Biblia Todo Logo
Bib sou entènèt

- Piblisite -




ଯିରିମୀୟ 7:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ଏନିମନ୍ତେ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ତାହା ତୋଫତ୍‍ କିଅବା ହିନ୍ନୋମ ପୁତ୍ରର ଉପତ୍ୟକା ନାମରେ ଆଉ ଖ୍ୟାତ ନ ହୋଇ ହତ୍ୟା ଉପତ୍ୟକା ବୋଲି ଖ୍ୟାତ ହେବ, ଏପରି ସମୟ ଆସୁଅଛି; କାରଣ ଆଉ ସ୍ଥାନ ନ ଥିବାଯାଏ ଲୋକମାନେ ତୋଫତ୍‍ରେ କବର ଦେବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

32 ଏନିମନ୍ତେ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ତାହା ତୋଫତ୍ କିଅବା ହିନ୍ନୋମ ପୁତ୍ରର ଉପତ୍ୟକା ନାମରେ ଆଉ ଖ୍ୟାତ ନ ହୋଇ ହତ୍ୟା-ଉପତ୍ୟକା ବୋଲି ଖ୍ୟାତ ହେବ, ଏପରି ସମୟ ଆସୁଅଛି; କାରଣ ଆଉ ସ୍ଥାନ ନ ଥିବାଯାଏ ଲୋକମାନେ ତୋଫତରେ କବର ଦେବେ।

Gade chapit la Kopi

ଓଡିଆ ବାଇବେଲ

32 ଏନିମନ୍ତେ ସଦାପ୍ରଭୁ କହନ୍ତି, ‘ଦେଖ, ଯେଉଁ ସମୟରେ ତାହା ତୋଫତ୍‍ କିଅବା ହିନ୍ନୋମ ପୁତ୍ରର ଉପତ୍ୟକା ନାମରେ ଆଉ ଖ୍ୟାତ ନ ହୋଇ ହତ୍ୟା-ଉପତ୍ୟକା ବୋଲି ଖ୍ୟାତ ହେବ, ଏପରି ସମୟ ଆସୁଅଛି; କାରଣ ଆଉ ସ୍ଥାନ ନ ଥିବାଯାଏ ଲୋକମାନେ ତୋଫତରେ କବର ଦେବେ।’

Gade chapit la Kopi

ପବିତ୍ର ବାଇବଲ

32 ତେଣୁ ସଦାପ୍ରଭୁ କହନ୍ତି, “ଦେଖ, ଏପରି ଏକ ସମୟ ଆସୁଛି ଯେତେବେଳେ ତାହା ତୋଫତ୍ କିଅବା ହିନ୍ନୋମ ପୁତ୍ରର ଉପତ୍ୟକା ନାମରେ ଆଉ ଖ୍ୟାତ ନ ହୋଇ ହତ୍ୟା ଉପତ୍ୟକା ବୋଲି ଖ୍ୟାତ ହେବ। କାରଣ ଲୋକମାନେ ଆଉ ସ୍ଥାନ ନ ପାଇ ତୋଫ‌‌‌ତ୍‌‌‌ରେ କବର ଦେବେ।

Gade chapit la Kopi




ଯିରିମୀୟ 7:32
10 Referans Kwoze  

‘ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଯେପରି କେହି କୁମ୍ଭକାରର ପାତ୍ର ଭାଙ୍ଗି ପକାଇଲେ ତାହା ପୁନର୍ବାର ଯୋଡ଼ାଯାଇ ନ ପାରେ, ଆମ୍ଭେ ସେହିପରି ଏହି ଲୋକମାନଙ୍କୁ ଓ ଏହି ନଗରକୁ ଭାଙ୍ଗି ପକାଇବା; ତହିଁରେ କବର ସ୍ଥାନର ଅଭାବ ନ ହେବା ଯାଏ ଲୋକମାନେ ତୋଫତ୍‍ରେ କବର ଦେବେ।


ଏଥିନିମନ୍ତେ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଏହି ସ୍ଥାନ ତୋଫତ୍‍ କିଅବା ହିନ୍ନୋମ ପୁତ୍ରର ଉପତ୍ୟକା ବୋଲି ଖ୍ୟାତ ନ ହୋଇ ହତ୍ୟା ଉପତ୍ୟକା ବୋଲି ଖ୍ୟାତ ହେବ, ଏପରି ସମୟ ଆସୁଅଛି।


