Biblia Todo Logo
Bib sou entènèt

- Piblisite -




ଯିରିମୀୟ 9:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ତୁମ୍ଭେମାନେ ପ୍ରତ୍ୟେକେ ଆପଣା ମିତ୍ରଗଣ ବିଷୟରେ ସାବଧାନ ହୁଅ ଓ କୌଣସି ଭ୍ରାତାଠାରେ ବିଶ୍ୱାସ କର ନାହିଁ; କାରଣ ପ୍ରତ୍ୟେକ ଭ୍ରାତା ନିତାନ୍ତ ଅପହରଣ କରିବ ଓ ପ୍ରତ୍ୟେକ ମିତ୍ର ନିନ୍ଦା ଘେନି ବୁଲିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ତୁମ୍ଭେମାନେ ପ୍ରତ୍ୟେକେ ଆପଣା ପ୍ରତିବାସୀ ବିଷୟରେ ସାବଧାନ ହୁଅ ଓ କୌଣସି ଭ୍ରାତାଠାରେ ବିଶ୍ଵାସ କର ନାହିଁ; କାରଣ ପ୍ରତ୍ୟେକ ଭ୍ରାତା ନିତା; ଅପହରଣ କରିବ ଓ ପ୍ରତ୍ୟେକ ପ୍ରତିବାସୀ ନିନ୍ଦା ଘେନି ବୁଲିବ।

Gade chapit la Kopi

ଓଡିଆ ବାଇବେଲ

4 ତୁମ୍ଭେମାନେ ପ୍ରତ୍ୟେକେ ଆପଣା ମିତ୍ରଗଣ ବିଷୟରେ ସାବଧାନ ହୁଅ ଓ କୌଣସି ଭ୍ରାତାଠାରେ ବିଶ୍ୱାସ କର ନାହିଁ; କାରଣ ପ୍ରତ୍ୟେକ ଭ୍ରାତା ନିତାନ୍ତ ଅପହରଣ କରିବ ଓ ପ୍ରତ୍ୟେକ ମିତ୍ର ନିନ୍ଦା ଘେନି ବୁଲିବ।

Gade chapit la Kopi

ପବିତ୍ର ବାଇବଲ

4 “ତୁମ୍ଭେମାନେ ପ୍ରତ୍ୟେକ ପ୍ରତିବାସୀ ପ୍ରତି ସାବଧାନ ହୁଅ ଓ କୌଣସି ଭ୍ରାତାକୁ ବିଶ୍ୱାସ କର ନାହିଁ। କାରଣ ପ୍ରତ୍ୟେକ ଭ୍ରାତା ପ୍ରତାରକ ଓ ପ୍ରତ୍ୟେକ ପ୍ରତିବାସୀ ତୁମ୍ଭମାନଙ୍କର ନିନ୍ଦା ଗାଇ ବୁଲିବେ।

Gade chapit la Kopi




ଯିରିମୀୟ 9:4
28 Referans Kwoze  

ସେସମସ୍ତେ ଦାରୁଣ ଅବାଧ୍ୟ, ଚାରିଆଡ଼େ ନିନ୍ଦା ଘେନି ବୁଲନ୍ତି; ସେମାନେ ପିତ୍ତଳ ଓ ଲୁହା ପରି; ସେସମସ୍ତେ ଭ୍ରଷ୍ଟାଚାରୀ।


ଭାଇ ଭାଇକୁ ଓ ପିତା ପୁତ୍ରକୁ ମୃତ୍ୟୁଭୋଗ କରିବା ନିମନ୍ତେ ସମର୍ପଣ କରିବେ, ପୁଣି, ସନ୍ତାନମାନେ ପିତାମାତାଙ୍କ ବିରୁଦ୍ଧରେ ଉଠି ସେମାନଙ୍କୁ ବଧ କରିବେ।


ତୁମ୍ଭେ ଖଚୁଆ ହୋଇ ଆପଣା ଲୋକମାନଙ୍କ ମଧ୍ୟରେ ଏଣେତେଣେ ବୁଲିବ ନାହିଁ; କିଅବା ତୁମ୍ଭ ପ୍ରତିବାସୀର ରକ୍ତ ବିରୁଦ୍ଧରେ ଠିଆ ହେବ ନାହିଁ; ଆମ୍ଭେ ସଦାପ୍ରଭୁ।


