Biblia Todo Logo
Bib sou entènèt

- Piblisite -




ଯୋହନ 10:33 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ଯିହୁଦୀମାନେ ତାହାଙ୍କୁ ଉତ୍ତର ଦେଲେ, ଉତ୍ତମ କର୍ମ ନିମନ୍ତେ ଆମ୍ଭେମାନେ ତୋତେ ପଥର ଫୋପାଡ଼ୁ ନାହୁଁ, କିନ୍ତୁ ଈଶ୍ବର ନିନ୍ଦା ନିମନ୍ତେ, ପୁଣି, ତୁ ମନୁଷ୍ୟ ହୋଇ ଆପଣାକୁ ଈଶ୍ବର ବୋଲାଉଥିବାରୁ ପଥର ଫୋପାଡ଼ୁଅଛୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

33 ଯିହୁଦୀମାନେ ତାହାଙ୍କୁ ଉତ୍ତର ଦେଲେ, ଉତ୍ତମ କର୍ମ ନିମନ୍ତେ ଆମ୍ଭେମାନେ ତୋତେ ପଥର ଫୋପାଡ଼ୁ ନାହୁଁ, କିନ୍ତୁ ଈଶ୍ଵରନିନ୍ଦା ନିମନ୍ତେ, ପୁଣି ତୁ ମନୁଷ୍ୟ ହୋଇ ଆପଣାକୁ ଈଶ୍ଵର ବୋଲାଉଥିବାରୁ।

Gade chapit la Kopi

ଓଡିଆ ବାଇବେଲ

33 ଯିହୂଦୀମାନେ ତାହାଙ୍କୁ ଉତ୍ତର ଦେଲେ, ଉତ୍ତମ କର୍ମ ନିମନ୍ତେ ଆମ୍ଭେମାନେ ତୋତେ ପଥର ଫୋପାଡ଼ୁ ନାହୁଁ, କିନ୍ତୁ ଈଶ୍ୱର ନିନ୍ଦା ନିମନ୍ତେ, ପୁଣି, ତୁ ମନୁଷ୍ୟ ହୋଇ ଆପଣାକୁ ଈଶ୍ୱର ବୋଲାଉଥିବାରୁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

33 ସେମାନେ ଉତ୍ତର ଦେଲେ, “ତୁମର ସତ୍କର୍ମ ପାଇଁ ନୁହେଁ, କିନ୍ତୁ ଈଶ୍ୱର ନିନ୍ଦା ପାଇଁ। ତୁମେ ସାମାନ୍ୟ ମନୁଷ୍ୟ, କିନ୍ତୁ ନିଜକୁ ଈଶ୍ୱରଙ୍କ ସହିତ ସମାନ କରୁଛ।”

Gade chapit la Kopi

ପବିତ୍ର ବାଇବଲ

33 ଯିହୂଦୀମାନେ ଉତ୍ତର ଦେଲେ, “ଆମ୍ଭେ ତୁମ୍ଭକୁ କୌଣସି ଆଶ୍ଚର୍ଯ୍ୟ କାର୍ଯ୍ୟ କରିଥିବାରୁ ମାରୁ ନାହୁଁ। କିନ୍ତୁ ତୁମ୍ଭେ ଯାହା କହୁଛ, ତାହା ପରମେଶ୍ୱରଙ୍କ ବିରୁଦ୍ଧରେ କହୁଛ। ତୁମ୍ଭେ ଜଣେ ମନୁଷ୍ୟ ମାତ୍ର, କିନ୍ତୁ ତୁମ୍ଭେ ନିଜକୁ ପରମେଶ୍ୱର ସହିତ ସମାନ ବୋଲି କହୁଛ। ସେଥିପାଇଁ ଆମ୍ଭେ ତୁମ୍ଭକୁ ପଥରରେ ମାରି ଦେବା ପାଇଁ ଗ୍ଭହୁଁଛୁ।”

Gade chapit la Kopi




ଯୋହନ 10:33
11 Referans Kwoze  

ଏହି କାରଣରୁ ଯିହୁଦୀମାନେ ତାହାଙ୍କୁ ବଧ କରିବା ନିମନ୍ତେ ଆହୁରି ଅଧିକ ଚେଷ୍ଟା କରିବାକୁ ଲାଗିଲେ, ଯେଣୁ ସେ ଯେ ବିଶ୍ରାମବାର ବିଧି ଲଙ୍ଘନ କରୁଥିଲେ, କେବଳ ତାହା ନୁହେଁ, ମାତ୍ର ଈଶ୍ବରଙ୍କୁ ଆପଣା ପିତା ବୋଲି କହି ନିଜକୁ ଈଶ୍ବରଙ୍କ ସହିତ ସମାନ କରୁଥିଲେ।


