Biblia Todo Logo
Bib sou entènèt

- Piblisite -




ଯୋହନ 10:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ମୋହର ପିତା ମୋତେ ଯାହା ଦେଇଅଛନ୍ତି, ତାହା ସବୁଠାରୁ ବହୁମୂଲ୍ୟ, ଆଉ ପିତାଙ୍କ ହସ୍ତରୁ କେହି ତାହା ହରଣ କରିପାରେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ମୋହର ପିତା ମୋତେ ଯାହା ଦେଇଅଛନ୍ତି, ତାହା ସବୁଠାରୁ ବହୁମୂଲ୍ୟ, ଆଉ ପିତାଙ୍କ ହସ୍ତରୁ କେହି ତାହା ହରଣ କରି ପାରେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

29 ମୋହର ପିତା ମୋତେ ଯାହା ଦେଇଅଛନ୍ତି, ତାହା ସବୁଠାରୁ ବହୁମୂଲ୍ୟ, ଆଉ ପିତାଙ୍କ ହସ୍ତରୁ କେହି ତାହା ହରଣ କରି ପାରେ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

29 ମୋର ପିତା ମୋତେ ଯାହା ଦେଇଛନ୍ତି, ତାହା ସବୁଠାରୁ ବହୁମୂଲ୍ୟ। ପିତାଙ୍କ ତତ୍ତ୍ୱାବଧାନରୁ କେହି ସେମାନଙ୍କୁ ଛଡ଼ାଇ ନେଇ ପାରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

29 ମୋ’ ପରମପିତା ମୋତେ ମୋର ମେଷମାନଙ୍କୁ ଦେଇଛନ୍ତି। ସେ ସମସ୍ତଙ୍କଠାରୁ ମହାନ୍। ମୋ’ ପରମପିତାଙ୍କ ହାତରୁ କୌଣସି ଲୋକ ମୋ’ ମେଷ ଗ୍ଭେରି କରି ପାରିବ ନାହିଁ।

Gade chapit la Kopi




ଯୋହନ 10:29
12 Referans Kwoze  

ପିତା ଯେଉଁ ସମସ୍ତଙ୍କୁ ମୋତେ ଦାନ କରନ୍ତି, ସେମାନେ ମୋʼ ନିକଟକୁ ଆସିବେ; ଆଉ, ଯେ ମୋʼ ନିକଟକୁ ଆସେ, ତାହାକୁ ମୁଁ କୌଣସି ପ୍ରକାରେ ବାହାର କରିଦେବି ନାହିଁ;


ମୁଁ ସେମାନଙ୍କ ନିମନ୍ତେ ପ୍ରାର୍ଥନା କରୁଅଛି; ଜଗତ ନିମନ୍ତେ ପ୍ରାର୍ଥନା କରୁ ନାହିଁ, କିନ୍ତୁ ତୁମ୍ଭେ ମୋତେ ଯେଉଁମାନଙ୍କୁ ଦେଇଅଛ, ସେମାନଙ୍କ ନିମନ୍ତେ ପ୍ରାର୍ଥନା କରୁଅଛି, କାରଣ ସେମାନେ ତୁମ୍ଭର;


ଯେପ୍ରକାର ତୁମ୍ଭେ ତାହାଙ୍କୁ ଯେଉଁ ଯେଉଁ ଲୋକମାନଙ୍କୁ ଦେଇଅଛ, ସେମାନଙ୍କୁ ଅନନ୍ତ ଜୀବନ ଦେବା ନିମନ୍ତେ ତାହାଙ୍କୁ ସମସ୍ତ ମନୁଷ୍ୟ ଉପରେ ଅଧିକାର ଦେଲ।


ମୁଁ ଯେ ଯାଉଅଛି ଓ ତୁମ୍ଭମାନଙ୍କ ନିକଟକୁ ପୁଣି ଆସୁଅଛି, ମୋହର ଏହି କଥା ତ ଶୁଣିଅଛ। ଯଦି ତୁମ୍ଭେମାନେ ମୋତେ ପ୍ରେମ କରୁଥାଆନ୍ତ, ତାହାହେଲେ ମୁଁ ମୋହର ପିତାଙ୍କ ନିକଟକୁ ଯାଉଅଛି ବୋଲି ଆନନ୍ଦ କରିଥାଆନ୍ତ, କାରଣ ପିତା ମୋʼଠାରୁ ମହାନ।


