Biblia Todo Logo
Bib sou entènèt

- Piblisite -




ଯୋହନ 11:55 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

55 ଯିହୁଦୀମାନଙ୍କର ନିସ୍ତାର ପର୍ବ ସନ୍ନିକଟ ଥିଲା, ପୁଣି, ପଲ୍ଲୀଗ୍ରାମଗୁଡ଼ିକରୁ ଅନେକେ ଆପଣା ଆପଣାକୁ ଶୁଚି କରିବା ନିମନ୍ତେ ନିସ୍ତାର ପର୍ବ ପୂର୍ବେ ଯିରୂଶାଲମ ସହରକୁ ଯାତ୍ରା କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

55 ଯିହୁଦୀମାନଙ୍କର ନିସ୍ତାର ପର୍ବ ସନ୍ନିକଟ ଥିଲା, ପୁଣି ପଲ୍ଲୀଗ୍ରାମଗୁଡ଼ିକରୁ ଅନେକେ ଆପଣା ଆପଣାକୁ ଶୁଚି କରିବା ନିମନ୍ତେ ନିସ୍ତାର ପର୍ବ ପୂର୍ବେ ଯିରୂଶାଲମକୁ ଯାତ୍ରା କଲେ।

Gade chapit la Kopi

ଓଡିଆ ବାଇବେଲ

55 ଯିହୂଦୀମାନଙ୍କର ନିସ୍ତାର ପର୍ବ ସନ୍ନିକଟ ଥିଲା, ପୁଣି, ପଲ୍ଲୀଗ୍ରାମଗୁଡ଼ିକରୁ ଅନେକେ ଆପଣା ଆପଣାକୁ ଶୁଚି କରିବା ନିମନ୍ତେ ନିସ୍ତାର ପର୍ବ ପୂର୍ବେ ଯିରୂଶାଲମକୁ ଯାତ୍ରା କଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

55 ସେତେବେଳେ ଇହୁଦୀମାନଙ୍କର “ନିସ୍ତାର” ପର୍ବ ନିକଟ ହୋଇ ଆସିଥିଲା ଏବଂ ସେହି ପର୍ବ ଆଗରୁ ନିଜ ନିଜକୁ ଶୁଚି କରିବା ପାଇଁ ଗ୍ରାମାଞ୍ଚଳରୁ ଅନେକ ଲୋକ ଯିରୂଶାଲମରେ ଏକତ୍ର ହେଲେ।

Gade chapit la Kopi

ପବିତ୍ର ବାଇବଲ

55 ଯିହୂଦୀମାନଙ୍କର ପବିତ୍ର ନିସ୍ତାରପର୍ବର ସମୟ ପାଖେଇ ଆସିଲା। ଅନେକ ଲୋକ ନିସ୍ତାରପର୍ବ ପୂର୍ବରୁ ଗ୍ରାମାଞ୍ଚଳରୁ କିଛି ଦିନ ଆଗରୁ ଯିରୁଶାଲମରେ ଆସି ପହଞ୍ଚିଲେ, ସେମାନେ ପର୍ବ ପାଇଁ ନିଜକୁ ପବିତ୍ର କରିବା ଉଦ୍ଦେଶ୍ୟରେ ବିଶେଷ କର୍ମ କରିବାକୁ ଗଲେ।

Gade chapit la Kopi




ଯୋହନ 11:55
30 Referans Kwoze  

ଇତିମଧ୍ୟରେ ଯୀଶୁ ନିସ୍ତାର ପର୍ବର ଛଅ ଦିନ ପୂର୍ବରୁ ବେଥନୀୟାକୁ ଆସିଲେ; ଯେଉଁ ଲାଜାରଙ୍କୁ ସେ ମୃତମାନଙ୍କ ମଧ୍ୟରୁ ଉଠାଇଥିଲେ, ସେ ସେହି ସ୍ଥାନରେ ଥିଲେ।


ସେତେବେଳେ ଯିହୁଦୀମାନଙ୍କ ନିସ୍ତାର ପର୍ବ ନିକଟବର୍ତ୍ତୀ ଥିଲା।


ସେତେବେଳେ ଯିହୁଦୀମାନଙ୍କର ନିସ୍ତାର ପର୍ବ ସନ୍ନିକଟ ହୋଇଥିଲା, ଆଉ ଯୀଶୁ ଯିରୂଶାଲମ ସହରକୁ ଗଲେ।


ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଲୋକମାନଙ୍କ ନିକଟକୁ ଯାଇ ଆଜି ଓ କାଲି ସେମାନଙ୍କୁ ପବିତ୍ର କର, ପୁଣି, ସେମାନେ ଆପଣା ଆପଣା ବସ୍ତ୍ର ଧୌତ କରନ୍ତୁ


ତହିଁରେ ଯାକୁବ ଆପଣା ପରିଜନ ଓ ସଙ୍ଗୀ ଲୋକମାନଙ୍କୁ କହିଲେ, “ତୁମ୍ଭମାନଙ୍କ ନିକଟରେ ଯେଉଁସବୁ ବିଦେଶୀୟ ଦେବତା ଅଛନ୍ତି, ସେମାନଙ୍କୁ ଦୂର କର, ଆପଣାମାନଙ୍କୁ ଶୁଚି କର, ପୁଣି, ଆପଣାମାନଙ୍କ ବସ୍ତ୍ର ପରିବର୍ତ୍ତନ କର।


