Biblia Todo Logo
Bib sou entènèt

- Piblisite -




ଯିରିମୀୟ 8:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଦେଖ, ଅତି ଦୂର ଦେଶରୁ ମୋʼ ଲୋକଙ୍କ କନ୍ୟାର ଆର୍ତ୍ତନାଦ; “ସଦାପ୍ରଭୁ କʼଣ ସିୟୋନରେ ନାହାନ୍ତି? ତହିଁର ରାଜା କʼଣ ତହିଁ ମଧ୍ୟରେ ନାହାନ୍ତି?” “ସେମାନେ ଆପଣାମାନଙ୍କର ଖୋଦିତ ପ୍ରତିମା ଓ ବିଦେଶୀୟ ଅସାର ବସ୍ତୁ ସମୂହ ଦ୍ୱାରା କାହିଁକି ଆମ୍ଭଙ୍କୁ ବିରକ୍ତ କରିଅଛନ୍ତି?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ଦେଖ, ଅତି ଦୂର ଦେଶରୁ ମୋʼ ଲୋକଙ୍କ କନ୍ୟାର ଆର୍ତ୍ତନାଦ; ସଦାପ୍ରଭୁ କʼଣ ସିୟୋନରେ ନାହାନ୍ତି? ତହିଁର ରାଜା କʼଣ ତହିଁ ମଧ୍ୟରେ ନାହାନ୍ତି? ସେମାନେ ଆପଣାମାନଙ୍କର ଖୋଦିତ ପ୍ରତିମା ଓ ବିଦେଶୀୟ ଅସାର ବସ୍ତୁସମୂହ ଦ୍ଵାରା କାହିଁକି ଆମ୍ଭଙ୍କୁ ବିରକ୍ତ କରିଅଛନ୍ତି?

Gade chapit la Kopi

ଓଡିଆ ବାଇବେଲ

19 ଦେଖ, ଅତି ଦୂର ଦେଶରୁ ମୋ’ ଲୋକଙ୍କ କନ୍ୟାର ଆର୍ତ୍ତନାଦ; ସଦାପ୍ରଭୁ କ’ଣ ସିୟୋନରେ ନାହାନ୍ତି ? ତହିଁର ରାଜା କ’ଣ ତହିଁ ମଧ୍ୟରେ ନାହାନ୍ତି ? ସେମାନେ ଆପଣାମାନଙ୍କର ଖୋଦିତ ପ୍ରତିମା ଓ ବିଦେଶୀୟ ଅସାର ବସ୍ତୁ ସମୂହ ଦ୍ୱାରା କାହିଁକି ଆମ୍ଭଙ୍କୁ ବିରକ୍ତ କରିଅଛନ୍ତି ?

Gade chapit la Kopi

ପବିତ୍ର ବାଇବଲ

19 ମୋର ଲୋକମାନଙ୍କର ଅତି ଦୂର ଦେଶରୁ ଆସୁଥିବା ଆର୍ତ୍ତଚିତ୍କାର ଶୁଣ। ସେମାନେ କହନ୍ତି, “ସଦାପ୍ରଭୁ କ’ଣ ସିୟୋନରେ ନାହାନ୍ତି? ତହିଁର ରାଜା କ’ଣ ତହିଁ ମଧ୍ୟରେ ନାହାନ୍ତି?” ମାତ୍ର ପରମେଶ୍ୱର କହନ୍ତି, “ସେମାନେ ନିଜର ଖୋଦିତ ପ୍ରତିମା ଓ ବିଦେଶୀୟ ଅସାର ବସ୍ତ୍ର ସମୂହଦ୍ୱାରା ଆମ୍ଭକୁ ବିରକ୍ତ ଓ କ୍ରୋଧିତ କରିଛନ୍ତି।”

Gade chapit la Kopi




ଯିରିମୀୟ 8:19
35 Referans Kwoze  

ସେତେବେଳେ ଯିଶାଇୟ ଭବିଷ୍ୟଦ୍‍ବକ୍ତା ହିଜକୀୟ ରାଜା ନିକଟକୁ ଆସି ତାହାକୁ କହିଲେ, “ଏହି ଲୋକମାନେ କଅଣ କହିଲେ? ସେମାନେ କେଉଁଠାରୁ ତୁମ୍ଭ ନିକଟକୁ ଆସିଲେ?” ତହିଁରେ ହିଜକୀୟ କହିଲା, “ସେମାନେ ଦୂର ଦେଶ ବାବିଲରୁ ମୋʼ ନିକଟକୁ ଆସିଅଛନ୍ତି।”


