Biblia Todo Logo
Bib sou entènèt

- Piblisite -




ଯୋହନ 11:41 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

41 ଆଉ, ଯୀଶୁ ଊର୍ଦ୍ଧ୍ୱଦୃଷ୍ଟି କରି କହିଲେ, “ପିତଃ, ତୁମ୍ଭେ ମୋହର ପ୍ରାର୍ଥନା ଶୁଣିଲ ବୋଲି ମୁଁ ତୁମ୍ଭକୁ ଧନ୍ୟବାଦ ଦେଉଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

41 ଆଉ, ଯୀଶୁ ଊର୍ଦ୍ଧ୍ଵଦୃଷ୍ଟି କରି କହିଲେ, ପିତଃ, ତୁମ୍ଭେ ମୋହର ପ୍ରାର୍ଥନା ଶୁଣିଲ ବୋଲି ମୁଁ ତୁମ୍ଭକୁ ଧନ୍ୟବାଦ ଦେଉଅଛି।

Gade chapit la Kopi

ଓଡିଆ ବାଇବେଲ

41 ଆଉ, ଯୀଶୁ ଊର୍ଦ୍ଧ୍ୱଦୃଷ୍ଟି କରି କହିଲେ, ପିତଃ, ତୁମ୍ଭେ ମୋହର ପ୍ରାର୍ଥନା ଶୁଣିଲ ବୋଲି ମୁଁ ତୁମ୍ଭକୁ ଧନ୍ୟବାଦ ଦେଉଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

41 ସେମାନେ ପଥରଯିକୁ ଘୁଞ୍ଚାଇ ଦେବା ପରେ ଯୀଶୁ ଊଦ୍ଧ୍ୱର୍ମୁଖ ହୋଇ ପ୍ରାର୍ଥନା କଲେ, “ପିତା- ତୁମେ ମୋ’ କଥା ଶୁଣୁଛ, ଏଥିପାଇଁ ଧନ୍ୟବାଦ ଦେଉଛି।

Gade chapit la Kopi

ପବିତ୍ର ବାଇବଲ

41 ତେଣୁ ସେମାନେ ପଥର ବାହାର କଲେ। ତା'ପରେ ଯୀଶୁ ଊର୍ଦ୍ଧ୍ୱକୁ ଗ୍ଭହିଁ କହିଲେ, “ହେ ପରମପିତା, ତୁମ୍ଭକୁ ଧନ୍ୟବାଦ ଦେଉଅଛି, କାରଣ ତୁମ୍ଭେ ମୋ’ କଥା ଶୁଣିଛ।

Gade chapit la Kopi




ଯୋହନ 11:41
14 Referans Kwoze  

ସେହି ସମୟରେ ଯୀଶୁ ଉତ୍ତର ଦେଲେ, “ପିତଃ, ସ୍ୱର୍ଗ ଓ ପୃଥିବୀର ପ୍ରଭୁ, ତୁମ୍ଭେ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କଠାରୁ ଏହି ସମସ୍ତ ବିଷୟ ଗୁପ୍ତ ରଖି ଶିଶୁମାନଙ୍କ ନିକଟରେ ପ୍ରକାଶ କଲ, ଏନିମନ୍ତେ ତୁମ୍ଭର ସ୍ତୁତିବାଦ କରୁଅଛି;


ଯୀଶୁ ଏହି ସମସ୍ତ କଥା କହି ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରି କହିଲେ, “ପିତଃ, ସମୟ ଉପସ୍ଥିତ ହେଲାଣି; ତୁମ୍ଭର ପୁତ୍ରଙ୍କୁ ମହିମାନ୍ୱିତ କର, ଯେପରି ପୁତ୍ର ତୁମ୍ଭକୁ ମହିମାନ୍ୱିତ କରନ୍ତି,


ହେ ସ୍ୱର୍ଗୋପବିଷ୍ଟ ସଦାପ୍ରଭୁ, ମୁଁ ତୁମ୍ଭଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରେ।


