Biblia Todo Logo
Bib sou entènèt

- Piblisite -




ଯୋହନ 11:44 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

44 ମୃତ ଲୋକଟି ବାହାରି ଆସିଲେ; ତାହାଙ୍କ ହାତ ଓ ପାଦ ସମାଧିବସ୍ତ୍ରରେ ବନ୍ଧା ହୋଇଥିଲା, ପୁଣି, ତାହାଙ୍କ ମୁଖରେ ଖଣ୍ଡେ ଗାମୁଛା ଗୁଡ଼ା ହୋଇଥିଲା। ଯୀଶୁ ସେମାନଙ୍କୁ କହିଲେ, “ଏହାଙ୍କ ବନ୍ଧନ ଫିଟାଇ ଚାଲିଯିବାକୁ ଦିଅ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

44 ମୃତ ଲୋକଟି ବାହାରି ଆସିଲେ; ତାଙ୍କ ହାତ ଓ ପାଦ ସମାଧିବସ୍ତ୍ରରେ ବନ୍ଧା ହୋଇଥିଲା, ପୁଣି ତାଙ୍କ ମୁଖରେ ଖଣ୍ତେ ଗାମୁଛା ଗୁଡ଼ା ହୋଇଥିଲା। ଯୀଶୁ ସେମାନଙ୍କୁ କହିଲେ, ଏହାଙ୍କ ବନ୍ଧନ ଫିଟାଇ ଚାଲିଯିବାକୁ ଦିଅ।

Gade chapit la Kopi

ଓଡିଆ ବାଇବେଲ

44 ମୃତ ଲୋକଟି ବାହାରି ଆସିଲେ; ତାଙ୍କ ହାତ ଓ ପାଦ ସମାଧିବସ୍ତ୍ରରେ ବନ୍ଧା ହୋଇଥିଲା, ପୁଣି, ତାଙ୍କ ମୁଖରେ ଖଣ୍ଡେ ଗାମୁଛା ଗୁଡ଼ା ହୋଇଥିଲା । ଯୀଶୁ ସେମାନଙ୍କୁ କହିଲେ, ଏହାଙ୍କ ବନ୍ଧନ ଫିଟାଇ ଚାଲିଯିବାକୁ ଦିଅ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

44 ସଙ୍ଗେ ସଙ୍ଗେ ଲାଜାର ଉଠି ଆସିଲା। ତା’ର ଗୋଡ଼ ହାତ କବର ଲୁଗାରେ ଗୁଡ଼ା ହୋଇଥିଲା ଓ ମୁହଁ ମଧ୍ୟ ଲୁଗାରେ ଘୋଡ଼ାଇ ଦିଆଯାଇଥିଲା। ଯୀଶୁ କହିଲେ, “ତାକୁ ଖୋଲି ଦେଇ ଯିବାକୁ ଦିଅ।”

Gade chapit la Kopi

ପବିତ୍ର ବାଇବଲ

44 ମୃତ ଲୋକଟି ବାହାରି ଆସିଲା। ତାହାଙ୍କର ହାତ ଗୋଡ଼ରେ ଖଣ୍ଡ ଖଣ୍ଡ କନା ଗୁଡ଼େଇ ହୋଇଥିଲା। ତାହାଙ୍କ ମୁହଁରେ ଗୋଟିଏ ରୁମାଲ ବନ୍ଧା ହୋଇଥିଲା। ଯୀଶୁ ଲୋକମାନଙ୍କୁ କହିଲେ, “କନାଗୁଡ଼ିକ କାଢ଼ି ନିଅ ଓ ତାହାଙ୍କୁ ଯିବାକୁ ଦିଅ।”

Gade chapit la Kopi




ଯୋହନ 11:44
20 Referans Kwoze  

ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେଉଁ ସମୟରେ ମୃତମାନେ ଈଶ୍ବରଙ୍କ ପୁତ୍ରଙ୍କ ସ୍ୱର ଶୁଣିବେ ଓ ଯେଉଁମାନେ ଶୁଣିବେ, ସେମାନେ ଜୀବିତ ହେବେ ଏପରି ସମୟ ଆସୁଅଛି, ପୁଣି, ବର୍ତ୍ତମାନ ସୁଦ୍ଧା ଉପସ୍ଥିତ।


ପୁଣି, ତାହାଙ୍କ ମୁଣ୍ଡରେ ଯେଉଁ ଗାମୁଛା ବନ୍ଧା ହୋଇଥିଲା, ତାହା ସରୁ ଲୁଗା ସହିତ ନ ଥାଇ ଅଲଗା ଗୋଟିଏ ସ୍ଥାନରେ ଗୁଡ଼ା ହୋଇ ରହିଅଛି।


ସେ ଆପଣାର ଯେଉଁ କାର୍ଯ୍ୟସାଧକ ଶକ୍ତି ଦ୍ୱାରା ସମସ୍ତ ବିଷୟକୁ ନିଜର ବଶୀଭୂତ କରିପାରନ୍ତି, ତଦ୍ୱାରା ଆମ୍ଭମାନଙ୍କର ଛାର ଶରୀରକୁ ରୂପାନ୍ତରିତ କରି ଆପଣାର ଗୌରବମୟ ଶରୀରର ସଦୃଶ କରିବେ।


