Biblia Todo Logo
Bib sou entènèt

- Piblisite -




ଯିରିମୀୟ 7:34 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ସେସମୟରେ ଆମ୍ଭେ ଯିହୁଦାର ନଗରସବୁରେ ଓ ଯିରୂଶାଲମର ସଡ଼କସବୁରେ, ଆମୋଦର ଧ୍ୱନି, ଆନନ୍ଦର ଧ୍ୱନି ଓ ବରକନ୍ୟାର ଧ୍ୱନି ନିବୃତ୍ତ କରାଇବା; କାରଣ ଦେଶ ଧ୍ୱଂସସ୍ଥାନ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

34 ସେସମୟରେ ଆମ୍ଭେ ଯିହୁଦାର ନଗରସବୁରେ ଓ ଯିରୂଶାଲମର ସଡ଼କସବୁରେ, ଆମୋଦର ଧ୍ଵନି ଓ ଆନନ୍ଦର ଧ୍ଵନି ଓ ବରକନ୍ୟାର ଧ୍ଵନି ନିବୃତ୍ତ କରାଇବା; କାରଣ ଦେଶ ଧ୍ଵଂସସ୍ଥାନ ହେବ।

Gade chapit la Kopi

ଓଡିଆ ବାଇବେଲ

34 ସେସମୟରେ ଆମ୍ଭେ ଯିହୁଦାର ନଗରସବୁରେ ଓ ଯିରୂଶାଲମର ସଡ଼କସବୁରେ, ଆମୋଦର ଧ୍ୱନି, ଆନନ୍ଦର ଧ୍ୱନି ଓ ବରକନ୍ୟାର ଧ୍ୱନି ନିବୃତ୍ତ କରାଇବା; କାରଣ ଦେଶ ଧ୍ୱଂସସ୍ଥାନ ହେବ।”

Gade chapit la Kopi

ପବିତ୍ର ବାଇବଲ

34 ସେ ସମୟରେ ଆମ୍ଭେ ଯିହୁଦାର ନଗରଗୁଡ଼ିକରେ ଓ ଯିରୁଶାଲମର ସଡ଼କମାନଙ୍କରେ ସୁଖ ଓ ଆନନ୍ଦଧ୍ୱନି ଦୂର କରିବା। ବର କନ୍ୟାମାନଙ୍କର ଆମୋଦ ଧ୍ୱନି ଆଉ ଯିରୁଶାଲମରେ ଶୁଣାଯିବ ନାହିଁ। କାରଣ ସମଗ୍ର ଦେଶ ଧ୍ୱଂସ ସ୍ତୁପରେ ପରିଣତ ହେବ।”

Gade chapit la Kopi




ଯିରିମୀୟ 7:34
23 Referans Kwoze  

ପ୍ରଦୀପର ଆଲୋକ, ତୋʼ ମଧ୍ୟରେ ଆଉ କେବେ ହେଁ ପ୍ରଜ୍ୱଳିତ ହେବ ନାହିଁ, ପୁଣି, ବର କନ୍ୟାଙ୍କ ଶବ୍ଦ, ତୋʼ ମଧ୍ୟରେ ଆଉ କେବେ ହେଁ ଶୁଣାଯିବ ନାହିଁ; କାରଣ ତୋହର ବଣିକମାନେ ପୃଥିବୀରେ ମହାନ ଥିଲେ, ଆଉ ତୋହର ମାୟାରେ ଜାତିସମୂହ ଭ୍ରାନ୍ତ ହୋଇଥିଲେ,


ଆହୁରି, ଆମ୍ଭେ ତାହାର ସକଳ ଆମୋଦ, ତାହାର ଉତ୍ସବ, ଅମାବାସ୍ୟା, ବିଶ୍ରାମ ଦିନ ଓ ତାହାର ମହାସଭା ସକଳ ବନ୍ଦ କରିବା।


ପୁଣି, ଆମ୍ଭେ ତୁମ୍ଭର ଗାୟନ ଶବ୍ଦ ନିବୃତ୍ତ କରାଇବା ଓ ତୁମ୍ଭ ବୀଣାର ଧ୍ୱନି ଆଉ ଶୁଣାଯିବ ନାହିଁ।


ଆହୁରି, ଆମ୍ଭେ ସେମାନଙ୍କ ମଧ୍ୟରୁ ଆମୋଦର ଧ୍ୱନି, ଆନନ୍ଦର ଧ୍ୱନି ଓ ବରର ରବ ଓ କନ୍ୟାର ରବ, ଚକିର ଶବ୍ଦ ଓ ପ୍ରଦୀପର ଆଲୁଅ ଦୂର କରିବା।


କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ଦେଖ, ଆମ୍ଭେ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ ଓ ତୁମ୍ଭମାନଙ୍କ ସମୟରେ ଏହି ସ୍ଥାନରୁ ଆମୋଦ-ପ୍ରମୋଦର ଧ୍ୱନି ଓ ଆନନ୍ଦର ଧ୍ୱନି, ବରର ରବ ଓ କନ୍ୟାର ରବ ନିବୃତ୍ତ କରାଇବା।


ତୁମ୍ଭମାନଙ୍କର ଦେଶ ଧ୍ୱଂସସ୍ଥାନ; ତୁମ୍ଭମାନଙ୍କର ନଗରସବୁ ଅଗ୍ନିରେ ଦଗ୍ଧ; ତୁମ୍ଭମାନଙ୍କର ଭୂମି ବିଦେଶୀମାନେ ତୁମ୍ଭମାନଙ୍କର ସାକ୍ଷାତରେ ଗ୍ରାସ କରନ୍ତି, ତାହା ବିଦେଶୀମାନଙ୍କ ଦ୍ୱାରା ବିନଷ୍ଟ ହେବା ତୁଲ୍ୟ ଧ୍ୱଂସସ୍ଥାନ ହୋଇଅଛି।


ଆଉ ଆମ୍ଭେ ନାନା ଦେଶୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭମାନଙ୍କୁ ଛିନ୍ନଭିନ୍ନ କରିବା ଓ ଆମ୍ଭେ ତୁମ୍ଭମାନଙ୍କ ପଶ୍ଚାତ୍‍ ଖଡ୍ଗ ନିଷ୍କୋଷ କରିବା; ତହିଁରେ ତୁମ୍ଭମାନଙ୍କ ଦେଶ ଶୂନ୍ୟସ୍ଥାନ ହେବ ଓ ତୁମ୍ଭମାନଙ୍କ ନଗରସକଳ ମରୁଭୂମି ହେବ।


ତଥାପି ନିବାସୀଗଣର ସକାଶୁ ସେମାନଙ୍କ କ୍ରିୟାର ଫଳ ସ୍ୱରୂପେ ଦେଶ ଧ୍ୱଂସସ୍ଥାନ ହେବ।


କାରଣ ସଦାପ୍ରଭୁ ଏହି କଥା କହନ୍ତି, “ସମୁଦାୟ ଦେଶ ଧ୍ୱଂସସ୍ଥାନ ହେବ; ତଥାପି ଆମ୍ଭେ ସମ୍ପୂର୍ଣ୍ଣ ରୂପେ ନାଶ କରିବା ନାହିଁ।


ସିୟୋନର ନଗରଦ୍ୱାରସକଳ ଶୋକ ଓ ବିଳାପ କରିବେ ଓ ସେ ଅକିଞ୍ଚନା ହୋଇ ଭୂମିରେ ବସିବ।


ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଏହି ଯେଉଁ ସ୍ଥାନକୁ ‘ଧ୍ୱଂସିତ, ନରଶୂନ୍ୟ ଓ ପଶୁଶୂନ୍ୟ,’ ବୋଲି କହୁଅଛ, ସେଠାରେ, ଅର୍ଥାତ୍‍, ଧ୍ୱଂସିତ, ନରଶୂନ୍ୟ, ନିବାସୀବିହୀନ ଓ ପଶୁଶୂନ୍ୟ ଯିହୁଦାର ନଗରସମୂହରେ ଓ ଯିରୂଶାଲମର ସକଳ ସଡ଼କରେ


ତେବେ ମୁଁ ପଚାରିଲି, “ହେ ପ୍ରଭୋ, କେତେ କାଳ ଯାଏ?” ତହିଁରେ ସେ ଉତ୍ତର କଲେ, “ଯେପର୍ଯ୍ୟନ୍ତ ନଗରସବୁ ନିବାସୀବିହୀନ ଓ ଗୃହସବୁ ନରଶୂନ୍ୟ ହୋଇ ଉଜାଡ଼ ନ ହୁଏ ଓ ଭୂମି ସମ୍ପୂର୍ଣ୍ଣ ରୂପେ ଉଜାଡ଼ ନ ହୁଏ,


ଅଗ୍ନି ସେମାନଙ୍କ ଯୁବାଗଣକୁ ଗ୍ରାସ କଲା ଓ ସେମାନଙ୍କ କନ୍ୟାଗଣର ବିବାହ-ଗୀତ ହେଲା ନାହିଁ।


କାରଣ ଯିହୁଦାର ରାଜଗୃହ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ଆମ୍ଭ ପ୍ରତି ଗିଲୀୟଦ ଓ ଲିବାନୋନର ଶୃଙ୍ଗ ସ୍ୱରୂପ ଅଟ; ତଥାପି ଆମ୍ଭେ ନିଶ୍ଚୟ ତୁମ୍ଭକୁ ପ୍ରାନ୍ତର ଓ ନିବାସୀବିହୀନ ନଗରସମୂହର ସ୍ୱରୂପ କରିବା।


ତୁମ୍ଭେମାନେ ସେମାନଙ୍କ କଥାରେ ମନୋଯୋଗ କର ନାହିଁ; ବାବିଲ ରାଜାର ଦାସ୍ୟକର୍ମ କର; ତହିଁରେ ବଞ୍ଚିବ; ଏହି ନଗର କାହିଁକି ଉତ୍ସନ୍ନ ସ୍ଥାନ ହେବ?


