Biblia Todo Logo
Bib sou entènèt

- Piblisite -




ଯୋହନ 13:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଯୀଶୁ ଏହି ସମସ୍ତ କଥା କହିଲା ଉତ୍ତାରେ ଆତ୍ମାରେ ଉଦ୍‌ବିଗ୍ନ ହେଲେ ଓ ସାକ୍ଷ୍ୟ ଦେଇ କହିଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ମଧ୍ୟରୁ ଜଣେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରିବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଯୀଶୁ ଏହିସମସ୍ତ କଥା କହିଲା ଉତ୍ତାରେ ଆତ୍ମାରେ ଉଦ୍ବିଗ୍ନ ହେଲେ ଓ ସାକ୍ଷ୍ୟ ଦେଇ କହିଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ମଧ୍ୟରୁ ଜଣେ ମୋତେ ଶତ୍ରୁହସ୍ତରେ ସମର୍ପଣ କରିବମ।

Gade chapit la Kopi

ଓଡିଆ ବାଇବେଲ

21 ଯୀଶୁ ଏହି ସମସ୍ତ କଥା କହିଲା ଉତ୍ତାରେ ଆତ୍ମାରେ ଉଦ୍ବିଗ୍ନ ହେଲେ ଓ ସାକ୍ଷ୍ୟ ଦେଇ କହିଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ମଧ୍ୟରୁ ଜଣେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରିବ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

21 ଏହା ପରେ ଯୀଶୁ ଦୁଃଖରେ ବ୍ୟାକୁଳ ହୋଇ ପ୍ରକାଶ୍ୟରେ କହିଲେ, “ମୁଁ ସତ୍ୟ କହୁଛି, ତୁମ ମଧ୍ୟରୁ ଜଣେ ମୋ’ ପ୍ରତି ବିଶ୍ୱାସଘାତକତା କରିବାକୁ ଯାଉଛି।”

Gade chapit la Kopi

ପବିତ୍ର ବାଇବଲ

21 ଯୀଶୁ ଏ କଥା କହିବା ପରେ ସେ ବହୁତ ଦୁଃଖିତ ହେଲେ। ସେ ମୁକ୍ତରେ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ତୁମ୍ଭମାନଙ୍କ ମଧ୍ୟରୁ ଜଣେ ମୋ’ ବିରୁଦ୍ଧରେ ଯିବ।”

Gade chapit la Kopi




ଯୋହନ 13:21
17 Referans Kwoze  

ସେମାନେ ଭୋଜନ କରୁଥିବା ସମୟରେ ସେ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭମାନଙ୍କ ମଧ୍ୟରୁ ଜଣେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରିବ।”


ମୁଁ ତୁମ୍ଭ ସମସ୍ତଙ୍କ ସମ୍ବନ୍ଧରେ କହୁ ନାହିଁ; କେଉଁ ପ୍ରକାର ଲୋକମାନଙ୍କୁ ମୁଁ ମନୋନୀତ କରିଅଛି, ତାହା ମୁଁ ଜାଣେ; କିନ୍ତୁ ଧର୍ମଶାସ୍ତ୍ରର ଏହି ବାକ୍ୟ ଯେପରି ସଫଳ ହୁଏ, ସେଥିପାଇଁ ଏହିପରି ଘଟୁଅଛି, ଯେ ମୋହର ଅନ୍ନ ଖାଏ, ସେ ମୋହର ବିରୁଦ୍ଧରେ ଗୋଇଠା ଉଠାଇଲା।


ସେମାନେ ବସି ଭୋଜନ କରୁଥିବା ସମୟରେ ଯୀଶୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭମାନଙ୍କ ମଧ୍ୟରୁ ଜଣେ, ଯେ କି ମୋʼ ସାଙ୍ଗରେ ଭୋଜନ କରୁଅଛି, ସେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରିବ।”


“ଏବେ ମୋହର ପ୍ରାଣ ଉଦ୍‌ବିଗ୍ନ ହୋଇଅଛି, ଆଉ ମୁଁ କଅଣ କହିବି? ପିତଃ, ମୋତେ ଏହି ସମୟଠାରୁ ରକ୍ଷା କର? କିନ୍ତୁ ଏଥିସକାଶେ ତ ମୁଁ ଏହି ସମୟ ମଧ୍ୟକୁ ଆସିଅଛି।


