍ଗାମୀ ହୋଇଅଛନ୍ତି; ଇସ୍ରାଏଲ ବଂଶ ଓ ଯିହୁଦା ବଂଶ, ସେମାନଙ୍କ ପୂର୍ବପୁରୁଷଗଣର ସହିତ ଆମ୍ଭର କୃତ ନିୟମ ଲଙ୍ଘନ କରିଅଛନ୍ତି।


ମାତ୍ର ସେମାନେ ମନୋଯୋଗ କଲେ ନାହିଁ, କିଅବା କର୍ଣ୍ଣପାତ କଲେ ନାହିଁ, ବରଞ୍ଚ ନ ଶୁଣିବା ପାଇଁ ଓ ଶିକ୍ଷା ଗ୍ରହଣ ନ କରିବା ପାଇଁ ଆପଣା ଆପଣା ଗ୍ରୀବା ଶକ୍ତ କଲେ।


ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀମାନଙ୍କୁ ମିଥ୍ୟା କହନ୍ତି। ସେମାନେ ଚାଟୁବାଦୀ ଓଷ୍ଠାଧରରେ ଓ ଦ୍ୱିଧାଚିତ୍ତରେ କଥା କହନ୍ତି।


କାରଣ ସେମାନେ ବିଦ୍ରୋହୀ ଗୋଷ୍ଠୀ, ମିଥ୍ୟାବାଦୀ ସନ୍ତାନ, ସେମାନେ ସଦାପ୍ରଭୁଙ୍କ ବ୍ୟବସ୍ଥା ଶୁଣିବାକୁ ଅସମ୍ମତ ସନ୍ତାନ;


ସେସମସ୍ତେ ଦାରୁଣ ଅବାଧ୍ୟ, ଚାରିଆଡ଼େ ନିନ୍ଦା ଘେନି ବୁଲନ୍ତି; ସେମାନେ ପିତ୍ତଳ ଓ ଲୁହା ପରି; ସେସମସ୍ତେ ଭ୍ରଷ୍ଟାଚାରୀ।


Swiv nou:

Piblisite


Piblisite