Biblia Todo Logo
Bib sou entènèt

- Piblisite -




ଯୋହନ 12:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଆଉ, ସେ ଲାଜାରଙ୍କୁ ସମାଧିରୁ ଡାକି ମୃତମାନଙ୍କ ମଧ୍ୟରୁ ଉଠାଇବା ସମୟରେ ଯେଉଁ ଲୋକସମୂହ ତାହାଙ୍କ ସହିତ ଥିଲେ, ସେମାନେ ସାକ୍ଷ୍ୟ ଦେବାକୁ ଲାଗିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ଆଉ, ସେ ଲାଜାରଙ୍କୁ ସମାଧିରୁ ଡାକି ମୃତମାନଙ୍କ ମଧ୍ୟରୁ ଉଠାଇବା ସମୟରେ ଯେଉଁ ଲୋକସମୂହ ତାହାଙ୍କ ସହିତ ଥିଲେ, ସେମାନେ ସାକ୍ଷ୍ୟ ଦେବାକୁ ଲାଗିଲେ।

Gade chapit la Kopi

ଓଡିଆ ବାଇବେଲ

17 ଆଉ, ସେ ଲାଜାରଙ୍କୁ ସମାଧିରୁ ଡାକି ମୃତମାନଙ୍କ ମଧ୍ୟରୁ ଉଠାଇବା ସମୟରେ ଯେଉଁ ଲୋକସମୂହ ତାହାଙ୍କ ସହିତ ଥିଲେ, ସେମାନେ ସାକ୍ଷ୍ୟ ଦେବାକୁ ଲାଗିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

17 ଯୀଶୁ ମୃତ ଲାଜାରକୁ କବର ଭିତରୁ ଡାକି ପୁନର୍ଜୀବିତ କରିବା ସମୟରେ ଯେଉଁମାନେ ତାଙ୍କ ସଙ୍ଗରେ ଥିଲେ, ସେମାନେ ଏହିସବୁ କଥା ଚାରିଆଡ଼େ ପ୍ରଚାର କରିଥିଲେ।

Gade chapit la Kopi

ପବିତ୍ର ବାଇବଲ

17 ଯୀଶୁ ଯେତେବେଳେ ଲାଜାରଙ୍କୁ ମରଣ ପରେ ଉଠେଇଲେ ଓ ତାହାଙ୍କୁ କବର ଭିତରୁ ବାହାରକୁ ଆସିବାକୁ କହିଲେ, ସେତେବେଳେ ତାହାଙ୍କ ସହିତ ବହୁତ ଲୋକ ଥିଲେ। ସେହି ଲୋକମାନେ ଯୀଶୁଙ୍କ କାର୍ଯ୍ୟ ବିଷୟରେ ଅନ୍ୟ ଲୋକମାନଙ୍କୁ କହୁଥିଲେ।

Gade chapit la Kopi




ଯୋହନ 12:17
17 Referans Kwoze  

ସେହି ଯୋହନ ଈଶ୍ବରଙ୍କ ବାକ୍ୟ ଓ ଯୀଶୁ ଖ୍ରୀଷ୍ଟଙ୍କ ସାକ୍ଷ୍ୟ ସମ୍ବନ୍ଧରେ, ଅର୍ଥାତ୍‍ ସେ ଯାହାସବୁ ଦର୍ଶନ ଦେଖିଲା, ସେହି ବିଷୟରେ ସାକ୍ଷ୍ୟ ଦେଉଅଛି।


ପୁଣି, ଆମ୍ଭେମାନେ ଏହି ସମସ୍ତ ବିଷୟର ସାକ୍ଷୀ, ଆଉ ଯେଉଁ ପବିତ୍ର ଆତ୍ମାଙ୍କୁ ଈଶ୍ବର ଆପଣା ଆଜ୍ଞା ପାଳନକାରୀମାନଙ୍କୁ ଦେଇଅଛନ୍ତି, ସେ ମଧ୍ୟ ସାକ୍ଷୀ।


ସେହି ସମୟରେ ଯେଉଁ ଲୋକମାନେ ଆମ୍ଭମାନଙ୍କ ସଙ୍ଗୀ ହୋଇଅଛନ୍ତି, ସେମାନଙ୍କ ମଧ୍ୟରୁ ଜଣେ ଆମ୍ଭମାନଙ୍କ ସହିତ ତାହାଙ୍କ ପୁନରୁତ୍ଥାନର ସାକ୍ଷୀ ହେବା ଆବଶ୍ୟକ।”


