Biblia Todo Logo
Bib sou entènèt

- Piblisite -




ଯୋହନ 11:36 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

36 ସେଥିରେ ଯିହୁଦୀ ଲୋକମାନେ କହିଲେ, ଦେଖ, ସେ ତାହାଙ୍କୁ କିପରି ସ୍ନେହ କରୁଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

36 ସେଥିରେ ଯିହୁଦୀମାନେ କହିଲେ, ଦେଖ, ସେ ତାଙ୍କୁ କିପରି ସ୍ନେହ କରୁଥିଲେ।

Gade chapit la Kopi

ଓଡିଆ ବାଇବେଲ

36 ସେଥିରେ ଯିହୂଦୀମାନେ କହିଲେ, ଦେଖ, ସେ ତାଙ୍କୁ କିପରି ସ୍ନେହ କରୁଥିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

36 ଲୋକେ କୁହାକୁହି ହେଲେ, “ଆହା, ସେ ତାକୁ କେତେ ଭଲ ପାଉଥିଲେ।”

Gade chapit la Kopi

ପବିତ୍ର ବାଇବଲ

36 ଯିହୂଦୀମାନେ କହିଲେ, “ଦେଖ, ଯୀଶୁ ଲାଜାରଙ୍କୁ କେତେ ସ୍ନେହ କରୁଥିଲେ।”

Gade chapit la Kopi




ଯୋହନ 11:36
10 Referans Kwoze  

ତେଣୁ ସେହି ଭଉଣୀମାନେ ତାହାଙ୍କ ନିକଟକୁ କହି ପଠାଇଲେ, ପ୍ରଭୁ, ଦେଖନ୍ତୁ, ଯାହାକୁ ଆପଣ ସ୍ନେହ କରନ୍ତି, ସେ ପୀଡ଼ିତ ଅଛି।


ପୁଣି, ବିଶ୍ୱସ୍ତ ସାକ୍ଷୀ, ମୃତମାନଙ୍କ ମଧ୍ୟରୁ ପ୍ରଥମଜାତ ଓ ପୃଥିବୀର ରାଜାମାନଙ୍କ ରାଜା ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ। ଯେ ଆମ୍ଭମାନଙ୍କୁ ପ୍ରେମ କରି ଆପଣା ରକ୍ତ ଦ୍ୱାରା ଆମ୍ଭମାନଙ୍କୁ ଆମ୍ଭମାନଙ୍କ ପାପରୁ ମୁକ୍ତ କରିଅଛନ୍ତି,


ଦେଖ, ପିତା ଈଶ୍ବର ଆମ୍ଭମାନଙ୍କୁ କି ପ୍ରକାର ପ୍ରେମ ଦାନ କରିଅଛନ୍ତି ଯେ, ଆମ୍ଭେମାନେ ଈଶ୍ବରଙ୍କ ସନ୍ତାନ ବୋଲି ଖ୍ୟାତ ହେବୁ, ଆଉ ଆମ୍ଭେମାନେ ତାହା ହିଁ ଅଟୁ। ଏଥିସକାଶେ ଜଗତ ଆମ୍ଭମାନଙ୍କୁ ଚିହ୍ନୁ ନାହିଁ, କାରଣ ତାହା ତାହାଙ୍କୁ ଚିହ୍ନି ନ ଥିଲା।


ହେ ସ୍ୱାମୀମାନେ, ଖ୍ରୀଷ୍ଟ ଯେପରି ମଣ୍ଡଳୀକୁ ପ୍ରେମ କଲେ, ତୁମ୍ଭେମାନେ ମଧ୍ୟ ସେହିପରି ଆପଣା ଆପଣା ସ୍ତ୍ରୀମାନଙ୍କୁ ପ୍ରେମ କର; ଖ୍ରୀଷ୍ଟ ତ ମଣ୍ଡଳୀ ନିମନ୍ତେ ଆପଣାକୁ ଉତ୍ସର୍ଗ କଲେ,


ଖ୍ରୀଷ୍ଟ ଯେପରି ତୁମ୍ଭମାନଙ୍କୁ ପ୍ରେମ କଲେ, ପୁଣି, ଆମ୍ଭମାନଙ୍କ ନିମନ୍ତେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ସୁଗନ୍ଧି ନୈବେଦ୍ୟ ଓ ବଳି ସ୍ୱରୂପେ ଆପଣାକୁ ଉତ୍ସର୍ଗ କଲେ, ସେହିପରି ପ୍ରେମରେ ଆଚରଣ କର।


ଆଉ, ଯିହୁଦୀମାନଙ୍କ ମଧ୍ୟରୁ ଅନେକେ ମାର୍ଥା ଓ ମରୀୟମଙ୍କୁ ସେମାନଙ୍କ ଭାଇ ବିଷୟରେ ସାନ୍ତ୍ୱନା ଦେବା ନିମନ୍ତେ ସେମାନଙ୍କ ନିକଟକୁ ଆସିଥିଲେ।


Swiv nou:

Piblisite


Piblisite