ମୁଁ ଓ ପିତା ଏକ।


ଯେଣୁ ପିତା ଯେପ୍ରକାରେ ମୃତମାନଙ୍କୁ ଉତ୍ଥାପନ କରି ଜୀବିତ କରନ୍ତି, ସେହି ପ୍ରକାରେ ପୁତ୍ର ମଧ୍ୟ ଯାହାଯାହାକୁ ଇଚ୍ଛା, ସେମାନଙ୍କୁ ଜୀବିତ କରନ୍ତି।


ସେଥିରେ ମୃତ ଯୁବକଟି ଉଠି ବସିଲା ଆଉ କଥା କହିବାକୁ ଲାଗିଲା, ପୁଣି, ସେ ତାହାକୁ ତାହାର ମାତାର ହସ୍ତରେ ସମର୍ପଣ କଲେ।


ସଦାପ୍ରଭୁ ମୃତ୍ୟୁୁ ଘଟାନ୍ତି ଓ ସଜୀବ କରନ୍ତି; ସେ ପାତାଳକୁ ଓହ୍ଲାଇ ଆଣନ୍ତି ଓ ଉପରକୁ ଉଠାଇ ନିଅନ୍ତି।


ଏଥିଉତ୍ତାରେ ପରମେଶ୍ୱର କହିଲେ, “ଦୀପ୍ତି ହେଉ,” ତହିଁରେ ଦୀପ୍ତି ହେଲା।


“ଭୟ କର ନାହିଁ, ଆମ୍ଭେ ପ୍ରଥମ ଓ ଶେଷ, ପୁଣି, ସ୍ୱୟଂଜୀବୀ; ଆମ୍ଭେ ମୃତ ହେଲୁ, ଆଉ ଦେଖ, ଆମ୍ଭେ ଯୁଗେ ଯୁଗେ ଜୀବିତ ଅଟୁ, ପୁଣି, ଆମ୍ଭର ହସ୍ତରେ ମୃତ୍ୟୁ ଓ ପାତାଳର ଚାବି ଅଛି।


ସେମାନେ ଯୀଶୁଙ୍କର ଶରୀର ଘେନି ଯିହୁଦୀମାନଙ୍କର ସମାଧି ଦେବା ରୀତି ଅନୁସାରେ ତାହା ସୁଗନ୍ଧିଦ୍ରବ୍ୟ ସହିତ ସୂକ୍ଷ୍ମ ବସ୍ତ୍ରରେ ଗୁଡ଼ାଇଦେଲେ।


ପୁଣି, କେହି ଯେପରି ଏହି ବିଷୟ ନ ଜାଣେ, ଏଥିପାଇଁ ସେ ସେମାନଙ୍କୁ ଅତି ଦୃଢ଼ରୂପେ ଆଜ୍ଞା ଦେଲେ, ଆଉ ବାଳିକାକୁ କିଛି ଖାଇବାକୁ ଦେବା ପାଇଁ କହିଲେ।


ଆମ୍ଭେ ପାତାଳର ପରାକ୍ରମରୁ ସେମାନଙ୍କୁ ଉଦ୍ଧାର କରିବା; ଆମ୍ଭେ ମୃତ୍ୟୁୁରୁ ସେମାନଙ୍କୁ ମୁକ୍ତ କରିବା; ହେ ମୃତ୍ୟୁୁ, ତୁମ୍ଭର ମହାମାରୀ କାହିଁ? ହେ ପାତାଳ, ତୁମ୍ଭର ସଂହାର କାହିଁ? ଅନୁତାପ ଆମ୍ଭ ଦୃଷ୍ଟିରୁ ଗୁପ୍ତ ରହିବ।


ସେ କହିବା ମାତ୍ରେ ସୃଷ୍ଟି ହେଲା, ସେ ଆଜ୍ଞା କରିବା ମାତ୍ରେ ସ୍ଥିତି ହେଲା।


ପୁଣି, ନଇଁପଡ଼ି ଭିତରକୁ ଚାହିଁ ସରୁ ସୂକ୍ଷ୍ମ ବସ୍ତ୍ର ପଡ଼ିଥିବା ଦେଖିଲେ, ତଥାପି ସେ ଭିତରେ ପଶିଲେ ନାହିଁ।


ଯୀଶୁ କହିଲେ, “ଏହି ପଥର ଘୁଞ୍ଚାଇଦିଅ।” ମୃତ ବ୍ୟକ୍ତିଙ୍କ ଭଉଣୀ ମାର୍ଥା ତାହାଙ୍କୁ କହିଲେ, ପ୍ରଭୁ, ସେ ବାସିଗଲାଣି, କାରଣ ସେ ଚାରି ଦିନ ହେଲା ମଲାଣି।


ଆଉ ଜଣେ ଆସି କହିଲା, ପ୍ରଭୁ, ଦେଖନ୍ତୁ, ଏହି ଆପଣଙ୍କର ମୋହର, ମୁଁ ଏହା ଗାମୁଛାରେ ବାନ୍ଧି ରଖି ଦେଇଥିଲି;


ସେ ଏହା କହି ଉଚ୍ଚସ୍ୱରରେ ଡାକିଲେ, “ଲାଜାର, ବାହାରି ଆସ।”


Swiv nou:

Piblisite


Piblisite