Biblia Todo Logo
Bib sou entènèt

- Piblisite -




ଯୋହନ 1:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଯୋହନ ତାହାଙ୍କ ବିଷୟରେ ସାକ୍ଷ୍ୟ ଦେଇ ଉଚ୍ଚସ୍ୱରରେ କହିଲେ, ଯେ ମୋʼ ଉତ୍ତାରେ ଆସୁଅଛନ୍ତି, ସେ ମୋହର ଅଗ୍ରଗଣ୍ୟ ହୋଇଅଛନ୍ତି, କାରଣ ସେ ମୋହର ପୂର୍ବରେ ଥିଲେ, ଯାହାଙ୍କ ବିଷୟରେ ମୁଁ ଏହା କହିଥିଲି, ସେ ଏହି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଯୋହନ ତାହାଙ୍କ ବିଷୟରେ ସାକ୍ଷ୍ୟ ଦେଇ ଉଚ୍ଚ ସ୍ଵରରେ କହିଲେ, ଯେ ମୋʼ ଉତ୍ତାରେ ଆସୁଅଛନ୍ତି, ସେ ମୋହର ଅଗ୍ରଗଣ୍ୟ ହୋଇଅଛନ୍ତି, କାରଣ ସେ ମୋହର ପୂର୍ବରେ ଥିଲେ, ଯାହାଙ୍କ ବିଷୟରେ ମୁଁ ଏହା କହିଥିଲି, ସେ ଏହି।

Gade chapit la Kopi

ଓଡିଆ ବାଇବେଲ

15 ଯୋହନ ତାହାଙ୍କ ବିଷୟରେ ସାକ୍ଷ୍ୟ ଦେଇ ଉଚ୍ଚସ୍ୱରରେ କହିଲେ, ଯେ ମୋ' ଉତ୍ତାରେ ଆସୁଅଛନ୍ତି, ସେ ମୋହର ଅଗ୍ରଗଣ୍ୟ ହୋଇଅଛନ୍ତି, କାରଣ ସେ ମୋହର ପୂର୍ବରେ ଥିଲେ, ଯାହାଙ୍କ ବିଷୟରେ ମୁଁ ଏହା କହିଥିଲି, ସେ ଏହି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 ତାଙ୍କ ସମ୍ପର୍କରେ ସାକ୍ଷ୍ୟ ଦେଇ ଯୋହନ ଉଚ୍ଚ ସ୍ୱରରେ କହିଲେ: “ଏହାଙ୍କ ବିଷୟରେ ମୁଁ କହୁଥିଲି, “ମୋ’ଠାରୁ ମହାନ୍, କାରଣ ମୋର ଜନ୍ମ ପୂର୍ବରୁ ତାଙ୍କର ସ୍ମୃତି ଅଛି’।”

Gade chapit la Kopi

ପବିତ୍ର ବାଇବଲ

15 ଯୋହନ ଲୋକମାନଙ୍କୁ ତାହାଙ୍କ ବିଷୟରେ କହିଲେ, “ମୁଁ ଯାହାଙ୍କ ବିଷୟରେ କହୁଥିଲି, ସେ ଏହି। ମୁଁ କହୁଥିଲି, ‘ମୋ’ ପରେ ଯିଏ ଆସୁଛନ୍ତି, ସେ ମୋ’ ଠାରୁ ବହୁତ ଶ୍ରେଷ୍ଠ, କାରଣ ମୁଁ ଜନ୍ମ ହେବା ପୂର୍ବରୁ ସେ ବାସ କରୁଥିଲେ।’”

Gade chapit la Kopi




ଯୋହନ 1:15
21 Referans Kwoze  

ମୁଁ ସିନା ତୁମ୍ଭମାନଙ୍କୁ ମନ-ପରିବର୍ତ୍ତନ ନିମନ୍ତେ ଜଳରେ ବାପ୍ତିସ୍ମ ଦେଉଅଛି, ମାତ୍ର ମୋ ପରେ ଯେ ଆସୁଅଛନ୍ତି, ସେ ମୋʼଠାରୁ ଅଧିକ ଶକ୍ତିମାନ, ତାହାଙ୍କ ପାଦୁକା ବହନ କରିବା ପାଇଁ ମୁଁ ଯୋଗ୍ୟ ନୁହେଁ; ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ଓ ଅଗ୍ନିରେ ବାପ୍ତିସ୍ମ ଦେବେ।


ସମସ୍ତ ବିଷୟ ସୃଷ୍ଟ ହେବା ପୂର୍ବରୁ ସେ ଅଛନ୍ତି ଓ ତାହାଙ୍କଠାରେ ସମସ୍ତ ବିଷୟର ଅସ୍ତିତ୍ୱ ଅଛି।


ଆଉ ଏବେ, ହେ ପିତା, ଜଗତର ସୃଷ୍ଟି ପୂର୍ବେ ତୁମ୍ଭ ସହିତ ମୋହର ଯେଉଁ ମହିମା ଥିଲା, ତଦ୍ୱାରା ତୁମ୍ଭେ ମୋତେ ତୁମ୍ଭ ସହିତ ମହିମାନ୍ୱିତ କର।”


