Biblia Todo Logo
Bib sou entènèt

- Piblisite -




ଯୋହନ 12:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମନୁଷ୍ୟପୁତ୍ର ମହିମାନ୍ୱିତ ହେବା ନିମନ୍ତେ ସମୟ ଉପସ୍ଥିତ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମନୁଷ୍ୟପୁତ୍ର ମହିମାନ୍ଵିତ ହେବା ନିମନ୍ତେ ସମୟ ଉପସ୍ଥିତ।

Gade chapit la Kopi

ଓଡିଆ ବାଇବେଲ

23 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମନୁଷ୍ୟପୁତ୍ର ମହିମାନ୍ୱିତ ହେବା ନିମନ୍ତେ ସମୟ ଉପସ୍ଥିତ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

23 ଯୀଶୁ ଉତ୍ତର ଦେଲେ, “ମନୁଷ୍ୟପୁତ୍ର ମହିମାନ୍ୱିତ ହେବାର ବେଳ ଆସିଛି।

Gade chapit la Kopi

ପବିତ୍ର ବାଇବଲ

23 ଯୀଶୁ ସେମାନଙ୍କୁ କହିଲେ, “ବର୍ତ୍ତମାନ ମନୁଷ୍ୟପୁତ୍ରଙ୍କର ଗୌରବ ପାଇବା ସମୟ ଆସିଯାଇଛି।

Gade chapit la Kopi




ଯୋହନ 12:23
16 Referans Kwoze  

ନିଶ୍ଚୟ ଦ୍ୱୀପସମୂହ ଆମ୍ଭର ଅପେକ୍ଷା କରିବେ, ପୁଣି ତର୍ଶୀଶର ଜାହାଜସକଳ ଅଗ୍ରଗାମୀ ହୋଇ ଆପଣା ଆପଣା ସଙ୍ଗରେ ସେମାନଙ୍କର ରୌପ୍ୟ ଓ ସୁବର୍ଣ୍ଣ ନେଇ, ତୁମ୍ଭ ସନ୍ତାନଗଣକୁ ଦୂରରୁ ଆଣି, ତୁମ୍ଭ ପରମେଶ୍ୱର ସଦାପ୍ରଭୁଙ୍କ ନାମ ନିମନ୍ତେ ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କ ନିମନ୍ତେ ଆସିବେ, କାରଣ ସେ ତୁମ୍ଭକୁ ଶୋଭିତ କରିଅଛନ୍ତି।


ଯୀଶୁ ତୃତୀୟ ଥର ଆସି ଶିଷ୍ୟମାନଙ୍କୁ କହିଲେ, “ଅଳ୍ପ କ୍ଷଣ ଶୟନ କରି ବିଶ୍ରାମ କର; ଯଥେଷ୍ଟ ହେଲାଣି; ସେହି ସମୟ ଉପସ୍ଥିତ; ଦେଖ, ମନୁଷ୍ୟପୁତ୍ର ପାପୀମାନଙ୍କ ହସ୍ତରେ ସମର୍ପିତ ହେଉଅଛନ୍ତି।


“ମନୁଷ୍ୟପୁତ୍ର ଯେତେବେଳେ ସମସ୍ତ ଦୂତଙ୍କ ସହିତ ସ୍ୱମହିମାରେ ଆସିବେ, ସେତେବେଳେ ସେ ଆପଣା ଗୌରବମୟ ସିଂହାସନରେ ବସିବେ,


ଦେଖ, ଯେଉଁ ଗୋଷ୍ଠୀକୁ ତୁମ୍ଭେ ଜାଣୁ ନାହଁ, ତାହାକୁ ତୁମ୍ଭେ ଆହ୍ୱାନ କରିବ ଓ ଯେଉଁ ଗୋଷ୍ଠୀ ତୁମ୍ଭକୁ ଜାଣିଲା ନାହିଁ, ସେ ତୁମ୍ଭ ନିକଟକୁ ଦୌଡ଼ିବ, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କ ସକାଶୁ ଏହା ଘଟିବ; କାରଣ ସେ ତୁମ୍ଭଙ୍କୁ ଗୌରବାନ୍ୱିତ କରିଅଛନ୍ତି।


