Biblia Todo Logo
Bib sou entènèt

- Piblisite -




ଯୋହନ 13:34 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ତୁମ୍ଭେମାନେ ପରସ୍ପରକୁ ପ୍ରେମ କର, ଏହି ନୂତନ ଆଜ୍ଞା ମୁଁ ତୁମ୍ଭମାନଙ୍କୁ ଦେଉଅଛି; ମୁଁ ଯେପରି ତୁମ୍ଭମାନଙ୍କୁ ପ୍ରେମ କରିଅଛି, ତୁମ୍ଭେମାନେ ମଧ୍ୟ ସେହିପରି ପରସ୍ପରକୁ ପ୍ରେମ କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

34 ତୁମ୍ଭେମାନେ ପରସ୍ପରକୁ ପ୍ରେମ କର, ଏହି ନୂତନ ଆଜ୍ଞା ମୁଁ ତୁମ୍ଭମାନଙ୍କୁ ଦେଉଅଛି; ମୁଁ ଯେପରି ତୁମ୍ଭମାନଙ୍କୁ ପ୍ରେମ କରିଅଛି, ତୁମ୍ଭେମାନେ ମଧ୍ୟ ସେହିପରି ପରସ୍ପରକୁ ପ୍ରେମ କର।

Gade chapit la Kopi

ଓଡିଆ ବାଇବେଲ

34 ତୁମ୍ଭେମାନେ ପରସ୍ପରକୁ ପ୍ରେମ କର, ଏହି ନୂତନ ଆଜ୍ଞା ମୁଁ ତୁମ୍ଭମାନଙ୍କୁ ଦେଉଅଛି; ମୁଁ ଯେପରି ତୁମ୍ଭମାନଙ୍କୁ ପ୍ରେମ କରିଅଛି, ତୁମ୍ଭେମାନେ ମଧ୍ୟ ସେହିପରି ପରସ୍ପରକୁ ପ୍ରେମ କର ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

34 ଏବେ ତୁମକୁ ମୁଁ ଗୋଟିଏ ନୂଆ ଆଜ୍ଞା ଦେଉଛି; ପରସ୍ପରକୁ ପ୍ରେମ କର। ମୁଁ ତୁମ୍ଭମାନଙ୍କୁ ଯେପରି ପ୍ରେମ କରିଛି, ତୁମେ ମଧ୍ୟ ସେହିପରି ପରସ୍ପରକୁ ପ୍ରେମ କରିବା ଉଚିତ୍।

Gade chapit la Kopi

ପବିତ୍ର ବାଇବଲ

34 “ମୁଁ ତୁମ୍ଭକୁ ଗୋଟିଏ ନୂତନ ଆଜ୍ଞା ଦେଉଛି। ତୁମ୍ଭେମାନେ ପରସ୍ପରକୁ ପ୍ରେମ କର। ମୁଁ ତୁମ୍ଭମାନଙ୍କୁ ଯେପରି ପ୍ରେମ କରୁଛି, ତୁମ୍ଭେମାନେ ପରସ୍ପରକୁ ସେହିପରି ପ୍ରେମ କରିବା ଉଚିତ୍।

Gade chapit la Kopi




ଯୋହନ 13:34
38 Referans Kwoze  

ଖ୍ରୀଷ୍ଟ ଯେପରି ତୁମ୍ଭମାନଙ୍କୁ ପ୍ରେମ କଲେ, ପୁଣି, ଆମ୍ଭମାନଙ୍କ ନିମନ୍ତେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ସୁଗନ୍ଧି ନୈବେଦ୍ୟ ଓ ବଳି ସ୍ୱରୂପେ ଆପଣାକୁ ଉତ୍ସର୍ଗ କଲେ, ସେହିପରି ପ୍ରେମରେ ଆଚରଣ କର।


ତୁମ୍ଭେ ଆପଣା ଲୋକମାନଙ୍କ ସନ୍ତାନଗଣକୁ ପ୍ରତିହିଂସା କି ଦ୍ୱେଷ କରିବ ନାହିଁ, ବରଞ୍ଚ ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କରିବ; ଆମ୍ଭେ ସଦାପ୍ରଭୁ।


ତୁମ୍ଭେମାନେ ଯେପରି ପରସ୍ପରକୁ ପ୍ରେମ କର, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହି ସମସ୍ତ ଆଜ୍ଞା ଦେଉଅଛି।”