ଅତଏବ, ଯୀଶୁ ତାହାଙ୍କୁ ଓ ତାହାଙ୍କ ସହିତ ଆସିଥିବା ଯିହୁଦୀ ଲୋକମାନଙ୍କୁ ରୋଦନ କରୁଥିବା ଦେଖି ଆତ୍ମାରେ ଗଭୀର ଭାବେ ଉତ୍ତେଜିତ ହେଲେ, ପୁଣି, କର୍ତ୍ତବ୍ୟ ସାଧନ ନିମନ୍ତେ ଦୃଢ଼ ସଙ୍କଳ୍ପରେ ପଚାରିଲେ,


ସେମାନେ ଆମ୍ଭମାନଙ୍କ ମଧ୍ୟରୁ ବାହାରିଲେ, କିନ୍ତୁ ଆମ୍ଭମାନଙ୍କ ଦଳର ଲୋକ ନ ଥିଲେ; କାରଣ ଯଦି ଆମ୍ଭମାନଙ୍କ ଦଳର ଲୋକ ହୋଇଥାଆନ୍ତେ, ତେବେ ଆମ୍ଭମାନଙ୍କ ସହିତ ରହିଥାଆନ୍ତେ; କିନ୍ତୁ ସମସ୍ତେ ଯେ ଆମ୍ଭମାନଙ୍କ ଦଳର ଲୋକ ନୁହଁନ୍ତି, ଏହା ଯେପରି ପ୍ରକାଶ ପାଇବ, ଏଥିନିମନ୍ତେ ସେମାନେ ବାହାରିଗଲେ।


ଆଥିନୀରେ ପାଉଲ ସେମାନଙ୍କ ଅପେକ୍ଷାରେ ଥିବା ସମୟରେ ସେହି ନଗରକୁ ପ୍ରତିମାରେ ପରିପୂର୍ଣ୍ଣ ଦେଖି ତାହାଙ୍କ ଆତ୍ମା ଉତ୍ତପ୍ତ ହୋଇ ଉଠିଲା।


ଆଉ, ରାତ୍ରିଭୋଜ ସମୟରେ, ଯେତେବେଳେ ଶୟତାନ ଶିମୋନର ପୁତ୍ର ଇଷ୍କାରିୟୋତୀୟ ଯିହୂଦାର ହୃଦୟରେ ଯୀଶୁଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରିବା ନିମନ୍ତେ ସଂକଳ୍ପ ଜାତ କରିସାରିଥିଲା,


ସେଥିରେ ଯୀଶୁ ପୁନର୍ବାର ଅନ୍ତରରେ ବିରକ୍ତ ହୋଇ ସମାଧି ନିକଟକୁ ଆସିଲେ; ତାହା ଗୋଟିଏ ଗୁହା, ପୁଣି, ତାʼ ମୁହଁରେ ଗୋଟାଏ ପଥର ଥିଲା।


ଯୀଶୁ କାନ୍ଦିଲେ।


ସେଥିରେ ଯୀଶୁ ସେମାନଙ୍କ ହୃଦୟର କଠିନତା ସକାଶେ ଦୁଃଖିତ ହୋଇ କ୍ରୋଧରେ ଚାରିଅାଡ଼େ ସେମାନଙ୍କ ପ୍ରତି ଦୃଷ୍ଟିପାତ କରି ସେହି ଲୋକକୁ କହିଲେ, “ହାତ ବଢ଼ାଅ।” ସେ ଆପଣା ହାତ ବଢ଼ାଇଲା, ଆଉ ତାହା ପୁଣି, ଭଲ ହୋଇଗଲା।


ସେତେବେଳେ ସେ ସେମାନଙ୍କୁ କହିଲେ, “ମୋହର ପ୍ରାଣ ମୃତ୍ୟୁଭୋଗ କରିବା ପରି ଅତ୍ୟନ୍ତ ଶୋକାକୁଳ ହେଉଅଛି, ତୁମ୍ଭେମାନେ ଏଠାରେ ରହି ମୋ ସାଙ୍ଗରେ ଜାଗିଥାଅ।”


ସେ କାହା ସମ୍ବନ୍ଧରେ କହିଲେ, ସେ ବିଷୟରେ ହତବୁଦ୍ଧି ହୋଇ ଶିଷ୍ୟମାନେ ପରସ୍ପରକୁ ଚାହିଁବାକୁ ଲାଗିଲେ।


Swiv nou:

Piblisite


Piblisite