Biblia Todo Logo
Bib sou entènèt

- Piblisite -




ଯୋହନ 13:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ସେ ବାହାରିଗଲା ଉତ୍ତାରେ ଯୀଶୁ କହିଲେ, “ଏବେ ମନୁଷ୍ୟପୁତ୍ର ମହିମାନ୍ୱିତ ହେଲେ ଓ ତାହାଙ୍କଠାରେ ଈଶ୍ବର ମହିମାନ୍ୱିତ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

31 ସେ ବାହାରିଗଲା ଉତ୍ତାରେ ଯୀଶୁ କହିଲେ, ଏବେ ମନୁଷ୍ୟପୁତ୍ର ମହିମାନ୍ଵିତ ହେଲେ ଓ ତାହାଙ୍କଠାରେ ଈଶ୍ଵର ମହିମାନ୍ଵିତ ହେଲେ।

Gade chapit la Kopi

ଓଡିଆ ବାଇବେଲ

31 ସେ ବାହାରିଗଲା ଉତ୍ତାରେ ଯୀଶୁ କହିଲେ, ଏବେ ମନୁଷ୍ୟପୁତ୍ର ମହିମାନ୍ୱିତ ହେଲେ ଓ ତାହାଙ୍କଠାରେ ଈଶ୍ୱର ମହିମାନ୍ୱିତ ହେଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

31 ଯିହୁଦା ବାହାରି ଯିବା ପରେ ଯୀଶୁ କହିଲେ, “ବର୍ତ୍ତମାନ ମନୁଷ୍ୟପୁତ୍ର ମହିମାନ୍ୱିତ ହେବାର ବେଳ ଆସିଛି। ପୁରି ତାଙ୍କ ଦ୍ୱାରା ଈଶ୍ୱର ମଧ୍ୟ ମହିମାନ୍ୱିତ ହେବେ।

Gade chapit la Kopi

ପବିତ୍ର ବାଇବଲ

31 ଯିହୂଦା ଗଲାପରେ ଯୀଶୁ କହିଲେ, “ବର୍ତ୍ତମାନ ମନୁଷ୍ୟପୁତ୍ର ଗୌରବ ପାଉଛନ୍ତି। ପରମେଶ୍ୱର ମଧ୍ୟ ମନୁଷ୍ୟପୁତ୍ରଙ୍କ ଦ୍ୱାରା ଗୌରବ ପାଉଛନ୍ତି।

Gade chapit la Kopi




ଯୋହନ 13:31
27 Referans Kwoze  

କେହି ଯଦି ପ୍ରଚାର କରେ, ତେବେ ସେ ଈଶ୍ବରଙ୍କ ବାକ୍ୟର ପ୍ରଚାରକ ପରି ପ୍ରଚାର କରୁ; କେହି ଯଦି ସେବା କରେ, ତେବେ ସେ ଈଶ୍ବରଙ୍କଠାରୁ ଶକ୍ତିପ୍ରାପ୍ତ ଲୋକ ପରି ସେବା କରୁ, ଯେପରି ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ବର ଗୌରବାନ୍ୱିତ ହେବେ; ଯୁଗେ ଯୁଗେ ଗୌରବ ଓ ପରାକ୍ରମ ତାହାଙ୍କର। ଆମେନ୍‍।


ପୁଣି, ପିତା ଯେପରି ପୁତ୍ରଙ୍କଠାରେ ମହିମାନ୍ୱିତ ହୁଅନ୍ତି, ଏଥିନିମନ୍ତେ ତୁମ୍ଭେମାନେ ମୋʼ ନାମରେ ଯାହା କିଛି ମାଗିବ, ତାହା ମୁଁ କରିବି।


