Biblia Todo Logo
Bib sou entènèt

- Piblisite -




ଯୋହନ 1:45 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

45 ଫିଲିପ୍ପ ନିଥନିୟେଲଙ୍କୁ ଦେଖା ପାଇ ତାହାଙ୍କୁ କହିଲେ, ଯାହାଙ୍କ ବିଷୟରେ ମୋଶା ବ୍ୟବସ୍ଥାରେ ଲେଖିଅଛନ୍ତି, ପୁଣି, ଭାବବାଦୀମାନେ ମଧ୍ୟ ଲେଖିଅଛନ୍ତି, ଆମ୍ଭେମାନେ ତାହାଙ୍କର ଦେଖା ପାଇଅଛୁ; ସେ ଯୋଷେଫଙ୍କ ପୁତ୍ର ନାଜରିତୀୟ ଯୀଶୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

45 ଫିଲିପ୍ପ ନିଥନିୟେଲଙ୍କ ଦେଖା ପାଇ ତାଙ୍କୁ କହିଲେ, ଯାହାଙ୍କ ବିଷୟରେ ମୋଶା ବ୍ୟବସ୍ଥାରେ ଲେଖିଅଛନ୍ତି, ପୁଣି ଭାବବାଦୀମାନେ ମଧ୍ୟ ଲେଖିଅଛନ୍ତି, ଆମ୍ଭେମାନେ ତାହାଙ୍କର ଦେଖା ପାଇଅଛୁ; ସେ ଯୋଷେଫଙ୍କ ପୁତ୍ର ନାଜରିତୀୟ ଯୀଶୁ।

Gade chapit la Kopi

ଓଡିଆ ବାଇବେଲ

45 ଫିଲିପ୍ପ ନିଥନିୟେଲଙ୍କ ଦେଖା ପାଇ ତାଙ୍କୁ କହିଲେ, ଯାହାଙ୍କ ବିଷୟରେ ମୋଶା ମୋଶାଙ୍କ ବ୍ୟବସ୍ଥାରେ ଲେଖିଅଛନ୍ତି, ପୁଣି, ଭାବବାଦୀମାନେ ମଧ୍ୟ ଲେଖିଅଛନ୍ତି, ଆମ୍ଭେମାନେ ତାହାଙ୍କର ଦେଖା ପାଇଅଛୁ; ସେ ଯୋଷେଫଙ୍କ ପୁତ୍ର ନାଜରିତୀୟ ଯୀଶୁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

45 ଫିଲିପ୍ ନିଥ୍ନିୟେଲଙ୍କୁ ଭେଟି କହିଲେଏ “ଯାହାଙ୍କ ବିଷୟରେ ମୋଶା ତାଙ୍କ ବ୍ୟବସ୍ଥା ପୁସ୍ତକରେ ଉଲ୍ଲେଖ କରିଛନ୍ତି ଓ ଭାବବାଦୀମାନେ ଲେଖି ଯାଇଛନ୍ତି, ଆମେ ତାଙ୍କର ପରିଚୟ ପାଇଛୁ। ସେ ହେଉଛନ୍ତି ନାଜରିତ ଗ୍ରାମର ଯୋଷେଫଙ୍କ ପୁତ୍ର ଯୀଶୁ।”

Gade chapit la Kopi

ପବିତ୍ର ବାଇବଲ

45 ଫିଲିପ୍ପ ନିଥନିୟେଲଙ୍କର ଦେଖା ପାଇ ତାଙ୍କୁ କହିଲେ, “ମୋଶା ବ୍ୟବସ୍ଥାରେ ଯାହାଙ୍କ ବିଷୟରେ ଲେଖିଥିଲେ ଏବଂ ଭବିଷ୍ୟ‌‌‌ଦ୍‌‌‌ବକ୍ତାମାନେ ମଧ୍ୟ ଯାହାଙ୍କ ବିଷୟରେ ଲେଖିଥିଲେ। ଆମ୍ଭେମାନେ ତାହାଙ୍କର ଦେଖା ପାଇଅଛୁ। ତାହାଙ୍କ ନାମ ଯୀଶୁ, ସେ ଯୋଷେଫଙ୍କର ପୁତ୍ର। ସେ ନାଜରିତରୁ ଆସିଛନ୍ତି।”

