Biblia Todo Logo
Bib sou entènèt

- Piblisite -




ଯିରିମୀୟ 8:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ସେମାନେ ଘୃଣାଯୋଗ୍ୟ କାର୍ଯ୍ୟ କରିଅଛନ୍ତି ବୋଲି କʼଣ ଲଜ୍ଜିତ ହେଲେ? ନା, ସେମାନେ କିଛି ହିଁ ଲଜ୍ଜିତ ହେଲେ ନାହିଁ, କିଅବା ମୁଖ ବିବର୍ଣ୍ଣ କଲେ ନାହିଁ; ଏହେତୁ ସେମାନେ ପତିତ ଲୋକମାନଙ୍କ ମଧ୍ୟରେ ପତିତ ହେବେ; ସଦାପ୍ରଭୁ କହନ୍ତି, ସେମାନଙ୍କ ପ୍ରତିଫଳ ପ୍ରାପ୍ତିର ସମୟରେ ସେମାନେ ନିପାତିତ ହେବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ସେମାନେ ଘୃଣାଯୋଗ୍ୟ କାର୍ଯ୍ୟ କରିଅଛନ୍ତି ବୋଲି କʼଣ ଲଜ୍ଜିତ ହେଲେ? ନା, ସେମାନେ କିଛି ହିଁ ଲଜ୍ଜିତ ହେଲେ ନାହିଁ, କିଅବା ମୁଖ ବିବର୍ଣ୍ଣ କଲେ ନାହିଁ; ଏହେତୁ ସେମାନେ ପତିତ ଲୋକମାନଙ୍କ ମଧ୍ୟରେ ପତିତ ହେବେ; ସଦାପ୍ରଭୁ କହନ୍ତି, ସେମାନଙ୍କ ପ୍ରତିଫଳ-ପ୍ରାପ୍ତିର ସମୟରେ ସେମାନେ ନିପାତିତ ହେବେ।

Gade chapit la Kopi

ଓଡିଆ ବାଇବେଲ

12 ସେମାନେ ଘୃଣାଯୋଗ୍ୟ କାର୍ଯ୍ୟ କରିଅଛନ୍ତି ବୋଲି କ’ଣ ଲଜ୍ଜିତ ହେଲେ ? ନା, ସେମାନେ କିଛି ହିଁ ଲଜ୍ଜିତ ହେଲେ ନାହିଁ, କିଅବା ମୁଖ ବିବର୍ଣ୍ଣ କଲେ ନାହିଁ; ଏହେତୁ ସେମାନେ ପତିତ ଲୋକମାନଙ୍କ ମଧ୍ୟରେ ପତିତ ହେବେ; ସଦାପ୍ରଭୁ କହନ୍ତି, “ସେମାନଙ୍କ ପ୍ରତିଫଳ ପ୍ରାପ୍ତିର ସମୟରେ ସେମାନେ ନିପାତିତ ହେବେ।”

Gade chapit la Kopi

ପବିତ୍ର ବାଇବଲ

12 ସେମାନେ ଘୃଣ୍ୟକର୍ମ କରିସୁଦ୍ଧା ଲଜ୍ଜିତ ହେଲେ ନାହିଁ, ସେମାନଙ୍କର ମୁଖମଣ୍ଡଳ ଏହି ମନ୍ଦକର୍ମ ଯୋଗୁଁ ବିବର୍ଣ୍ଣ ହେଲା ନାହିଁ। ଏଣୁ ସେମାନେ ପତିତ ଲୋକମାନଙ୍କ ମଧ୍ୟରେ ପତିତ ହେବେ। ସେମାନଙ୍କ ପ୍ରତିଫଳ ପ୍ରାପ୍ତି ସମୟରେ ସେମାନେ ନିପାତିତ ହେବେ।’” ସଦାପ୍ରଭୁ ଏହିସବୁ କହନ୍ତି।

Gade chapit la Kopi




ଯିରିମୀୟ 8:12
20 Referans Kwoze  

ଏହେତୁ ବୃଷ୍ଟି ନିବାରିତ ହୋଇଅଛି ଓ ଶେଷ ବର୍ଷା ହୋଇ ନାହିଁ; ତଥାପି ତୁମ୍ଭେ ବେଶ୍ୟାର କପାଳ ଧାରଣ କରିଅଛ, ତୁମ୍ଭେ ଲଜ୍ଜିତା ହେବାକୁ ଅସମ୍ମତା ହୋଇଅଛ।