ତାହାଙ୍କଠାରେ ବିଶ୍ୱାସକାରୀମାନେ ଯେଉଁ ଆତ୍ମା ପାଇବାକୁ ଯାଉଥିଲେ, ତାହାଙ୍କ ବିଷୟରେ ସେ ଏହା କହିଲେ, କାରଣ ଯୀଶୁ ସେପର୍ଯ୍ୟନ୍ତ ମହିମାପ୍ରାପ୍ତ ହୋଇ ନ ଥିବାରୁ ପବିତ୍ର ଆତ୍ମା ପ୍ରଦତ୍ତ ହୋଇ ନ ଥିଲେ।


ଯେଉଁ ଈଶ୍ବର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇ ଗୌରବାନ୍ୱିତ କରିଅଛନ୍ତି, ସେହି ଈଶ୍ବରଙ୍କଠାରେ ତୁମ୍ଭେମାନେ ତାହାଙ୍କ ଦ୍ୱାରା ବିଶ୍ୱାସ କରୁଅଛ, ଏଣୁ ଈଶ୍ବର ତୁମ୍ଭମାନଙ୍କର ବିଶ୍ୱାସ ଓ ଭରସାର ସ୍ଥାନ ଅଟନ୍ତି।


ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରେ ଈଶ୍ବର ଯେଉଁ ଚିରନ୍ତନ ସଂକଳ୍ପ କରିଥିଲେ,


ଅବ୍ରହାମ, ଇସ୍‌ହାକ ଓ ଯାକୁବଙ୍କ ଈଶ୍ବର, ଆମ୍ଭମାନଙ୍କ ପିତୃ-ପୁରୁଷଙ୍କ ଈଶ୍ବର, ଆପଣା ଦାସ ଯୀଶୁଙ୍କୁ ଗୌରବାନ୍ୱିତ କରିଅଛନ୍ତି; ସେହି ଯୀଶୁଙ୍କୁ ଆପଣମାନେ ସମର୍ପଣ କଲେ, ପୁଣି, ଯେତେବେଳେ ପୀଲାତ ତାହାଙ୍କୁ ମୁକ୍ତ କରିବାକୁ ମନସ୍ଥ କରିଥିଲେ, ସେତେବେଳେ ତାହାଙ୍କୁ ଆପଣମାନେ ତାହାଙ୍କ ସାକ୍ଷାତରେ ଅସ୍ୱୀକାର କଲେ।


ଅତଏବ, ସମସ୍ତ ଇସ୍ରାଏଲକୂଳ ନିଶ୍ଚୟ ଜାଣନ୍ତୁ ଯେ, ଯେଉଁ ଯୀଶୁଙ୍କୁ ଆପଣମାନେ କ୍ରୁଶରେ ବଧ କଲେ, ତାହାଙ୍କୁ ଈଶ୍ବର, ପ୍ରଭୁ ଓ ଖ୍ରୀଷ୍ଟ ଉଭୟ ପଦରେ ନିଯୁକ୍ତ କରିଅଛନ୍ତି।


ସେ ମୋତେ ଗୌରବାନ୍ୱିତ କରିବେ, କାରଣ ସେ ମୋʼ ବିଷୟ ଘେନି ତୁମ୍ଭମାନଙ୍କୁ ଜଣାଇବେ।


ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମନୁଷ୍ୟପୁତ୍ର ମହିମାନ୍ୱିତ ହେବା ନିମନ୍ତେ ସମୟ ଉପସ୍ଥିତ।


କିନ୍ତୁ ଯୀଶୁ ତାହା ଶୁଣି କହିଲେ, “ଏହି ପୀଡ଼ା ମୃତ୍ୟୁ ନିମନ୍ତେ ନୁହେଁ, ମାତ୍ର ଈଶ୍ବରଙ୍କ ଗୌରବ ନିମନ୍ତେ, ଯେପରି ତଦ୍ୱାରା ଈଶ୍ବରଙ୍କ ପୁତ୍ର ଗୌରବପ୍ରାପ୍ତ ହୁଅନ୍ତି।”


