Biblia Todo Logo
Bib sou entènèt

- Piblisite -




ଯୋହନ 11:40 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

40 ଯୀଶୁ ତାହାଙ୍କୁ କହିଲେ, “ଯଦି ତୁମ୍ଭେ ବିଶ୍ୱାସ କର, ତାହାହେଲେ ଈଶ୍ବରଙ୍କ ମହିମା ଦେଖିବ, ଏହା କଅଣ ମୁଁ ତୁମ୍ଭକୁ କହିଲି ନାହିଁ?” ସେଥିରେ ସେମାନେ ପଥର ଘୁଞ୍ଚାଇଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

40 ଯୀଶୁ ତାଙ୍କୁ କହିଲେ, ଯଦି ତୁମ୍ଭେ ବିଶ୍ଵାସ କର, ତାହାହେଲେ ଈଶ୍ଵରଙ୍କ ମହିମା ଦେଖିବ, ଏହା କଅଣ ମୁଁ ତୁମ୍ଭକୁ କହିଲି ନାହିଁ? ସେଥିରେ ସେମାନେ ପଥର ଘୁଞ୍ଚାଇଦେଲେ।

Gade chapit la Kopi

ଓଡିଆ ବାଇବେଲ

40 ଯୀଶୁ ତାଙ୍କୁ କହିଲେ, ଯଦି ତୁମ୍ଭେ ବିଶ୍ୱାସ କର, ତାହାହେଲେ ଈଶ୍ୱରଙ୍କ ମହିମା ଦେଖିବ, ଏହା କ'ଣ ମୁଁ ତୁମ୍ଭକୁ କହିଲି ନାହିଁ ? ସେଥିରେ ସେମାନେ ପଥର ଘୁଞ୍ଚାଇଦେଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

40 ଯୀଶୁ ତାଙ୍କୁ କହିଲେ, “ତୁମେ ବିଶ୍ୱାସ କଲେ, ଈଶ୍ୱରଙ୍କ ମହିମା ଦେଖିବ ବୋଲି ମୁଁ କ’ଣ କହି ନ ଥିଲି?”

Gade chapit la Kopi

ପବିତ୍ର ବାଇବଲ

40 ଯୀଶୁ ତାହାଙ୍କୁ କହିଲେ, “ମୁଁ ତୁମ୍ଭକୁ ଯାହା କହିଥିଲି, ତାହା ମନେପକାଅ। ମୁଁ ତୁମ୍ଭକୁ କହିଥିଲି, ଯଦି ତୁମ୍ଭେ ବିଶ୍ୱାସ କରିବ ତେବେ ପରମେଶ୍ୱରଙ୍କର ଗୌରବ ଦେଖି ପାରିବ।”

Gade chapit la Kopi




ଯୋହନ 11:40
15 Referans Kwoze  

କିନ୍ତୁ ଯୀଶୁ ତାହା ଶୁଣି କହିଲେ, “ଏହି ପୀଡ଼ା ମୃତ୍ୟୁ ନିମନ୍ତେ ନୁହେଁ, ମାତ୍ର ଈଶ୍ବରଙ୍କ ଗୌରବ ନିମନ୍ତେ, ଯେପରି ତଦ୍ୱାରା ଈଶ୍ବରଙ୍କ ପୁତ୍ର ଗୌରବପ୍ରାପ୍ତ ହୁଅନ୍ତି।”


ତେଣୁ ତୁମ୍ଭ ପରାକ୍ରମ ଓ ଗୌରବ ଦେଖିବା ପାଇଁ ମୁଁ ପବିତ୍ର ସ୍ଥାନରେ ତୁମ୍ଭ ପ୍ରତି ଚାହିଁ ରହିଅଛି।


ଆଉ, ସେହି ବାକ୍ୟ ଦେହବନ୍ତ ହେଲେ, ପୁଣି, ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ହୋଇ ଆମ୍ଭମାନଙ୍କ ମଧ୍ୟରେ ବାସ କଲେ, ଆଉ ପିତାଙ୍କଠାରୁ ଆଗତ ଅଦ୍ୱିତୀୟ ପୁତ୍ରଙ୍କ ମହିମା ସଦୃଶ ଆମ୍ଭେମାନେ ତାହାଙ୍କ ମହିମା ଦେଖିଲୁ।


ଏଉତ୍ତାରେ ସେମାନେ ଅତି ପ୍ରଭାତରେ ଉଠି ତକୋୟ ପ୍ରାନ୍ତର ଆଡ଼କୁ ବାହାରିଗଲେ; ଆଉ, ସେମାନେ ଯିବା ସମୟରେ ଯିହୋଶାଫଟ୍‍ ଠିଆ ହୋଇ କହିଲେ, “ହେ ଯିହୁଦା, ହେ ଯିରୂଶାଲମ ନିବାସୀଗଣ, ମୋʼ କଥା ଶୁଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ବିଶ୍ୱାସ କର, ତହିଁରେ ତୁମ୍ଭେମାନେ ସ୍ଥିରୀକୃତ ହେବ ତାହାଙ୍କ ଭବିଷ୍ୟଦ୍‍ବକ୍ତାମାନଙ୍କୁ ବିଶ୍ୱାସ କର, ତହିଁରେ ତୁମ୍ଭେମାନେ କୃତକାର୍ଯ୍ୟ ହେବ।”