ସେମାନେ, ଅର୍ଥାତ୍‍, ସଦାପ୍ରଭୁ ଓ ତାହାଙ୍କ କ୍ରୋଧରୂପ ଅସ୍ତ୍ରସବୁ ସମୁଦାୟ ଦେଶ ଉଚ୍ଛିନ୍ନ କରିବା ନିମନ୍ତେ ଦୂର ଦେଶରୁ, ଆକାଶମଣ୍ଡଳର ପ୍ରାନ୍ତଭାଗରୁ ଆସୁଅଛନ୍ତି।


“ଏଫିସ ମଣ୍ଡଳୀର ଦୂତ ନିକଟକୁ ଲେଖ: ଯେ ଆପଣା ଦକ୍ଷିଣ ହସ୍ତରେ ସପ୍ତ ନକ୍ଷତ୍ର ଧାରଣ କରନ୍ତି ଓ ସପ୍ତ ସୁବର୍ଣ୍ଣ ପ୍ରଦୀପ ମଧ୍ୟରେ ଗମନାଗମନ କରନ୍ତି, ସେ ଏହା କହନ୍ତି,


ମାତ୍ର ରକ୍ଷାପ୍ରାପ୍ତ ଲୋକମାନେ ସିୟୋନରେ ଥିବେ ଓ ତାହା ପବିତ୍ର ହେବ; ଆଉ, ଯାକୁବର ବଂଶ ଆପଣାମାନଙ୍କର ଅଧିକାର ଭୋଗ କରିବେ।


ପୁଣି, ଆମ୍ଭେ ସେମାନଙ୍କର ଯେଉଁ ରକ୍ତକୁ ନିର୍ଦ୍ଦୋଷ କରି ନାହୁଁ, ତାହା ନିର୍ଦ୍ଦୋଷ କରିବା। କାରଣ ସଦାପ୍ରଭୁ ସିୟୋନରେ ବାସ କରନ୍ତି।


ପୁଣି, ଯେକେହି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବ, ସେ ଉଦ୍ଧାର ପାଇବ; କାରଣ ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ସିୟୋନ ପର୍ବତରେ ଓ ଯିରୂଶାଲମରେ ରକ୍ଷାପ୍ରାପ୍ତ ଲୋକମାନେ ରହିବେ, ପୁଣି ଯେଉଁମାନଙ୍କୁ ସଦାପ୍ରଭୁ ଆହ୍ୱାନ କରିବେ, ସେମାନେ ଅବଶିଷ୍ଟାଂଶର ମଧ୍ୟରେ ରହିବେ।


କାରଣ ଯେଉଁ ଦିନରେ ପ୍ରହରୀମାନେ ଇଫ୍ରୟିମ ପର୍ବତରେ ଘୋଷଣା କରି କହିବେ, ‘ଉଠ, ଆମ୍ଭେମାନେ ସିୟୋନକୁ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଛାମୁକୁ ଯାଉ, ଏପରି ଦିନ ଆସିବ।’”


ତୁମ୍ଭେ କି ଯିହୁଦାକୁ ନିତାନ୍ତ ଅଗ୍ରାହ୍ୟ କରିଅଛ? ତୁମ୍ଭର ପ୍ରାଣ କି ସିୟୋନକୁ ଘୃଣା କରିଅଛି? କାହିଁକି ତୁମ୍ଭେ ଆମ୍ଭମାନଙ୍କୁ ପ୍ରହାର କଲ ଓ ଆମ୍ଭମାନଙ୍କ ପୀଡ଼ାର କୌଣସି ପ୍ରତିକାର ନାହିଁ? ଆମ୍ଭେମାନେ ଶାନ୍ତିର ଅପେକ୍ଷା କଲୁ, ମାତ୍ର କିଛି ମଙ୍ଗଳ ହେଲା ନାହିଁ ଓ ଆମ୍ଭେମାନେ ସ୍ୱାସ୍ଥ୍ୟ ସମୟର ଅପେକ୍ଷା କଲୁ, ଆଉ ଦେଖ, ଆଶଙ୍କା ଉପସ୍ଥିତ!