Gade chapit la Kopi




ଯୋହନ 1:45
41 Referans Kwoze  

ପୁଣି, ମୋଶା ଓ ସମସ୍ତ ଭାବବାଦୀଙ୍କଠାରୁ ଆରମ୍ଭ କରି ସମସ୍ତ ଧର୍ମଶାସ୍ତ୍ରରେ ଆପଣା ସମ୍ବନ୍ଧୀୟ କଥା ସେ ସେମାନଙ୍କୁ ବୁଝାଇଦେଲେ।


ମାତ୍ର ହେ ବେଥଲିହିମ-ଇଫ୍ରାଥା, ଯିହୁଦାର ସହସ୍ରଗଣର ମଧ୍ୟରେ କ୍ଷୁଦ୍ର ଯେ ତୁମ୍ଭେ, ତୁମ୍ଭ ମଧ୍ୟରୁ ଇସ୍ରାଏଲର ଶାସନକର୍ତ୍ତା ହେବା ନିମନ୍ତେ ଆମ୍ଭ ଉଦ୍ଦେଶ୍ୟରେ ଏକ ବ୍ୟକ୍ତି ଉତ୍ପନ୍ନ ହେବେ; ପୁରାତନ କାଳରୁ, ଅନାଦିକାଳରୁ ତାହାଙ୍କର ଉତ୍ପତ୍ତି ହୋଇଅଛି।


ଓ ନାଜରିତ ନାମକ ନଗରରେ ଯାଇ ବାସ କଲେ, ଯେପରି ଭାବବାଦୀମାନଙ୍କ ଦ୍ୱାରା ଉକ୍ତ ବାକ୍ୟ ସଫଳ ହୁଏ ଯେ, “ସେ ନାଜରିତୀୟ ବୋଲି ଖ୍ୟାତ ହେବେ।”


ପୁଣି, ସେ ସେମାନଙ୍କୁ କହିଲେ, “ମୋଶାଙ୍କ ବ୍ୟବସ୍ଥାରେ ଏବଂ ଭାବବାଦୀମାନଙ୍କ ଓ ଗୀତସଂହିତା ଧର୍ମଶାସ୍ତ୍ରରେ ମୋʼ ବିଷୟରେ ଯାହା ଯାହା ଲେଖାଅଛି, ସେହିସବୁ ସଫଳ ହେବା ଆବଶ୍ୟକ, ମୁଁ ତୁମ୍ଭମାନଙ୍କ ସଙ୍ଗରେ ଥିବା ସମୟରେ ତୁମ୍ଭମାନଙ୍କୁ ଏହି ସମସ୍ତ କଥା କହିଥିଲି।”


ଏହେତୁ ପ୍ରଭୁ ଆପେ ତୁମ୍ଭମାନଙ୍କୁ ଏକ ଚିହ୍ନ ଦେବେ; ଦେଖ, ଏକ କନ୍ୟା ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କରିବ ଓ ତାହାର ନାମ ଇମ୍ମାନୁୟେଲ (ଆମ୍ଭମାନଙ୍କ ସହିତ ପରମେଶ୍ୱର) ରଖିବ।


ଆଉ, ସମସ୍ତେ ତାହାଙ୍କ ବିଷୟରେ ସାକ୍ଷ୍ୟ ଦେବାକୁ ଲାଗିଲେ ଓ ତାହାଙ୍କ ମୁଖ ନିର୍ଗତ ଅନୁଗ୍ରହର ବାକ୍ୟରେ ଚମତ୍କୃତ ହେଲେ; ପୁଣି, ସେମାନେ କହିବାକୁ ଲାଗିଲେ, ଏ କଅଣ ଯୋଷେଫର ପୁତ୍ର ନୁହେଁ?


