Biblia Todo Logo
Bib sou entènèt

- Piblisite -




ଯୋହନ 10:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୁଁ ପିତାଙ୍କଠାରୁ ଅନେକ ଉତ୍ତମ କର୍ମ ତୁମ୍ଭମାନଙ୍କୁ ଦେଖାଇଅଛି; ସେହିସବୁ କର୍ମ ମଧ୍ୟରୁ କେଉଁ କର୍ମ ନିମନ୍ତେ ମୋତେ ପଥର ଫୋପାଡ଼ୁଅଛ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

32 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୁଁ ପିତାଙ୍କଠାରୁ ଅନେକ ଉତ୍ତମ କର୍ମ ତୁମ୍ଭମାନଙ୍କୁ ଦେଖାଇଅଛି; ସେହିସବୁ କର୍ମ ମଧ୍ୟରୁ କେଉଁ କର୍ମ ନିମନ୍ତେ ମୋତେ ପଥର ଫୋପାଡ଼ୁଅଛ?

Gade chapit la Kopi

ଓଡିଆ ବାଇବେଲ

32 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୁଁ ପିତାଙ୍କଠାରୁ ଅନେକ ଉତ୍ତମ କର୍ମ ତୁମ୍ଭମାନଙ୍କୁ ଦେଖାଇଅଛି; ସେହି ସବୁ କର୍ମ ମଧ୍ୟରୁ କେଉଁ କର୍ମ ନିମନ୍ତେ ମୋତେ ପଥର ଫୋପାଡ଼ୁଅଛ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

32 ଯୀଶୁ ସେମାନଙ୍କୁ କହିଲେ, “ମୋ’ ପିତାଙ୍କ ନିର୍ଦ୍ଦେଶରେ ମୁଁ ତୁମ ମଧ୍ୟରେ ଅନେକ ସତ୍କର୍ମ କରିଛି। ତା’ ମଧ୍ୟରୁ କେଉଁ ସତ୍କର୍ମ ଯୋଗୁ ମୋତେ ଆଜି ମାରିବାକୁ ଯାଉଛ?”

Gade chapit la Kopi

ପବିତ୍ର ବାଇବଲ

32 କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, “ମୁଁ ପରମପିତାଙ୍କ ନିର୍ଦ୍ଦେଶ ଅନୁସାରେ ବହୁତ ଆଶ୍ଚର୍ଯ୍ୟ କାର୍ଯ୍ୟ କରିସାରିଛି। ତୁମ୍ଭେ ସେସବୁ ଦେଖିଛ। ତେବେ କେଉଁ ଭଲ କାର୍ଯ୍ୟ ହେତୁ ତୁମ୍ଭେ ମୋତେ ହତ୍ୟା କରିବା ପାଇଁ ଚେଷ୍ଟା କରୁଛ?”

Gade chapit la Kopi




ଯୋହନ 10:32
16 Referans Kwoze  

ପାପାତ୍ମାର ସନ୍ତାନ ଯେ କୟିନ, ତାହା ପରି ହୁଅ ନାହିଁ, ସେ ଆପଣା ଭାଇକୁ ବଧ କଲା; ଆଉ ସେ ତାହାକୁ କାହିଁକି ବଧ କଲା? କାରଣ ଏହି ଯେ, ତାହାର କାର୍ଯ୍ୟ ପାପମୟ, ଆଉ ତାହାର ଭାଇର କାର୍ଯ୍ୟ ଧର୍ମମୟ ଥିଲା।


ଅର୍ଥାତ୍‍ ନାଜରିତୀୟ ଯୀଶୁଙ୍କ କଥା, କିପରି ଈଶ୍ବର ତାହାଙ୍କୁ ପବିତ୍ର ଆତ୍ମା ଓ ଶକ୍ତିରେ ଅଭିଷିକ୍ତ କଲେ, ଆଉ ସେ ମଙ୍ଗଳ ସାଧନ କରୁ କରୁ ଓ ଶୟତାନ କର୍ତ୍ତୃକ ପ୍ରପୀଡ଼ିତ ସମସ୍ତ ଲୋକଙ୍କୁ ସୁସ୍ଥ କରୁ କରୁ ସର୍ବତ୍ର ଭ୍ରମଣ କଲେ, କାରଣ ଈଶ୍ବର ତାହାଙ୍କ ସହବର୍ତ୍ତୀ ଥିଲେ।


ହେ ଇସ୍ରାଏଲୀୟ ଲୋକମାନେ, ଏହି ସମସ୍ତ କଥା ଶୁଣନ୍ତୁ। ନାଜରିତୀୟ ଯୀଶୁ ନାନା ଶକ୍ତିର କାର୍ଯ୍ୟ, ଅଦ୍ଭୁତ କର୍ମ ଓ ଲକ୍ଷଣ ଦ୍ୱାରା ଆପଣମାନଙ୍କ ନିକଟରେ ଈଶ୍ବରଙ୍କ ପ୍ରେରିତ ବ୍ୟକ୍ତି ବୋଲି ପ୍ରମାଣିତ ହୋଇଅଛନ୍ତି, ତାହାଙ୍କ ଦ୍ୱାରା ଈଶ୍ବର ଯେ ଆପଣାମାନଙ୍କ ମଧ୍ୟରେ ଏହି ସମସ୍ତ କର୍ମ କରିଅଛନ୍ତି, ଏହା ଅାପଣମାନେ ନିଜେ ଜାଣନ୍ତି;