ହେ ସିୟୋନ, ଜାଗ, ଜାଗ, ଆପଣା ବଳ ପରିଧାନ କର; ହେ ପବିତ୍ର ନଗରୀ ଯିରୂଶାଲମ, ତୁମ୍ଭେ ଆପଣା ସୁନ୍ଦର ବସ୍ତ୍ରସବୁ ପିନ୍ଧ; କାରଣ ଏହି ସମୟଠାରୁ ତୁମ୍ଭ ମଧ୍ୟକୁ ଅସୁନ୍ନତ ଅବା ଅଶୁଚି ଲୋକ ଆଉ ଆସିବ ନାହିଁ।


କାରଣ ସଦାପ୍ରଭୁ ଆମ୍ଭମାନଙ୍କର ବିଚାରକର୍ତ୍ତା, ସଦାପ୍ରଭୁ ଆମ୍ଭମାନଙ୍କର ବ୍ୟବସ୍ଥାଦାତା, ସଦାପ୍ରଭୁ ଆମ୍ଭମାନଙ୍କର ରାଜା, ସେ ଆମ୍ଭମାନଙ୍କର ପରିତ୍ରାଣ କରିବେ।


ହେ ସିୟୋନ ନିବାସିନୀ, ତୁମ୍ଭେ ଉଚ୍ଚସ୍ୱର କରି ଆନନ୍ଦଧ୍ୱନି କର; କାରଣ ଯେ ଇସ୍ରାଏଲର ଧର୍ମସ୍ୱରୂପ, ସେ ତୁମ୍ଭ ମଧ୍ୟରେ ମହାନ ଅଟନ୍ତି।”


ଆହା ପାପିଷ୍ଠ ଗୋଷ୍ଠୀ, ଅଧର୍ମରେ ଭାରଗ୍ରସ୍ତ ଲୋକେ, ଦୁଷ୍କର୍ମକାରୀମାନଙ୍କ ବଂଶ, ଭ୍ରଷ୍ଟାଚାରୀ ସନ୍ତାନଗଣ! ସେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିଅଛନ୍ତି, ସେମାନେ ଇସ୍ରାଏଲର ଧର୍ମସ୍ୱରୂପଙ୍କୁ ଅବଜ୍ଞା କରିଅଛନ୍ତି, ସେମାନେ ବିମୁଖ ହୋଇ ପଛକୁ ଚାଲି ଯାଇଅଛନ୍ତି।


ଇସ୍ରାଏଲ ଆପଣା ନିର୍ମାଣକର୍ତ୍ତାଙ୍କଠାରେ ଆନନ୍ଦ କରୁ; ସିୟୋନର ସନ୍ତାନଗଣ ଆପଣାମାନଙ୍କ ରାଜାଙ୍କଠାରେ ଉଲ୍ଲସିତ ହେଉନ୍ତୁ।


ସଦାପ୍ରଭୁ ଅନନ୍ତକାଳ ରାଜ୍ୟ କରିବେ, ହେ ସିୟୋନ, ତୁମ୍ଭର ପରମେଶ୍ୱର ସକଳ ପୁରୁଷାନୁକ୍ରମରେ ରାଜ୍ୟ କରିବେ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।


ଯିରୂଶାଲମବାସୀ ସଦାପ୍ରଭୁ ସିୟୋନଠାରୁ ଧନ୍ୟ ହେଉନ୍ତୁ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।


ଆହୁରି, ଯେଉଁମାନଙ୍କୁ ସେମାନେ କିଅବା ସେମାନଙ୍କର ପୂର୍ବପୁରୁଷମାନେ ଜାଣି ନାହାନ୍ତି, ଏପରି ନାନା ଦେଶୀୟମାନଙ୍କ ମଧ୍ୟରେ ଆମ୍ଭେ ସେମାନଙ୍କୁ ଛିନ୍ନଭିନ୍ନ କରିବା; ପୁଣି, ଆମ୍ଭେ ଯେପର୍ଯ୍ୟନ୍ତ ସେମାନଙ୍କୁ ସଂହାର ନ କରୁ, ସେପର୍ଯ୍ୟନ୍ତ ଆମ୍ଭେ ସେମାନଙ୍କ ପଛେ ପଛେ ଖଡ୍ଗ ପଠାଇବା।”


