Biblia Todo Logo
Bib sou entènèt

- Piblisite -




ଯିରିମୀୟ 9:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 କାରଣ ମୃତ୍ୟୁୁ ଆମ୍ଭମାନଙ୍କର ଝରକା ଦେଇ ଆସି ଆମ୍ଭମାନଙ୍କ ଅଟ୍ଟାଳିକାମାନରେ ପ୍ରବେଶ କରିଅଛି; ସେ ବାହାରେ ବାଳକମାନଙ୍କୁ ଓ ଛକରେ ଯୁବାମାନଙ୍କୁ ଉଚ୍ଛିନ୍ନ କରିବାକୁ ଉଦ୍ୟତ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 କାରଣ ମୃତ୍ୟୁ ଆମ୍ଭମାନଙ୍କର ଝରକା ଦେଇ ଆସି ଆମ୍ଭମାନଙ୍କ ଅଟ୍ଟାଳିକାମାନରେ ପ୍ରବେଶ କରିଅଛି; ସେ ବାହାରେ ବାଳକମାନଙ୍କୁ ଓ ଛକରେ ଯୁବାମାନଙ୍କୁ ଉଚ୍ଛିନ୍ନ କରିବାକୁ ଉଦ୍ୟତ।

Gade chapit la Kopi

ଓଡିଆ ବାଇବେଲ

21 କାରଣ ମୃତ୍ୟୁୁ ଆମ୍ଭମାନଙ୍କର ଝରକା ଦେଇ ଆସି ଆମ୍ଭମାନଙ୍କ ଅଟ୍ଟାଳିକାମାନରେ ପ୍ରବେଶ କରିଅଛି; ସେ ବାହାରେ ବାଳକମାନଙ୍କୁ ଓ ଛକରେ ଯୁବାମାନଙ୍କୁ ଉଚ୍ଛିନ୍ନ କରିବାକୁ ଉଦ୍ୟତ।

Gade chapit la Kopi

ପବିତ୍ର ବାଇବଲ

21 “କାରଣ ମୃତ୍ୟୁ ଆମ୍ଭମାନଙ୍କର ଝରକା ଦେଇ ଆମ୍ଭମାନଙ୍କର ପ୍ରାସାଦରେ ପ୍ରବେଶ କରିଅଛି। ଏହା ବାହାରେ ବାଳକମାନଙ୍କୁ ଓ ନଗରର ଛକମାନଙ୍କରେ ଯୁବକମାନଙ୍କୁ ସଂହାର କରିବାକୁ ପ୍ରସ୍ତୁତ।”

Gade chapit la Kopi




ଯିରିମୀୟ 9:21
17 Referans Kwoze  

ଏହେତୁ ମୁଁ ସଦାପ୍ରଭୁଙ୍କ କ୍ରୋଧରେ ପରିପୂର୍ଣ୍ଣ ହୋଇଅଛି; ମୁଁ ତାହା ସମ୍ଭାଳି ରଖିବାରେ କ୍ଳାନ୍ତ ହୋଇଅଛି; “ସଡ଼କରେ ବାଳକମାନଙ୍କ ଉପରେ ଓ ଯୁବାମାନଙ୍କ ସଭାରେ ତାହା ଏକାବେଳେ ଢାଳି ପକାଅ; କାରଣ ସ୍ୱାମୀ ଓ ଭାର୍ଯ୍ୟା ବୃଦ୍ଧ ଜରାଗ୍ରସ୍ତ ସମସ୍ତେ ଧରାଯିବେ।


ଆମ୍ଭେ ସେମାନଙ୍କୁ ଦେଶର ପୁରଦ୍ୱାରସମୂହରେ କୁଲାରେ ପାଛୁଡ଼ି ଅଛୁ; ଆମ୍ଭେ ସେମାନଙ୍କୁ ସନ୍ତାନସନ୍ତତି ବିହୀନ କରିଅଛୁ, ଆମ୍ଭେ ଆପଣା ଲୋକମାନଙ୍କୁ ବିନାଶ କରିଅଛୁ; ସେମାନେ ଆପଣା ଆପଣା ପଥରୁ ଫେରି ନାହାନ୍ତି।


ଏନିମନ୍ତେ ସେ କଲ୍‍ଦୀୟମାନଙ୍କ ରାଜାକୁ ସେମାନଙ୍କ ପ୍ରତିକୂଳରେ ଆଣନ୍ତେ, ସେ ସେମାନଙ୍କ ଯୁବାମାନଙ୍କୁ ସେମାନଙ୍କ ଧର୍ମଧାମରେ ଖଡ୍ଗ ଦ୍ୱାରା ବଧ କଲା, ପୁଣି ଯୁବା କି ଯୁବତୀ, ବୃଦ୍ଧ କି ଜରାଜୀର୍ଣ୍ଣ, କାହାରିକୁ ଦୟା କଲା ନାହିଁ; ପରମେଶ୍ୱର ତାହା ହସ୍ତରେ ସମସ୍ତଙ୍କୁ ସମର୍ପି ଦେଲେ।


ତରୁଣମାନେ ହେଁ କ୍ଳାନ୍ତ ଓ ଶ୍ରାନ୍ତ ହେବେ, ପୁଣି ଯୁବକମାନେ ନିତାନ୍ତ ପଡ଼ିଯିବେ;


ଏନିମନ୍ତେ ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ଏହି ଲୋକମାନଙ୍କ ଆଗରେ ନାନା ବିଘ୍ନ ଥୋଇବା; ତଦ୍ଦ୍ୱାରା ପିତୃଗଣ ଓ ପୁତ୍ରଗଣ ଏକ ସଙ୍ଗେ ଝୁଣ୍ଟି ପଡ଼ିବେ; ପ୍ରତିବାସୀ ଓ ତାହାର ମିତ୍ର ବିନଷ୍ଟ ହେବେ।’”