ପୁଣି କେହି ଯେପରି ମୋଲକ୍‍ ଉଦ୍ଦେଶ୍ୟରେ ଆପଣା ପୁତ୍ର କି ଆପଣା କନ୍ୟାକୁ ଅଗ୍ନି ମଧ୍ୟଦେଇ ଗମନ ନ କରାଇବ, ଏଥିପାଇଁ ସେ ହିନ୍ନୋମର ସନ୍ତାନଗଣ ଉପତ୍ୟକାସ୍ଥିତ ତୋଫତ୍‍ ନାମକ ସ୍ଥାନକୁ ଅଶୁଚି କଲେ।


ତହିଁରେ ଅଶୁଚିକୃତ ଯିରୂଶାଲମସ୍ଥ ସକଳ ଗୃହ ଓ ଯିହୁଦାର ରାଜାଗଣର ଗୃହ, ଅର୍ଥାତ୍‍, ଯେସକଳ ଗୃହର ଛାତ ଉପରେ ସେମାନେ ଆକାଶମଣ୍ଡଳସ୍ଥ ସୈନ୍ୟଗଣର ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ଅଛନ୍ତି ଓ ଅନ୍ୟ ଦେବଗଣର ଉଦ୍ଦେଶ୍ୟରେ ପେୟ-ନୈବେଦ୍ୟ ଢାଳିଅଛନ୍ତି, ସେସକଳ ତୋଫତ୍‍ ସ୍ଥାନ ତୁଲ୍ୟ ହେବ।’”


ସେମାନେ ଆପଣା ଆପଣା ପୁତ୍ରକନ୍ୟାଗଣକୁ ଅଗ୍ନିରେ ଦଗ୍ଧ କରିବା ପାଇଁ ହିନ୍ନୋମ ପୁତ୍ରର ଉପତ୍ୟକାରେ ତୋଫତ୍‍ର ଉଚ୍ଚସ୍ଥଳୀମାନ ପ୍ରସ୍ତୁତ କରିଅଛନ୍ତି; ଏହା ଆମ୍ଭେ ଆଜ୍ଞା କରି ନାହୁଁ, କିଅବା ଆମ୍ଭ ମନରେ ଏହା ଉଦୟ ହୋଇ ନାହିଁ।


ପୁଣି ଆମ୍ଭେ ତୁମ୍ଭମାନଙ୍କର ଉଚ୍ଚ ସ୍ଥଳସକଳ ଭାଙ୍ଗିବା ଓ ତୁମ୍ଭମାନଙ୍କ ସୂର୍ଯ୍ୟ ପ୍ରତିମାସକଳ କାଟି ପକାଇବା ଓ ତୁମ୍ଭମାନଙ୍କ ପ୍ରତିମାଗଣର ଦେହ ଉପରେ ତୁମ୍ଭମାନଙ୍କ ମୃତ ଦେହ ପକାଇବା ଓ ଆମ୍ଭର ପ୍ରାଣ ତୁମ୍ଭମାନଙ୍କୁ ଘୃଣା କରିବ।


ହାର୍ଶିତ୍‍ ଦ୍ୱାରର ପ୍ରବେଶ ସ୍ଥାନର ନିକଟସ୍ଥ ହିନ୍ନୋମ ପୁତ୍ରର ଉପତ୍ୟକାକୁ ବାହାରି ଯାଅ, ଆଉ ଆମ୍ଭେ ତୁମ୍ଭକୁ ଯେଉଁ କଥା କହିବା, ତାହା ସେ ସ୍ଥାନରେ ପ୍ରଚାର କର;


ପୁଣି, ଶବ ଓ ଭସ୍ମର ସମୁଦାୟ ଉପତ୍ୟକା ଓ କିଦ୍ରୋଣ ସ୍ରୋତ ପର୍ଯ୍ୟନ୍ତ ସକଳ କ୍ଷେତ୍ର, ପୂର୍ବଦିଗସ୍ଥ ଅଶ୍ୱଦ୍ୱାରର କୋଣ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ; ତାହା ସଦାକାଳ ପର୍ଯ୍ୟନ୍ତ ଆଉ ଉତ୍ପାଟିତ କିଅବା ନିପାତିତ ହେବ ନାହିଁ।”


ପୁଣି, ତୁମ୍ଭମାନଙ୍କର ଯଜ୍ଞବେଦିମାନ ଧ୍ୱଂସ ଓ ତୁମ୍ଭମାନଙ୍କ ସୂର୍ଯ୍ୟପ୍ରତିମାଗଣ ଭଗ୍ନ ହେବେ ଓ ଆମ୍ଭେ ତୁମ୍ଭମାନଙ୍କର ହତ ଲୋକମାନଙ୍କୁ ତୁମ୍ଭମାନଙ୍କ ଦେବତାଗଣର ସମ୍ମୁଖରେ ପକାଇଦେବା।


Swiv nou:

Piblisite


Piblisite