Biblia Todo Logo
Bib sou entènèt

- Piblisite -




ଯୋହନ 10:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ସେଥିରେ ଯିହୁଦୀ ଲୋକମାନେ ତାହାଙ୍କୁ ଚାରିଆଡ଼େ ଘେରି ପଚାରିବାକୁ ଲାଗିଲେ, ଆଉ କେତେ କାଳ ଆମ୍ଭମାନଙ୍କୁ ସନ୍ଦେହରେ ରଖିବ? ଯଦି ତୁମ୍ଭେ ଖ୍ରୀଷ୍ଟ, ତାହାହେଲେ ଆମ୍ଭମାନଙ୍କୁ ସ୍ପଷ୍ଟ ରୂପେ କୁହ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ସେଥିରେ ଯିହୁଦୀମାନେ ତାହାଙ୍କୁ ଚାରିଆଡ଼େ ଘେରି ପଚାରିବାକୁ ଲାଗିଲେ, ଆଉ କେତେ କାଳ ଆମ୍ଭମାନଙ୍କୁ ସନ୍ଦେହରେ ରଖିବ? ଯଦି ତୁମ୍ଭେ ଖ୍ରୀଷ୍ଟ, ତାହାହେଲେ ଆମ୍ଭମାନଙ୍କୁ ସ୍ପଷ୍ଟ ରୂପେ କୁହ।

Gade chapit la Kopi

ଓଡିଆ ବାଇବେଲ

24 ସେଥିରେ ଯିହୂଦୀମାନେ ତାହାଙ୍କୁ ଚାରିଆଡ଼େ ଘେରି ପଚାରିବାକୁ ଲାଗିଲେ, ଆଉ କେତେ କାଳ ଆମ୍ଭମାନଙ୍କୁ ସନ୍ଦେହରେ ରଖିବ ? ଯଦି ତୁମ୍ଭେ ଖ୍ରୀଷ୍ଟ, ତାହାହେଲେ ଆମ୍ଭମାନଙ୍କୁ ସ୍ପଷ୍ଟରୂପେ କୁହ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

24 ସେଠାରେ ଲୋକମାନେ ତାଙ୍କୁ ଘେରି ପଚାରିଲେ, “ଆଉ କେତେ ଦିନ ଆମକୁ ଏହି ସନ୍ଦେହରେ ରଖିବେ? ସତ କଥା ଖୋଲି କହି ଦିଅନ୍ତୁ- ଆପଣ କ’ଣ ମସୀହ?”

Gade chapit la Kopi

ପବିତ୍ର ବାଇବଲ

24 ଯିହୂଦୀମାନେ ଯୀଶୁଙ୍କ ଗ୍ଭରିପାଖେ ଘେରିଗଲେ। ସେମାନେ ପଗ୍ଭରିଲେ, “ତୁମ୍ଭେ କେତେ ସମୟ ପର୍ଯ୍ୟନ୍ତ ନିଜ ବିଷୟରେ ଆମ୍ଭକୁ ସନ୍ଦେହରେ ରଖିବ? ଯଦି ତୁମ୍ଭେ ନିଜେ ଖ୍ରୀଷ୍ଟ, ତେବେ ଆମ୍ଭକୁ ସ୍ପଷ୍ଟ ଭାବରେ କୁହ।”

Gade chapit la Kopi




ଯୋହନ 10:24
13 Referans Kwoze  

ଆପଣ କିଏ, ଏହା ଯୋହନଙ୍କୁ ପଚାରିବା ନିମନ୍ତେ ଯିହୁଦୀ ନେତାମାନେ ଯେତେବେଳେ ଯିରୂଶାଲମ ସହରରୁ ଯାଜକ ଓ ଲେବୀୟମାନଙ୍କୁ ତାହାଙ୍କ ନିକଟକୁ ପଠାଇଲେ, ସେତେବେଳେ ସେ ଏହି ସାକ୍ଷ୍ୟ ଦେଲେ,


ତୁ କଅଣ ଆମ୍ଭମାନଙ୍କ ପୂର୍ବପିତା ଅବ୍ରହାମଙ୍କ ଅପେକ୍ଷା ଶ୍ରେଷ୍ଠ? ସେ ତ ମୃତ୍ୟୁଭୋଗ କରିଅଛନ୍ତି, ଭାବବାଦୀମାନେ ମଧ୍ୟ ମୃତ୍ୟୁଭୋଗ କରିଅଛନ୍ତି; ତୁ ନିଜକୁ କିଏ ବୋଲି କହୁଅଛୁ?


ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ତୁମ୍ଭେ କିଏ? ଯୀଶୁ ସେମାନଙ୍କୁ କହିଲେ, “ପ୍ରାରମ୍ଭରୁ ମୁଁ ତୁମ୍ଭମାନଙ୍କୁ ଯାହା କହିଅଛି।


ଯାହାଙ୍କର ଆଗମନ ହେବ, ସେହି ବ୍ୟକ୍ତି କି ଆପଣ, ଅବା ଆମ୍ଭେମାନେ ଅନ୍ୟ ଜଣଙ୍କ ଅପେକ୍ଷାରେ ରହିବୁ?


ଅତଏବ, ଏହି ପ୍ରକାର ଭରସା ପ୍ରାପ୍ତ ହୋଇ ଆମ୍ଭେମାନେ ଅତି ସାହସିକ ଅଟୁ,


“ମୁଁ ତୁମ୍ଭମାନଙ୍କୁ ଉପମା ଦ୍ୱାରା ଏହି ସମସ୍ତ କଥା କହିଅଛି; ସମୟ ଆସୁଅଛି, ଯେତେବେଳେ ମୁଁ ଆଉ ଉପମା ଦ୍ୱାରା ତୁମ୍ଭମାନଙ୍କୁ କହିବି ନାହିଁ, କିନ୍ତୁ ପିତାଙ୍କ ବିଷୟ ସ୍ପଷ୍ଟ ରୂପେ ତୁମ୍ଭମାନଙ୍କୁ ଜଣାଇବି।


ତାହାର ପିତାମାତା ଯିହୁଦୀମାନଙ୍କୁ ଭୟ କରୁଥିବାରୁ ଏହି ସମସ୍ତ କଥା କହିଲେ, କାରଣ ଯଦି କେହି ତାହାଙ୍କୁ ଖ୍ରୀଷ୍ଟ ବୋଲି ସ୍ୱୀକାର କରେ, ତାହାହେଲେ ସେ ସମାଜଗୃହରୁ ବାହାର କରାଯିବ ବୋଲି ସେଥିପୂର୍ବେ ଯିହୁଦୀମାନେ ଏକମତ ହୋଇଥିଲେ।


ଲୋକେ ଅପେକ୍ଷାରେ ଥିବାରୁ ଓ ଯୋହନ କେଜାଣି ଖ୍ରୀଷ୍ଟ ହେବେ, ଏହା ତାହାଙ୍କ ବିଷୟରେ ସମସ୍ତେ ଆପଣା ଆପଣା ମନରେ ତର୍କବିତର୍କ କରୁଥିବାରୁ,


ଏଉତ୍ତାରେ ଏଲୀୟ ସମଗ୍ର ଲୋକଙ୍କ ନିକଟକୁ ଆସି କହିଲେ, “ତୁମ୍ଭେମାନେ କେତେ କାଳ ଦୁଇ ମତ ମଧ୍ୟରେ ସନ୍ଦିଗ୍ଧ ହୋଇ ରହିବ? ସଦାପ୍ରଭୁ ଯେବେ ପରମେଶ୍ୱର ହୁଅନ୍ତି, ତେବେ ତାହାଙ୍କର ଅନୁଗାମୀ ହୁଅ; ମାତ୍ର ଯେବେ ବାଲ୍‍, ତେବେ ତାହାର ଅନୁଗାମୀ ହୁଅ।” ଏଥିରେ ଲୋକମାନେ ତାଙ୍କୁ ଗୋଟିଏ କଥା ଉତ୍ତର ଦେଲେ ନାହିଁ।


ଏହି କଥା ସେ ସ୍ପଷ୍ଟ ରୂପେ କହିଲେ। ସେଥିରେ ପିତର ତାହାଙ୍କୁ ଗୋଟିଏ ପାଖକୁ ଘେନିଯାଇ ଅନୁଯୋଗ କରିବାକୁ ଲାଗିଲେ।


ଯିହୁଦୀ ଲୋକମାନେ ତାହାଙ୍କୁ ଫୋପାଡ଼ିବା ନିମନ୍ତେ ଆଉ ଥରେ ପଥର ଆଣିଲେ।


ଯିହୁଦୀମାନେ ତାହାଙ୍କୁ ଉତ୍ତର ଦେଲେ, ଉତ୍ତମ କର୍ମ ନିମନ୍ତେ ଆମ୍ଭେମାନେ ତୋତେ ପଥର ଫୋପାଡ଼ୁ ନାହୁଁ, କିନ୍ତୁ ଈଶ୍ବର ନିନ୍ଦା ନିମନ୍ତେ, ପୁଣି, ତୁ ମନୁଷ୍ୟ ହୋଇ ଆପଣାକୁ ଈଶ୍ବର ବୋଲାଉଥିବାରୁ ପଥର ଫୋପାଡ଼ୁଅଛୁ।


Swiv nou:

Piblisite


Piblisite