Biblia Todo Logo
Bib sou entènèt

- Piblisite -




ଯୋହନ 10:34 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ତୁମ୍ଭମାନଙ୍କ ବ୍ୟବସ୍ଥାରେ ଏହା କଅଣ ଲେଖା ନାହିଁ, ଆମ୍ଭେ କହିଲୁ, ତୁମ୍ଭେମାନେ ଈଶ୍ବରଗଣ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

34 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭମାନଙ୍କ ବ୍ୟବସ୍ଥାରେ ଏହା କଅଣ ଲେଖା ନାହିଁ, ଆମ୍ଭେ କହିଲୁ, ତୁମ୍ଭେମାନେ ଈଶ୍ଵରଗଣ?

Gade chapit la Kopi

ଓଡିଆ ବାଇବେଲ

34 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭମାନଙ୍କ ମୋଶାଙ୍କ ବ୍ୟବସ୍ଥାରେ ଏହା କ'ଣ ଲେଖା ନାହିଁ, ଆମ୍ଭେ କହିଲୁ, ତୁମ୍ଭେମାନେ ଈଶ୍ୱରଗଣ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

34 ଯୀଶୁ ଉତ୍ତର ଦେଲେ, “ତୁମ ଶାସ୍ତ୍ରରେ ଲେଖାଅଛି, ଈଶ୍ୱର କହନ୍ତି, ‘ତୁମ୍ଭେମାନେ ଦେବତା’।

Gade chapit la Kopi

ପବିତ୍ର ବାଇବଲ

34 ଯୀଶୁ ଉତ୍ତର ଦେଲେ, “ତୁମ୍ଭ ବ୍ୟବସ୍ଥାରେ ଏହା ଲେଖା ଅଛି, ‘ଆମ୍ଭେ କହିଲୁ, ତୁମ୍ଭେମାନେ ଈଶ୍ୱରଗଣ।’

Gade chapit la Kopi




ଯୋହନ 10:34
12 Referans Kwoze  

ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଦେଖ, ଆମ୍ଭେ ତୁମ୍ଭକୁ ଫାରୋ ନିକଟରେ ପରମେଶ୍ୱର ତୁଲ୍ୟ କରି ନିଯୁକ୍ତ କଲୁ ଓ ତୁମ୍ଭ ଭ୍ରାତା ହାରୋଣ ତୁମ୍ଭର ଭବିଷ୍ୟଦ୍‍ବକ୍ତା ହେବ।


ପରମେଶ୍ୱର ପରମେଶ୍ୱରଙ୍କ ମଣ୍ଡଳୀ ମଧ୍ୟରେ ଠିଆ ହୁଅନ୍ତି; ସେ ଦେବତାମାନଙ୍କ ବିଚାର କରନ୍ତି।


ସେ ଲୋକମାନଙ୍କ ନିକଟରେ ତୁମ୍ଭର ପ୍ରତିନିଧି-ବକ୍ତା ହେବ; ସେ ତୁମ୍ଭର ମୁଖ ସ୍ୱରୂପ ହେବ ଓ ତୁମ୍ଭେ ତାହାର ପରମେଶ୍ୱର ତୁଲ୍ୟ ହେବ।


ହେ ସଦାପ୍ରଭୁ, ମୁଁ ଆପଣାର ସର୍ବାନ୍ତଃକରଣରେ ତୁମ୍ଭର ଧନ୍ୟବାଦ କରିବି; ଦେବଗଣ ସାକ୍ଷାତରେ ମୁଁ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି।


ତୁମ୍ଭେ ଆପଣା ପରମେଶ୍ୱରଙ୍କୁ ଅବଜ୍ଞା କରିବ ନାହିଁ, ପୁଣି, ଆପଣା ଲୋକମାନଙ୍କର ଅଧ୍ୟକ୍ଷଙ୍କୁ ଅଭିଶାପ ଦେବ ନାହିଁ।


ପୁଣି, ଦୁଇ ଜଣଙ୍କର ସାକ୍ଷ୍ୟ ଯେ ସତ୍ୟ, ଏହା ତୁମ୍ଭମାନଙ୍କର ବ୍ୟବସ୍ଥାରେ ମଧ୍ୟ ଲେଖାଅଛି।


‘ମାତ୍ର ସେମାନେ ଅକାରଣରେ ମୋତେ ଘୃଣା କଲେ,’ ସେମାନଙ୍କ ବ୍ୟବସ୍ଥାରେ ଲିଖିତ ଏହି ବାକ୍ୟ ଯେପରି ସଫଳ ହୁଏ, ଏଥିନିମନ୍ତେ ଏପରି ଘଟୁଅଛି।


ସେଥିରେ ଲୋକସମୂହ ତାହାଙ୍କୁ ଉତ୍ତର ଦେଲେ, ଖ୍ରୀଷ୍ଟ ଅନନ୍ତକାଳ ରହିବେ ବୋଲି ଆମ୍ଭେମାନେ ବ୍ୟବସ୍ଥାରୁ ଶୁଣିଅଛୁ, ତେବେ ମନୁଷ୍ୟପୁତ୍ର ଅବଶ୍ୟ ଊର୍ଦ୍ଧ୍ୱକୁ ଉତ୍ଥିତ ହେବେ ବୋଲି ତୁମ୍ଭେ କିପରି କହୁଅଛ? ଏହି ମନୁଷ୍ୟପୁତ୍ର କିଏ?


ବ୍ୟବସ୍ଥାରେ ଲେଖାଅଛି, “ପ୍ରଭୁ କହନ୍ତି, ବିଦେଶୀୟ ଭାଷାବାଦୀମାନଙ୍କ ଦ୍ୱାରା ଓ ବିଦେଶୀୟମାନଙ୍କ ମୁଖ ଦ୍ୱାରା ଆମ୍ଭେ ଏହି ଲୋକମାନଙ୍କୁ କଥା କହିବା, ତାହାହେଲେ ସୁଦ୍ଧା ସେମାନେ ଆମ୍ଭର କଥା ଶୁଣିବେ ନାହିଁ।”


ଯେଉଁମାନଙ୍କ ନିକଟରେ ଈଶ୍ବରଙ୍କ ବାକ୍ୟ ଉପସ୍ଥିତ ହେଲା, ସେମାନଙ୍କୁ ଯଦି ସେ ଈଶ୍ବରଗଣ ବୋଲି କହିଲେ (ଆଉ ଧର୍ମଶାସ୍ତ୍ର ଖଣ୍ଡନ କରାଯାଇପାରେ ନାହିଁ),


Swiv nou:

Piblisite


Piblisite