ହେ ମହାଶୟମାନେ, କାହିଁକି ଏସମସ୍ତ କରୁଅଛନ୍ତି? ଆମ୍ଭେମାନେ ମଧ୍ୟ ଆପଣମାନଙ୍କ ପରି ସୁଖଦୁଃଖଭୋଗୀ ମନୁଷ୍ୟ, ଆପଣମାନଙ୍କ ନିକଟରେ ଏହି ସୁସମାଚାର ପ୍ରଚାର କରୁଅଛୁ, ଯେପରି ଆପଣମାନେ ଏହିସବୁ ଅସାର ବସ୍ତୁଠାରୁ ବିମୁଖ ହୋଇ ଜୀବନ୍ତ ଈଶ୍ବରଙ୍କ ପ୍ରତି ଫେରନ୍ତି। ସେ ଆକାଶମଣ୍ଡଳ, ପୃଥିବୀ, ସମୁଦ୍ର ଓ ସେସବୁରେ ଥିବା ସମସ୍ତ ସୃଷ୍ଟି କରିଅଛନ୍ତି;


ଯେଉଁମାନେ ଅସାର ପ୍ରତିମାଗଣକୁ ମାନନ୍ତି, ସେମାନଙ୍କୁ ମୁଁ ଘୃଣା କରେ; ମାତ୍ର ମୁଁ ସଦାପ୍ରଭୁଙ୍କଠାରେ ନିର୍ଭର ରଖେ।


ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭମାନଙ୍କର ପିତୃପୁରୁଷମାନେ ଆମ୍ଭଠାରେ କେଉଁ ଅନ୍ୟାୟ ଦେଖିଲେ ଯେ, ସେମାନେ ଆମ୍ଭଠାରୁ ଦୂରକୁ ଯାଇଅଛନ୍ତି ଓ ଅସାର ପ୍ରତିମାଗଣର ପଶ୍ଚାଦ୍‍ଗମନ କରି ନିଜେ ଅସାର ହୋଇଅଛନ୍ତି?


ସଦାପ୍ରଭୁ କହନ୍ତି, ସେମାନେ କʼଣ ଆମ୍ଭକୁ ବିରକ୍ତ କରନ୍ତି? ବରଞ୍ଚ ଆପଣାମାନଙ୍କ ମୁଖର ବିବର୍ଣ୍ଣତା ନିମନ୍ତେ କʼଣ ଆପଣାମାନଙ୍କୁ ବିରକ୍ତ ନ କରନ୍ତି?


“ଶସ୍ୟସଂଗ୍ରହର ସମୟ ଗତ ହେଲା, ଗ୍ରୀଷ୍ମକାଳ ଶେଷ ହେଲା, ମାତ୍ର ଆମ୍ଭମାନଙ୍କର ପରିତ୍ରାଣ ହୋଇ ନାହିଁ।”


ସେସବୁ ଅସାର ଓ ଭ୍ରାନ୍ତିର କର୍ମ; ସେମାନେ ଆପଣା ପ୍ରତିଫଳ ପାଇବା ସମୟରେ ବିନଷ୍ଟ ହେବେ।


ତୁମ୍ଭେ କାହିଁକି ବିସ୍ମିତ ମନୁଷ୍ୟ ତୁଲ୍ୟ କିଅବା ଉଦ୍ଧାର କରିବାକୁ ଅସମର୍ଥ ବୀର ତୁଲ୍ୟ ହେବ; ତଥାପି ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କ ମଧ୍ୟରେ ଅଛ ଓ ଆମ୍ଭେମାନେ ତୁମ୍ଭ ନାମରେ ଖ୍ୟାତ ଅଟୁ। ଆମ୍ଭମାନଙ୍କୁ ପରିତ୍ୟାଗ କର ନାହିଁ।”


କାରଣ ତୁମ୍ଭମାନଙ୍କୁ ସ୍ୱଦେଶରୁ ଦୂରୀକୃତ କରିବା ପାଇଁ ଓ ଆମ୍ଭେ ତୁମ୍ଭମାନଙ୍କୁ ତଡ଼ିଦେଲେ ତୁମ୍ଭେମାନେ ଯେପରି ନଷ୍ଟ ହେବ, ଏଥିପାଇଁ ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି।