କିନ୍ତୁ ଆମ୍ଭେମାନେ ସମସ୍ତେ ଅନାଚ୍ଛାଦିତ ମୁଖରେ ଦର୍ପଣରେ ଦେଖିବା ପରି ପ୍ରଭୁଙ୍କ ଗୌରବ ଦେଖୁ ଦେଖୁ ଗୌରବଯୁକ୍ତ ଅବସ୍ଥାରୁ ଅଧିକ ଗୌରବଯୁକ୍ତ ଅବସ୍ଥା ପ୍ରାପ୍ତ ହୋଇ ତାହାଙ୍କ ପ୍ରତିମୂର୍ତ୍ତିରେ ପରିବର୍ତ୍ତିତ ହେଉଅଛୁ; ଯେଣୁ ପ୍ରଭୁ ଯିଏ ଆତ୍ମା ଅଟନ୍ତି, ତାହାଙ୍କଠାରୁ ଏହିସବୁ ହେଉଅଛି।


ଯେଣୁ ଅନ୍ଧକାରରୁ ଦୀପ୍ତି ପ୍ରକାଶ ପାଉ ବୋଲି ଆଜ୍ଞା ଦେଇଥିଲେ ଯେଉଁ ଈଶ୍ବର, ସେ ଖ୍ରୀଷ୍ଟଙ୍କ ମୁଖରେ ପ୍ରକାଶିତ ଈଶ୍ବରଙ୍କ ଗୌରବମୟ ଜ୍ଞାନର ଆଲୋକ ଦେଖାଇବା ନିମନ୍ତେ ଆମ୍ଭମାନଙ୍କ ହୃଦୟରେ ଆଲୋକ ପ୍ରକାଶ କରିଅଛନ୍ତି।


ତୁମ୍ଭ ଦାସଗଣ ପ୍ରତି ତୁମ୍ଭର କର୍ମ ଓ ସେମାନଙ୍କ ସନ୍ତାନଗଣ ପ୍ରତି ତୁମ୍ଭର ମହିମା ପ୍ରକାଶିତ ହେଉ।


ଯୀଶୁ ଉତ୍ତର ଦେଲେ, “ଏ କିମ୍ବା ଏହାର ପିତାମାତା ପାପ କଲେ ନାହିଁ, କିନ୍ତୁ ଈଶ୍ବରଙ୍କ କର୍ମ ଯେପରି ଏହାଠାରେ ପ୍ରକାଶିତ ହୁଏ, ଏନିମନ୍ତେ ଏହା ଘଟିଅଛି।


ଯିଶାଇୟ ଏହିସବୁ କହିଲେ, କାରଣ ସେ ତାହାଙ୍କର ମହିମା ଦେଖିଲେ ଓ ତାହାଙ୍କ ବିଷୟରେ କଥା କହିଲେ।


ପୁଣି, ପ୍ରାତଃକାଳରେ ସଦାପ୍ରଭୁଙ୍କର ମହିମା ଦେଖିବ; ଯେହେତୁ ସଦାପ୍ରଭୁଙ୍କ ବିରୁଦ୍ଧରେ ତୁମ୍ଭମାନଙ୍କ ବଚସା ସେ ଶୁଣନ୍ତି; ଆମ୍ଭେମାନେ କିଏ ଯେ, ତୁମ୍ଭେମାନେ ଆମ୍ଭମାନଙ୍କ ବିରୁଦ୍ଧରେ ବଚସା କର?”


ସେ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ଅଳ୍ପ ବିଶ୍ୱାସ ସକାଶେ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯଦି ଗୋଟିଏ ସୋରିଷ ଦାନା ପରି ତୁମ୍ଭମାନଙ୍କର ବିଶ୍ୱାସ ଥାଏ, ତାହାହେଲେ ଏହି ପର୍ବତକୁ ‘ଏଠାରୁ ସେଠାକୁ ଘୁଞ୍ଚିଯା’ ବୋଲି କହିଲେ ତାହା ଘୁଞ୍ଚିଯିବ, ଆଉ କିଛି ହିଁ ତୁମ୍ଭମାନଙ୍କର ଅସାଧ୍ୟ ହେବ ନାହିଁ।


ସେଥିରେ ଯୀଶୁ ତାହାକୁ କହିଲେ, କଅଣ କହିଲ? ଯଦି କରିପାରନ୍ତି! ଯିଏ ବିଶ୍ୱାସ କରେ, ତାʼ ପକ୍ଷରେ ସମସ୍ତ ସମ୍ଭବ।


ଅତଏବ, ଆମ୍ଭେମାନେ ବାପ୍ତିସ୍ମ ଦ୍ୱାରା ମରଣରେ ତାହାଙ୍କ ସହିତ ସମାଧି ପାଇଅଛୁ, ଯେପରି ଖ୍ରୀଷ୍ଟ ପିତାଙ୍କ ଗୌରବ ଦ୍ୱାରା ମୃତମାନଙ୍କ ମଧ୍ୟରୁ ଯେଉଁ ପ୍ରକାରେ ଉତ୍ଥାପିତ ହେଲେ, ଆମ୍ଭେମାନେ ମଧ୍ୟ ସେହି ପ୍ରକାରେ ଜୀବନର ନୂତନ ଭାବରେ ଆଚରଣ କରୁ;


Swiv nou:

Piblisite


Piblisite