ସେମାନେ ଘୃଣାଯୋଗ୍ୟ କାର୍ଯ୍ୟ କରିଅଛନ୍ତି ବୋଲି କି ଲଜ୍ଜିତ ହେଲେ? ନା, ସେମାନେ କିଛି ହିଁ ଲଜ୍ଜିତ ହେଲେ ନାହିଁ, କିଅବା ମୁଖ ବିବର୍ଣ୍ଣ କଲେ ନାହିଁ; ଏହେତୁ ସେମାନେ ପତିତ ଲୋକମାନଙ୍କ ମଧ୍ୟରେ ପତିତ ହେବେ; ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ପ୍ରତିଫଳ ଦେବା ବେଳେ ସେମାନେ ନିପାତିତ ହେବେ।”


ସେମାନଙ୍କ ମୁଖର ଆକାର ସେମାନଙ୍କ ପ୍ରତିକୂଳରେ ସାକ୍ଷ୍ୟ ଦିଏ; ପୁଣି, ସେମାନେ ସଦୋମର ନ୍ୟାୟ ଆପଣାମାନଙ୍କ ପାପ ପ୍ରକାଶ କରି ଗୋପନ କରନ୍ତି ନାହିଁ। ସେମାନଙ୍କ ପ୍ରାଣର ସନ୍ତାପ ହେବ! କାରଣ ସେମାନେ ଆପଣାମାନଙ୍କର ଅନିଷ୍ଟ ଆପେ କରିଅଛନ୍ତି।


“ଦେଖ, ଏହି ଲୋକ ପରମେଶ୍ୱରଙ୍କୁ ଆପଣାର ବଳ ସ୍ୱରୂପ କଲା ନାହିଁ; ମାତ୍ର ଆପଣା ଧନର ବାହୁଲ୍ୟରେ ନିର୍ଭର କଲା। ପୁଣି, ଆପଣା ଦୁଷ୍ଟତାରେ ଆପଣାକୁ ବଳବାନ କଲା।”


ତାହାର ମଧ୍ୟବର୍ତ୍ତୀ ସଦାପ୍ରଭୁ ଧାର୍ମିକ ଅଟନ୍ତି; ସେ ଅଧର୍ମ କରିବେ ନାହିଁ; ପ୍ରତି ପ୍ରଭାତ ସେ ଆପଣା ବିଚାର ଆଲୁଅରେ ସ୍ଥାପନ କରନ୍ତି, ସେ ତ୍ରୁଟି କରନ୍ତି ନାହିଁ; ମାତ୍ର ଅନ୍ୟାୟକାରୀ ଲୋକ ଲଜ୍ଜା ଜାଣେ ନାହିଁ।


ହେ ବୀର, ତୁମ୍ଭେ ଅନିଷ୍ଟ କର୍ମରେ କାହିଁକି ଦର୍ପ କରୁଅଛ?


ସେମାନଙ୍କ ପାଦ ଖସି ପଡ଼ିବା ବେଳେ ସମୁଚିତ ଦଣ୍ଡ ଓ ପ୍ରତିଫଳ ଦେବା ଆମ୍ଭର କର୍ମ; କାରଣ ସେମାନଙ୍କ ବିପଦର ଦିନ ସନ୍ନିକଟ ଓ ସେମାନଙ୍କ ପାଇଁ ଯାହା ନିରୂପିତ, ତାହା ଶୀଘ୍ର ଆସୁଅଛି।”


ସେମାନଙ୍କ ପରିଣାମ ବିନାଶ, ଉଦର ସେମାନଙ୍କର ଦେବତା, ସେମାନେ ଆପଣା ଆପଣା ଲଜ୍ଜାକୁ ଦର୍ପର ବିଷୟ ମନେ କରନ୍ତି, ପୁଣି, ପାର୍ଥିବ ବିଷୟଗୁଡ଼ିକରେ ଆସକ୍ତ ଅଟନ୍ତି।


ଭର୍ତ୍ସନା ଦିନରେ ଇଫ୍ରୟିମ ଧ୍ୱଂସର ସ୍ଥାନ ହେବ; ଯାହା ନିଶ୍ଚୟ ଘଟିବ, ତାହା ଆମ୍ଭେ ଇସ୍ରାଏଲ ଗୋଷ୍ଠୀମାନଙ୍କ ମଧ୍ୟରେ ଜ୍ଞାତ କରାଇଅଛୁ।


ତହିଁରେ ଯେପରି ଲୋକମାନଙ୍କର, ସେହିପରି ଯାଜକର; ଯେପରି ଦାସର, ସେହିପରି ତାହାର କର୍ତ୍ତାର; ଯେପରି ଦାସୀର, ସେହିପରି ତାହାର କର୍ତ୍ତ୍ରୀର; ଯେପରି କ୍ରୟକାରୀର, ସେହିପରି ବିକ୍ରୟକାରୀର; ଯେପରି ମହାଜନର, ସେହିପରି ଖାତକର; ଯେପରି ସୁଧଗ୍ରାହୀର, ସେହିପରି ସୁଧଦାତାର ପ୍ରତି ଘଟିବ।


