Biblia Todo Logo
Bib sou entènèt

- Piblisite -




ଯୋହନ 1:40 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

40 ଯେଉଁ ଦୁଇ ଜଣ ଯୋହନଙ୍କ କଥା ଶୁଣି ଯୀଶୁଙ୍କ ପଛେ ପଛେ ଯାଇଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଶିମୋନ ପିତରଙ୍କ ଭାଇ ଆନ୍ଦ୍ରିୟ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

40 ଯେଉଁ ଦୁଇ ଜଣ ଯୋହନଙ୍କ କଥା ଶୁଣି ଯୀଶୁଙ୍କ ପଛେ ପଛେ ଯାଇଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଶିମୋନ ପିତରଙ୍କ ଭାଇ ଆନ୍ଦ୍ରୀୟ ଥିଲେ।

Gade chapit la Kopi

ଓଡିଆ ବାଇବେଲ

40 ଯେଉଁ ଦୁଇ ଜଣ ଯୋହନଙ୍କ କଥା ଶୁଣି ଯୀଶୁଙ୍କ ପଛେ ପଛେ ଯାଇଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଶିମୋନ ପିତରଙ୍କ ଭାଇ ଆନ୍ଦ୍ରୀୟ ଥିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

40 ସେହି ଦୁଇ ଜଣଙ୍କ ମଧ୍ୟରୁ ଜଣେ ଥିଲେ ଶିମୋନ ପିତରଙ୍କ ଭାଇ ଆନ୍ଦ୍ରିୟ।

Gade chapit la Kopi

ପବିତ୍ର ବାଇବଲ

40 ଏହି ଦୁଇ ଜଣ ଲୋକ ଯୋହନଙ୍କଠାରୁ ଯୀଶୁଙ୍କ ବିଷୟରେ ଶୁଣି ତାହାଙ୍କର ପଛେ ପଛେ ଯାଇଥିଲେ, ସେ ଦୁଇ ଜଣଙ୍କ ମଧ୍ୟରୁ ଜଣେ ଥିଲେ ଆନ୍ଦ୍ରିୟ। ଆନ୍ଦ୍ରିୟ ଶିମୋନ ପିତରଙ୍କର ଭାଇ ଥିଲେ।

Gade chapit la Kopi




ଯୋହନ 1:40
11 Referans Kwoze  

ସେହି ଦ୍ୱାଦଶ ପ୍ରେରିତମାନଙ୍କ ନାମ ଏହି, ପ୍ରଥମରେ ଶିମୋନ, ଯାହାକୁ ପିତର ବୋଲି କହନ୍ତି, ଆଉ ତାହାଙ୍କ ଭାଇ ଆନ୍ଦ୍ରିୟ, ଜେବଦୀଙ୍କ ପୁତ୍ର ଯାକୁବ ଓ ତାହାଙ୍କ ଭାଇ ଯୋହନ,


ସେମାନେ, ଅର୍ଥାତ୍‍ ପିତର, ଯୋହନ, ଯାକୁବ, ଆନ୍ଦ୍ରିୟ, ଫିଲିପ୍ପ, ଥୋମା, ବାର୍ଥଲମୀ, ମାଥିଉ, ଆଲଫିଙ୍କ ପୁତ୍ର ଯାକୁବ, ଉଦ୍‌ଯୋଗୀ ଶିମୋନ ଓ ଯାକୁବଙ୍କ ପୁତ୍ର ଯିହୂଦା, ନଗରରେ ପ୍ରବେଶ କରି, ଯେଉଁ ଉପର କୋଠରୀରେ ସେମାନେ ବାସ କରୁଥିଲେ, ସେଠାକୁ ଗଲେ।


ଶିମୋନ ପିତରଙ୍କର ଭାଇ ଆନ୍ଦ୍ରିୟ ନାମକ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ କହିଲେ, ଏଠାରେ ଜଣେ ବାଳକ ଅଛି,


ଦିନେ ଯେତେବେଳେ ଲୋକସମୂହ ଯୀଶୁଙ୍କ ଉପରେ ମାଡ଼ିପଡ଼ି ଈଶ୍ବରଙ୍କ ବାକ୍ୟ ଶୁଣୁଥିଲେ, ସେତେବେଳେ ସେ ଗିନ୍ନେସରତ ହ୍ରଦ କୂଳରେ ଠିଆ ହୋଇଥିଲେ;


ସେ ସେମାନଙ୍କୁ କହିଲେ, “ଆସ, ଦେଖିବ।” ସେଥିରେ ସେମାନେ ଯାଇ ତାହାଙ୍କ ବସା ଦେଖିଲେ, ପୁଣି, ସେହି ଦିନ ତାହାଙ୍କ ସାଙ୍ଗରେ ରହିଲେ; କାରଣ ସେତେବେଳେ ପ୍ରାୟ ସନ୍ଧ୍ୟା ଚାରି ଘଣ୍ଟା ହୋଇଥିଲା।


ଯୀଶୁ ମଧ୍ୟ ଆପଣା ଶିଷ୍ୟମାନଙ୍କ ସହିତ ସେହି ବିବାହକୁ ନିମନ୍ତ୍ରିତ ହେଲେ।


ତେଣୁ ଶିଷ୍ୟମାନେ ପରସ୍ପର କହିବାକୁ ଲାଗିଲେ, କେହି ତାହାଙ୍କୁ ଖାଦ୍ୟ ଆଣି ଦେଇଅଛି ପରା?


Swiv nou:

Piblisite


Piblisite