ଏହେତୁ ଆମ୍ଭର ପ୍ରଚଣ୍ଡ କୋପ ଓ କ୍ରୋଧ ଢଳାଗଲା ଓ ଯିହୁଦାର ନଗରସମୂହରେ ଓ ଯିରୂଶାଲମର ସକଳ ପଥରେ ତାହା ପ୍ରଜ୍ୱଳିତ ହେଲା, ପୁଣି ଆଜିର ସଦୃଶ୍ୟ ସେସବୁ ଉତ୍ସନ୍ନ ଓ ଧ୍ୱଂସିତ ହୋଇଅଛି।


ପ୍ରାଚୀନମାନେ ନଗରଦ୍ୱାରରୁ, ଯୁବା ଲୋକମାନେ ଆପଣା ବାଦ୍ୟରୁ ନିବୃତ୍ତ ହୋଇଅଛନ୍ତି।


ଦେଖ, ସେହି ରାତ୍ରି ବନ୍ଧ୍ୟା ହେଉ; ତହିଁ ମଧ୍ୟରେ କୌଣସି ଆନନ୍ଦର ସ୍ୱର ପ୍ରବେଶ ନ କରୁ।


ମୁଁ ଅନାଇଲି, ଆଉ ଦେଖ, ସଦାପ୍ରଭୁଙ୍କ ଛାମୁରେ ଓ ତାହାଙ୍କ ପ୍ରଚଣ୍ଡ କ୍ରୋଧ ସମ୍ମୁଖରେ ଉର୍ବରା କ୍ଷେତ୍ର, ମରୁଭୂମି ଓ ତହିଁର ନଗରସକଳ ଭଗ୍ନ ହୋଇଥିଲା।


ଆନନ୍ଦଧ୍ୱନି, ହର୍ଷନାଦ, ବରର ରବ ଓ କନ୍ୟାର ରବ, ପୁଣି ‘ସୈନ୍ୟାଧିପତି ସଦାପ୍ରଭୁଙ୍କର ଧନ୍ୟବାଦ କର, କାରଣ ସଦାପ୍ରଭୁ ମଙ୍ଗଳମୟ ଓ ତାହାଙ୍କର କରୁଣା ସଦାକାଳସ୍ଥାୟୀ’ ବୋଲି ଯେଉଁମାନେ କହନ୍ତି, ସେମାନଙ୍କର ରବ ଓ ସଦାପ୍ରଭୁଙ୍କ ଗୃହକୁ ଧନ୍ୟବାଦରୂପ ବଳି ଆଣିବା ଲୋକମାନଙ୍କର ରବ ପୁନର୍ବାର ଶୁଣାଯିବ। କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ପୂର୍ବକାଳର ନ୍ୟାୟ ଦେଶର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା।


ଦୌରାତ୍ମ୍ୟ ବଢ଼ି ଉଠି ଦୁଷ୍ଟତାରୂପ ଯଷ୍ଟି ହୋଇଅଛି; ସେମାନଙ୍କର କେହି କିଅବା ସେମାନଙ୍କର ଲୋକସମୂହ କିଅବା ସେମାନଙ୍କର ଧନ ରହିବ ନାହିଁ; ଅଥବା ସେମାନଙ୍କ ମଧ୍ୟରେ ଶ୍ରେଷ୍ଠତା ରହିବ ନାହିଁ।


ପୁଣି, ଯେଉଁମାନଙ୍କ ଉଦ୍ଦେଶ୍ୟରେ ସେ ଧୂପ ଜ୍ୱଳାଇଲା, ସେହି ବାଲ୍‍ ଦେବଗଣର (ପ୍ରତିଷ୍ଠିତ) ଦିନସମୂହର ପ୍ରତିଫଳ ଆମ୍ଭେ ତାହାକୁ ଭୋଗ କରାଇବା; ସେହି ସମୟରେ ସେ କର୍ଣ୍ଣକୁଣ୍ଡଳ ଓ ଅଳଙ୍କାର ଇତ୍ୟାଦିରେ ଆପଣାକୁ ଭୂଷିତା କରି ଆପଣା ପ୍ରେମିକଗଣର ପଛେ ପଛେ ଗଲା ଓ ଆମ୍ଭକୁ ଭୁଲିଲା, ଏହା ସଦାପ୍ରଭୁ କହନ୍ତି।


Swiv nou:

Piblisite


Piblisite