“ତୁମ୍ଭେ ମୋତେ ଜଗତ ମଧ୍ୟରୁ ଯେଉଁ ଲୋକମାନଙ୍କୁ ଦାନ କଲ, ମୁଁ ସେମାନଙ୍କ ନିକଟରେ ତୁମ୍ଭର ନାମ ପ୍ରକାଶ କରିଅଛି; ସେମାନେ ତୁମ୍ଭର ଥିଲେ ଓ ତୁମ୍ଭେ ସେମାନଙ୍କୁ ମୋତେ ଦାନ କଲ, ଆଉ ସେମାନେ ତୁମ୍ଭର ବାକ୍ୟ ପାଳନ କରିଅଛନ୍ତି।


ମୁଁ ଆଉ ଏ ଜଗତରେ ରହୁ ନାହିଁ, କିନ୍ତୁ ଏମାନେ ଜଗତରେ ରହୁଅଛନ୍ତି; ପୁଣି, ମୁଁ ତୁମ୍ଭ ନିକଟକୁ ଯାଉଅଛି। ପବିତ୍ର ପିତଃ, ତୁମ୍ଭ ସେହି ନାମରେ ସେମାନଙ୍କୁ ରକ୍ଷା କର ଯେଉଁ ନାମ ତୁମ୍ଭେ ମୋତେ ଦେଇଅଛ, ଯେପରି ଆମ୍ଭେମାନେ ଯେପ୍ରକାର ଏକ, ସେମାନେ ସେପ୍ରକାର ଏକ ହୁଅନ୍ତି।


ମାତ୍ର ଆପଣା ପଲର ପୁଂପଶୁ ଥିଲେ ହେଁ ଯେଉଁ ପ୍ରତାରକ ମାନତ କରି ପ୍ରଭୁଙ୍କ ଉଦ୍ଦେଶ୍ୟରେ ଖୁନ୍ତବିଶିଷ୍ଟ ପଶୁ ଉତ୍ସର୍ଗ କରେ, ସେ ଅଭିଶପ୍ତ ହେଉ; କାରଣ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଆମ୍ଭେ ମହାନ ରାଜା ଅଟୁ ଓ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ଭୟଙ୍କର ଅଟେ।”


ସଦାପ୍ରଭୁ ସମସ୍ତ ଦେବଗଣଠାରୁ ଅଧିକ ମହାନ, ଏହା ମୁଁ ଏବେ ଜାଣିଲି। ହଁ, ସେମାନେ ଯେଉଁ ବିଷୟରେ ସେମାନଙ୍କ ବିରୁଦ୍ଧରେ ଗର୍ବ କରିଥିଲେ, (ସେହି ବିଷୟରେ ସେ ମହାନ।”)


ତାହାଙ୍କର ଚିହ୍ନସକଳ କିପରି ମହତ ଓ ତାହାଙ୍କର ଆଶ୍ଚର୍ଯ୍ୟ କ୍ରିୟାସକଳ କିପରି ପ୍ରଭାବିଶିଷ୍ଟ! ତାହାଙ୍କର ରାଜ୍ୟ ଅନନ୍ତକାଳୀନ ରାଜ୍ୟ ଓ ତାହାଙ୍କର କର୍ତ୍ତୃତ୍ୱ ପୁରୁଷାନୁକ୍ରମେ ଥାଏ।


ସଦାପ୍ରଭୁ ମହାନ ଓ ଅତ୍ୟନ୍ତ ପ୍ରଶଂସନୀୟ; ପୁଣି, ତାହାଙ୍କ ମାହାତ୍ମ୍ୟ ଅନନୁସନ୍ଧେୟ।


ପୁଣି, ମୁଁ ସେମାନଙ୍କୁ ଅନନ୍ତ ଜୀବନ ଦିଏ, ଆଉ ସେମାନେ କଦାପି କେବେ ହେଁ ବିନଷ୍ଟ ହେବେ ନାହିଁ, ପୁଣି, କେହି ମୋʼ ହସ୍ତରୁ ସେମାନଙ୍କୁ ହରଣ କରିବ ନାହିଁ।


ମୁଁ ଓ ପିତା ଏକ।


Swiv nou:

Piblisite


Piblisite