କାରଣ ଆମ୍ଭ ସାକ୍ଷାତରେ ଯାହା ମନ୍ଦ, କେବଳ ତାହା ହିଁ ଇସ୍ରାଏଲ-ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ ଆପଣା ଆପଣାର ବାଲ୍ୟକାଳରୁ କରି ଆସୁଅଛନ୍ତି; ଇସ୍ରାଏଲ-ସନ୍ତାନଗଣ ଆପଣାମାନଙ୍କର ହସ୍ତକୃତ କର୍ମ ଦ୍ୱାରା ଆମ୍ଭକୁ କେବଳ ବିରକ୍ତ କରିଅଛନ୍ତି, ଏହା ସଦାପ୍ରଭୁ କହନ୍ତି।


ଚତୁର୍ଦ୍ଦିଗ ଅଠର ହଜାର ଦଣ୍ଡ ପରିମିତ ହେବ, ଆଉ ‘ସଦାପ୍ରଭୁ ତହିଁ ବିଦ୍ୟମାନ,’ ସେହି ଦିନଠାରୁ ନଗରର ଏହି ନାମ ହେବ।”


ଏବେ ତୁମ୍ଭେ କାହିଁକି ଘୋର ଚିତ୍କାର କରୁଅଛ? ତୁମ୍ଭ ମଧ୍ୟରେ କି ରାଜା ନାହିଁ, ତୁମ୍ଭର ମନ୍ତ୍ରୀ ବିନଷ୍ଟ ହୋଇଅଛି ବୋଲି କି ସ୍ତ୍ରୀର ପ୍ରସବବେଦନା ତୂଲ୍ୟ ବେଦନା ତୁମ୍ଭକୁ ଆକ୍ରାନ୍ତ କରିଅଛି?


ସେସମୟରେ ସେମାନଙ୍କ ପ୍ରତିକୂଳରେ ଆମ୍ଭର କ୍ରୋଧ ପ୍ରଜ୍ୱଳିତ ହେବ, ତେଣୁ ଆମ୍ଭେ ସେମାନଙ୍କୁ ତ୍ୟାଗ କରିବା ଓ ଆମ୍ଭେ ସେମାନଙ୍କଠାରୁ ଆପଣା ମୁଖ ଲୁଚାଇବା, ତହିଁରେ ସେମାନେ ଗ୍ରାସିତ ହେବେ ଓ ସେମାନଙ୍କ ପ୍ରତି ଅନେକ ଅମଙ୍ଗଳ ଓ କ୍ଳେଶ ଘଟିବ; ତହୁଁ ସେହି ସମୟରେ ସେମାନେ କହିବେ, ‘ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ମଧ୍ୟରେ ନ ଥିବାରୁ କି ଏହିସବୁ ଅମଙ୍ଗଳ ଆମ୍ଭମାନଙ୍କୁ ଘଟୁ ନାହିଁ?’


ଆମ୍ଭେମାନେ ବାବିଲୀୟ ନଦୀମାନର ନିକଟରେ ସିୟୋନକୁ ସ୍ମରଣ କଲା ବେଳେ ସେଠାରେ ବସିଲୁ ଓ ରୋଦନ କଲୁ।


ସଦାପ୍ରଭୁ ତୁମ୍ଭର ଦଣ୍ଡସବୁ ଦୂର କରିଅଛନ୍ତି, ସେ ତୁମ୍ଭର ଶତ୍ରୁକୁ ଦୂର କରିଅଛନ୍ତି; ଇସ୍ରାଏଲର ରାଜା ସଦାପ୍ରଭୁ ତୁମ୍ଭ ମଧ୍ୟବର୍ତ୍ତୀ ଅଛନ୍ତି, ତୁମ୍ଭେ ଆଉ ଅମଙ୍ଗଳର ଭୟ ପାଇବ ନାହିଁ।


ଦେଖ, ମୁଁ ସେମାନଙ୍କ ଉପରେ ଆପଣା ହସ୍ତ ହଲାଇବି, ତହିଁରେ ସେମାନେ ଆପଣା ସେବାକାରୀଗଣର ଲୁଟିତ ବସ୍ତୁ ସ୍ୱରୂପ ହେବେ ଆଉ, ସୈନ୍ୟାଧିପତି ସଦାପ୍ରଭୁ ଯେ ମୋତେ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେମାନେ ଜାଣିବ।


Swiv nou:

Piblisite


Piblisite