ପୁଣି, ପିତା ଈଶ୍ବରଙ୍କ ଗୌରବ ନିମନ୍ତେ ପ୍ରତ୍ୟେକ ଜିହ୍ୱା ଯୀଶୁ ଖ୍ରୀଷ୍ଟ ପ୍ରଭୁ ବୋଲି ସ୍ୱୀକାର କରିବ।


ଯେପରି ଖ୍ରୀଷ୍ଟ ଯୀଶୁଙ୍କଠାରେ ସେ ଆମ୍ଭମାନଙ୍କ ପ୍ରତି କରୁଣା କରି ଆଗାମୀ ଯୁଗରେ ଆପଣା ଅନୁଗ୍ରହର ଅତ୍ୟଧିକ ଧନ ପ୍ରକାଶ କରନ୍ତି।


ଆମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ପୂର୍ବରୁ ଭରସା କରିଥିଲୁ, ତାହା ଯେପରି ଈଶ୍ବରଙ୍କ ଗୌରବର ପ୍ରଶଂସାର କାରଣ ହେଉ।


କିନ୍ତୁ ଆମ୍ଭେମାନେ ସମସ୍ତେ ଅନାଚ୍ଛାଦିତ ମୁଖରେ ଦର୍ପଣରେ ଦେଖିବା ପରି ପ୍ରଭୁଙ୍କ ଗୌରବ ଦେଖୁ ଦେଖୁ ଗୌରବଯୁକ୍ତ ଅବସ୍ଥାରୁ ଅଧିକ ଗୌରବଯୁକ୍ତ ଅବସ୍ଥା ପ୍ରାପ୍ତ ହୋଇ ତାହାଙ୍କ ପ୍ରତିମୂର୍ତ୍ତିରେ ପରିବର୍ତ୍ତିତ ହେଉଅଛୁ; ଯେଣୁ ପ୍ରଭୁ ଯିଏ ଆତ୍ମା ଅଟନ୍ତି, ତାହାଙ୍କଠାରୁ ଏହିସବୁ ହେଉଅଛି।


ପିତଃ, ଆପଣା ନାମ ମହିମାନ୍ୱିତ କର।” ସେଥିରେ ଆକାଶରୁ ଏହି ବାଣୀ ହେଲା, ଆମ୍ଭେ ତାହା ମହିମାନ୍ୱିତ କରିଅଛୁ, ଆଉ ପୁନର୍ବାର ମହିମାନ୍ୱିତ କରିବୁ।


ମାତ୍ର ମୋତେ ଏକ ବାପ୍ତିସ୍ମରେ ବାପ୍ତିଜିତ ହେବାକୁ ହେବ, ଆଉ ତାହା ସମାପ୍ତ ନ ହେବା ପର୍ଯ୍ୟନ୍ତ ମୁଁ କିପରି ଭାରାକ୍ରାନ୍ତ ହେଉଅଛି।


ସେଥିରେ ଯୀଶୁ ତାହାକୁ କହିଲେ, “କୋକିଶିଆଳିର ଗାତ ଅଛି, ଆକାଶ ପକ୍ଷୀର ବସା ଅଛି, ମାତ୍ର ମନୁଷ୍ୟପୁତ୍ରର ମୁଣ୍ଡ ଗୁଞ୍ଜିବାର ସ୍ଥାନ ନାହିଁ।”


ତୁମ୍ଭେମାନେ ଅଣଯିହୁଦୀମାନଙ୍କ ମଧ୍ୟରେ ସଦାଚରଣ କର, ଯେପରି ସେମାନେ ଯେଉଁ ବିଷୟରେ ତୁମ୍ଭମାନଙ୍କୁ ଦୁଷ୍କର୍ମକାରୀ ବୋଲି ନିନ୍ଦା କରନ୍ତି, ତୁମ୍ଭମାନଙ୍କର ସୁକର୍ମ ଦେଖି ସେହି ବିଷୟରେ କୃପାଦୃଷ୍ଟି ଦିନରେ ଈଶ୍ବରଙ୍କ ଗୌରବ କରିବେ।


Swiv nou:

Piblisite


Piblisite