ଈଶ୍ବରଙ୍କର ନିକଟବର୍ତ୍ତୀ ହୁଅ, ସେଥିରେ ସେ ତୁମ୍ଭମାନଙ୍କର ନିକଟବର୍ତ୍ତୀ ହେବେ। ହେ ପାପୀମାନେ, ତୁମ୍ଭମାନଙ୍କ ହସ୍ତ ଶୁଚି କର, ପୁଣି, ହେ ଦ୍ୱିମନାମାନେ, ତୁମ୍ଭମାନଙ୍କ ହୃଦୟ ଶୁଦ୍ଧ କର।


କିନ୍ତୁ ମନୁଷ୍ୟ ଆପଣାକୁ ପରୀକ୍ଷା କରୁ, ଆଉ ସେହିପରି ଭାବେ ଏହି ରୁଟି ଭୋଜନ କରୁ ଓ ଏହି ପାତ୍ରରୁ ପାନ କରୁ।


ସେହି ସମୟରେ ଏମାନେ ମୋତେ ମନ୍ଦିରରେ ଶୁଚି ହୋଇଥିବାର ଦେଖିଲେ; ମୁଁ କୌଣସି ଜନତା କିମ୍ବା ଗଣ୍ଡଗୋଳରେ ମିଶି ନ ଥିଲି, କିନ୍ତୁ ଏସିଆ ପ୍ରଦେଶର କେତେକ ଯିହୁଦୀ ଲୋକମାନେ ଥିଲେ;


ପରେ ସେମାନେ ଯୀଶୁଙ୍କୁ କୟାଫାଙ୍କ ନିକଟରୁ ପ୍ରାସାଦକୁ ଘେନିଗଲେ; ସେତେବେଳେ ପ୍ରାତଃକାଳ ହୋଇଥିଲା; ଆଉ, ସେମାନେ ଯେପରି ଅଶୁଚି ନ ହୋଇ ନିସ୍ତାର ପର୍ବର ଭୋଜ ପ୍ରତିପାଳନ କରିପାରନ୍ତି, ଏଥିନିମନ୍ତେ ନିଜେ ପ୍ରାସାଦ ମଧ୍ୟରେ ପ୍ରବେଶ କଲେ ନାହିଁ।


ନିସ୍ତାର ପର୍ବ ହେବା ପୂର୍ବରୁ ଯୀଶୁ ଏହି ଜଗତରୁ ପିତାଙ୍କ ନିକଟକୁ ଆପଣାର ପ୍ରୟାଣ କରିବାର ସମୟ ଉପସ୍ଥିତ ଜାଣି, ଜଗତରେ ଥିବା ନିଜର ଯେଉଁ ଲୋକମାନଙ୍କୁ ସେ ପ୍ରେମ କରି ଆସୁଥିଲେ, ସେମାନଙ୍କ ପ୍ରତି ଚୂଡ଼ାନ୍ତ ପ୍ରେମ ପ୍ରକାଶ କଲେ।


ଏଥିଉତ୍ତାରେ ଯିହୁଦୀମାନଙ୍କର ଗୋଟିଏ ପର୍ବ ପଡ଼ିଲା, ଆଉ ଯୀଶୁ ଯିରୂଶାଲମ ସହରକୁ ଯାତ୍ରା କଲେ।


ଆଉ, ସେଠାରେ ଯିହୁଦୀମାନଙ୍କ ଶୁଚିକରଣ ରୀତି ଅନୁସାରେ ଦୁଇ ବା ତିନି ମହଣିଆ ଛଅଗୋଟା ପଥର ଜାହାଲା ରଖାଯାଇଥିଲା।


ନିସ୍ତାର ପର୍ବ ଓ ଖମୀରଶୂନ୍ୟ ରୁଟିର ପର୍ବ ପଡ଼ିବାକୁ ଦୁଇ ଦିନ ଥିଲା। ସେହି ସମୟରେ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ କିପରି ଯୀଶୁଙ୍କୁ ଛଳରେ ଧରି ବଧ କରିପାରନ୍ତି, ସେଥିର ଉପାୟ ଖୋଜୁଥିଲେ।


ଯୀଶୁ ଏହି ସମସ୍ତ କଥା ଶେଷ କରି ଆପଣା ଶିଷ୍ୟମାନଙ୍କୁ କହିଲେ,


ହେ ସଦାପ୍ରଭୋ, ଯେପରି ମୁଁ ଧନ୍ୟବାଦ-ସ୍ୱର ଶୁଣାଇବି ଓ ତୁମ୍ଭର ଆଶ୍ଚର୍ଯ୍ୟ କ୍ରିୟାସକଳ ବର୍ଣ୍ଣନା କରିବି,