ଗୋ ସିୟୋନ କନ୍ୟେ, ଅତିଶୟ ଉଲ୍ଲାସ କର! ଗୋ ଯିରୂଶାଲମ କନ୍ୟେ, ଜୟଧ୍ୱନି କର! ଦେଖ, ତୁମ୍ଭର ରାଜା ତୁମ୍ଭ ନିକଟକୁ ଆସୁଅଛନ୍ତି; ସେ ଧର୍ମମୟ ଓ ପରିତ୍ରାଣବିଶିଷ୍ଟ; ସେ ନମ୍ରଶୀଳ ଓ ଗର୍ଦ୍ଦଭ ଉପରେ, ଅର୍ଥାତ୍‍, ଗର୍ଦ୍ଦଭୀର ଶାବକ ଉପରେ ଆରୋହଣ କରି ଆସୁଅଛନ୍ତି।


କାରଣ ଆମ୍ଭମାନଙ୍କ ନିମନ୍ତେ ଏକ ବାଳକ ଜନ୍ମିଅଛନ୍ତି, ଆମ୍ଭମାନଙ୍କୁ ଏକ ପୁତ୍ର ଦତ୍ତ ହୋଇଅଛନ୍ତି ଓ ତାହାଙ୍କ ସ୍କନ୍ଧରେ କର୍ତ୍ତୃତ୍ୱଭାର ଥୁଆଯିବ; ପୁଣି, ତାହାଙ୍କର ନାମ ଆଶ୍ଚର୍ଯ୍ୟ, ମନ୍ତ୍ରୀ, ପରାକ୍ରାନ୍ତ ପରମେଶ୍ୱର, ଅନନ୍ତକାଳୀନ ପିତା, ଶାନ୍ତିରାଜା ହେବ।


ପୁଣି, ତାଙ୍କୁ କୁହ, ‘ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଶାଖା ନାମରେ ବିଖ୍ୟାତ ପୁରୁଷଙ୍କୁ ଦେଖ ସେ ଆପଣା ସ୍ଥାନରୁ ବଢ଼ି ଉଠିବେ ଓ ସେ ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବେ!


କାରଣ ସେ ତାହାଙ୍କ ଦୃଷ୍ଟିରେ ଚାରା ତୁଲ୍ୟ ଓ ଶୁଷ୍କ ଭୂମିରୁ ଉତ୍ପନ୍ନ ମୂଳ ତୁଲ୍ୟ ବଢ଼ିଲେ; ତାହାଙ୍କର ରୂପ କି ଶୋଭା ନାହିଁ; ପୁଣି, ତାହାଙ୍କୁ ଦେଖିଲେ, ଆମ୍ଭେମାନେ ଯେ ଶ୍ରଦ୍ଧା କରିବା, ତାହାଙ୍କର ଏପରି ସୌନ୍ଦର୍ଯ୍ୟ ନାହିଁ।


ସେଥିରେ ସେ ସେମାନଙ୍କୁ ଆଉ ଥରେ ପଚାରିଲେ, “ତୁମ୍ଭେମାନେ କାହାକୁ ଖୋଜୁଅଛ?” ସେମାନେ କହିଲେ, ନାଜରିତୀୟ ଯୀଶୁଙ୍କୁ।


ସେହି ଦିନ ଇସ୍ରାଏଲ ମଧ୍ୟରେ ବଞ୍ଚିଥିବା ଲୋକମାନଙ୍କ ନିମନ୍ତେ ସଦାପ୍ରଭୁଙ୍କ ଶାଖା ମନୋରମ ଓ ଗୌରବାନ୍ୱିତ ହେବ, ଆଉ ଦେଶର ଫଳ ଉତ୍ତମ ଓ ମନୋହର ହେବ।


ପୁଣି, ପୃଥିବୀସ୍ଥ ସମସ୍ତ ଜାତି ତୁମ୍ଭର ବଂଶ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେବେ; ଯେହେତୁ ତୁମ୍ଭେ ଆମ୍ଭର ବାକ୍ୟ ପାଳନ କରିଅଛ।”


