Biblia Todo Logo
Bib sou entènèt

- Piblisite -




ଯୋହନ 1:36 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

36 ଆଉ, ସେ ଯୀଶୁଙ୍କୁ ସେହି ବାଟ ଦେଇ ଯାଉଥିବା ଦେଖି ତାହାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, ଏହି ଦେଖ, ଈଶ୍ବରଙ୍କ ମେଷଶାବକ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

36 ଆଉ, ସେ ଯୀଶୁଙ୍କୁ ସେହି ବାଟ ଦେଇ ଯାଉଥିବା ଦେଖି ତାହାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, ଏହି ଦେଖ, ଈଶ୍ଵରଙ୍କ ମେଷଶାବକ।

Gade chapit la Kopi

ଓଡିଆ ବାଇବେଲ

36 ଆଉ, ସେ ଯୀଶୁଙ୍କୁ ସେହି ବାଟ ଦେଇ ଯାଉଥିବା ଦେଖି ତାହାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, ଏହି ଦେଖ, ଈଶ୍ୱରଙ୍କ ମେଷଶାବକ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

36 ସେହି ବାଟେ ଯୀଶୁ ଚାଲି ଯାଉଥିବା ଦେଖି ଯୋହନ କହିଲେ: “ଏହି ଦେଖ, ଈଶ୍ୱରଙ୍କ ମେଷଶାବକ।”

Gade chapit la Kopi

ପବିତ୍ର ବାଇବଲ

36 ସେତେବେଳେ ଯୋହନ ଯୀଶୁଙ୍କୁ ସେହି ବାଟ ଦେଇ ଯାଉଥିବା ଦେଖି ତାହାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, “ଏହି ଦେଖ, ପରମେଶ୍ୱରଙ୍କର ମେଷଶାବକ।”

Gade chapit la Kopi




ଯୋହନ 1:36
7 Referans Kwoze  

ତହିଁ ଆରଦିନ ସେ ଯୀଶୁଙ୍କୁ ନିଜ ପାଖକୁ ଆସୁଥିବା ଦେଖି କହିଲେ, ଏହି ଦେଖ, ଈଶ୍ବରଙ୍କ ମେଷଶାବକ, ଯେ ଜଗତର ପାପ ବୋହିନେଇଯାଆନ୍ତି।


ସେ ଆପଣା ସମ୍ମୁଖସ୍ଥ ଆନନ୍ଦ ନିମନ୍ତେ ଅପମାନକୁ ସହ୍ୟ କଲେ ଏବଂ ଧୈର୍ଯ୍ୟ ସହ କ୍ରୁଶୀୟ ମୃତ୍ୟୁଭୋଗ କଲେ, ପୁଣି, ଈଶ୍ବରଙ୍କ ସିଂହାସନର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହୋଇଅଛନ୍ତି।


ହେ ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ, ତୁମ୍ଭେମାନେ ଆମ୍ଭ ପ୍ରତି ଅନାଇ ପରିତ୍ରାଣ ପ୍ରାପ୍ତ ହୁଅ; କାରଣ ଆମ୍ଭେ ପରମେଶ୍ୱର, ଆମ୍ଭ ଛଡ଼ା ଦ୍ୱିତୀୟ ନାହିଁ।


ଆଉ ଇସ୍‌ହାକ ଆପଣା ପିତା ଅବ୍ରହାମଙ୍କୁ ଡାକି କହିଲା, “ହେ ମୋହର ପିତଃ।” ତହିଁରେ ସେ ଉତ୍ତର କଲେ, “ପୁତ୍ର, ଦେଖ, ମୁଁ ଏଠାରେ।” ସେତେବେଳେ ସେ ପଚାରିଲା, “ଏହି ଦେଖ, ଅଗ୍ନି ଓ କାଷ୍ଠ, ମାତ୍ର ହୋମ ନିମନ୍ତେ ମେଣ୍ଢାଛୁଆ କାହିଁ?”


ସେହି ଦୁଇ ଜଣ ଶିଷ୍ୟ ତାହାଙ୍କ କଥା ଶୁଣି ଯୀଶୁଙ୍କ ପଛେ ପଛେ ଗଲେ।


Swiv nou:

Piblisite


Piblisite