ଏହେତୁ ତୁମ୍ଭେ ସେମାନଙ୍କ ସନ୍ତାନଗଣକୁ ଦୁର୍ଭିକ୍ଷରେ ସମର୍ପଣ କର ଓ ସେମାନଙ୍କୁ ଖଡ୍ଗର ପରାକ୍ରମରେ ଛାଡ଼ିଦିଅ; ଆଉ, ସେମାନଙ୍କର ଭାର୍ଯ୍ୟାମାନେ ସନ୍ତାନହୀନା ଓ ବିଧବା ହେଉନ୍ତୁ ଓ ସେମାନଙ୍କର ପୁରୁଷମାନେ ମୃତ୍ୟୁୁରେ ସଂହାରିତ ହେଉନ୍ତୁ ଓ ସେମାନଙ୍କର ଯୁବାଗଣ ଯୁଦ୍ଧରେ ଖଡ୍ଗରେ ହତ ହେଉନ୍ତୁ।


ଏନିମନ୍ତେ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଏବେ ଏହି କଥା କହନ୍ତି, ତୁମ୍ଭେମାନେ କାହିଁକି ଆପଣା ଆପଣା ପ୍ରାଣ ବିରୁଦ୍ଧରେ ଏହି ମହାପାପ କରୁଅଛ? ଏହା ଦ୍ୱାରା ତୁମ୍ଭେମାନେ ଆପଣା ଆପଣା ସମ୍ପର୍କୀୟ ପୁରୁଷ, ସ୍ତ୍ରୀ, ବାଳକ ଓ ସ୍ତନ୍ୟପାୟୀ ଶିଶୁମାନଙ୍କୁ ଯିହୁଦାର ମଧ୍ୟରୁ ଉଚ୍ଛିନ୍ନ କରିବ, ଆପଣାମାନଙ୍କର କାହାକୁ ହିଁ ଅବଶିଷ୍ଟ ରଖିବ ନାହିଁ;


ଏହେତୁ ସଦାପ୍ରଭୁ କହନ୍ତି, ସେଦିନରେ ତାହାର ଯୁବକଗଣ ରାଜଦାଣ୍ଡରେ ପତିତ ହେବେ ଓ ତାହାର ଯୋଦ୍ଧା ସମସ୍ତେ ନୀରବ କରାଯିବେ।


ସେମାନେ ନଗର ଉପରେ କୁଦନ୍ତି; ସେମାନେ ନଗରର ପ୍ରାଚୀର ଉପରେ ଦୌଡ଼ନ୍ତି; ସେମାନେ ଗୃହ ଉପରେ ଚଢ଼ନ୍ତି; ସେମାନେ ଚୋର ପରି ଝରକା ବାଟେ ପ୍ରବେଶ କରନ୍ତି।


ତହିଁରେ ଏକ ଗୃହରେ ଯଦି ଦଶ ଜଣ ଅବଶିଷ୍ଟ ରହିବେ, ତେବେ ସମସ୍ତେ ମରିବେ।


ତହିଁରେ ଏହି ଲୋକମାନଙ୍କର ଶବ ଆକାଶ ପକ୍ଷୀଗଣର ଓ ଭୂଚର ପଶୁଗଣର ଖାଦ୍ୟ ହେବ; ଆଉ, ସେମାନଙ୍କୁ କେହି ତଡ଼ି ଦେବ ନାହିଁ।


ଆଉ, ସେମାନେ ସୂର୍ଯ୍ୟ, ଚନ୍ଦ୍ର ଓ ଆକାଶମଣ୍ଡଳସ୍ଥ ସୈନ୍ୟଗଣକୁ ଭଲ ପାଇଅଛନ୍ତି ଓ ଯେଉଁମାନଙ୍କର ସେବା କରିଅଛନ୍ତି ଓ ଯେଉଁମାନଙ୍କର ପଶ୍ଚାଦ୍‍ଗାମୀ ହୋଇଅଛନ୍ତି ଓ ଯେଉଁମାନଙ୍କର ଅନ୍ୱେଷଣ କରିଅଛନ୍ତି ଓ ଯେଉଁମାନଙ୍କୁ ପ୍ରଣାମ କରିଅଛନ୍ତି, ସେମାନଙ୍କ ଆଗରେ ତାହାସବୁ ଛିନ୍ନଭିନ୍ନ କରି ପକାଇବେ; ସେହି ଅସ୍ଥିସବୁ ଏକତ୍ରୀକୃତ କିଅବା କବରରେ ପୋତା ହେବ ନାହିଁ; ସେସବୁ ଭୂମିରେ ଖତ ତୁଲ୍ୟ ହେବ।


“ଇସ୍ରାଏଲର କୁମାରୀ ପତିତ ହୋଇଅଛି, ସେ ଆଉ ଉଠିବ ନାହିଁ; ସେ ଆପଣା ଭୂମିରେ ଫିଙ୍ଗା ଯାଇଅଛି; ତାହାକୁ ଉଠାଇବାକୁ କେହି ନାହିଁ।”


ପୁଣି, ଆମ୍ଭେ ମନୁଷ୍ୟମାନଙ୍କ ଉପରେ ଦୁଃଖ ଘଟାଇବା, ତହିଁରେ ସେମାନେ ଅନ୍ଧ ଲୋକ ପରି ବୁଲିବେ, କାରଣ ସେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛନ୍ତି; ଆଉ, ସେମାନଙ୍କର ରକ୍ତ ଧୂଳି ପରି ଓ ସେମାନଙ୍କର ମାଂସ ମଳ ପରି ଢଳାଯିବ।


Swiv nou:

Piblisite


Piblisite