Biblia Todo Logo
Bib sou entènèt

- Piblisite -




ଯୋହନ 10:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ସେମାନଙ୍କ ମଧ୍ୟରୁ ଅନେକେ କହିବାକୁ ଲାଗିଲେ, ତାହାକୁ ଭୂତ ଲାଗିଛି, ସେ ପାଗଳ, କାହିଁକି ତାହା କଥା ଶୁଣୁଅଛ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ସେମାନଙ୍କ ମଧ୍ୟରୁ ଅନେକେ କହିବାକୁ ଲାଗିଲେ, ତାହାକୁ ଭୂତ ଲାଗିଛି, ସେ ପାଗଳ, କାହିଁକି ତାହା କଥା ଶୁଣୁଅଛ?

Gade chapit la Kopi

ଓଡିଆ ବାଇବେଲ

20 ସେମାନଙ୍କ ମଧ୍ୟରୁ ଅନେକେ କହିବାକୁ ଲାଗିଲେ, ତାହାକୁ ଭୂତ ଲାଗିଛି, ସେ ପାଗଳ, କାହିଁକି ତାହା କଥା ଶୁଣୁଅଛ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

20 କେତେକ କହିଲେ, “ତାକୁ ଭୂତ ଲାଗିଛି। ସେ ଗୋଟିଏ ପାଗଳ, ତା’ କଥା କାହିଁକି ଶୁଣୁଛ?”

Gade chapit la Kopi

ପବିତ୍ର ବାଇବଲ

20 ସେମାନଙ୍କ ମଧ୍ୟରୁ ଅନେକ ଯିହୂଦୀ କହିଲେ, “ଜଣେ ଭୂତ ତା’ ଭିତରକୁ ଆସିଛି ଓ ତାହାଙ୍କୁ ପାଗଳ କରିଦେଇଛି। ଏ ଭଳି ଲୋକର କଥା ଶୁଣି ଲାଭ ନାହିଁ।”

Gade chapit la Kopi




ଯୋହନ 10:20
15 Referans Kwoze  

ଲୋକସମୂହ ଉତ୍ତର ଦେଲେ, ତୁମକୁ ଭୂତ ଲାଗିଅଛି, କିଏ ତୁମକୁ ବଧ କରିବାକୁ ଚେଷ୍ଟା କରୁଅଛି?


ତାହାଙ୍କ ଆତ୍ମୀୟମାନେ ଏହା ଶୁଣି ତାହାଙ୍କୁ ଧରି ଘେନିଯିବାକୁ ବାହାରି ଆସିଲେ, କାରଣ ସେମାନେ କହିଲେ, ତାହାଙ୍କର ମତିଭ୍ରମ ହେଲାଣି।


ଯିହୁଦୀ ଲୋକମାନେ ତାହାଙ୍କୁ କହିଲେ, ଏବେ ଆମ୍ଭେମାନେ ଜାଣିଲୁ ଯେ, ତୋତେ ଭୂତ ଲାଗିଅଛି, ଅବ୍ରହାମ ଓ ଭାବବାଦୀମାନେ ମୃତ୍ୟୁଭୋଗ କରିଅଛନ୍ତି, ଆଉ ତୁ କହୁଅଛୁ, ଯଦି କେହି ମୋହର ବାକ୍ୟ ପାଳନ କରେ, ତାହାହେଲେ ସେ କଦାପି ମୃତ୍ୟୁର ଆସ୍ୱାଦ ପାଇବ ନାହିଁ।


ଏହି ପ୍ରକାରେ ସେ ଅାତ୍ମପକ୍ଷ ସମର୍ଥନ କରୁଥିବା ସମୟରେ ଫେଷ୍ଟସ୍ ଉଚ୍ଚସ୍ୱରରେ କହିଲେ, ପାଉଲ, ତୁମ୍ଭେ ପାଗଳ; ବହୁ ବିଦ୍ୟା ତୁମ୍ଭକୁ ପାଗଳ କରୁଅଛି।


ଶିଷ୍ୟ ଆପଣା ଗୁରୁ ଓ ଦାସ ଆପଣା କର୍ତ୍ତା ପରି ହେଲେ ସେମାନଙ୍କ ପକ୍ଷରେ ଯଥେଷ୍ଟ। ସେମାନେ ଯେବେ ଗୃହ କର୍ତ୍ତାଙ୍କୁ ବାଲ୍‌ଜିବୂଲ୍ ବୋଲି କହିଅଛନ୍ତି, ତେବେ ତାହାଙ୍କର ପରିଜନଙ୍କୁ ତ ଆହୁରି ଅଧିକ କହିବେ।”


କିନ୍ତୁ ଫାରୂଶୀମାନେ କହିଲେ, ସେ ଭୂତପତି ସାହାଯ୍ୟରେ ଭୂତ ଛଡ଼ାଉଅଛି।


ସେ ଉପଦ୍ରବ ଓ ବିଚାର ଦ୍ୱାରା ଦୂରୀକୃତ ହେଲେ; ଆଉ, ସେ ଯେ ଜୀବିତ ଲୋକମାନଙ୍କ ଦେଶରୁ ଉଚ୍ଛିନ୍ନ ହେଲେ, ଏହା ତାହାଙ୍କ ସମୟର ଲୋକମାନଙ୍କ ମଧ୍ୟରେ କିଏ ବିବେଚନା କଲା? ଆମ୍ଭ ଲୋକମାନଙ୍କର ଅପରାଧ ନିମନ୍ତେ ସେ ପ୍ରହାରିତ ହେଲେ।


‘କେହି ବାତୁଳ ହୋଇ ଆପଣାକୁ ଭବିଷ୍ୟଦ୍‍ବକ୍ତା ପରି ଦେଖାଇଲେ, ତାହାକୁ ହରିକାଠରେ ଓ ବେଡ଼ିରେ ରଖିବା ପାଇଁ ସଦାପ୍ରଭୁଙ୍କ ଗୃହରେ ତୁମ୍ଭେମାନେ ଯେପରି ରକ୍ଷକ ସ୍ୱରୂପ ହେବ, ଏଥିପାଇଁ ଯିହୋୟାଦା ଯାଜକର ବଦଳରେ ସଦାପ୍ରଭୁ ତୁମ୍ଭକୁ ଯାଜକ କରିଅଛନ୍ତି।


କାରଣ ଯୋହନ ଆସି ଭୋଜନପାନ କଲେ ନାହିଁ, ଆଉ ଲୋକେ କହନ୍ତି, ‘ସେ ଭୂତଗ୍ରସ୍ତ।’


Swiv nou:

Piblisite


Piblisite