ଏନିମନ୍ତେ ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ଏହି ଲୋକମାନଙ୍କ ଆଗରେ ନାନା ବିଘ୍ନ ଥୋଇବା; ତଦ୍ଦ୍ୱାରା ପିତୃଗଣ ଓ ପୁତ୍ରଗଣ ଏକ ସଙ୍ଗେ ଝୁଣ୍ଟି ପଡ଼ିବେ; ପ୍ରତିବାସୀ ଓ ତାହାର ମିତ୍ର ବିନଷ୍ଟ ହେବେ।’”


ସେସବୁ ଅସାର ଓ ଭ୍ରାନ୍ତିର କର୍ମ; ସେମାନେ ଆପଣା ପ୍ରତିଫଳ ପାଇବା ସମୟରେ ବିନଷ୍ଟ ହେବେ।


ସେମାନେ ଆଜି ପର୍ଯ୍ୟନ୍ତ ଚୂର୍ଣ୍ଣମନା ହୋଇ ନାହାନ୍ତି, କିଅବା ସେମାନେ ଭୟ କରି ନାହାନ୍ତି, ଅଥବା ଆମ୍ଭେ ତୁମ୍ଭମାନଙ୍କ ସମ୍ମୁଖରେ ଓ ତୁମ୍ଭମାନଙ୍କ ପିତୃପୁରୁଷମାନଙ୍କ ସମ୍ମୁଖରେ ଆପଣାର ଯେଉଁ ବ୍ୟବସ୍ଥା ଓ ବିଧି ସ୍ଥାପନ କଲୁ, ତଦନୁସାରେ ଆଚରଣ କରି ନାହାନ୍ତି।


ଏହିରୂପେ ସେ ଆପଣା ବେଶ୍ୟା କ୍ରିୟା ପ୍ରକାଶ କଲା ଓ ଆପଣା ଉଲଙ୍ଗତା ଅନାବୃତ କଲା; ତହୁଁ ଆମ୍ଭର ପ୍ରାଣ ଯେପରି ତାହାର ଭଗିନୀଠାରୁ ବିମୁଖ ହୋଇଥିଲା, ସେହିପରି ତାହାଠାରୁ ମଧ୍ୟ ବିମୁଖ ହେଲା।


ଆରଦିନ ସେହି ଜ୍ୟେଷ୍ଠା କନ୍ୟା କନିଷ୍ଠାକୁ କହିଲା, “ଦେଖ, ମୁଁ ଗତ ରାତ୍ର ପିତାଙ୍କ ସଙ୍ଗରେ ଶୟନ କଲି, ଆସ, ଆଜି ରାତ୍ର ମଧ୍ୟ ପିତାଙ୍କୁ ଦ୍ରାକ୍ଷାରସ ପାନ କରାଉ; ତହୁଁ ତୁମ୍ଭେ ଯାଇ ପିତାଙ୍କ ବଂଶ ରକ୍ଷାର୍ଥେ ତାଙ୍କ ସଙ୍ଗେ ଶୟନ କର।”


ଏହେତୁ ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ଆମ୍ଭ ନାମରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି ଓ ଆମ୍ଭେ ସେମାନଙ୍କୁ ପ୍ରେରଣ ନ କଲେ ହେଁ ସେମାନେ କହନ୍ତି, ‘ଏହି ଦେଶରେ ଖଡ୍ଗ ଓ ଦୁର୍ଭିକ୍ଷ ଉପସ୍ଥିତ ହେବ ନାହିଁ,’ ସେମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ସେହି ଭବିଷ୍ୟଦ୍‍ବକ୍ତାମାନେ ଖଡ୍ଗ ଓ ଦୁର୍ଭିକ୍ଷ ଦ୍ୱାରା ବିନଷ୍ଟ ହେବେ।


ଏଣୁକରି ସେମାନଙ୍କର ପଥ ଅନ୍ଧକାରାବୃତ ଖସଡ଼ା ସ୍ଥାନ ହେବ; ସେମାନେ ତାଡ଼ିତ ହୋଇ ତହିଁରେ ପଡ଼ିବେ; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍‍, ସେମାନଙ୍କୁ ପ୍ରତିଫଳ ଦେବାର ବର୍ଷ ଆଣିବା।


Swiv nou:

Piblisite


Piblisite