Biblia Todo Logo
Bib sou entènèt

- Piblisite -




ଯୋହନ 12:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ତେଣୁ ପାଖରେ ଠିଆ ହୋଇଥିବା ଲୋକସମୂହ ଏହା ଶୁଣି ମେଘଗର୍ଜ୍ଜନ ହେଲା ବୋଲି କହିଲେ; ଅନ୍ୟମାନେ କହିଲେ, ଜଣେ ଦୂତ ଏହାଙ୍କୁ କଥା କହିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ତେଣୁ ପାଖରେ ଠିଆ ହୋଇଥିବା ଲୋକସମୂହ ଏହା ଶୁଣି ମେଘଗର୍ଜନ ହେଲା ବୋଲି କହିଲେ; ଅନ୍ୟମାନେ କହିଲେ, ଜଣେ ଦୂତ ଏହାଙ୍କୁ କଥା କହିଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

29 ତେଣୁ ପାଖରେ ଠିଆ ହୋଇଥିବା ଲୋକସମୂହ ଏହା ଶୁଣି ମେଘଗର୍ଜନ ହେଲା ବୋଲି କହିଲେ; ଅନ୍ୟମାନେ କହିଲେ, ଜଣେ ଦୂତ ଏହାଙ୍କୁ କଥା କହିଅଛନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

29 ସେଠାରେ ଛିଡ଼ା ହୋଇଥିବା ଜନତା ସେହି ସ୍ୱର ଶୁଣିଲେ ଏବଂ କେତେକ କହିଲେ, “ଏହା ମେଘ ଗର୍ଜନ।” ପୁଣି ଅନ୍ୟମାନେ କହିଲେ, “ସ୍ୱର୍ଗଦୂତ ତାଙ୍କ ସହିତ କଥା କହୁଛନ୍ତି।”

Gade chapit la Kopi

ପବିତ୍ର ବାଇବଲ

29 ସେଠାରେ ଠିଆ ହୋଇଥିବା ଲୋକମାନେ ଏହି ବାଣୀ ଶୁଣିଲେ। ସେମାନେ ତାହା ମେଘ ଗର୍ଜ୍ଜନ ବୋଲି କହିଲେ। କିନ୍ତୁ ଅନ୍ୟମାନେ କହିଲେ, “ଯୀଶୁଙ୍କୁ ଜଣେ ସ୍ୱର୍ଗଦୂତ କଥା କହିଲେ।”

Gade chapit la Kopi




ଯୋହନ 12:29
12 Referans Kwoze  

ପୁଣି, ମୁଁ ସ୍ୱର୍ଗରୁ ବହୁବନ୍ୟାଜଳ ଓ ମହାବଜ୍ରନାଦ ତୁଲ୍ୟ ଗୋଟିଏ ସ୍ୱର ଶୁଣିଲି; ଯେଉଁ ସ୍ୱର ମୁଁ ଶୁଣିଲି, ତାହା ବୀଣାବାଦକମାନଙ୍କ ବୀଣାର ଶଦ୍ଦ ପରି।


ସେତେବେଳେ ସ୍ୱର୍ଗରେ ଥିବା ଈଶ୍ବରଙ୍କ ମନ୍ଦିର ଉନ୍ମୁକ୍ତ ହେଲା ଓ ତାହାଙ୍କ ମନ୍ଦିର ମଧ୍ୟରେ ତାହାଙ୍କ ନିୟମ-ସିନ୍ଦୁକ ଦେଖାଗଲା, ପୁଣି, ବିଦ୍ୟୁତ୍, ବିଭିନ୍ନ ସ୍ୱର, ମେଘଗର୍ଜ୍ଜନ, ଭୂମିକମ୍ପ ଓ ମହା ଶିଳାବୃଷ୍ଟି ହେଲା।


ପରେ ସେହି ଦୂତ ଧୂପଦାନୀ ଘେନି ବେଦିର ଅଗ୍ନିରେ ତାହା ପୂର୍ଣ୍ଣ କରି ପୃଥିବୀ ଉପରେ ପକାଇଦେଲେ। ସେଥିରେ ବଜ୍ରଧ୍ୱନୀ, ବିଭିନ୍ନ ସ୍ୱର, ବିଜୁଳି ଓ ଭୂମିକମ୍ପ ହେଲା।


ତହୁଁ ମୁଁ ମେଷଶାବକଙ୍କୁ ସପ୍ତ ମୁଦ୍ରା ମଧ୍ୟରୁ ପ୍ରଥମ ମୁଦ୍ରା ଭାଙ୍ଗିବାର ଦେଖିଲି, ଆଉ ଚାରି ପ୍ରାଣୀଙ୍କ ମଧ୍ୟରୁ ଜଣକୁ ବଜ୍ର ପରି ସ୍ୱରରେ ଏହା କହୁଥିବା ଶୁଣିଲି, ଆସ।


ଆଉ, ସର୍ବଶକ୍ତିମାନ ପରମେଶ୍ୱରଙ୍କର କଥା କହିବା ସମୟର ରବ ତୁଲ୍ୟ କିରୂବମାନଙ୍କ ପକ୍ଷୀର ଶବ୍ଦ ବାହାର ପ୍ରାଙ୍ଗଣ ପର୍ଯ୍ୟନ୍ତ ଶୁଣାଗଲା।


ଅବା ତୁମ୍ଭର ବାହୁ କି ପରମେଶ୍ୱରଙ୍କ ବାହୁ ତୁଲ୍ୟ? ଓ ତୁମ୍ଭେ କି ତାହାଙ୍କ ତୁଲ୍ୟ ରବ କରି ଗର୍ଜ୍ଜନ କରିପାର?


ସେତେବେଳେ ସମସ୍ତ ଲୋକ ମେଘ ଗର୍ଜ୍ଜନ ଓ ବିଜୁଳି ଓ ତୂରୀଧ୍ୱନି ଓ ଧୂମଯୁକ୍ତ ପର୍ବତ ଦେଖିଲେ; ପୁଣି, ତାହା ଦେଖି ସେମାନେ କମ୍ପିତ ହୋଇ ଦୂରରେ ଠିଆ ହେଲେ।


ଏଥିଉତ୍ତାରେ ତୃତୀୟ ଦିନର ପ୍ରଭାତ ହୁଅନ୍ତେ, ମେଘ ଗର୍ଜ୍ଜନ ଓ ବିଜୁଳି ଓ ପର୍ବତ ଉପରେ ନିବିଡ଼ ମେଘ ଓ ଅତିଶୟ ଉଚ୍ଚସ୍ୱରରେ ତୂରୀଧ୍ୱନି ହେବାକୁ ଲାଗିଲା; ତହିଁରେ ଛାଉଣିସ୍ଥିତ ସମସ୍ତ ଲୋକ କମ୍ପାନ୍ୱିତ ହେଲେ।


ଯେଉଁ ଲୋକମାନେ ତାହାଙ୍କ ସାଙ୍ଗରେ ଯାତ୍ରା କରୁଥିଲେ, ସେମାନେ ସେହି ଶବ୍ଦ ଶୁଣି କାହାରିକୁ ନ ଦେଖିବାରୁ ଅବାକ୍ ହୋଇ ରହିଲେ।


Swiv nou:

Piblisite


Piblisite