Biblia Todo Logo
Bib sou entènèt

- Piblisite -




ଯୋହନ 13:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଯୀଶୁଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ଯାହାକୁ ଯୀଶୁ ପ୍ରେମ କରୁଥିଲେ, ସେ ଯୀଶୁଙ୍କ ଦକ୍ଷିଣ ପାଖରେ ବସି ଭୋଜନ କରୁଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ଯୀଶୁଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ - ଯାହାକୁ ଯୀଶୁ ପ୍ରେମ କରୁଥିଲେ - ସେ ଯୀଶୁଙ୍କ ଦକ୍ଷିଣ ପାଖରେ ବସି ଭୋଜନ କରୁଥିଲେ।

Gade chapit la Kopi

ଓଡିଆ ବାଇବେଲ

23 ଯୀଶୁଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ - ଯାହାକୁ ଯୀଶୁ ପ୍ରେମ କରୁଥିଲେ - ସେ ଯୀଶୁଙ୍କ ଦକ୍ଷିଣ ପାଖରେ ବସି ଭୋଜନ କରୁଥିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

23 ସେମାନଙ୍କ ମଧ୍ୟରୁ ଯେଉଁ ଶିଷ୍ୟଙ୍କୁ ଯୀଶୁ ଅତି ଭଲ ପାଉଥିଲେ, ସେ ଯୀଶୁଙ୍କ ଆଡ଼କୁ ଆଉଜି ବସିଥିଲେ।

Gade chapit la Kopi

ପବିତ୍ର ବାଇବଲ

23 ଯୀଶୁଙ୍କ ପାଖରେ ଆଉ ଜଣେ ଶିଷ୍ୟ ବସିଥିଲା। ଯୀଶୁ ତାହାକୁ ବହୁତ ଭଲ ପାଉଥିଲେ।

Gade chapit la Kopi




ଯୋହନ 13:23
15 Referans Kwoze  

ଯୀଶୁ ଆପଣା ମାତା ଓ ଯେଉଁ ଶିଷ୍ୟଙ୍କୁ ପ୍ରେମ କରୁଥିଲେ, ତାହାଙ୍କୁ ପାଖରେ ଠିଆ ହୋଇଥିବା ଦେଖି ମାତାଙ୍କୁ କହିଲେ, “ଗୋ ନାରୀ, ଦେଖ, ତୁମ୍ଭର ପୁତ୍ର!”


ଯୀଶୁ ଯେଉଁ ଶିଷ୍ୟଙ୍କୁ ପ୍ରେମ କରୁଥିଲେ ଓ ଯେ ମଧ୍ୟ ରାତ୍ରିଭୋଜ ସମୟରେ ତାହାଙ୍କ ବକ୍ଷସ୍ଥଳରେ ଆଉଜିପଡ଼ି, ପ୍ରଭୁ, ଆପଣଙ୍କୁ କିଏ ଶତ୍ରୁ ହସ୍ତରେ ସମର୍ପଣ କରିବ ବୋଲି ପଚାରିଥିଲେ, ସେହି ଶିଷ୍ୟଙ୍କୁ ପିତର ବୁଲିପଡ଼ି ପଛରେ ଆସୁଥିବା ଦେଖିଲେ।


ସେଥିରେ ଯୀଶୁ ଯେଉଁ ଶିଷ୍ୟଙ୍କୁ ପ୍ରେମ କରୁଥିଲେ, ସେ ପିତରଙ୍କୁ କହିଲେ, ଏ ତ ପ୍ରଭୁ। ଶିମୋନ ପିତର ଏ ତ ପ୍ରଭୁ ବୋଲି ଶୁଣି ଅଙ୍ଗରଖା ନ ପିନ୍ଧି ଥିବାରୁ ଆପଣା ଅଙ୍ଗରଖା ପିନ୍ଧି ସମୁଦ୍ରକୁ ଡେଇଁପଡ଼ିଲେ;


ତେଣୁ ସେ ଦୌଡ଼ିଯାଇ ଶିମୋନ ପିତର ଓ ଯୀଶୁ ଯାହାଙ୍କୁ ସ୍ନେହ କରୁଥିଲେ, ସେହି ଅନ୍ୟ ଶିଷ୍ୟଙ୍କ ନିକଟକୁ ଆସିଲେ, ଆଉ ସେମାନଙ୍କୁ କହିଲେ, ସେମାନେ ସମାଧିରୁ ପ୍ରଭୁଙ୍କୁ ଘେନିଯାଇଅଛନ୍ତି, ପୁଣି, ତାହାଙ୍କୁ କେଉଁଠାରେ ରଖିଅଛନ୍ତି, ତାହା ଆମ୍ଭେମାନେ ଜାଣୁ ନାହୁଁ।


