Biblia Todo Logo
Bib sou entènèt

- Piblisite -




ଯୋହନ 13:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ସେ ରୁଟିଖଣ୍ଡକ ପାଇଲା ଉତ୍ତାରେ ଶୟତାନ ତାହା ମଧ୍ୟରେ ପ୍ରବେଶ କଲା। ସେଥିରେ ଯୀଶୁ ତାହାକୁ କହିଲେ, “ଯାହା କରୁଅଛ, ତାହା ଶୀଘ୍ର କର।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ସେ ରୋଟୀଖଣ୍ତକ ପାଇଲା ଉତ୍ତାରେ ଶୟତାନ ତାହା ମଧ୍ୟରେ ପ୍ରବେଶ କଲା। ସେଥିରେ ଯୀଶୁ ତାକୁ କହିଲେ, ଯାହା କରୁଅଛ, ତାହା ଶୀଘ୍ର କର।

Gade chapit la Kopi

ଓଡିଆ ବାଇବେଲ

27 ସେ ରୁଟିଖଣ୍ଡକ ପାଇଲା ଉତ୍ତାରେ ଶୟତାନ ତାହା ମଧ୍ୟରେ ପ୍ରବେଶ କଲା । ସେଥିରେ ଯୀଶୁ ତାକୁ କହିଲେ, ଯାହା କରୁଅଛ, ତାହା ଶୀଘ୍ର କର ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

27 ଯିହୁଦା ରୁଟି ଖଣ୍ଡକ ଗ୍ରହଣ କରିବା ସମୟରେ ତା’ ଅନ୍ତରରେ ଶୟତାନ ପ୍ରବେଶ କଲା ଏବଂ ଯୀଶୁ ତାକୁ କହିଲେ: “ଯାହା କରିବାକୁ ଯାଉଛ, ଶୀଘ୍ର କର।”

Gade chapit la Kopi

ପବିତ୍ର ବାଇବଲ

27 ଯିହୂଦା ରୋଟୀ ନେଲା ବେଳେ ଶୟତାନ ତା’ ଭିତରେ ପ୍ରବେଶ କଲା। ଯୀଶୁ ଯିହୂଦାକୁ କହିଲେ, “ତୁମ୍ଭେ ଯାହା କରିବା କଥା, ତାହା ଶୀଘ୍ର କର।”

Gade chapit la Kopi




ଯୋହନ 13:27
16 Referans Kwoze  

ସେତେବେଳେ ବାରଜଣଙ୍କ ସଂଖ୍ୟା ମଧ୍ୟରେ ଥିବା ଇଷ୍କାରିୟୋତୀୟ ନାମକ ଯିହୂଦାଠାରେ ଶୟତାନ ପ୍ରବେଶ କଲା;


ଆଉ, ରାତ୍ରିଭୋଜ ସମୟରେ, ଯେତେବେଳେ ଶୟତାନ ଶିମୋନର ପୁତ୍ର ଇଷ୍କାରିୟୋତୀୟ ଯିହୂଦାର ହୃଦୟରେ ଯୀଶୁଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରିବା ନିମନ୍ତେ ସଂକଳ୍ପ ଜାତ କରିସାରିଥିଲା,


ସେଥିରେ ପିତର କହିଲେ, ହେ ହନନୀୟ, ପବିତ୍ର ଆତ୍ମାଙ୍କ ନିକଟରେ ମିଥ୍ୟା କହିବାକୁ ଓ ଭୂମିର ମୂଲ୍ୟରୁ କିଛି ଲୁଚାଇ ରଖିବାକୁ କାହିଁକି ଶୟତାନ ତୁମ୍ଭ ହୃଦୟ ସମ୍ପୂର୍ଣ୍ଣ ଅଧିକାର କରିଅଛି?


ସେତେବେଳେ ସେ ଯାଇ ଆପଣାଠାରୁ ଅଧିକ ମନ୍ଦ ଆଉ ସାତଟା ଆତ୍ମା ସାଙ୍ଗରେ ନେଇ ଆସେ, ପୁଣି, ସେମାନେ ପ୍ରବେଶ କରି ସେଠାରେ ବାସ କରନ୍ତି ଆଉ ସେହି ଲୋକର ପ୍ରଥମ ଦଶା ଅପେକ୍ଷା ଶେଷ ଦଶା ମନ୍ଦ ହୁଏ। ଏହି ଦୁଷ୍ଟ ପୁରୁଷ ପ୍ରତି ମଧ୍ୟ ସେହି ପ୍ରକାର ଘଟିବ।”