ଏ କି ସେହି ବଢ଼େଇ ନୁହେଁ? ଏ କି ମରୀୟମର ପୁଅ, ଆଉ ଯାକୁବ, ଯୋସି, ଯିହୂଦା ଓ ଶିମୋନର ଭାଇ ନୁହେଁ? ପୁଣି, ଏହାର ଭଉଣୀମାନେ କି ଏଠାରେ ଆମ୍ଭମାନଙ୍କ ସାଙ୍ଗରେ ନାହାନ୍ତି? ଆଉ ସେମାନେ ତାହାଙ୍କଠାରେ ବିଘ୍ନ ପାଇଲେ।


ସେଥିରେ ଲୋକସମୂହ କହିଲେ, ଏ ଗାଲିଲୀସ୍ଥ ନାଜରିତର ଭାବବାଦୀ ଯୀଶୁ।


ଶୀଲୋର ଆଗମନ ପର୍ଯ୍ୟନ୍ତ ଯିହୁଦାଠାରୁ ରାଜଦଣ୍ଡ ଓ ତାହାର ଚରଣଦ୍ୱୟ ମଧ୍ୟରୁ ବିଚାରକର୍ତ୍ତାର ଯଷ୍ଟି ଯିବ ନାହିଁ; ତାହାଙ୍କ ନିକଟରେ ଲୋକମାନେ ଅଧୀନତା ସ୍ୱୀକାର କରିବେ।


ଆଉ ଆମ୍ଭେ ତୁମ୍ଭର ଓ ନାରୀର ମଧ୍ୟରେ, ପୁଣି, ତୁମ୍ଭ ବଂଶ ଓ ତାଙ୍କ ବଂଶ ମଧ୍ୟରେ ଶତ୍ରୁତା ଜନ୍ମାଇବା; ସେ ତୁମ୍ଭର ମସ୍ତକକୁ ଆଘାତ କରିବେ ଓ ତୁମ୍ଭେ ତାହାଙ୍କ ଗୋଇଠିକୁ ଆଘାତ କରିବ।”


ମୁଁ ଉତ୍ତର ଦେଲି, ପ୍ରଭୁ, ଆପଣ କିଏ? ସେଥିରେ ସେ ମୋତେ କହିଲେ, “ତୁମ୍ଭେ ଯେଉଁ ନାଜରିତୀୟ ଯୀଶୁଙ୍କୁ ତାଡ଼ନା କରୁଅଛ, ଆମ୍ଭେ ସେହି।”


ଅର୍ଥାତ୍‍ ନାଜରିତୀୟ ଯୀଶୁଙ୍କ କଥା, କିପରି ଈଶ୍ବର ତାହାଙ୍କୁ ପବିତ୍ର ଆତ୍ମା ଓ ଶକ୍ତିରେ ଅଭିଷିକ୍ତ କଲେ, ଆଉ ସେ ମଙ୍ଗଳ ସାଧନ କରୁ କରୁ ଓ ଶୟତାନ କର୍ତ୍ତୃକ ପ୍ରପୀଡ଼ିତ ସମସ୍ତ ଲୋକଙ୍କୁ ସୁସ୍ଥ କରୁ କରୁ ସର୍ବତ୍ର ଭ୍ରମଣ କଲେ, କାରଣ ଈଶ୍ବର ତାହାଙ୍କ ସହବର୍ତ୍ତୀ ଥିଲେ।


ଶିମୋନ ପିତର, ଥୋମା, ଯାହାଙ୍କୁ ଦିଦୁମ କହନ୍ତି, ଗାଲିଲୀର କାନ୍ନାନିବାସୀ ନିଥନିୟେଲ, ଜେବଦୀଙ୍କ ପୁତ୍ରମାନେ ଓ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଆଉ ଦୁଇ ଜଣ ଏକତ୍ର ଥିଲେ।


ପୁଣି, ଯୋଷେଫ ମଧ୍ୟ ନାମ ଲେଖାଇବା ନିମନ୍ତେ ମରୀୟମଙ୍କ ସହିତ ଗାଲିଲୀର ନାଜରିତ ନଗରରୁ ଯିହୂଦିୟା ପ୍ରଦେଶର ବେଥଲିହିମ ନାମକ ଦାଉଦଙ୍କ ନଗରକୁ ଗଲେ, କାରଣ ସେ ଦାଉଦଙ୍କ ବଂଶ ଓ ଗୋଷ୍ଠୀର ଲୋକ ଥିଲେ;


