Biblia Todo Logo
Bib sou entènèt

- Piblisite -




ଯୋହନ 13:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଯଦି ତୁମ୍ଭେମାନେ ଏହିସବୁ ଜାଣ, ତେବେ ସେହି ପ୍ରକାର କଲେ ତୁମ୍ଭେମାନେ ଧନ୍ୟ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ଯଦି ତୁମ୍ଭେମାନେ ଏହିସବୁ ଜାଣ, ତେବେ ସେହିପ୍ରକାର କଲେ ତୁମ୍ଭେମାନେ ଧନ୍ୟ।

Gade chapit la Kopi

ଓଡିଆ ବାଇବେଲ

17 ଯଦି ତୁମ୍ଭେମାନେ ଏହି ସବୁ ଜାଣ, ତେବେ ସେହି ପ୍ରକାର କଲେ ତୁମ୍ଭେମାନେ ଧନ୍ୟ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

17 ଏହି ସତ୍ୟ ଉପଲବ୍ଧି କରି ସେହି ଅନୁସାରେ କାର୍ଯ୍ୟ କଲେ, ତୁମ୍ଭେମାନେ ଧନ୍ୟ ହେବ।

Gade chapit la Kopi

ପବିତ୍ର ବାଇବଲ

17 ଯଦି ତୁମ୍ଭେ ଏହା ସବୁ ଜାଣ ତେବେ ତୁମ୍ଭେ ଏହି କାର୍ଯ୍ୟ କରି ଖୁସୀ ହେବ।

Gade chapit la Kopi




ଯୋହନ 13:17
21 Referans Kwoze  

ମାତ୍ର ସେ କହିଲେ, “ନା, ବରଂ ଯେଉଁମାନେ ଈଶ୍ବରଙ୍କ ବାକ୍ୟ ଶୁଣନ୍ତି ଓ ପାଳନ କରନ୍ତି, ସେମାନେ ଧନ୍ୟ।”


ଅତଏବ, ଯେ ସତ୍କର୍ମ କରିବାକୁ ଜାଣି ତାହା କରେ ନାହିଁ, ତାହାର ପାପ ହୁଏ।


କିନ୍ତୁ ଯେ ସିଦ୍ଧ, ଅର୍ଥାତ୍‍, ସ୍ୱାଧୀନତାର ବ୍ୟବସ୍ଥା ପ୍ରତି ନିରୀକ୍ଷଣ କରି ସେଥିରେ ନିବିଷ୍ଟ ଥାଏ, ପୁଣି, ବିସ୍ମରଣକାରୀ ଶ୍ରୋତାମାତ୍ର ନ ହୋଇ ବରଂ କାର୍ଯ୍ୟକାରୀ ହୁଏ, ସେ ଆପଣା କାର୍ଯ୍ୟରେ ଧନ୍ୟ।


ପୁଣି, ଆମ୍ଭେ ତୁମ୍ଭମାନଙ୍କ ଅନ୍ତରରେ ଆମ୍ଭର ପରମେଶ୍ୱରଙ୍କ ଆତ୍ମା ସ୍ଥାପନ କରିବା ଓ ତୁମ୍ଭମାନଙ୍କୁ ଆମ୍ଭର ବିଧିରୂପ ପଥରେ ଚଳାଇବା, ତହିଁରେ ତୁମ୍ଭେମାନେ ଆମ୍ଭର ଶାସନସକଳ ରକ୍ଷା କରି ପାଳନ କରିବ।


ମୋଶା ଏହିରୂପ କଲେ; ସେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସମସ୍ତ କଲେ।


ଜୀବନ ବୃକ୍ଷର ଅଧିକାରୀ ହେବା ନିମନ୍ତେ ଓ ଦ୍ୱାର ଦେଇ ନଗରୀରେ ପ୍ରବେଶ କରିବା ନିମନ୍ତେ ଯେଉଁମାନେ ଆପଣା ଆପଣା ବସ୍ତ୍ର ଧୌତ କରନ୍ତି, ସେମାନେ ଧନ୍ୟ।


ଆହୁରି, ତଦ୍ଦ୍ୱାରା ତୁମ୍ଭ ଦାସ ଚେତନା ପାଏ; ତହିଁର ପ୍ରତିପାଳନରେ ମହାଫଳ ଥାଏ।


ଯେଣୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁନ୍ନତ କି ଅସୁନ୍ନତ କିଛି ନୁହେଁ, କିନ୍ତୁ ପ୍ରେମରେ କାର୍ଯ୍ୟସାଧକ ବିଶ୍ୱାସ ହିଁ ସାର।


କାରଣ ଯେ କେହି ମୋହର ସ୍ୱର୍ଗସ୍ଥ ପିତାଙ୍କ ଇଚ୍ଛା ସାଧନ କରେ, ସେ ମୋହର ଭାଇ, ଭଉଣୀ ଓ ମାଆ।”


ତହିଁରେ ନୋହ ସେରୂପ କଲେ; ପରମେଶ୍ୱରଙ୍କ ଆଜ୍ଞାନୁସାରେ ସେ ସମସ୍ତ କର୍ମ କଲେ।


ମୁଁ ତୁମ୍ଭମାନଙ୍କୁ ଯେଉଁ ଆଜ୍ଞା ଦେଉଅଛି, ତାହା ଯଦି ପାଳନ କର, ତେବେ ତୁମ୍ଭେମାନେ ମୋହର ବନ୍ଧୁ।


ଈଶ୍ୱରୀୟ ପ୍ରତ୍ୟାଦେଶ ଅଭାବରେ ଲୋକମାନେ ବିନଷ୍ଟ ହୁଅନ୍ତି; ମାତ୍ର ଯେଉଁ ଲୋକ ବ୍ୟବସ୍ଥା ପାଳେ, ସେ ଧନ୍ୟ।


ପୁଣି, ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଯିହୁଦାର ସବୁ ନଗରରେ ଓ ଯିରୂଶାଲମର ସବୁ ସଡ଼କରେ ଏହିସବୁ କଥା ପ୍ରଚାର କରି କୁହ, ତୁମ୍ଭେମାନେ ଏହି ନିୟମର ବାକ୍ୟ ଶୁଣ ଓ ତାହା ପାଳନ କର।


କାରଣ ମୋଶାଙ୍କ ବ୍ୟବସ୍ଥାର ଶ୍ରୋତାମାନେ ଈଶ୍ବରଙ୍କ ସାକ୍ଷାତରେ ଧାର୍ମିକ ନୁହଁନ୍ତି, କିନ୍ତୁ ମୋଶାଙ୍କ ବ୍ୟବସ୍ଥା ପାଳନକାରୀମାନେ ଧାର୍ମିକ ଗଣିତ ହେବେ।


Swiv nou:

Piblisite


Piblisite