ପୁଣି, ଯେକେହି ଆପଣା ସଦାପ୍ରଭୁଙ୍କ ନାମର ନିନ୍ଦା କରେ, ସେ ଅବଶ୍ୟ ହତ ହେବ; ସମସ୍ତ ମଣ୍ଡଳୀ ତାହାକୁ ନିଶ୍ଚୟ ପଥର ମାରି ବଧ କରିବେ; ବିଦେଶୀ ହେଉ ବା ସ୍ୱଦେଶୀ ହେଉ, ସଦାପ୍ରଭୁଙ୍କ ନାମର ନିନ୍ଦା କଲେ ହତ ହେବ।


ମୁଁ ଓ ପିତା ଏକ।


ସେ ଈଶ୍ବରରୂପୀ ହେଲେ ହେଁ ଈଶ୍ବରଙ୍କ ସହିତ ସମାନ ହୋଇ ରହିବା ନିଜ ନିମନ୍ତେ ଧରି ରଖିବାର ବିଷୟ ମନେ କଲେ ନାହିଁ,


ପ୍ରତ୍ୟେକ ଜଣ ଅଧିକାରପ୍ରାପ୍ତ ଶାସନକର୍ତ୍ତାଙ୍କ ବଶୀଭୂତ ହେଉ, କାରଣ ଅଧିକାର କେବଳ ଈଶ୍ବରଙ୍କଠାରୁ ଆସେ, ଆଉ ଯେ ସମସ୍ତ ଅଧିକାରପ୍ରାପ୍ତ ଶାସନକର୍ତ୍ତା ଅଛନ୍ତି; ସେମାନେ ଈଶ୍ବରଙ୍କ ଦ୍ୱାରା ନିଯୁକ୍ତ।


ମୁଁ କହିଲି, “ତୁମ୍ଭେମାନେ ଈଶ୍ୱରଗଣ ଓ ତୁମ୍ଭେ ସମସ୍ତେ ସର୍ବୋପରିସ୍ଥଙ୍କ ସନ୍ତାନ।


ଆଉ ତାହା ସମ୍ମୁଖରେ ଦୁଇଗୋଟି ଦୁଷ୍ଟ ମନୁଷ୍ୟକୁ ବସାଅ ଓ ସେମାନେ ତାହା ବିରୁଦ୍ଧରେ ସାକ୍ଷ୍ୟ ଦେଇ କହନ୍ତୁ, ତୁମ୍ଭେ ପରମେଶ୍ୱରଙ୍କୁ ଓ ରାଜାଙ୍କୁ ଅଭିଶାପ ଦେଇଅଛ। ତହିଁ ଉତ୍ତାରେ ତାହାକୁ ବାହାରକୁ ନେଇ ପ୍ରସ୍ତରାଘାତ କରି ବଧ କର।


“ଯେଉଁ ଲୋକ ଅଭିଶାପ ଦେଇଅଛି, ତାହାକୁ ଛାଉଣି ବାହାରକୁ ଆଣ; ପୁଣି ଯେଉଁମାନେ ତାହାର କଥା ଶୁଣିଅଛନ୍ତି, ସେମାନେ ସମସ୍ତେ ତାହାର ମସ୍ତକରେ ହସ୍ତ ଦିଅନ୍ତୁ, ପୁଣି ସମୁଦାୟ ମଣ୍ଡଳୀ ପଥର ମାରି ତାହାକୁ ବଧ କରନ୍ତୁ।


ସେଥିରେ ଯିହୁଦୀ ଲୋକମାନେ ତାହାଙ୍କୁ ଚାରିଆଡ଼େ ଘେରି ପଚାରିବାକୁ ଲାଗିଲେ, ଆଉ କେତେ କାଳ ଆମ୍ଭମାନଙ୍କୁ ସନ୍ଦେହରେ ରଖିବ? ଯଦି ତୁମ୍ଭେ ଖ୍ରୀଷ୍ଟ, ତାହାହେଲେ ଆମ୍ଭମାନଙ୍କୁ ସ୍ପଷ୍ଟ ରୂପେ କୁହ।


ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୁଁ ପିତାଙ୍କଠାରୁ ଅନେକ ଉତ୍ତମ କର୍ମ ତୁମ୍ଭମାନଙ୍କୁ ଦେଖାଇଅଛି; ସେହିସବୁ କର୍ମ ମଧ୍ୟରୁ କେଉଁ କର୍ମ ନିମନ୍ତେ ମୋତେ ପଥର ଫୋପାଡ଼ୁଅଛ?”


ଯିହୁଦୀ ଲୋକମାନେ ତାହାଙ୍କୁ ଉତ୍ତର ଦେଲେ, ଆମ୍ଭମାନଙ୍କର ଗୋଟିଏ ବ୍ୟବସ୍ଥା ଅଛି ଓ ସେହି ବ୍ୟବସ୍ଥା ଅନୁସାରେ ସେ ପ୍ରାଣଦଣ୍ଡର ଯୋଗ୍ୟ, କାରଣ ସେ ନିଜକୁ ଈଶ୍ବରଙ୍କ ପୁତ୍ର ବୋଲି କହିଅଛି


Swiv nou:

Piblisite


Piblisite