ସେହି ସମୟରେ ସେ ପବିତ୍ର ଆତ୍ମାଙ୍କଠାରେ ଉଲ୍ଲସିତ ହୋଇ କହିଲେ, “ପିତା ସ୍ୱର୍ଗ ଓ ପୃଥିବୀର ପ୍ରଭୁ, ତୁମ୍ଭେ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କଠାରୁ ଏହି ସମସ୍ତ ବିଷୟ ଗୁପ୍ତ ରଖି ଶିଶୁମାନଙ୍କ ନିକଟରେ ପ୍ରକାଶ କଲ, ଏଥିନିମନ୍ତେ ତୁମ୍ଭର ପ୍ରଶଂସା କରୁଅଛି; ହଁ, ପିତା, କାରଣ ଏହା ତୁମ୍ଭ ଦୃଷ୍ଟିରେ ସନ୍ତୋଷର ବିଷୟ ହେଲା।”


କୌଣସି ବିଷୟରେ ଚିନ୍ତିତ ହୁଅ ନାହିଁ, କିନ୍ତୁ ସମସ୍ତ ବିଷୟରେ ପ୍ରାର୍ଥନା ଓ ବିନତି ଦ୍ୱାରା ଧନ୍ୟବାଦ ସହ ତୁମ୍ଭମାନଙ୍କର ନିବେଦନସବୁ ଈଶ୍ବରଙ୍କ ନିକଟରେ ଜଣାଅ।


କିନ୍ତୁ କରଗ୍ରାହୀ ଦୂରରେ ଠିଆ ହୋଇ ସ୍ୱର୍ଗ ଆଡ଼େ ଅନେଇବାକୁ ସୁଦ୍ଧା ସାହସ କଲା ନାହିଁ, କିନ୍ତୁ ନିଜ ଛାତିରେ ମାରିହୋଇ କହିବାକୁ ଲାଗିଲା, ‘ହେ ଈଶ୍ବର, ମୁଁ ପାପୀ ମୋତେ ଦୟା କରନ୍ତୁ।’


ହଁ, ପିତଃ, କାରଣ ଏହା ତୁମ୍ଭ ଦୃଷ୍ଟିରେ ସନ୍ତୋଷର ବିଷୟ ହେଲା।


ଆପଣାର ଯେଉଁ ନୂତନ ସମାଧି ପାହାଡ଼ରେ ଖୋଳିଥିଲେ, ସେଥିମଧ୍ୟରେ ତାହା ଥୋଇଲେ, ଆଉ ସମାଧି ଦ୍ୱାରରେ ଖଣ୍ଡିଏ ବଡ଼ ପଥର ଗଡ଼ାଇଦେଇ ଚାଲିଗଲେ।


ସେ ଖଣ୍ଡିଏ ସୂକ୍ଷ୍ମ ବସ୍ତ୍ର କିଣି ତାହାଙ୍କୁ ଓହ୍ଲାଇ ଆଣି ସେଥିରେ ତାହାଙ୍କୁ ଗୁଡ଼ାଇଲେ ଓ ପାହାଡ଼ରେ ଖୋଳା ହୋଇଥିବା ଗୋଟିଏ ସମାଧିରେ ତାହାଙ୍କୁ ଥୋଇଦେଇ ସମାଧି ଦ୍ୱାରରେ ଖଣ୍ଡିଏ ପଥର ଗଡ଼ାଇଦେଲେ।


ପୁଣି, ସେମାନେ ସମାଧିରୁ ପଥରଟା ଗଡ଼ାଇ ଦିଆଯାଇଥିବା ଦେଖିଲେ,


କିନ୍ତୁ ଆପଣ ଈଶ୍ବରଙ୍କୁ ଯାହା କିଛି ମାଗିବେ, ଈଶ୍ବର ଯେ ତାହା ଆପଣଙ୍କୁ ଦେବେ, ଏହା ଏବେ ସୁଦ୍ଧା ମୁଁ ଜାଣେ।


ସପ୍ତାହର ପ୍ରଥମ ଦିନ ପ୍ରତ୍ୟୁଷରେ ଅନ୍ଧକାର ଥାଉ ଥାଉ ମଗ୍‌ଦଲୀନୀ ମରୀୟମ ସମାଧି ନିକଟକୁ ଆସି ସେଥିରୁ ପଥର ଘୁଞ୍ଚାଯାଇଥିବା ଦେଖିଲେ।


କିନ୍ତୁ ସେ ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ସ୍ୱର୍ଗ ପ୍ରତି ସ୍ଥିର ଦୃଷ୍ଟିରେ ଚାହିଁଲେ, ଆଉ ଈଶ୍ବରଙ୍କ ମହିମା ଓ ଯୀଶୁଙ୍କୁ ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଠିଆ ହୋଇଥିବା ଦେଖି କହିଲେ,


Swiv nou:

Piblisite


Piblisite