କାରଣ ତୁମ୍ଭର ଭାଇମାନେ ଓ ପିତୃବଂଶ ତୁମ୍ଭ ପ୍ରତି ବିଶ୍ୱାସଘାତକତା କରିଅଛନ୍ତି; ସେମାନେ ତୁମ୍ଭ ପଛେ ପଛେ ଉଚ୍ଚରେ ଡାକ ପକାଇଅଛନ୍ତି; ସେମାନେ ତୁମ୍ଭକୁ ମିଷ୍ଟ କଥା କହିଲେ ହେଁ ସେମାନଙ୍କୁ ବିଶ୍ୱାସ କର ନାହିଁ।”


ପ୍ରତିବାସୀ ବିରୁଦ୍ଧରେ ଯେ ମିଥ୍ୟା ସାକ୍ଷ୍ୟ ଦିଏ, ସେ ଗଦା, ଖଡ୍ଗ ଓ ତୀକ୍ଷ୍ଣ ତୀର ସ୍ୱରୂପ;


ଯେ ହିଂସା ଆଚ୍ଛାଦନ କରେ, ତାହାର ଓଷ୍ଠାଧର ମିଥ୍ୟାବାଦୀ; ପୁଣି, ଯେ ଅପବାଦ ରଚନା କରେ, ସେ ଅଜ୍ଞାନ।


ଯେ ଆପଣା ଜିହ୍ୱାରେ ଗ୍ଳାନି କରେ ନାହିଁ, ଅବା ଆପଣା ମିତ୍ରର ଅନିଷ୍ଟ କରେ ନାହିଁ, କିଅବା ଆପଣା ପ୍ରତିବାସୀ ବିରୁଦ୍ଧରେ ନିନ୍ଦା ପ୍ରକଟ କରେ ନାହିଁ।


ସେ କହିଲେ, “ତୁମ୍ଭେ ଯାକୁବ ନାମରେ ଆଉ ବିଖ୍ୟାତ ହେବ ନାହିଁ, ମାତ୍ର ଇସ୍ରାଏଲ ନାମରେ ବିଖ୍ୟାତ ହେବ; କାରଣ, ତୁମ୍ଭେ ପରମେଶ୍ୱର ଓ ମନୁଷ୍ୟ ସହିତ ଯୁଦ୍ଧ କରି ଜୟୀ ହୋଇଅଛ।”


ପୁଣି, ଯେପରି କେହି ଏହି ବିଷୟରେ ସୀମା ଅତିକ୍ରମ କରି ଆପଣା ଭାଇକୁ ପ୍ରବଞ୍ଚନା ନ କରେ, ଯେଣୁ ପ୍ରଭୁ ଏସମସ୍ତ ବିଷୟରେ ଦଣ୍ଡଦାତା, ଯେପରି ଆମ୍ଭେମାନେ ପୂର୍ବେ ମଧ୍ୟ ତୁମ୍ଭମାନଙ୍କୁ ଜଣାଇ ସାକ୍ଷ୍ୟ ଦେଇଥିଲୁ।


କିନ୍ତୁ ତୁମ୍ଭେମାନେ ପିତାମାତା, ଭାଇ, ସମ୍ପର୍କୀୟ ଓ ବନ୍ଧୁମାନଙ୍କ ଦ୍ୱାରା ସୁଦ୍ଧା ସମର୍ପିତ ହେବ, ଆଉ ତୁମ୍ଭମାନଙ୍କ ମଧ୍ୟରୁ ଲୋକମାନେ କାହାରି କାହାରିକୁ ହତ୍ୟା କରିବେ,


ମାତ୍ର ମନୁଷ୍ୟମାନଙ୍କଠାରୁ ସାବଧାନ ହୋଇଥାଅ, କାରଣ ସେମାନେ ତୁମ୍ଭମାନଙ୍କୁ ବିଚାରସଭାମାନଙ୍କରେ ସମର୍ପଣ କରିବେ ଓ ସେମାନଙ୍କ ସମାଜଗୃହ ସମୂହରେ କୋରଡ଼ା ମାରିବେ,


ରକ୍ତପାତ କରିବା ପାଇଁ ନିନ୍ଦକମାନେ ତୁମ୍ଭ ମଧ୍ୟରେ ରହିଅଛନ୍ତି ଓ ତୁମ୍ଭ ମଧ୍ୟରେ ଲୋକମାନେ ପର୍ବତ ଉପରେ ଭୋଜନ କରିଅଛନ୍ତି; ତୁମ୍ଭ ମଧ୍ୟରେ ଲୋକମାନେ ଲମ୍ପଟାଚରଣ କରିଅଛନ୍ତି।


