Biblia Todo Logo
Bib sou entènèt

- Piblisite -




ଯୋହନ 1:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ଯୋହନ ସେମାନଙ୍କୁ ଉତ୍ତର ଦେଲେ, ମୁଁ ଜଳରେ ବାପ୍ତିସ୍ମ ଦେଉଅଛି; ଯାହାଙ୍କୁ ତୁମ୍ଭେମାନେ ଜାଣ ନାହିଁ, ସେ ତୁମ୍ଭମାନଙ୍କ ମଧ୍ୟରେ ବିଦ୍ୟମାନ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ଯୋହନ ସେମାନଙ୍କୁ ଉତ୍ତର ଦେଲେ, ମୁଁ ଜଳରେ ବାପ୍ତିସ୍ମ ଦେଉଅଛି; ଯାହାଙ୍କୁ ତୁମ୍ଭେମାନେ ଜାଣ ନାହିଁ, ସେ ତୁମ୍ଭମାନଙ୍କ ମଧ୍ୟରେ ବିଦ୍ୟମାନ;

Gade chapit la Kopi

ଓଡିଆ ବାଇବେଲ

26 ଯୋହନ ସେମାନଙ୍କୁ ଉତ୍ତର ଦେଲେ, ମୁଁ ଜଳରେ ବାପ୍ତିସ୍ମ ଦେଉଅଛି; ଯାହାଙ୍କୁ ତୁମ୍ଭେମାନେ ଜାଣ ନାହିଁ, ସେ ତୁମ୍ଭମାନଙ୍କ ମଧ୍ୟରେ ବିଦ୍ୟମାନ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

26 ଯୋହନ ଉତ୍ତର ଦେଲେ: “ମୁଁ କେବଳ ଜଳଦୀକ୍ଷା ଦେଉଛି। କିନ୍ତୁ ତୁମ ମଧ୍ୟରେ ଏବେ ଜଣେ ବ୍ୟକ୍ତି ବିଦ୍ୟମାନ, ଯାହାଙ୍କୁ ତୁମେ ଚିହ୍ନ ନାହିଁ।

Gade chapit la Kopi

ପବିତ୍ର ବାଇବଲ

26 ଯୋହନ ଉତ୍ତର ଦେଲେ, “ମୁଁ ଲୋକମାନଙ୍କୁ ଜଳରେ ବାପ୍ତିସ୍ମ ଦେବା ପାଇଁ ଅଧିକାର ପାଇଅଛି। କିନ୍ତୁ ତୁମ୍ଭ ସହିତ ଏଠାରେ ଏପରି ଜଣେ ବ୍ୟକ୍ତି ଅଛନ୍ତି ଯାହାଙ୍କୁ ତୁମ୍ଭେ ଜାଣି ନାହଁ।

Gade chapit la Kopi




ଯୋହନ 1:26
14 Referans Kwoze  

କାରଣ ଯୋହନ ଜଳରେ ବାପ୍ତିସ୍ମ ଦେଲେ ସତ, କିନ୍ତୁ ତୁମ୍ଭେମାନେ ଅଳ୍ପ ଦିନ ମଧ୍ୟରେ ପବିତ୍ର ଆତ୍ମାରେ ବାପ୍ତିଜିତ ହେବ।”


ଯୋହନ ସମସ୍ତଙ୍କୁ ଉତ୍ତର ଦେଲେ, ମୁଁ ସିନା ତୁମ୍ଭମାନଙ୍କୁ ଜଳରେ ବାପ୍ତିସ୍ମ ଦେଉଅଛି, ମାତ୍ର ମୋʼଠାରୁ ଯେ ଅଧିକ ଶକ୍ତିମାନ, ସେ ଆସୁଅଛନ୍ତି, ତାହାଙ୍କର ପାଦୁକାର ବନ୍ଧନ ଫିଟାଇବାକୁ ମୁଁ ଯୋଗ୍ୟ ନୁହେଁ; ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ଓ ଅଗ୍ନିରେ ବାପ୍ତିସ୍ମ ଦେବେ।


ମୁଁ ତୁମ୍ଭମାନଙ୍କୁ ଜଳରେ ବାପ୍ତିସ୍ମ ଦେଲି, ମାତ୍ର ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମାରେ ବାପ୍ତିସ୍ମ ଦେବେ।”


