Biblia Todo Logo
Bib sou entènèt

- Piblisite -




ଯିରିମୀୟ 9:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ଆମ୍ଭେ ମିସରକୁ ଓ ଯିହୁଦାକୁ, ଇଦୋମକୁ, ଅମ୍ମୋନ-ସନ୍ତାନଗଣକୁ ଓ ମୋୟାବକୁ, ଆପଣା ଆପଣା କେଶ କୋଣ ମୁଣ୍ଡନକାରୀ ପ୍ରାନ୍ତରବାସୀ ସମସ୍ତଙ୍କୁ ଦଣ୍ଡ ଦେବା; କାରଣ ସକଳ ଗୋଷ୍ଠୀ ଅସୁନ୍ନତ, ପୁଣି ସମଗ୍ର ଇସ୍ରାଏଲ ବଂଶ ଅନ୍ତଃକରଣରେ ଅସୁନ୍ନତ ଅଟନ୍ତି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ଆମ୍ଭେ ମିସରକୁ ଓ ଯିହୁଦାକୁ, ଇଦୋମକୁ, ଅମ୍ମୋନ-ସନ୍ତାନଗଣକୁ ଓ ମୋୟାବକୁ, ଆପଣା ଆପଣା କେଶ-କୋଣ ମୁଣ୍ତନକାରୀ ପ୍ରାନ୍ତରବାସୀ ସମସ୍ତଙ୍କୁ ଦଣ୍ତ ଦେବା; କାରଣ ସକଳ ଗୋଷ୍ଠୀ ଅସୁନ୍ନତ, ପୁଣି ସମଗ୍ର ଇସ୍ରାଏଲ-ବଂଶ ଅନ୍ତଃକରଣରେ ଅସୁନ୍ନତ ଅଟନ୍ତି।

Gade chapit la Kopi

ଓଡିଆ ବାଇବେଲ

26 ଆମ୍ଭେ ମିସରକୁ ଓ ଯିହୁଦାକୁ, ଇଦୋମକୁ, ଅମ୍ମୋନ ସନ୍ତାନଗଣକୁ ଓ ମୋୟାବକୁ, ଆପଣା ଆପଣା କେଶ କୋଣ ମୁଣ୍ଡନକାରୀ ପ୍ରାନ୍ତରବାସୀ ସମସ୍ତଙ୍କୁ ଦଣ୍ଡ ଦେବା; କାରଣ ସକଳ ଗୋଷ୍ଠୀ ଅସୁନ୍ନତ, ପୁଣି ସମଗ୍ର ଇସ୍ରାଏଲ ବଂଶ ଅନ୍ତଃକରଣରେ ଅସୁନ୍ନତ ଅଟନ୍ତି।”

Gade chapit la Kopi

ପବିତ୍ର ବାଇବଲ

26 ଆମ୍ଭେ ମିଶର, ଯିହୁଦା, ଇଦୋମ, ଅମ୍ମୋନ ଓ ମୋୟାବର ସନ୍ତାନଗଣଙ୍କୁ ଓ ସମସ୍ତ ପ୍ରାନ୍ତରବାସୀଙ୍କୁ ଦଣ୍ଡ ଦେବା, କାରଣ ସେମାନେ ଶରୀରରେ ଅସୁନ୍ନତ ମାତ୍ର ସମଗ୍ର ଇସ୍ରାଏଲ ଅନ୍ତଃକରଣରେ ଅସୁନ୍ନତ ଅଟନ୍ତି।”

Gade chapit la Kopi




ଯିରିମୀୟ 9:26
23 Referans Kwoze  

ହେ ଯିହୁଦାର ଲୋକେ ଓ ଯିରୂଶାଲମର ନିବାସୀଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କୁ ସୁନ୍ନତ କର ଓ ଆପଣା ଆପଣା ହୃଦୟର ଅଗ୍ରଚର୍ମ କାଢ଼ି ପକାଅ; ନୋହିଲେ ତୁମ୍ଭମାନଙ୍କ କ୍ରିୟାର ଦୁଷ୍ଟତା ସକାଶୁ ଆମ୍ଭର କୋପ ଅଗ୍ନି ତୁଲ୍ୟ ବାହାରି ପ୍ରଜ୍ୱଳିତ ହେବ ଓ କେହି ତାହା ଲିଭାଇ ପାରିବ ନାହିଁ।”