ମିଥ୍ୟାସାକ୍ଷୀ ଯେ ମିଥ୍ୟା କହେ ଓ ଯେ ଭାଇମାନଙ୍କ ମଧ୍ୟରେ କଳିର ବୀଜ ବୁଣେ।


ଛଅଗୋଟି ବିଷୟକୁ ସଦାପ୍ରଭୁ ଘୃଣା କରନ୍ତି; ସପ୍ତବସ୍ତୁ ମଧ୍ୟ ତାହାଙ୍କର ଘୃଣାଯୋଗ୍ୟ।


ଯେଉଁ ଜନ ଗୋପନରେ ଆପଣା ପ୍ରତିବାସୀର ଅପବାଦ କରେ, ମୁଁ ତାହାକୁ ବିନାଶ କରିବି; ଯାହାର ଅହଙ୍କାର-ଦୃଷ୍ଟି ଓ ଗର୍ବୀ ଅନ୍ତଃକରଣ, ମୁଁ ତାହାକୁ ସହିବି ନାହିଁ।


ତାହା ଅପରାଧ ଓ ସଦାପ୍ରଭୁଙ୍କୁ ଅସ୍ୱୀକାର କରିବା ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପଶ୍ଚାଦ୍‍ଗମନରୁ ବିମୁଖ ହେବା, ଉପଦ୍ରବ ଓ ରାଜଦ୍ରୋହର କଥା କହିବା, ମିଥ୍ୟା କଥା ଧାରଣ କରି ଅନ୍ତଃକରଣରୁ ବାହାର କରିବାର ଅଟେ।


ସେମାନଙ୍କର ଜିହ୍ୱା ପ୍ରାଣନାଶକ ତୀର ସ୍ୱରୂପ; ତାହା ପ୍ରବଞ୍ଚନାର କଥା କହେ; ଲୋକେ ମୁଖରେ ପ୍ରତିବାସୀ ସଙ୍ଗେ ପ୍ରେମାଳାପ କରନ୍ତି, ମାତ୍ର ଅନ୍ତରେ ଛକି ବସନ୍ତି।


ଆମ୍ଭ ସମସ୍ତଙ୍କର କି ଏକ ପିତା ନାହାନ୍ତି? ଏକ ପରମେଶ୍ୱର କି ଆମ୍ଭମାନଙ୍କୁ ସୃଷ୍ଟି କରି ନାହାନ୍ତି? ଆମ୍ଭେମାନେ ଆପଣାମାନଙ୍କ ପିତାଙ୍କର ନିୟମ ଅପବିତ୍ର କରି ପ୍ରତ୍ୟେକ ଲୋକ କାହିଁକି ଆପଣା ଆପଣା ଭ୍ରାତା ପ୍ରତି ବିଶ୍ୱାସଘାତକତା କରୁଅଛୁ?


ଯେହେତୁ କୁକ୍ରିୟା ନ କଲେ ସେମାନେ ଶୟନ କରନ୍ତି ନାହିଁ, ପୁଣି କାହାକୁ ପତିତ ନ କରାଇଲେ ସେମାନଙ୍କ ନିଦ୍ରା ଭାଙ୍ଗିଯାଏ।


ଯେହେତୁ ସେମାନେ ଦୁଷ୍ଟତାରୂପ ଅନ୍ନ ଭକ୍ଷଣ କରନ୍ତି; ପୁଣି, ଦୌରାତ୍ମ୍ୟରୂପ ଦ୍ରାକ୍ଷାରସ ପାନ କରନ୍ତି।


କାରଣ ଏହି ଲୋକମାନଙ୍କର ପଥପ୍ରଦର୍ଶକମାନେ ସେମାନଙ୍କୁ ଭ୍ରାନ୍ତ କରାନ୍ତି, ପୁଣି, ଯେଉଁମାନେ ସେମାନଙ୍କ ଦ୍ୱାରା ପଥ କଢ଼ାଯାʼନ୍ତି, ସେମାନେ ବିନଷ୍ଟ ହୁଅନ୍ତି।


Swiv nou:

Piblisite


Piblisite