ଯେ ଦେଖିଅଛି, ସେ ସାକ୍ଷ୍ୟ ଦେଇଅଛି, ଯେପରି ତୁମ୍ଭେମାନେ ମଧ୍ୟ ବିଶ୍ୱାସ କର; ପୁଣି, ତାହାର ସାକ୍ଷ୍ୟ ସତ୍ୟ, ଆଉ ସେ ଯେ ସତ୍ୟ କହୁଅଛି, ଏହା ସେ ଜାଣନ୍ତି।


ଇତିମଧ୍ୟରେ ବହୁସଂଖ୍ୟକ ଯିହୁଦୀ ଲୋକ ସେ ସେଠାରେ ଅଛନ୍ତି ବୋଲି ଜାଣି ପାରି କେବଳ ଯୀଶୁଙ୍କ ସକାଶେ ନୁହେଁ, ମାତ୍ର ଯେଉଁ ଲାଜାରଙ୍କୁ ସେ ମୃତମାନଙ୍କ ମଧ୍ୟରୁ ଉଠାଇଥିଲେ, ତାହାଙ୍କୁ ଦେଖିବା ନିମନ୍ତେ ମଧ୍ୟ ଆସିଲେ।


ଯେ ଏହି ସମସ୍ତ ବିଷୟରେ ସାକ୍ଷ୍ୟ ଦେଉଅଛନ୍ତି ଓ ଏହି ସମସ୍ତ ଲେଖିଅଛନ୍ତି, ସେ ସେହି ଶିଷ୍ୟ; ଆଉ, ତାହାଙ୍କ ସାକ୍ଷ୍ୟ ଯେ ସତ୍ୟ, ତାହା ଆମ୍ଭେମାନେ ଜାଣୁ।


ତୁମ୍ଭେ ଯେ ସର୍ବଦା ମୋହର ପ୍ରାର୍ଥନା ଶୁଣିଥାଅ, ଏହା ମୁଁ ଜାଣିଥିଲି; କିନ୍ତୁ ଯେଉଁ ଲୋକସମୂହ ଚତୁର୍ଦ୍ଦିଗରେ ଠିଆ ହୋଇଅଛନ୍ତି, ତୁମ୍ଭେ ମୋତେ ପ୍ରେରଣ କରିଅଛ ବୋଲି ସେମାନେ ଯେପରି ବିଶ୍ୱାସ କରିବେ, ଏଥିପାଇଁ ସେମାନଙ୍କ ହେତୁ ମୁଁ ଏହା କହିଲି।”


ଅତଏବ, ଯେଉଁ ଯିହୁଦୀମାନେ ତାହାଙ୍କ ସହିତ ଗୃହରେ ଥାଇ ତାହାଙ୍କୁ ସାନ୍ତ୍ୱନା ଦେଉଥିଲେ, ସେମାନେ ମରୀୟମଙ୍କୁ ଶୀଘ୍ର ଉଠି ବାହାରିଯିବା ଦେଖି, ସେ ସମାଧି ନିକଟରେ ରୋଦନ କରିବା ନିମନ୍ତେ ଯାଉଅଛନ୍ତି, ଏହା ମନେ କରି ତାହାଙ୍କ ପଛେ ପଛେ ଗଲେ।


ଆଉ, ମୁଁ ତାହା ଦେଖିଅଛି ଓ ସେ ଈଶ୍ବରଙ୍କ ପୁତ୍ର ବୋଲି ସାକ୍ଷ୍ୟ ଦେଇଅଛି।


ଆଉ, ଯୋହନ ସାକ୍ଷ୍ୟ ଦେଇ କହିଲେ, ମୁଁ ପବିତ୍ର ଆତ୍ମାଙ୍କୁ କପୋତ ପରି ଆକାଶରୁ ଅବତରଣ କରିବା ଦେଖିଅଛି, ଆଉ ସେ ତାହାଙ୍କ ଉପରେ ଅବସ୍ଥାନ କଲେ।


ଆପଣ କିଏ, ଏହା ଯୋହନଙ୍କୁ ପଚାରିବା ନିମନ୍ତେ ଯିହୁଦୀ ନେତାମାନେ ଯେତେବେଳେ ଯିରୂଶାଲମ ସହରରୁ ଯାଜକ ଓ ଲେବୀୟମାନଙ୍କୁ ତାହାଙ୍କ ନିକଟକୁ ପଠାଇଲେ, ସେତେବେଳେ ସେ ଏହି ସାକ୍ଷ୍ୟ ଦେଲେ,


Swiv nou:

Piblisite


Piblisite