ଓ ମଧ୍ୟ ସେମାନେ ଆମ୍ଭର ବିରୁଦ୍ଧାଚରଣ କରିବା ହେତୁ ଆମ୍ଭେ ହିଁ ଯେ ସେମାନଙ୍କର ବିରୁଦ୍ଧାଚରଣ କରି ସେମାନଙ୍କୁ ସେମାନଙ୍କ ଶତ୍ରୁଗଣର ଦେଶକୁ ଆଣିଲୁ, ଏହା ସେମାନେ ସ୍ୱୀକାର କରିବେ; ତହିଁରେ ଯଦି ସେମାନଙ୍କ ଅସୁନ୍ନତ ହୃଦୟ ନମ୍ର ହେବ ଓ ସେମାନେ ଆପଣା ଆପଣା ଅପରାଧର ଦଣ୍ଡ ଗ୍ରହଣ କରିବେ;


କାରଣ ତୁମ୍ଭେମାନେ ଅସୁନ୍ନତ ହୃଦୟ ଓ ଅସୁନ୍ନତ ମାଂସବିଶିଷ୍ଟ ବିଦେଶୀୟ ଲୋକମାନଙ୍କୁ ଆମ୍ଭ ପବିତ୍ର ସ୍ଥାନରେ ରହିବା ପାଇଁ ତୁମ୍ଭେମାନେ ଆମ୍ଭର ଭକ୍ଷ୍ୟ, ମେଦ ଓ ରକ୍ତ ଉତ୍ସର୍ଗ କଲା ବେଳେ ଆମ୍ଭର ସେହି ଗୃହକୁ ଅପବିତ୍ର କରିବା ପାଇଁ ସେମାନଙ୍କୁ ଭିତରକୁ ଆଣିଅଛ ଓ ତୁମ୍ଭମାନଙ୍କର ଅଧର୍ମସକଳ ବୃଦ୍ଧି କରିବା ନିମନ୍ତେ ସେମାନେ ଆମ୍ଭର ନିୟମ ଭଗ୍ନ କରିଅଛନ୍ତି।


ହେ ଦାମ୍ଭିକମାନେ ପୁଣି, ଅସୁନ୍ନତି ହୃଦୟ ଓ କର୍ଣ୍ଣ ବିଶିଷ୍ଟ ଲୋକେ, ଆପଣମାନେ ସର୍ବଦା ପବିତ୍ର ଆତ୍ମାଙ୍କର ପ୍ରତିରୋଧ କରୁଅଛନ୍ତି; ଆପଣମାନଙ୍କର ପିତୃ-ପୁରୁଷମାନେ ଯେପରି ଆପଣମାନେ ମଧ୍ୟ ସେହିପରି।


ସେମାନଙ୍କର ଓଟଗଣ ଲୁଟିତ ବସ୍ତୁ ହେବେ ଓ ସେମାନଙ୍କର ଅନେକ ଅନେକ ପଶୁ ଲୁଟିତ ହେବେ; ପୁଣି, ଯେଉଁ ଲୋକମାନେ ଆପଣା ଆପଣା କେଶର କୋଣ କାଟନ୍ତି, ସେମାନଙ୍କୁ ଆମ୍ଭେ ଚତୁର୍ଦ୍ଦିଗରେ ଛିନ୍ନଭିନ୍ନ କରିବା ଓ ସେମାନଙ୍କ ଚାରିଆଡ଼ରୁ ସେମାନଙ୍କର ବିପଦ ଆଣିବା, ଏହା ସଦାପ୍ରଭୁ କହନ୍ତି।


ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଯେସକଳ ବିଦେଶୀୟ ଲୋକ ଅଛନ୍ତି, ସେମାନଙ୍କ ମଧ୍ୟରୁ ଅସୁନ୍ନତ ହୃଦୟ ଓ ଅସୁନ୍ନତ ମାଂସବିଶିଷ୍ଟ କୌଣସି ବିଦେଶୀୟ ଲୋକ ଆମ୍ଭ ପବିତ୍ର ସ୍ଥାନରେ ପ୍ରବେଶ କରିବ ନାହିଁ।


ପୁଣି, ତୁମ୍ଭେ ଯେପରି ଆପଣାର ସମସ୍ତ ହୃଦୟ ଓ ଆପଣାର ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ପ୍ରେମ କରିବ, ଏଥିପାଇଁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ହୃଦୟ ଓ ତୁମ୍ଭ ବଂଶର ହୃଦୟ ସୁନ୍ନତ କରିବେ, ତହିଁରେ ତୁମ୍ଭେ ବଞ୍ଚିବ।


ପୁଣି, ଯୋନାଥନ ଆପଣା ଅସ୍ତ୍ରବାହକ ଯୁବାକୁ କହିଲା, “ଆସ, ଆମ୍ଭେମାନେ ସେହି ଅସୁନ୍ନତମାନଙ୍କ ପ୍ରହରୀ-ଦଳ ନିକଟକୁ ଯାଉ; ହୋଇପାରେ, ସଦାପ୍ରଭୁ ଆମ୍ଭମାନଙ୍କ ପକ୍ଷରେ କର୍ମ କରିବେ; ଯେହେତୁ ଅନେକ ଦ୍ୱାରା ହେଉ କି ଅଳ୍ପ ଦ୍ୱାରା ହେଉ, ଉଦ୍ଧାର କରିବାରେ ସଦାପ୍ରଭୁଙ୍କର କୌଣସି ପ୍ରତିବନ୍ଧକ ନାହିଁ।”