ଆଉ ତାହାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲା, ତୁମ୍ଭେ ମଧ୍ୟ ନାଜରିତୀୟ ଯୀଶୁଙ୍କ ସାଙ୍ଗରେ ଥିଲ।


ଏ କି ସେହି ବଢ଼େଇର ପୁଅ ନୁହେଁ? ଏହାର ମାଆ ନାମ କଅଣ ମରୀୟମ ନୁହେଁ? ପୁଣି, ଏହାର ଭାଇମାନଙ୍କ ନାମ କଅଣ ଯାକୁବ, ଯୋଷେଫ, ଶିମୋନ ଓ ଯିହୂଦା ନୁହେଁ?


ନାଜରିତୀୟ ଯୀଶୁଙ୍କ ନାମ ବିରୁଦ୍ଧରେ ମୋହର ଅନେକ କାର୍ଯ୍ୟ କରିବା ଯେ କର୍ତ୍ତବ୍ୟ ଏହା ମୁଁ ନିଜେ ମନେ କରିଥିଲି।


କିନ୍ତୁ ପିତର କହିଲେ, ରୂପା କି ସୁନା ମୋହର ନାହିଁ; ମାତ୍ର ମୋହର ଯାହା ଅଛି, ତାହା ମୁଁ ତୁମ୍ଭକୁ ଦେଉଅଛି; ନାଜରିତୀୟ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଚାଲ।


ହେ ଇସ୍ରାଏଲୀୟ ଲୋକମାନେ, ଏହି ସମସ୍ତ କଥା ଶୁଣନ୍ତୁ। ନାଜରିତୀୟ ଯୀଶୁ ନାନା ଶକ୍ତିର କାର୍ଯ୍ୟ, ଅଦ୍ଭୁତ କର୍ମ ଓ ଲକ୍ଷଣ ଦ୍ୱାରା ଆପଣମାନଙ୍କ ନିକଟରେ ଈଶ୍ବରଙ୍କ ପ୍ରେରିତ ବ୍ୟକ୍ତି ବୋଲି ପ୍ରମାଣିତ ହୋଇଅଛନ୍ତି, ତାହାଙ୍କ ଦ୍ୱାରା ଈଶ୍ବର ଯେ ଆପଣାମାନଙ୍କ ମଧ୍ୟରେ ଏହି ସମସ୍ତ କର୍ମ କରିଅଛନ୍ତି, ଏହା ଅାପଣମାନେ ନିଜେ ଜାଣନ୍ତି;


ଆଉ, ପୀଲାତ ଗୋଟିଏ ଅଭିଯୋଗପତ୍ର ମଧ୍ୟ ଲେଖି କ୍ରୁଶ ଉପରେ ଲଗାଇଦେଲେ। ସେଥିରେ ଲେଖା ଥିଲା, ନାଜରିତୀୟ ଯୀଶୁ, ଯିହୁଦୀମାନଙ୍କ ରାଜା।


ସେମାନେ ତାହାଙ୍କୁ ଉତ୍ତର ଦେଲେ, ନାଜରିତୀୟ ଯୀଶୁକୁ। ସେ ସେମାନଙ୍କୁ କହିଲେ, “ମୁଁ ସେହି।” ଯେଉଁ ଯିହୂଦା ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା, ସେ ମଧ୍ୟ ସେମାନଙ୍କ ସାଙ୍ଗରେ ଠିଆ ହୋଇଥିଲା।


ଏ କଅଣ ଯୋଷେଫର ପୁଅ ଯୀଶୁ ନୁହେଁ, ଆଉ ଆମ୍ଭେମାନେ କଅଣ ଏହାର ପିତାମାତାକୁ ଜାଣୁ ନାହୁଁ? ତେବେ “ମୁଁ ସ୍ୱର୍ଗରୁ ଅବତରଣ କରିଅଛି” ବୋଲି ସେ ଏବେ କିପରି କହୁଅଛି?