ତାହାଙ୍କ ଶିଷ୍ୟମାନେ ପ୍ରଥମେ ଏହି ସମସ୍ତ ବିଷୟ ବୁଝିଲେ ନାହିଁ, କିନ୍ତୁ ଯୀଶୁ ମହିମାନ୍ୱିତ ହେଲା ଉତ୍ତାରେ ଏସମସ୍ତ ବିଷୟ ଯେ ତାହାଙ୍କ ସମ୍ବନ୍ଧରେ ଲେଖାଯାଇଥିଲା, ପୁଣି, ତାହାଙ୍କ ପ୍ରତି ସେମାନେ ଯେ ଏହିସବୁ କରିଥିଲେ, ତାହା ସେମାନଙ୍କ ମନରେ ପଡ଼ିଲା।


ପରେ ସେ ଶିଷ୍ୟମାନଙ୍କ ନିକଟକୁ ଆସି ସେମାନଙ୍କୁ କହିଲେ, “ଅଳ୍ପ ସମୟ ଶୋଇ କରି ବିଶ୍ରାମ କର, ଦେଖ, ସେହି ସମୟ ସନ୍ନିକଟ ହେଲାଣି, ପୁଣି, ମନୁଷ୍ୟପୁତ୍ର ପାପୀମାନଙ୍କ ହସ୍ତରେ ସମର୍ପିତ ହେଉଅଛନ୍ତି।


ପୁଣି, ଯୀଶୁ ଅଳ୍ପ ଦୂର ଆଗକୁ ଯାଇ ଭୂମିରେ ପଡ଼ି, ଯଦି ହୋଇପାରେ, ସେହି ସମୟ ତାହାଙ୍କଠାରୁ ଯେପରି ଦୂର ହୁଏ, ଏଥିନିମନ୍ତେ ପ୍ରାର୍ଥନା କରିବାକୁ ଲାଗିଲେ।


ତାହାଙ୍କଠାରେ ବିଶ୍ୱାସକାରୀମାନେ ଯେଉଁ ଆତ୍ମା ପାଇବାକୁ ଯାଉଥିଲେ, ତାହାଙ୍କ ବିଷୟରେ ସେ ଏହା କହିଲେ, କାରଣ ଯୀଶୁ ସେପର୍ଯ୍ୟନ୍ତ ମହିମାପ୍ରାପ୍ତ ହୋଇ ନ ଥିବାରୁ ପବିତ୍ର ଆତ୍ମା ପ୍ରଦତ୍ତ ହୋଇ ନ ଥିଲେ।


“ଏବେ ମୋହର ପ୍ରାଣ ଉଦ୍‌ବିଗ୍ନ ହୋଇଅଛି, ଆଉ ମୁଁ କଅଣ କହିବି? ପିତଃ, ମୋତେ ଏହି ସମୟଠାରୁ ରକ୍ଷା କର? କିନ୍ତୁ ଏଥିସକାଶେ ତ ମୁଁ ଏହି ସମୟ ମଧ୍ୟକୁ ଆସିଅଛି।


ନିସ୍ତାର ପର୍ବ ହେବା ପୂର୍ବରୁ ଯୀଶୁ ଏହି ଜଗତରୁ ପିତାଙ୍କ ନିକଟକୁ ଆପଣାର ପ୍ରୟାଣ କରିବାର ସମୟ ଉପସ୍ଥିତ ଜାଣି, ଜଗତରେ ଥିବା ନିଜର ଯେଉଁ ଲୋକମାନଙ୍କୁ ସେ ପ୍ରେମ କରି ଆସୁଥିଲେ, ସେମାନଙ୍କ ପ୍ରତି ଚୂଡ଼ାନ୍ତ ପ୍ରେମ ପ୍ରକାଶ କଲେ।


Swiv nou:

Piblisite


Piblisite