ସେତେବେଳେ ଦାଉଦ ଆପଣା ନିକଟରେ ଠିଆ ହୋଇଥିବା ଲୋକମାନଙ୍କୁ ପଚାରିଲେ, “ଯେଉଁ ଜନ ଏହି ପଲେଷ୍ଟୀୟକୁ ବଧ କରି ଇସ୍ରାଏଲର ଅପମାନ ଦୂର କରିବ, ତାହା ପ୍ରତି କʼଣ କରାଯିବ? କାରଣ, ଏହି ଅସୁନ୍ନତ ପଲେଷ୍ଟୀୟ କିଏ ଯେ, ସେ ଜୀବିତ ପରମେଶ୍ୱରଙ୍କ ସୈନ୍ୟଶ୍ରେଣୀକୁ ତୁଚ୍ଛ କରିବ?”


ସେମାନେ ଯେପରି ଶୁଣିବେ, ଏଥିପାଇଁ ମୁଁ କାହାକୁ କହିବି ଓ କାହାକୁ ସାକ୍ଷ୍ୟ ଦେବି? ଦେଖ, ସେମାନଙ୍କର କର୍ଣ୍ଣ ବନ୍ଦ ଅଛି ଓ ସେମାନେ ଶୁଣି ପାରନ୍ତି ନାହିଁ; ଦେଖ, ସଦାପ୍ରଭୁଙ୍କର ବାକ୍ୟ ସେମାନଙ୍କ ନିକଟରେ ତୁଚ୍ଛନୀୟ ହୋଇଅଛି; ତହିଁରେ ସେମାନଙ୍କର କିଛି ଆହ୍ଲାଦ ନାହିଁ।


ହେ ଇସ୍ରାଏଲ ବଂଶ, ସଦାପ୍ରଭୁ ତୁମ୍ଭମାନଙ୍କୁ ଯେଉଁ କଥା କହନ୍ତି, ତାହା ଶୁଣ;


ଆଉ, ମୋୟାବରେ ଓ ଅମ୍ମୋନ-ସନ୍ତାନଗଣ ମଧ୍ୟରେ, ଆଉ ଇଦୋମରେ ଓ ଅନ୍ୟାନ୍ୟ ସକଳ ଦେଶରେ ଯେଉଁ ଯିହୁଦୀୟମାନେ ଥିଲେ, ସେମାନେ ଯେତେବେଳେ ଶୁଣିଲେ ଯେ, ବାବିଲର ରାଜା ଯିହୁଦାର ଏକ ଅଂଶ ଲୋକ ଅବଶିଷ୍ଟ ରଖିଅଛି ଓ ଶାଫନ୍‍ର ପୌତ୍ର ଅହୀକାମ୍‍‍ର ପୁତ୍ର ଗଦଲୀୟଙ୍କୁ ସେମାନଙ୍କ ଉପରେ ନିଯୁକ୍ତ କରିଅଛି;


ଏହିରୂପେ ତୁମ୍ଭେ ଐଶ୍ୱର୍ଯ୍ୟରେ ଓ ମହତ୍ତ୍ୱରେ ଏଦନସ୍ଥ ବୃକ୍ଷସମୂହର ମଧ୍ୟରେ କାହାର ତୁଲ୍ୟ? ତଥାପି ତୁମ୍ଭେ ଏଦନସ୍ଥ ବୃକ୍ଷଗଣର ସହିତ ଅଧୋଭୁବନକୁ ଅଣାଯିବ; ତୁମ୍ଭେ ଅସୁନ୍ନତ ଲୋକମାନଙ୍କ ମଧ୍ୟରେ ଖଡ୍ଗହତ ଲୋକମାନଙ୍କ ସହିତ ଶୟନ କରିବ। ଏହି ଫାରୋ ଓ ତାହାର ସମସ୍ତ ଲୋକ ଏପରି ଅଟନ୍ତି, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”


ତୁମ୍ଭେ ସୌନ୍ଦର୍ଯ୍ୟରେ କାହା ଅପେକ୍ଷା ଅଧିକ? ତଳକୁ ଯାଅ ଓ ଅସୁନ୍ନତ ଲୋକମାନଙ୍କ ସହିତ ଶୟନ କର।


Swiv nou:

Piblisite


Piblisite