ପୁଣି, ପାଳିକ୍ରମେ ସେମାନଙ୍କ ଭୋଜର ଦିନ ଗତ ହୁଅନ୍ତେ, ଆୟୁବ ସେମାନଙ୍କୁ ଡକାଇ ପବିତ୍ର କଲା ଓ ଅତି ପ୍ରଭାତରେ ଉଠି ସେ ସମସ୍ତଙ୍କ ପାଇଁ ହୋମବଳି ଉତ୍ସର୍ଗ କଲା; କାରଣ ଆୟୁବ କହିଲା, “ହୋଇପାରେ, ଆମ୍ଭର ପିଲାମାନେ ପାପ କରିଥିବେ ଓ ମନେ ମନେ ପରମେଶ୍ୱରଙ୍କୁ ଅଭିଶାପ କରିଥିବେ।” ଏହିରୂପେ ଆୟୁବ ସର୍ବଦା କଲା।


ସେ କହିଲେ, କୁଶଳ; “ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବାକୁ ଆସିଅଛି; ତୁମ୍ଭେମାନେ ଆପଣାମାନଙ୍କୁ ପବିତ୍ର କର, ପୁଣି, ମୋʼ ସଙ୍ଗେ ବଳିଦାନ କରିବାକୁ ଆସ।” ଏଉତ୍ତାରେ ସେ ଯିଶୀକୁ ଓ ତାହାର ପୁତ୍ରମାନଙ୍କୁ ପବିତ୍ର କରି ବଳିଦାନ ନିମନ୍ତେ ଆସିବା ପାଇଁ ନିମନ୍ତ୍ରଣ କଲେ।


ମାତ୍ର କେତେକ ଲୋକ ମନୁଷ୍ୟର ଶବ ସ୍ପର୍ଶ କରି ଅଶୁଚି ହେବାରୁ ସେହି ଦିନ ସେମାନେ ନିସ୍ତାର ପର୍ବ ପାଳନ କରି ପାରିଲେ ନାହିଁ; ଏନିମନ୍ତେ ସେମାନେ ସେହି ଦିନ ମୋଶା ଓ ହାରୋଣଙ୍କ ନିକଟକୁ ଆସିଲେ।


“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ‘ତୁମ୍ଭମାନଙ୍କ ମଧ୍ୟରେ କିଅବା ତୁମ୍ଭମାନଙ୍କ ଭବିଷ୍ୟତ ସନ୍ତାନଗଣ ମଧ୍ୟରେ ଯଦି କେହି ଶବ ଦ୍ୱାରା ଅଶୁଚି ହୁଏ, କିଅବା ଦୂର ସ୍ଥାନରେ ପଥିକ ହୁଏ, ତେବେ ହେଁ ସେ ସଦାପ୍ରଭୁଙ୍କ ନିସ୍ତାର ପର୍ବ ପାଳନ କରିବ;’


“ଦୁଇ ଦିନ ପରେ ଯେ ନିସ୍ତାର ପର୍ବ ହେବ, ଏହା ତୁମ୍ଭେମାନେ ଜାଣ, ପୁଣି, ମନୁଷ୍ୟପୁତ୍ର କ୍ରୁଶରେ ହତ ହେବା ନିମନ୍ତେ ସମର୍ପିତ ହେବେ।”


ନିସ୍ତାର ପର୍ବ ନାମକ ଖମୀରଶୂନ୍ୟ ରୁଟିର ପର୍ବ ନିକଟ ହୋଇ ଆସୁଥିଲା।


ସେମାନଙ୍କୁ ନେଇ ସେମାନଙ୍କ ସହିତ ଆପଣାକୁ ଶୁଚି କର, ଆଉ ସେମାନଙ୍କ ମସ୍ତକ ମୁଣ୍ଡନର ବ୍ୟୟ ଭାର ବହନ କର, ତାହାହେଲେ ସେମାନେ ତୁମ୍ଭ ବିଷୟରେ ଯେଉଁ ସବୁ ସମ୍ବାଦ ପାଇଅଛନ୍ତି, ସେଥିରେ ଯେ କିଛି ସତ୍ୟ ନାହିଁ, ବରଂ ତୁମ୍ଭେ ଯେ ନିଜେ ସୁଦ୍ଧା ମୋଶାଙ୍କ ବ୍ୟବସ୍ଥା ପାଳନ କରି ଆଚରଣ କରୁଅଛ, ଏହା ସମସ୍ତେ ଜାଣିବେ।


ପାଉଲ ସେଥିରେ ସେହି ଲୋକମାନଙ୍କୁ ନେଇ ପରଦିନ ସେମାନଙ୍କ ସହିତ ଆପଣାକୁ ଶୁଚି କରି ମନ୍ଦିର ଭିତରେ ପ୍ରବେଶ କଲେ, ପୁଣି, ସେମାନଙ୍କ ପ୍ରତ୍ୟେକଙ୍କ ନିମନ୍ତେ ନୈବେଦ୍ୟ ଉତ୍ସର୍ଗ ହେବା ପର୍ଯ୍ୟନ୍ତ ଶୌଚକର୍ମରେ କେତେ ଦିନ ଲାଗିବ, ତାହା ଜଣାଇ ଦେଲେ।


Swiv nou:

Piblisite


Piblisite