ସେଥିରେ ଯିହୁଦୀ ଲୋକମାନେ କହିଲେ, ଦେଖ, ସେ ତାହାଙ୍କୁ କିପରି ସ୍ନେହ କରୁଥିଲେ।


ଯୀଶୁ, ମାର୍ଥା ଏବଂ ତାହାଙ୍କ ଭଉଣୀ ଏବଂ ଲାଜାରଙ୍କୁ ସ୍ନେହ କରୁଥିଲେ।


ତେଣୁ ସେହି ଭଉଣୀମାନେ ତାହାଙ୍କ ନିକଟକୁ କହି ପଠାଇଲେ, ପ୍ରଭୁ, ଦେଖନ୍ତୁ, ଯାହାକୁ ଆପଣ ସ୍ନେହ କରନ୍ତି, ସେ ପୀଡ଼ିତ ଅଛି।


ମାତ୍ର ଦରିଦ୍ର ଲୋକର ଗୋଟିଏ ସାନ ମେଷବତ୍ସା ବିନା ଅନ୍ୟ ଆଉ କିଛି ନ ଥିଲା, ଯାହା ସେ କିଣି ପାଳିଥିଲା; ତାହା ସଙ୍ଗେ ଓ ତାହାର ବାଳକମାନଙ୍କ ସଙ୍ଗେ ସେ ଏକତ୍ର ବଢ଼ିଲା; ସେ ତାହାର ନିଜ ତୁଣ୍ଡର ଆହାରରୁ ଖାଇଲା ଓ ତାହାର ନିଜ ପାତ୍ରରୁ ପାନ କଲା ଓ ତାହାର କୋଳରେ ଶୟନ କଲା, ପୁଣି ତାହା ପ୍ରତି ସେ କନ୍ୟା ତୁଲ୍ୟ ଥିଲା।


ଯେ ଏହି ସମସ୍ତ ବିଷୟରେ ସାକ୍ଷ୍ୟ ଦେଉଅଛନ୍ତି ଓ ଏହି ସମସ୍ତ ଲେଖିଅଛନ୍ତି, ସେ ସେହି ଶିଷ୍ୟ; ଆଉ, ତାହାଙ୍କ ସାକ୍ଷ୍ୟ ଯେ ସତ୍ୟ, ତାହା ଆମ୍ଭେମାନେ ଜାଣୁ।


ସେ ସେହି ପ୍ରକାର ବସିଥାଇ ଯୀଶୁଙ୍କ ବକ୍ଷସ୍ଥଳରେ ଆଉଜିପଡ଼ି ତାହାଙ୍କୁ ପଚାରିଲେ, ପ୍ରଭୁ, ସେ କିଏ?


କେହି କେବେ ଈଶ୍ବରଙ୍କୁ ଦେଖି ନାହିଁ, ପିତାଙ୍କ କୋଳସ୍ଥିତ ଅଦ୍ୱିତୀୟ ପୁତ୍ର ତାହାଙ୍କୁ ପ୍ରକାଶ କଲେ।


କାଳକ୍ରମେ ସେହି ଭିକାରୀଟି ମରିଗଲା ଓ ଦୂତମାନଙ୍କ ଦ୍ୱାରା ଅବ୍ରହାମଙ୍କ କୋଳକୁ ନିଆଗଲା; ପରେ ସେହି ଧନୀ ଲୋକ ମଧ୍ୟ ମରିଗଲା ଓ ସମାଧି ପାଇଲା।


ଅତଏବ, ଶିମୋନ ପିତର ତାହାଙ୍କୁ ସଙ୍କେତ କରି କହିଲେ, ସେ କାହା ସମ୍ବନ୍ଧରେ କହୁଅଛନ୍ତି, ତାହା କୁହ।


ନାଥନର ପୁତ୍ର ଅସରୀୟ ଦେଶାଧ୍ୟକ୍ଷମାନଙ୍କର ପ୍ରଧାନ ଥିଲା ଓ ନାଥନର ପୁତ୍ର ସାବୁଦ୍‍ ଯାଜକ ଓ ରାଜାଙ୍କ ମିତ୍ର ଥିଲା।


Swiv nou:

Piblisite


Piblisite