Biblia Todo Logo
Bib sou entènèt

- Piblisite -




ଯୋହନ 11:47 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

47 ସେଥିରେ ପ୍ରଧାନ ଯାଜକ ଓ ଫାରୂଶୀମାନେ ମହାସଭା ଆହ୍ୱାନ କରି କହିଲେ, ଆମ୍ଭେମାନେ କଅଣ କରୁଅଛୁ? ଏ ଲୋକ ତ ଅନେକ ଆଶ୍ଚର୍ଯ୍ୟକର୍ମ କରୁଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

47 ସେଥିରେ ପ୍ରଧାନ ଯାଜକ ଓ ଫାରୂଶୀମାନେ ମହାସଭା ଆହ୍ଵାନ କରି କହିଲେ, ଆମ୍ଭେମାନେ କଅଣ କରୁଅଛୁ? ଏ ଲୋକ ତ ଅନେକ ଆଶ୍ଚର୍ଯ୍ୟକର୍ମ କରୁଅଛି।

Gade chapit la Kopi

ଓଡିଆ ବାଇବେଲ

47 ସେଥିରେ ପ୍ରଧାନ ଯାଜକ ଓ ଫାରୂଶୀମାନେ ମହାସଭା ଆହ୍ୱାନ କରି କହିଲେ, ଆମ୍ଭେମାନେ କ'ଣ କରୁଅଛୁ ? ଏ ଲୋକ ତ ଅନେକ ଆଶ୍ଚର୍ଯ୍ୟକର୍ମ କରୁଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

47 ଏହା ଶୁଣି ଫାରୁଶୀ ଓ ମୁଖ୍ୟ ଯାଜକମାନେ ମହାସଭାର ସଦସ୍ୟମାନଙ୍କୁ ଭେଟି କହିଲେ, “ଆମେ କ’ଣ କିରବା? ଦେଖ, ଏ ଲୋକଟା କେତେ କେତେ ଆଶ୍ଚର୍ଯ୍ୟ କର୍ମ କରି ଯାଉଛି।

Gade chapit la Kopi

ପବିତ୍ର ବାଇବଲ

47 ତା'ପରେ ମୁଖ୍ୟ ଯାଜକ ଓ ଫାରୂଶୀମାନେ ଯିହୂଦୀ ପରିଷଦର ଗୋଟିଏ ସଭା ଡାକିଲେ। ସେମାନେ କହିଲେ, “ଆମ୍ଭର କ'ଣ କରିବା ଉଚିତ୍? ଏହି ଲୋକ ବହୁତ ଆଶ୍ଚର୍ଯ୍ୟ କାର୍ଯ୍ୟ କରୁଛି।

Gade chapit la Kopi




ଯୋହନ 11:47
17 Referans Kwoze  

ସେହି ସମୟରେ ପ୍ରଧାନ ଯାଜକ ଓ ଲୋକଙ୍କର ପ୍ରାଚୀନବର୍ଗ କୟାଫା ନାମକ ମହାଯାଜକଙ୍କ ପ୍ରାଙ୍ଗଣରେ ଏକତ୍ର ହେଲେ,


ସେଥିରେ ଫାରୂଶୀମାନେ ପରସ୍ପର କୁହାକୋହି ହେଲେ, ଦେଖୁଅଛ ତ, ତୁମ୍ଭମାନଙ୍କ ସମସ୍ତ ଚେଷ୍ଟା ବିଫଳ ହେଉଅଛି; ଦେଖ, ଜଗତଟାଯାକ ତାହାର ପଛରେ ଗଲେଣି।


ପ୍ରଧାନ ଯାଜକ ଓ ଫାରୂଶୀମାନେ ତାହାଙ୍କୁ ଧରିବା ଉଦ୍ଦେଶ୍ୟରେ, ସେ କେଉଁଠାରେ ଅଛନ୍ତି, ଏହା ଯଦି କେହି ଜାଣେ, ତାହା ପ୍ରକାଶ କରିବାକୁ ଆଜ୍ଞା ଦେଇଥିଲେ।


ଯୀଶୁ ଏହି ପ୍ରକାରେ ଗାଲିଲୀର କାନ୍ନାରେ ଆଶ୍ଚର୍ଯ୍ୟକର୍ମ ଆରମ୍ଭ କରି ଆପଣା ମହିମା ପ୍ରକାଶ କଲେ, ଆଉ ତାହାଙ୍କ ଶିଷ୍ୟମାନେ ତାହାଙ୍କଠାରେ ବିଶ୍ୱାସ କଲେ।


କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ଆପଣା ଭାଇ ଉପରେ କ୍ରୋଧ କରେ, ସେ ବିଚାରସ୍ଥାନରେ ଦଣ୍ଡନୀୟ ହେବ। ପୁଣି, ଯେ କେହି ଆପଣା ଭାଇ କି ‘ମୂର୍ଖ’ ବୋଲି କହେ, ସେ ମହାସଭାରେ ଦଣ୍ଡିତ ହେବ; ଆଉ ଯେ କେହି ‘ପାଷାଣ୍ଡ’ ବୋଲି କହେ, ସେ ଅଗ୍ନିମୟ ନର୍କରେ ଦଣ୍ଡନୀୟ ହେବ।


ଏହିସବୁ କଥା ଶୁଣି ମନ୍ଦିରର ସେନାପତି ଓ ପ୍ରଧାନ ଯାଜକମାନେ ଏଥିର ପରିଣାମ କଅଣ ହେବ ଭାବି ସେମାନଙ୍କ ବିଷୟରେ ଅବାକ୍ ହେବାକୁ ଲାଗିଲେ।


ଏହା ଶୁଣି ସେମାନେ ପ୍ରଭାତ ସମୟରେ ମନ୍ଦିରରେ ପ୍ରବେଶ କରି ଶିକ୍ଷା ଦେବାକୁ ଲାଗିଲେ। ଇତିମଧ୍ୟରେ ମହାଯାଜକ ଓ ତାହାଙ୍କ ସଙ୍ଗୀମାନେ ଆସି ମହାସଭା ଓ ଇସ୍ରାଏଲ ସନ୍ତାନମାନଙ୍କର ପ୍ରାଚୀନବର୍ଗଙ୍କୁ ଡାକି ଏକତ୍ର କଲେ, ପୁଣି, ସେମାନଙ୍କୁ ଆଣିବା ନିମନ୍ତେ କାରାଗାରକୁ ଲୋକ ପଠାଇଲେ।


ଆଉ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ, କିପରି ଯୀଶୁଙ୍କୁ ବିନାଶ କରିପାରନ୍ତି, ସେଥିର ଉପାୟ ଖୋଜୁଥିଲେ, କାରଣ ସେମାନେ ଲୋକମାନଙ୍କୁ ଭୟ କରୁଥିଲେ।


ନିସ୍ତାର ପର୍ବ ଓ ଖମୀରଶୂନ୍ୟ ରୁଟିର ପର୍ବ ପଡ଼ିବାକୁ ଦୁଇ ଦିନ ଥିଲା। ସେହି ସମୟରେ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ କିପରି ଯୀଶୁଙ୍କୁ ଛଳରେ ଧରି ବଧ କରିପାରନ୍ତି, ସେଥିର ଉପାୟ ଖୋଜୁଥିଲେ।


ଆଉ, ସେ ରୋଗୀମାନଙ୍କ ପ୍ରତି ଯେଉଁ ଯେଉଁ ଆଶ୍ଚର୍ଯ୍ୟକର୍ମ କରୁଥିଲେ, ସେହିସବୁ ଦେଖି ବହୁସଂଖ୍ୟକ ଲୋକ ତାହାଙ୍କ ପଶ୍ଚାତ୍‍ଗମନ କରିବାକୁ ଲାଗିଲେ।


ଫାରୂଶୀମାନେ ଲୋକସମୂହକୁ ତାହାଙ୍କ ବିଷୟରେ ଆନ୍ଦୋଳନ କରିବା ଶୁଣିଲେ ଏବଂ ପ୍ରଧାନ ଯାଜକମାନେ ଓ ଫାରୂଶୀମାନେ ତାହାଙ୍କୁ ଧରିବା ନିମନ୍ତେ ପଦାତିକମାନଙ୍କୁ ପଠାଇଲେ।


ଇତିମଧ୍ୟରେ ପଦାତିକମାନେ ପ୍ରଧାନ ଯାଜକ ଓ ଫାରୂଶୀମାନଙ୍କ ନିକଟକୁ ବାହୁଡ଼ି ଆସିଲେ, ଆଉ ସେମାନେ ସେମାନଙ୍କୁ ପଚାରିଲେ, ତୁମ୍ଭେମାନେ କାହିଁକି ତାହାକୁ ଆଣିଲ ନାହିଁ?


Swiv nou:

Piblisite


Piblisite