ଯଦି ମୁଁ ମୋହର ପିତାଙ୍କ କର୍ମସବୁ କରେ ନାହିଁ, ତାହାହେଲେ ମୋତେ ବିଶ୍ୱାସ କର ନାହିଁ;


କିନ୍ତୁ ଯୋହନଙ୍କର ସାକ୍ଷ୍ୟ ଅପେକ୍ଷା ମୋହର ଗୁରୁତର ସାକ୍ଷ୍ୟ ଅଛି, କାରଣ ପିତା ମୋତେ ଯେ ଯେ କାର୍ଯ୍ୟ ସମାପ୍ତ କରିବାକୁ ଦେଇଅଛନ୍ତି, ଯେ ସମସ୍ତ କର୍ମ ମୁଁ କରୁଅଛି, ପିତା ମୋତେ ପ୍ରେରଣ କରିଅଛନ୍ତି ବୋଲି ସେହିସବୁ ମୋʼ ବିଷୟରେ ସାକ୍ଷ୍ୟ ଦେଉଅଛି।


ଅନ୍ଧମାନେ ଦୃଷ୍ଟି ପାଆନ୍ତି, ଖଞ୍ଜମାନେ ଗମନ କରନ୍ତି, କୁଷ୍ଠରୋଗୀମାନେ ଶୁଚି ହୁଅନ୍ତି, ବଧିରମାନେ ଶ୍ରବଣ କରନ୍ତି, ମୃତମାନେ ଉତ୍ଥାପିତ ହୁଅନ୍ତି, ପୁଣି, ଦରିଦ୍ରମାନଙ୍କ ନିକଟରେ ସୁସମାଚାର ପ୍ରଚାରିତ ହୁଏ;


ତହୁଁ ମୁଁ ସମସ୍ତ ପରିଶ୍ରମ ଓ ପ୍ରତ୍ୟେକ ଦକ୍ଷ କାର୍ଯ୍ୟ ଦେଖିଲି ଯେ, ତହିଁ ସକାଶୁ ମନୁଷ୍ୟ ଆପଣା ପ୍ରତିବାସୀର ଈର୍ଷାପାତ୍ର ହୁଏ। ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନମାତ୍ର।


ସେମାନେ ହିତର ପରିବର୍ତ୍ତେ ମୋହର ଅହିତ କରନ୍ତି, ତହିଁରେ ମୋହର ପ୍ରାଣ ଅନାଥ ହୁଏ।


ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୁଁ ତୁମ୍ଭମାନଙ୍କୁ କହିଅଛି, କିନ୍ତୁ ତୁମ୍ଭେମାନେ ବିଶ୍ୱାସ କରୁ ନାହଁ; ମୋହର ପିତାଙ୍କ ନାମରେ ମୁଁ ଯେଉଁ ଯେଉଁ କର୍ମ କରୁଅଛି, ସେହିସବୁ ମୋʼ ବିଷୟରେ ସାକ୍ଷ୍ୟ ଦେଉଅଛି;


ଆହୁରି, ଯିରିମୀୟ ସିଦିକୀୟ ରାଜାକୁ କହିଲେ, “ଆପଣଙ୍କ ବିରୁଦ୍ଧରେ, ଆପଣଙ୍କ ଦାସଗଣ ବିରୁଦ୍ଧରେ, ଅବା ଏହି ଲୋକମାନଙ୍କ ବିରୁଦ୍ଧରେ ମୁଁ କି ପାପ କରିଅଛି ଯେ, ଆପଣମାନେ ମୋତେ କାରାଗାରରେ ରଖିଅଛନ୍ତି?


ଯିହୁଦୀ ଲୋକମାନେ ତାହାଙ୍କୁ ଫୋପାଡ଼ିବା ନିମନ୍ତେ ଆଉ ଥରେ ପଥର ଆଣିଲେ।


ଯିହୁଦୀମାନେ ତାହାଙ୍କୁ ଉତ୍ତର ଦେଲେ, ଉତ୍ତମ କର୍ମ ନିମନ୍ତେ ଆମ୍ଭେମାନେ ତୋତେ ପଥର ଫୋପାଡ଼ୁ ନାହୁଁ, କିନ୍ତୁ ଈଶ୍ବର ନିନ୍ଦା ନିମନ୍ତେ, ପୁଣି, ତୁ ମନୁଷ୍ୟ ହୋଇ ଆପଣାକୁ ଈଶ୍ବର ବୋଲାଉଥିବାରୁ ପଥର ଫୋପାଡ଼ୁଅଛୁ।


Swiv nou:

Piblisite


Piblisite