ତୁମ୍ଭେମାନେ ସତ୍ୟର ଆଜ୍ଞାବହ ହୋଇ ନିଷ୍କପଟ ଭ୍ରାତୃପ୍ରେମ ନିମନ୍ତେ ଆପଣା ଆପଣା ଆତ୍ମାକୁ ଶୁଚି କରିଥିବାରୁ ଅନ୍ତର ସହ ଏକାଗ୍ରଭାବେ ପରସ୍ପରକୁ ପ୍ରେମ କର;


ପରସ୍ପରର ଭାର ବହନ କର; ଏହି ପ୍ରକାରେ ତୁମ୍ଭେମାନେ ଖ୍ରୀଷ୍ଟଙ୍କ ବ୍ୟବସ୍ଥା ସଫଳ କରିବ।


ତାହାଙ୍କର ଆଜ୍ଞା ଏହି ଯେ, ଆମ୍ଭେମାନେ ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ନାମରେ ବିଶ୍ୱାସ କରିବା ଓ ତାହାଙ୍କ ଦତ୍ତ ଆଜ୍ଞାନୁସାରେ ପରସ୍ପରକୁ ପ୍ରେମ କରିବା।


ଯେ ଈଶ୍ବରଙ୍କୁ ପ୍ରେମ କରେ, ସେ ଆପଣା ଭାଇକୁ ମଧ୍ୟ ପ୍ରେମ କରୁ, ଏହି ଆଜ୍ଞା ଆମ୍ଭେମାନେ ତାହାଙ୍କଠାରୁ ପାଇଅଛୁ।


ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର, ଶାସ୍ତ୍ରର ଏହି ରାଜକୀୟ ବ୍ୟବସ୍ଥା ଯଦି ପ୍ରକୃତରେ ପାଳନ କର,


ଆଉ, ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କର ଯେପରି ପ୍ରେମ, ସେହିପରି ପରସ୍ପର ସହିତ ଓ ସମସ୍ତଙ୍କ ପ୍ରତି ତୁମ୍ଭମାନଙ୍କ ପ୍ରେମ ପ୍ରଭୁ ଆହୁରି ଅଧିକ ରୂପେ ବଢ଼ାଇ ଦିଅନ୍ତୁ।


ଭ୍ରାତୃପ୍ରେମରେ ପରସ୍ପର ପ୍ରତି ପ୍ରେମଶୀଳ ହୁଅ; ସମାଦରରେ ପରସ୍ପରକୁ ଶ୍ରେଷ୍ଠ ଜ୍ଞାନ କର;


ହେ ଭଦ୍ରେ, ଏବେ ମୁଁ ଯେ ତୁମ୍ଭ ନିକଟକୁ କୌଣସି ନୂଆ ଆଜ୍ଞା ଲେଖୁଅଛି, ତାହା ନୁହେଁ, ମାତ୍ର ଆଦ୍ୟରୁ ପ୍ରାପ୍ତ ଆଜ୍ଞାଟି ଲେଖି ଅନୁରୋଧ କରୁଅଛି ଯେ, ଆମ୍ଭେମାନେ ପରସ୍ପରକୁ ପ୍ରେମ କରୁ।


ଅତଏବ, ଆମ୍ଭେମାନେ ସୁଯୋଗ ଅନୁସାରେ ସମସ୍ତଙ୍କର, ବିଶେଷତଃ, ଏକ ପରିବାରଭୁକ୍ତ ବିଶ୍ୱାସୀ ସମସ୍ତଙ୍କର ମଙ୍ଗଳ କରୁ।


କାରଣ ଆମ୍ଭମାନଙ୍କର ଯେ ପରସ୍ପରକୁ ପ୍ରେମ କରିବା କର୍ତ୍ତବ୍ୟ, ଏହି ବାଣୀ ତୁମ୍ଭେମାନେ ଆଦ୍ୟରୁ ଶୁଣିଅଛ;


ଯେପରି ତୁମ୍ଭମାନଙ୍କର ସ୍ୱଦେଶୀୟ ଲୋକ ସେପରି ତୁମ୍ଭମାନଙ୍କ ସହବାସୀ ବିଦେଶୀୟ ଲୋକ ତୁମ୍ଭମାନଙ୍କ ପ୍ରତି ହେବ, ପୁଣି ତୁମ୍ଭେ ତାହାକୁ ଆତ୍ମତୁଲ୍ୟ ପ୍ରେମ କରିବ; କାରଣ ମିସର ଦେଶରେ ତୁମ୍ଭେମାନେ ବିଦେଶୀ ଥିଲ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।