ସୂର୍ଯ୍ୟ ତଳେ ଯେତେ କାର୍ଯ୍ୟ କରାଯାଏ, ତହିଁ ମଧ୍ୟରେ ଦୁଃଖର ବିଷୟ ଏହି ଯେ, ସମସ୍ତଙ୍କ ପ୍ରତି ସମାନ ଘଟଣା ହୁଏ; ଆହୁରି ମଧ୍ୟ ମନୁଷ୍ୟ-ସନ୍ତାନଗଣର ହୃଦୟ ଦୁଷ୍ଟତାରେ ପରିପୂର୍ଣ୍ଣ ଓ ବଞ୍ଚିଥିବା ପର୍ଯ୍ୟନ୍ତ ସେମାନଙ୍କ ହୃଦୟରେ ପାଗଳାମି ଥାଏ, ପୁଣି ତହିଁ ଉତ୍ତାରେ ସେମାନେ ମୃତମାନଙ୍କ ନିକଟକୁ ଯାଆନ୍ତି।


ଯେହେତୁ ସେମାନଙ୍କ ଚରଣ କୁକ୍ରିୟା କରିବାକୁ ଦୌଡ଼େ ଓ ରକ୍ତପାତ କରିବାକୁ ଶୀଘ୍ର ଧାଇଁ ଯାଏ।


ସେ ରାଜସେନାପତି ଅରୀୟୋକ୍‍କୁ ଉତ୍ତର କରି କହିଲେ, “ରାଜାଜ୍ଞା ଏଡ଼େ ବ୍ୟଗ୍ର କାହିଁକି?” ତହିଁରେ ଅରୀୟୋକ୍‍ ଦାନିୟେଲଙ୍କୁ ବୃତ୍ତାନ୍ତ ଜଣାଇଲା।


ସେହିକ୍ଷଣି ସେ ରାଜାଙ୍କ ନିକଟକୁ ଶୀଘ୍ର ଆସି ଏହା କହି ମାଗିଲା, ମୋହର ଇଚ୍ଛା ଯେ, ଆପଣ ବାପ୍ତିଜକ ଯୋହନର ମସ୍ତକ ଗୋଟିଏ ଥାଳିରେ ମୋତେ ଏହିକ୍ଷଣି ଦିଅନ୍ତୁ।


ତୁମ୍ଭେ ତାହା ଉପରେ ଏକ ଦୁଷ୍ଟ ଲୋକ ନିଯୁକ୍ତ କର; ପୁଣି, ଜଣେ ବିପକ୍ଷ ତାହାର ଦକ୍ଷିଣ ପାର୍ଶ୍ୱରେ ଠିଆ ହେଉ।


ଏଣୁ ମଧ୍ୟାହ୍ନ ସମୟରେ ଏଲୀୟ ସେମାନଙ୍କୁ ପରିହାସ କରି କହିଲେ, “ଉଚ୍ଚସ୍ୱର କରି ଡାକ; କାରଣ ସେ ତ ଦେବତା; ସେ ଧ୍ୟାନ କରୁଥିବ, ଅବା ବାହାରେ ଯାଇଥିବ, କିଅବା ଯାତ୍ରା କରୁଥିବ, ଅବା ହୋଇପାରେ ନିଦ୍ରିତ ଥିବ, ଏଣୁ ତାହାକୁ ଜଗାଇବାକୁ ହେବ।”


ତହିଁରେ ଯୀଶୁ ତାହାକୁ କହିଲେ, “ଦୂର ହ, ଶୟତାନ, କାରଣ ଲେଖାଅଛି, ‘ତୁମ୍ଭେ ପ୍ରଭୁ ଆପଣା ଈଶ୍ବରଙ୍କୁ ପ୍ରଣାମ କରିବ, ପୁଣି, କେବଳ ତାହାଙ୍କର ଉପାସନା କରିବ।’”


ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୁଁ କଅଣ ତୁମ୍ଭ ଦ୍ୱାଦଶଙ୍କୁ ମନୋନୀତ କରି ନାହିଁ? ଆଉ, ତୁମ୍ଭମାନଙ୍କ ମଧ୍ୟରୁ ଜଣେ ଶୟତାନ।”


କିନ୍ତୁ ସେ କି ଉଦ୍ଦେଶ୍ୟରେ ତାହାକୁ ଏହି କଥା କହିଥିଲେ, ତାହା ଭୋଜରେ ବସିଥିବା ଲୋକମାନଙ୍କ ମଧ୍ୟରୁ କେହି ଜାଣିଲେ ନାହିଁ।


Swiv nou:

Piblisite


Piblisite