ମୁଁ ସିନା ତୁମ୍ଭମାନଙ୍କୁ ମନ-ପରିବର୍ତ୍ତନ ନିମନ୍ତେ ଜଳରେ ବାପ୍ତିସ୍ମ ଦେଉଅଛି, ମାତ୍ର ମୋ ପରେ ଯେ ଆସୁଅଛନ୍ତି, ସେ ମୋʼଠାରୁ ଅଧିକ ଶକ୍ତିମାନ, ତାହାଙ୍କ ପାଦୁକା ବହନ କରିବା ପାଇଁ ମୁଁ ଯୋଗ୍ୟ ନୁହେଁ; ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ଓ ଅଗ୍ନିରେ ବାପ୍ତିସ୍ମ ଦେବେ।


ସେଥିରେ ସେମାନେ ତାହାଙ୍କୁ ପଚାରିବାକୁ ଲାଗିଲେ, ତୁମ୍ଭର ପିତା କାହାନ୍ତି? ଯୀଶୁ ଉତ୍ତର ଦେଲେ, “ତୁମ୍ଭେମାନେ ମୋତେ ଜାଣ ନାହିଁ କିମ୍ବା ମୋହର ପିତାଙ୍କୁ ମଧ୍ୟ ଜାଣ ନାହିଁ; ଯଦି ମୋତେ ଜାଣିଥାଆନ୍ତ, ତେବେ ମୋହର ପିତାଙ୍କୁ ମଧ୍ୟ ଜାଣିଥାଆନ୍ତ।”


ଦେଖ, ପିତା ଈଶ୍ବର ଆମ୍ଭମାନଙ୍କୁ କି ପ୍ରକାର ପ୍ରେମ ଦାନ କରିଅଛନ୍ତି ଯେ, ଆମ୍ଭେମାନେ ଈଶ୍ବରଙ୍କ ସନ୍ତାନ ବୋଲି ଖ୍ୟାତ ହେବୁ, ଆଉ ଆମ୍ଭେମାନେ ତାହା ହିଁ ଅଟୁ। ଏଥିସକାଶେ ଜଗତ ଆମ୍ଭମାନଙ୍କୁ ଚିହ୍ନୁ ନାହିଁ, କାରଣ ତାହା ତାହାଙ୍କୁ ଚିହ୍ନି ନ ଥିଲା।


ସେତେବେଳେ ପ୍ରଭୁଙ୍କ ଉକ୍ତ ଏହି ବାକ୍ୟ ମୋହର ସ୍ମରଣରେ ପଡ଼ିଲା, “ଯୋହନ ଜଳରେ ବାପ୍ତିସ୍ମ ଦେଲେ ସତ, କିନ୍ତୁ ତୁମ୍ଭେମାନେ ପବିତ୍ର ଆତ୍ମାରେ ବାପ୍ତିଜିତ ହେବ।”


ହେ ଧାର୍ମିକ ପିତା, ଜଗତ ତୁମ୍ଭକୁ ଜାଣି ନାହିଁ, କିନ୍ତୁ ମୁଁ ତୁମ୍ଭକୁ ଜାଣିଅଛି; ଆଉ, ତୁମ୍ଭେ ଯେ ମୋତେ ପ୍ରେରଣ କଲ, ତାହା ଏମାନେ ଜାଣିଅଛନ୍ତି;


ଆଉ, ଏକମାତ୍ର ସତ୍ୟ ଈଶ୍ବର ଯେ ତୁମ୍ଭେ, ତୁମ୍ଭକୁ ଓ ତୁମ୍ଭର ପ୍ରେରିତ ଯୀଶୁ ଖ୍ରୀଷ୍ଟଙ୍କୁ ଜାଣିବା ଅନନ୍ତ ଜୀବନ ଅଟେ।


ଆଉ, ସେମାନେ ଏହାସବୁ କରିବେ, କାରଣ ସେମାନେ ପିତାଙ୍କୁ କିମ୍ବା ମୋତେ ଜାଣି ନାହାନ୍ତି।


ଆଉ ଆପଣା ଆପଣା ପାପ ସ୍ୱୀକାର କରି ତାହାଙ୍କ ଦ୍ୱାରା ଯର୍ଦ୍ଦନ ନଦୀରେ ବାପ୍ତିଜିତ ହେଲେ।


ସେଥିରେ ପାଉଲ କହିଲେ, ଯୋହନ ମନ-ପରିବର୍ତ୍ତନର ବାପ୍ତିସ୍ମରେ ବାପ୍ତିସ୍ମ ଦେଇ, ତାହାଙ୍କ ପରେ ଯେ ଆସିବେ, ତାହାଙ୍କଠାରେ ଅର୍ଥାତ୍‍ ଯୀଶୁଙ୍କଠାରେ ବିଶ୍ୱାସ କରିବାକୁ ହେବ ବୋଲି ଲୋକମାନଙ୍କୁ କହୁଥିଲେ।


Swiv nou:

Piblisite


Piblisite