ବିଶ୍ୱାସୀମାନଙ୍କ ମଧ୍ୟରେ ପ୍ରେମ ସ୍ଥିର ହୋଇ ରହିଥାଉ।


ହେ ଭାଇମାନେ, ତୁମ୍ଭମାନଙ୍କ ନିମନ୍ତେ ଈଶ୍ବରଙ୍କୁ ସର୍ବଦା ଧନ୍ୟବାଦ ଦେବା ଆମ୍ଭମାନଙ୍କ କର୍ତ୍ତବ୍ୟ, ଆଉ ତାହା ଉପଯୁକ୍ତ ଅଟେ। କାରଣ ତୁମ୍ଭମାନଙ୍କ ବିଶ୍ୱାସ ଅତିଶୟ ବୃଦ୍ଧି ପାଉଅଛି, ପୁଣି, ପରସ୍ପର ପ୍ରତି ତୁମ୍ଭ ସମସ୍ତଙ୍କ ପ୍ରତ୍ୟେକର ପ୍ରେମ ବଢ଼ୁଅଛି,


କିନ୍ତୁ ପବିତ୍ର ଆତ୍ମାଙ୍କ ଫଳ ପ୍ରେମ, ଆନନ୍ଦ, ଶାନ୍ତି, ଦୀର୍ଘସହିଷ୍ଣୁତା, ପରୋପକାରିତା,


ଧର୍ମପରାୟଣତା ଦ୍ୱାରା ଭ୍ରାତୃପ୍ରେମ, ପୁଣି, ଭ୍ରାତୃପ୍ରେମ ଦ୍ୱାରା ପ୍ରେମ ଲାଭ କର।


କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କ ବିଶ୍ୱାସ ଏବଂ ସ୍ୱର୍ଗରେ ତୁମ୍ଭମାନଙ୍କ ପାଇଁ ରଖାଯାଇଥିବା ଭରସା ସକାଶେ ସମସ୍ତ ସାଧୁଙ୍କ ପ୍ରତି ତୁମ୍ଭମାନଙ୍କର ପ୍ରେମ ବିଷୟ ଶୁଣିଅଛୁ।


ଯେଣୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁନ୍ନତ କି ଅସୁନ୍ନତ କିଛି ନୁହେଁ, କିନ୍ତୁ ପ୍ରେମରେ କାର୍ଯ୍ୟସାଧକ ବିଶ୍ୱାସ ହିଁ ସାର।


ଯେପରି ସେମାନେ ସମସ୍ତେ ଏକ ହୁଅନ୍ତି; ହେ ପିତା, ତୁମ୍ଭେ ଯେପ୍ରକାରେ ମୋʼ ଠାରେ ଅଛ ଓ ମୁଁ ତୁମ୍ଭଠାରେ ଅଛି, ସେମାନେ ମଧ୍ୟ ସେପ୍ରକାରେ ଆମ୍ଭମାନଙ୍କଠାରେ ରହନ୍ତୁ, ଯେପରି ତୁମ୍ଭେ ମୋତେ ପ୍ରେରଣ କଲ ବୋଲି ଜଗତ ବିଶ୍ୱାସ କରେ।


ଯେଉଁମାନେ ତୁମ୍ଭଙ୍କୁ ଭୟ କରନ୍ତି ଓ ତୁମ୍ଭ ବିଧାନସବୁ ପାଳନ୍ତି, ମୁଁ ସେହି ସମସ୍ତଙ୍କର ସଙ୍ଗୀ।


ପୃଥିବୀରେ ଯେଉଁ ପବିତ୍ର ଲୋକମାନେ ଅଛନ୍ତି, ସେମାନେ ଆଦରଣୀୟ, ସେମାନଙ୍କଠାରେ ମୋହର ପରମ ସନ୍ତୋଷ।


କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଶତ୍ରୁମାନଙ୍କୁ ପ୍ରେମ କର, ପୁଣି, ଯେଉଁମାନେ ତୁମ୍ଭମାନଙ୍କୁ ତାଡ଼ନା କରନ୍ତି, ସେମାନଙ୍କ ନିମନ୍ତେ ପ୍ରାର୍ଥନା କର,


ପରସ୍ପରକୁ ପ୍ରେମ କରିବା ବିନା ଆଉ କାହିଁରେ କାହାରିଠାରେ ଋଣୀ ହୁଅ ନାହିଁ; କାରଣ ଯେ ପରକୁ ପ୍ରେମ କରେ, ସେ ବ୍ୟବସ୍ଥା ସଫଳ କରିଅଛି।


ପ୍ରେମ ପ୍ରତିବାସୀର ଅନିଷ୍ଟ କରେ ନାହିଁ; ଅତଏବ, ପ୍ରେମ ବ୍ୟବସ୍ଥା ସଫଳ କରେ।


Swiv nou:

Piblisite


Piblisite