ଯୀଶୁ କାର୍ଯ୍ୟ ଆରମ୍ଭ କରିବା ସମୟରେ ତାହାଙ୍କୁ ପ୍ରାୟ ତିରିଶ ବର୍ଷ ବୟସ ହୋଇଥିଲା; ଲୋକଙ୍କ ଧାରଣାନୁସାରେ ସେ ଯୋଷେଫଙ୍କ ପୁତ୍ର; ଯୋଷେଫ ଏଲୀଙ୍କ ପୁତ୍ର,


ଫିଲିପ୍ପ ଓ ବାର୍ଥଲମୀ, ଥୋମା ଓ କରଗ୍ରାହୀ ମାଥିଉ, ଆଲଫିଙ୍କ ପୁତ୍ର ଯାକୁବ ଓ ଥଦ୍ଦୀୟ,


ସେମାନେ ତାହାଙ୍କୁ ଦେଖି ଆଶ୍ଚର୍ଯ୍ୟାନ୍ୱିତ ହେଲେ, ଆଉ ତାହାଙ୍କର ମାତା ତାହାଙ୍କୁ କହିଲେ, ପୁଅରେ, ଆମ୍ଭମାନଙ୍କ ପ୍ରତି କାହିଁକି ଏପରି ବ୍ୟବହାର କଲୁ? ଦେଖ୍, ତୋର ବାପା ଓ ମୁଁ ଅତିଶୟ ବ୍ୟାକୁଳ ହୋଇ ତୋତେ ଖୋଜୁଥିଲୁ।


ଫିଲିପ୍ପ ବେଥ୍‌ସାଇଦାର ଲୋକ ଥିଲେ, ତାହା ଆନ୍ଦ୍ରିୟ ଓ ପିତରଙ୍କର ନଗର ଥିଲା।


ପୁଣି, ଯୀଶୁ ଦୃଷ୍ଟିପାତ କରି ବହୁସଂଖ୍ୟକ ଲୋକଙ୍କୁ ଆପଣା ନିକଟକୁ ଆସିବା ଦେଖି ଫିଲିପ୍ପଙ୍କୁ କହିଲେ, “ଏମାନଙ୍କର ଭୋଜନ ନିମନ୍ତେ ଆମ୍ଭେମାନେ କେଉଁଠାରୁ ରୁଟି କିଣିବା?”


ଫିଲିପ୍ପ ତାହାଙ୍କୁ ଉତ୍ତର ଦେଲେ, ପ୍ରତ୍ୟେକ ଜଣ ଟିକିଏ ପାଇବା ପାଇଁ ଏମାନଙ୍କ ନିମନ୍ତେ ଦୁଇଶହ ଦିନର ମଜୁରୀ ସମାନ ମୂଲ୍ୟର ରୁଟି ଯଥେଷ୍ଟ ନୁହେଁ।


ସେମାନେ ଗାଲିଲୀସ୍ଥ ବେଥ୍‌ସାଇଦାନିବାସୀ ଫିଲିପ୍ପଙ୍କ ନିକଟକୁ ଆସି ତାହାଙ୍କୁ ଅନୁରୋଧ କରି କହିଲେ, ମହାଶୟ, ଯୀଶୁଙ୍କୁ ଦର୍ଶନ କରିବା ନିମନ୍ତେ ଆମ୍ଭମାନଙ୍କର ଇଚ୍ଛା।


ଫିଲିପ୍ପ ତାହାଙ୍କୁ କହିଲେ, ପ୍ରଭୁ, ଆମ୍ଭମାନଙ୍କୁ ପିତାଙ୍କୁ ଦର୍ଶନ କରାଉନ୍ତୁ, ତାହା ଆମ୍ଭମାନଙ୍କ ନିମନ୍ତେ ଯଥେଷ୍ଟ।


ସେମାନେ ତାହାକୁ କହିଲେ, ନାଜରିତୀୟ ଯୀଶୁ ଏହି ବାଟ ଦେଇ ଯାଉଅଛନ୍ତି।


Swiv nou:

Piblisite


Piblisite