ଯୋହନ ସମସ୍ତଙ୍କୁ ଉତ୍ତର ଦେଲେ, ମୁଁ ସିନା ତୁମ୍ଭମାନଙ୍କୁ ଜଳରେ ବାପ୍ତିସ୍ମ ଦେଉଅଛି, ମାତ୍ର ମୋʼଠାରୁ ଯେ ଅଧିକ ଶକ୍ତିମାନ, ସେ ଆସୁଅଛନ୍ତି, ତାହାଙ୍କର ପାଦୁକାର ବନ୍ଧନ ଫିଟାଇବାକୁ ମୁଁ ଯୋଗ୍ୟ ନୁହେଁ; ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ଓ ଅଗ୍ନିରେ ବାପ୍ତିସ୍ମ ଦେବେ।


ମାତ୍ର ହେ ବେଥଲିହିମ-ଇଫ୍ରାଥା, ଯିହୁଦାର ସହସ୍ରଗଣର ମଧ୍ୟରେ କ୍ଷୁଦ୍ର ଯେ ତୁମ୍ଭେ, ତୁମ୍ଭ ମଧ୍ୟରୁ ଇସ୍ରାଏଲର ଶାସନକର୍ତ୍ତା ହେବା ନିମନ୍ତେ ଆମ୍ଭ ଉଦ୍ଦେଶ୍ୟରେ ଏକ ବ୍ୟକ୍ତି ଉତ୍ପନ୍ନ ହେବେ; ପୁରାତନ କାଳରୁ, ଅନାଦିକାଳରୁ ତାହାଙ୍କର ଉତ୍ପତ୍ତି ହୋଇଅଛି।


ଯୀଶୁ ସେମାନଙ୍କୁ କହିଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଅବ୍ରହାମଙ୍କ ଜନ୍ମ ପୂର୍ବରୁ ମୁଁ ଅଛି।”


“ସ୍ମୁର୍ଣ୍ଣା ମଣ୍ଡଳୀର ଦୂତ ନିକଟକୁ ଲେଖ: ଯେ ପ୍ରଥମ ଓ ଶେଷ, ଯେ ମୃତ ହୋଇ ପୁନର୍ଜୀବିତ ହେଲେ,


ଯୀଶୁ ଖ୍ରୀଷ୍ଟ କାଲି, ଆଜି ଓ ଅନନ୍ତକାଳ ସମାନ ଅଟନ୍ତି।


ସେ ମୋʼ ଉତ୍ତାରେ ଆସୁଅଛନ୍ତି, ତାହାଙ୍କ ପାଦୁକାର ବନ୍ଧନ ଫିଟାଇବାକୁ ମୁଁ ଯୋଗ୍ୟ ନୁହେଁ।


ସେ ଘୋଷଣା କରି କହିବାକୁ ଲାଗିଲେ, “ମୋʼଠାରୁ ଯେ ଅଧିକ ଶକ୍ତିମାନ, ସେ ମୋʼ ଉତ୍ତାରେ ଆସୁଅଛନ୍ତି; ମୁଁ ଅବନତ ହୋଇ ତାହାଙ୍କ ପାଦୁକାର ବନ୍ଧନ ଫିଟାଇବାକୁ ଯୋଗ୍ୟ ନୁହେଁ।


“ତୁମ୍ଭେ ଯାହା ଦର୍ଶନ ଦେଖୁଅଛ, ତାହା ଗୋଟିଏ ପୁସ୍ତକରେ ଲିପିବଦ୍ଧ କରି ସପ୍ତ ସହରରେ ଥିବା ସପ୍ତ ମଣ୍ଡଳୀଗଣକୁ, ଅର୍ଥାତ୍‍ ଏଫିସ, ସ୍ମୁର୍ଣ୍ଣା, ପର୍ଗମ, ଥୁୟାଥିରା, ସାର୍ଦ୍ଦୀ, ଫିଲାଦେଲ୍‌ଫିଆ ଓ ଲାଅଦିକିଆ ନିକଟକୁ ପ୍ରେରଣ କର।”


କାରଣ ଆମ୍ଭମାନଙ୍କ ନିମନ୍ତେ ଏକ ବାଳକ ଜନ୍ମିଅଛନ୍ତି, ଆମ୍ଭମାନଙ୍କୁ ଏକ ପୁତ୍ର ଦତ୍ତ ହୋଇଅଛନ୍ତି ଓ ତାହାଙ୍କ ସ୍କନ୍ଧରେ କର୍ତ୍ତୃତ୍ୱଭାର ଥୁଆଯିବ; ପୁଣି, ତାହାଙ୍କର ନାମ ଆଶ୍ଚର୍ଯ୍ୟ, ମନ୍ତ୍ରୀ, ପରାକ୍ରାନ୍ତ ପରମେଶ୍ୱର, ଅନନ୍ତକାଳୀନ ପିତା, ଶାନ୍ତିରାଜା ହେବ।


ସଦାପ୍ରଭୁ ନିଜ ଗତିର ଆରମ୍ଭରେ, ତାହାଙ୍କ କର୍ମସକଳର ପୂର୍ବରେ ମୋତେ ଅଧିକାର କରିଥିଲେ।


Swiv nou:

Piblisite


Piblisite